Posted inଜାତୀୟ

ଭାଜପା ପ୍ରାର୍ଥୀ ତାଲିକାକୁ ନେଇ ତୁମୁଳକାଣ୍ଡ

ଗୁଆହାଟୀ,୩୧।୧ : ମଣିପୁର ବିଧାନସଭା ନିର୍ବାଚନ ଲାଗି ଭାଜପା ଏହାର ପ୍ରାର୍ଥୀ ତାଲିକା ଘୋଷଣା କରିବା ପରେ ଦଳୀୟ କର୍ମୀ ତୁମୁଳକାଣ୍ଡ କରିଛନ୍ତି। ରବିବାର ଭାଜପା ସମର୍ଥକମାନେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ମଣିପୁର ମୁଖ୍ୟମନ୍ତ୍ରୀ ଏନ୍‌. ବୀରେନ ସିଂଙ୍କ କୁଶପୁତ୍ତଳିକା ଦାହ କରିବା ସହ ସେମାନଙ୍କ ବିରୋଧରେ ସ୍ଲୋଗାନ ଦେଇଥିଲେ। ରାଜ୍ୟର ବିଭିନ୍ନ ସ୍ଥାନରେ ଥିବା ଦଳୀୟ କାର୍ଯ୍ୟାଳୟରେ ଭଙ୍ଗାରୁଜା କରାଯାଇଛି। ଅନେକ ସ୍ଥାନରେ ଦଳୀୟ କର୍ମୀ ଓ ସମର୍ଥକମାନେ ପ୍ଲାକାର୍ଡ ଧରି ବିକ୍ଷୋଭକୁ ଓହ୍ଲାଇବା ପରେ ଇମ୍ଫାଲସ୍ଥିତ ଭାଜପା ମୁଖ୍ୟ କାର୍ଯ୍ୟାଳୟରେ ସୁରକ୍ଷା ବ୍ୟବସ୍ଥା ବଢ଼ାଇ ଦିଆଯାଇଛି।
ଭାଜପା ମଣିପୁରର ସମସ୍ତ ୬୦ ଆସନରେ ନିର୍ବାଚନ ଲଢ଼ିବ ବୋଲି ରବିବାର ଘୋଷଣା କରିବା ସହ ପ୍ରାର୍ଥୀମାନଙ୍କ ତାଲିକା ପ୍ରକାଶ କରିଥିଲା। ସେଥିରେ ୧୦ ଜଣ ପୂର୍ବତନ କଂଗ୍ରେସ ନେତାଙ୍କ ସମେତ ୧୬ ବିଧାୟକ ରହିଛନ୍ତି। ସେମାନେ ଟିକେଟ ପାଇବା ପାଇଁ କିଛିଦିନ ପୂର୍ବରୁ ଭାଜପାରେ ଯୋଗ ଦେଇଥିଲେ। ମୁଖ୍ୟମନ୍ତ୍ରୀ ବୀରେନ ସିଂ ତାଙ୍କର ପାରମ୍ପରିକ ହେଇଙ୍ଗାଙ୍ଗ ଆସନରୁ ଲଢ଼ିବାକୁ ଥିବାବେଳେ ଅନ୍ୟତମ ପ୍ରଭାବଶାଳୀ ମନ୍ତ୍ରୀ ବିଶ୍ୱଜିତ ସିଂଙ୍କୁ ଥୋଙ୍ଗ୍‌ଜୁରୁ ପ୍ରାର୍ଥୀ କରାଯାଇଛି। ତେବେ ଅନ୍ୟ ଦଳରୁ ଆସିଥିବା ଏତେସଂଖ୍ୟକ ନେତାଙ୍କୁ ଭାଜପା ଟିକେଟ ଦେବାରୁ ବହୁ ଦଳୀୟ ଆଶାୟୀ ପ୍ରାର୍ଥୀ ହେବାରୁ ବଞ୍ଚତ୍ତ ହୋଇଛନ୍ତି। ଏହାକୁ ନେଇ ଦଳ ଭିତରେ ଅସନ୍ତୋଷ ଚରମ ସୀମାରେ ପହଞ୍ଚତ୍ଛି। ଟିକେଟ ଆଶାୟୀ ଥିବା କେତେଜଣ ଭାଜପା ନେତା ଇସ୍ତଫା ଦେଇଛନ୍ତି। ଫଳରେ ନିର୍ବାଚନ ପୂର୍ବରୁ ଦଳକୁ ଶକ୍ତ ଝଟକା ଲାଗିଛି।
୨୦୧୭ ନିର୍ବାଚନରେ ଭାଜପା ୨୧ ଆସନରେ ବିଜୟୀ ହୋଇଥିଲେ ମଧ୍ୟ ଛୋଟ ଦଳ ଏବଂ ସ୍ବାଧୀନ ବିଧାୟକମାନଙ୍କ ସମର୍ଥନରେ ସରକାର ଗଢ଼ିଥିଲା। ଭାଜପାର ୨୧ ବିଧାୟକଙ୍କ ମଧ୍ୟରୁ ୧୯ ଜଣଙ୍କୁ ଟିକେଟ ମିଳିଥିବାବେଳେ ୨ ଜଣଙ୍କୁ ବାଦ୍‌ ଦିଆଯାଇଛି। ୩ ଜଣ ମହିଳା ଏବଂ ଜଣେ ମୁସଲମାନ ପ୍ରାର୍ଥୀ ହୋଇଛନ୍ତି। ଭାଜପାରେ ଯୋଗଦେଇଥିବା ପୂର୍ବତନ ମଣିପୁର କଂଗ୍ରେସ ସଭାପତି ଗୋବିନ୍ଦାସ କୋନ୍ଥୁଜାମ୍‌ଙ୍କୁ ଟିକେଟ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରକାଶ ପାଇଲା ପିଜି ପ୍ରବେଶିକା ପରୀକ୍ଷା ରେଜଲ୍ଟ, ନାମଲେଖା ସମୟସୂଚୀ…

ଭୁବନେଶ୍ୱର,୨ା୭(ସୁଚିସ୍ମିତା ସାହୁ): ପିଜି ପ୍ରବେଶିକା ପରୀକ୍ଷା ବା କମନ ପିଜି ଏଣ୍ଟ୍ରାନ୍ସ ଟେଷ୍ଟ-୨୦୨୬ ରେଜଲ୍ଟ ଗୁରୁବାର ପ୍ରକାଶ ପାଇଛି। ଛାତ୍ରୀଛାତ୍ର ସାମ୍‌ସ ପୋର୍ଟାଲ ମାଧ୍ୟମରେ ନିଜ ପରୀକ୍ଷାଫଳ…

ଆନ୍ଦୋଳନରତ ଡାକ୍ତରଙ୍କ ବିରୋଧରେ ବଡ଼ ଆକ୍ସନ: ଦରମା ବନ୍ଦ ସହ ଚୁକ୍ତିଭିତ୍ତିକ ଡାକ୍ତରଙ୍କୁ ନୋଟିସ୍‌ ପରେ କାର୍ଯ୍ୟରୁ ନିବୃତ୍ତ ପାଇଁ ନିର୍ଦ୍ଦେଶ !

ଭୁବନେଶ୍ୱର, ୨ା୭: ରାଜ୍ୟରେ ଚାଲିଥିବା ଡାକ୍ତରୀ ଆନ୍ଦୋଳନକୁ ନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏକ ବଡ଼ ଏବଂ କଡ଼ା ପଦକ୍ଷେପ ଗ୍ରହଣ କରାଯାଇଛି। ଓଡ଼ିଶା ମେଡିକାଲ ସର୍ଭିସେସ୍‌…

ୟୁଜରନେମ ବିବାଦ: ହ୍ବାଟସଆପ ପରେ, ଆଇଟି ମନ୍ତ୍ରଣାଳୟ ଏବେ ସିଗନାଲ-ଟେଲିଗ୍ରାମକୁ ପଠାଇଛି ନୋଟିସ

ନୂଆଦିଲ୍ଲୀ,୨।୭: ୟୁଜରନେମ ଫିଚରକୁ ନେଇ ବିବାଦ ବଢ଼ିବାରେ ଲାଗିଛି। ହ୍ବାଟସଆପ ପରେ, ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରଣାଳୟ (MeitY) ଏବେ ଟେଲିଗ୍ରାମ ଏବଂ ସିଗନାଲକୁ ମଧ୍ୟ…

ଶ୍ରୀ ଶ୍ରୀ ଦଧିବାମନଙ୍କ ରଥଯାତ୍ରା ପାଇଁ ପ୍ରଶାସନିକ ପ୍ରସ୍ତୁତି: ଆସନ୍ତା ୧୬ରେ ଶ୍ରୀଗୁଣ୍ଡିଚା, ୨୫ରେ ରଥ ଉପରେ…

ବରଗଡ଼, ୨ା୭ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲିସ୍ଥିତ ପ୍ରସିଦ୍ଧ ଶ୍ରୀ ଶ୍ରୀ ଦଧିବାମନ ମହାପ୍ରଭୁଙ୍କ ରଥଯାତ୍ରା ପାଳନ ପାଇଁ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତୁତି ବୈଠକ…

ଟ୍ରକ୍ ମିଳିଲା, ଚପଲ ମିଳିଲା…ହେଲେ ୮ ଦିନ ହେଲା ଡ୍ରାଇଭରଙ୍କ ପତ୍ତା ନାହିଁ, ଭୋକ-ଉପାସରେ ଏ ଥାନାରୁ ସେ ଥାନା ବୁଲି ନୟାନ୍ତ…

ଦିଗପହଣ୍ଡି, ୨ା୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ଗ୍ରାମର ଜଣେ ଗାଡ଼ି ଚାଳକ ବାପୁଜୀ ସ୍ୱାଇଁ ରହସ୍ୟଜନକ ଭାବେ ନିଖୋଜ ହୋଇଯାଇଛନ୍ତି।…

ଆୟାତୋଲ୍ଲା ଅଲି ଖାମେନେଇଙ୍କ ଅନ୍ତିମ ସଂସ୍କାରରେ ଯୋଗଦେବେ ନାହିଁ ପୁଅ ମୋଜତାବା, ଜାଣନ୍ତୁ କାରଣ

ତେହରାନ,୨।୭: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନେଇଙ୍କ ପରଲୋକ ପରେ ସମଗ୍ର ଦେଶରେ ଗଭୀର ଶୋକ ପ୍ରକାଶ ପାଇଛି। ରାଜଧାନୀ ତେହରାନରୁ ଆରମ୍ଭ କରି ମଶାଦ,…

ଡୋକରୀଦର ଝରଣା ନିକଟରେ ଅଜଣା ମୃତଦେହ: ଖବର ପାଇ ବି ପହଞ୍ଚିଲାନି ପୋଲିସ, ସ୍ଥାନୀୟ ଲୋକଙ୍କ ମଧ୍ୟରେ ଅସନ୍ତୋଷ

କୋକସରା, ୨ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖଲିଗଡ ପାଦଦେଶରେ ଥିବା ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ଗୁଡହାଣ୍ଡି ଡୋକରୀ ଚଞ୍ଚରାର ‘ଡୋକରୀଦର’ ଝରଣା ନିକଟରେ…

ବଦଳିଲା ଭାରତ-ଇଂଲଣ୍ଡ ଟି-୨୦ ମ୍ୟାଚର ସମୟ, ଜାଣନ୍ତୁ କେତେବେଳେ ଆରମ୍ଭ ହେବ…

ନୂଆଦିଲ୍ଲୀ,୨।୭: ଭାରତୀୟ କ୍ରିକେଟ ଦଳ ବର୍ତ୍ତମାନ ଇଂଲଣ୍ଡ ଗସ୍ତରେ ଅଛି। ଟିମ ଇଣ୍ଡିଆ ଇଂଲଣ୍ଡ ବିପକ୍ଷରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳୁଛି। ବର୍ଷା ଯୋଗୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri