‘ରୋଜ୍‌ ଭ୍ୟାଲି’ ଚିଟ୍‌ଫଣ୍ଡ ଠକେଇ: ଆଉ ୬.୫୨ କୋଟିର ସମ୍ପତ୍ତି ଆଟାଚ୍‌

ଭୁବନେଶ୍ୱର,୧୪।୪(ବ୍ୟୁରୋ): ଜମାକାରୀଙ୍କଠାରୁ ବହୁ କୋଟି ଟଙ୍କା ଠକେଇ କରିଥିବା ଚିଟଫଣ୍ଡ୍‌ ସଂସ୍ଥା ‘ରୋଜ୍‌ ଭ୍ୟାଲି’ର ୬.୫୨ କୋଟି ଟଙ୍କାର ସ୍ଥାବର ଓ ଅସ୍ଥାବର ସମ୍ପତ୍ତି ଆଟାଚ୍‌ ହୋଇଛି। କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ପକ୍ଷରୁ ହୋଇଥିବା ଆଟାଚ୍‌ ଆବେଦନକୁ କଟକ ଓପିଆଇଡି କୋର୍ଟ ଗ୍ରହଣ କରିଛନ୍ତି। ଏହି ସମ୍ପତ୍ତିକୁ ଅଧିଗ୍ରହଣ କରି ଅର୍ଥରାଶିକୁ କ୍ଷତିଗ୍ରସ୍ତ ଜମାକାରୀଙ୍କୁ ବାଣ୍ଟିବାକୁ କଟକ ଅତିରିକ୍ତ ଜିଲାପାଳଙ୍କୁ କୋର୍ଟଙ୍କ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ତେବେ ଏହି ମାମଲାରେ ପୂର୍ବରୁ ୨ଟି ପର୍ଯ୍ୟାୟରେ ‘ରୋଜ୍‌ ଭ୍ୟାଲି’ର ୯୫ କୋଟିର ସମ୍ପତ୍ତି ମଧ୍ୟ ଆଟାଚ୍‌ ହୋଇଥିବା ଇଓଡବ୍ଲ୍ୟୁ ପକ୍ଷରୁ ସୂଚନା ଦିଆଯାଇଛି।
ସୂଚନା ଅନୁଯାୟୀ, ଏମ୍‌/ଏସ୍‌ ରୋଜ୍‌ ଭ୍ୟାଲି ଗ୍ରୁପ୍‌ ପକ୍ଷରୁ ୧୦ବର୍ଷ ତଳେ ବିଭିନ୍ନ ସ୍କିମ୍‌ ଜରିଆରେ ଜମାକାରୀଙ୍କୁ ବହୁଗୁଣ ଲାଭ ଦେବାର ପ୍ରତିଶ୍ରୁତି ଦିଆଯାଇ ଟଙ୍କା ସଂଗ୍ରହ କରାଯାଇଥିଲା। ଏଥିପାଇଁ ସଂସ୍ଥା ପକ୍ଷରୁ ରାଜ୍ୟରେ ୬୫ଟି ଶାଖା ଖୋଲାଯାଇଥିଲା। ସଂସ୍ଥାର ନିର୍ଦ୍ଦେଶକ ଓଡ଼ିଶାରୁ ୧୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଠକି ନେଇଥିବା ସଂକ୍ରାନ୍ତରେ ୨୦୧୩ରେ ବାଲେଶ୍ୱର ଜିଲା ସୋର ଥାନାରେ ଅଭିଯୋଗ ହୋଇଥିଲା। ଏନେଇ ଏପ୍ରିଲ ୧୦ରେ ପୋଲିସ ଏକ ମାମଲା (ନଂ.୧୮୨/୨୦୧୩) ରୁଜୁ କରିଥିଲା। ପରବର୍ତ୍ତୀ ସମୟରେ ଏହି ମାମଲାର ତଦନ୍ତ ଭାର ଇଓଡବ୍ଲ୍ୟୁ ନେବା ସହ ଏକ ନୂଆ ମାମଲା (ନଂ.୧୫/୨୦୧୩) ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା। ପରବର୍ତ୍ତୀ ସମୟରେ ରୋଜ୍‌ ଭ୍ୟାଲି ଚେୟାରମ୍ୟାନ ଗୌତମ କୁଣ୍ଡୁ, ପରିଚାଳନା ସଦସ୍ୟ ଶିବମୟ ଦତ୍ତ, ଓଡ଼ିଶା ମୁଖ୍ୟ ବିକ୍ରମଜିତ ଭୌମିକ ପ୍ରମୁଖ ଗିରଫ ହୋଇଥିଲେ। ଏହି ମାମଲାରେ ଇଓଡବ୍ଲ୍ୟୁ ପକ୍ଷରୁ କୋର୍ଟରେ ୫ଟି ଚାର୍ଜଶିଟ ଦାଖଲ କରାଯାଇଥିଲା। ତେବେ ସଂସ୍ଥାର ସମ୍ପତ୍ତିକୁ ଆଟାଚ୍‌ ପାଇଁ ଅର୍ଥ ବିଭାଗ ପକ୍ଷରୁ ଅନୁମତି ଦିଆଯିବା ପରେ କୋର୍ଟଙ୍କ ନିକଟରେ ଇଓଡବ୍ଲ୍ୟୁ ପକ୍ଷରୁ ଆବେଦନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

‘ବିଶ୍ୱବାସୀଙ୍କୁ ଭାରତ ଆସିବା ଉଚିତ ବୋଲି ଅନୁଭବ କରିବା ଦରକାର,’ ମହାକାଶ ଷ୍ଟାର୍ଟଅପ୍ସର ପ୍ରତିଷ୍ଠାତାମାନଙ୍କୁ ଏମିତି କହିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତର ମହାକାଶ କ୍ଷେତ୍ରକୁ ବିଶ୍ୱ ଆକର୍ଷଣର କେନ୍ଦ୍ର କରିବା ଉପରେ ଗୁରୁତ୍ୱାରୋପ କରିଛନ୍ତି। ମହାକାଶ ଷ୍ଟାର୍ଟଅପଗୁଡ଼ିକର ସିଇଓ ଏବଂ ପ୍ରତିଷ୍ଠାତାମାନଙ୍କ ସହିତ…

ସୁନା ବ୍ୟବସାୟୀଙ୍କ ଘରେ ମାରଣାସ୍ତ୍ର ଦେଖାଇ ଡକାୟତି: ପ୍ରାୟ କୋଟିଏ ଟଙ୍କାର ସୁନାଗହଣା ଲୁଟ୍

ବଲାଙ୍ଗୀର, ୨୩।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସିନ୍ଧେକେଲା ଅଞ୍ଚଳରେ ଏକ ବଡ଼ଧରଣର ସଶସ୍ତ୍ର ଡକାୟତି ଘଟଣା ଘଟିଛି। ସିନ୍ଧେକେଲା ଥାନାଠାରୁ ମାତ୍ର ୧୦୦ ମିଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri