ରୋଜ୍‌ ଭ୍ୟାଲି ଓଡ଼ିଶା ମୁଖ୍ୟ ଭୌମିକ ଗିରଫ

ଭୁବନେଶ୍ୱର(ବ୍ୟୁରୋ)/ ବାଲେଶ୍ୱର ଅଫିସ,୪।୮: ରୋଜ୍‌ଭ୍ୟାଲି ଚିଟ୍‌ଫଣ୍ଡ ସଂସ୍ଥାର ଓଡ଼ିଶା ମୁଖ୍ୟ ବିକ୍ରମଜିତ୍‌ ଭୌମିକଙ୍କୁ ଭୁବନେଶ୍ୱର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ)ର ଏକ ଟିମ୍‌ ସୋମବାର ରାତିରେ ପଶ୍ଚିମବଙ୍ଗର ମିଦିନାପୁର ଅଞ୍ଚଳରୁ ଗିରଫ କରିଛି। ତାଙ୍କୁ କୋଲକାତାର ତାମ୍‌ଲୁକ ସିଜେଏମ୍‌ କୋର୍ଟରେ ହାଜର କରାଯିବାପରେ ସେଠାରୁ ଇଓଡବ୍ଲ୍ୟୁ ଟ୍ରାନଜିଟ୍‌ ରିମାଣ୍ଡରେ ଆଣି ମଙ୍ଗଳବାର ବାଲେଶ୍ୱର ଓପିଆଇଡି କୋର୍ଟରେ ହାଜର କରିଥିଲା। କୋର୍ଟରେ ତାଙ୍କ ଜାମିନ ଆବେଦନ ଖାରଜ ହୋଇଯିବାରୁ ତାଙ୍କୁ ୧୪ଦିନିଆ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଥିବା ଓପିଆଇଡି କୋର୍ଟର ସ୍ବତନ୍ତ୍ର ସରକାରୀ ଓକିଲ ସୁଲଳିତ କର ସୂଚନା ଦେଇଛନ୍ତି। ରୋଜ୍‌ଭ୍ୟାଲି ନାମରେ ଏକ ଚିଟ୍‌ ଫଣ୍ଡ ସଂସ୍ଥା ଜମାକାରୀଙ୍କୁ ଅଧିକ ଲାଭ ଦେବାର ଲୋଭ ଦେଖାଇ ଓଡ଼ିଶାରୁ ୬କୋଟିରୁ ଅଧିକ ଟଙ୍କା ଠକିଥିବା ନେଇ ୨୦୧୩ ମେ ୧୦ରେ ବାଲେଶ୍ୱର ଥାନାରେ ଅଭିଯୋଗ ହୋଇଥିଲା। ରୋଜ୍‌ଭ୍ୟାଲି ଓଡ଼ିଶା ମୁଖ୍ୟ ବିକ୍ରମଜିତ୍‌ ଭୌମିକଙ୍କ ସମେତ ବହୁ ଲୋକଙ୍କ ନାମରେ ଆଇପିସି ଦଫା ୪୨୦, ୧୨୦(ବି),/୩୪ ଏବଂ ପ୍ରାଇଜ୍‌ ଚିଟ୍ସ ଆଣ୍ଡ ମନି ସର୍କୁଲେଶନ ସ୍କିମ୍‌(ନିଷେଦ୍ଧ) ଆକ୍ଟ ଦଫା ୪, ୫, ୬ରେ ଏକ ମାମଲା (ନଂ. ୧୫/୨୦୧୩) ରୁଜୁ କରାଯାଇଥିଲା। ପରେ ଉକ୍ତ ମାମଲାର ତଦନ୍ତ ଭାର ୨୮।୫।୨୦୧୩ରେ ଭୁବନେଶ୍ୱର ଇଓଡବ୍ଲ୍ୟୁ ନେଇଥିଲା। ମାମଲାର ତଦନ୍ତ ସମୟରେ ପୂର୍ବରୁ ରୋଜ୍‌ଭ୍ୟାଲି ଚେୟାରମ୍ୟାନ୍‌ ଗୌତମ କୁଣ୍ଡୁ ଏବଂ ପରିଚାଳନା ସଦସ୍ୟ ଶିବମୟ ଦତ୍ତଙ୍କ ସମେତ ୩ଜଣ ଗିରଫ ହୋଇସାରିଥିବାବେଳେ ଭୌମିକ ଫେରାର ଥିଲେ। ତାଙ୍କୁ ଗିରଫ କରିବା ପାଇଁ ଇଓଡବ୍ଲ୍ୟୁ ବିଭିନ୍ନ ସ୍ଥାନରେ ଜାଲ ବିଛାଇଥିଲା। ଏନେଇ ଇଓଡବ୍ଲ୍ୟୁ ପକ୍ଷରୁ ଅଧିକ ତଦନ୍ତ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri