ଏସ୍‌ଏସ୍‌ସି ଆସିଷ୍ଟାଣ୍ଟ ଅଡିଟ୍‌ ଅଫିସର ପରୀକ୍ଷା: ସର୍ବଭାରତୀୟ ସ୍ତରରେ ରୋଷନ ଟପ୍ପର

ଖୋର୍ଦ୍ଧା ଅଫିସ,୯।୪: କଠିନ ପରିଶ୍ରମ, ଲକ୍ଷ୍ୟସ୍ଥଳରେ ପହଞ୍ଚିବାର ସ୍ବପ୍ନ ଏବଂ ଦୃଢ଼ ମନୋବଳ ସଫଳତା ଆଣିଦିଏ। ଏହାର ଉଦାହରଣ ପାଲଟିଛନ୍ତି ଖୋର୍ଦ୍ଧା ଜିଲା ଜଟଣୀର ରୋଷନ ଜେନା। ସର୍ବଭାରତୀୟ ସ୍ତରରେ ଓଡ଼ିଶା ପାଇଁ ଗୌରବ ଆଣିଛନ୍ତି ରୋଷନ। ଏସ୍‌ଏସ୍‌ସି ଆସିଷ୍ଟାଣ୍ଟ ଅଡିଟ୍‌ ଅଫିସର(ଏଏଓ) ପରୀକ୍ଷାରେ ୧୩ଲକ୍ଷ ପରୀକ୍ଷାର୍ଥୀଙ୍କୁ ପଛରେ ପକାଇ ଜାତୀୟ ସ୍ତରରେ ରୋଷନ ପ୍ରଥମ ସ୍ଥାନ ଅଧିକାର କରିଛନ୍ତି। ଜଟଣୀ ରେଲଓ୍ବେ କଲୋନୀରେ ରହୁଥିବା ଭୀମସେନ ଓ ସବିତାଙ୍କ ବଡ଼ପୁଅ ରୋଷନ ପିଲାବେଳୁ ଜଣେ ମେଧାବୀ ଛାତ୍ର। ସେ ଖୋର୍ଦ୍ଧାରୋଡ୍‌ସ୍ଥିତ କେନ୍ଦ୍ରୀୟ ବିଦ୍ୟାଳୟରୁ ମାଟ୍ରିକ ଏବଂ ଏନ୍‌ଆଇଟି ରାଉରକେଲାରୁ ବି-ଟେକରେ ସ୍ନାତକ ଡିଗ୍ରୀ ହାସଲ କରିଛନ୍ତି। ଆଇଏଏସ୍‌ ହେବା ଲକ୍ଷ୍ୟରେ ପାଠପଢ଼ା ଜାରି ରଖିଥିବା ରୋଷନ ଏସଏସସି ଆସିଷ୍ଟାଣ୍ଟ ଅଡିଟ ପରୀକ୍ଷା ଦେଇଥିଲେ। କୋଭିଡ୍‌ ଯୋଗୁ ପରୀକ୍ଷା ଫଳ ପ୍ରକାଶନରେ ବିଳମ୍ବ ଘଟିଥିଲା। ସଦ୍ୟ ପ୍ରକାଶିତ ପରୀକ୍ଷାରେ ରୋଷନ ସର୍ବଭାରତୀୟ ସ୍ତରରେ ଟପ୍ପର ହୋଇଛନ୍ତି। ଏନେଇ ପରିବାର ଏବଂ ଜଟଣୀ ଅଞ୍ଚଳରେ ଖୁସିର ଲହରି ଖେଳିଯାଇଛି।
ରୋଷନ କହିଛନ୍ତି, ଲକ୍ଷ୍ୟସ୍ଥଳରେ ପହଞ୍ଚିିବା ଲାଗି କଠିନ ସାଧନା ଆବଶ୍ୟକ। ବିନା ପରିଶ୍ରମରେ କୌଣସି ସଫଳତା ମିଳି ନ ଥାଏ। ପରୀକ୍ଷା ପାଇଁ ଦୈନିକ ୧୦ରୁ ୧୨ଘଣ୍ଟା ପରିଶ୍ରମ କରୁଥିଲି। ବାପା ମା’ଙ୍କ ଆଶୀର୍ବାଦ ଏବଂ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ କୃପାରୁ ଏହି ସଫଳତା ପାଇଛି। ଜୀବନରେ ସଫଳତା ନ ପାଇବା ପର୍ଯ୍ୟନ୍ତ ନିରନ୍ତର ଅଭ୍ୟାସ ଏବଂ ପରିଶ୍ରମ ଜାରି ରଖିବାକୁ ସେ ଯୁବପିଢିଙ୍କୁ ପରାମର୍ଶ ଦେଇଛନ୍ତି। ନିଜ ଭାଗ୍ୟକୁ ଦୋଷ ଦେବା ପରିବର୍ତ୍ତେ, କର୍ମକ୍ଷେତ୍ରରେ ନିଷ୍ଠାପର ଭାବେ ଆଗେଇ ଚାଲିଲେ, ଦିନେ ନା ଦିନେ ସଫଳତା ମିଳିବ। ଆଇଏଏସ୍‌ ପରୀକ୍ଷାରେ କୃତକାର୍ଯ୍ୟ ହେବା ତାଙ୍କ ଲକ୍ଷ୍ୟ ବୋଲି ସେ କହିଛନ୍ତି। ଏହି ସଫଳତା ପରେ ତାଙ୍କ ନିକଟକୁ ଶୁଭେଚ୍ଛାର ସୁଅ ଛୁଟିଛି।

 

 


Enter your email to get our daily news in your inbox.

All Right Reserved By Dharitri.Com

ପରିବା ଖାଇବାକୁ ଆସି କୂଅରେ ପଡ଼ିଗଲେ ବାରହା, ତାପରେ….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ରେଞ୍ଜ ଉଖୁଣ୍ଡା ସେକ୍ସନ ଅଧିନସ୍ଥ ଜ୍ୟୋତିପୁର ବାଉଟିଆପଦା ଗ୍ରାମରେ ଆଜି ଅଭାବନୀୟ ଘଟଣା ଘଟିଛି । ଉକ୍ତ ଗ୍ରାମରେ ଜଣେ…

ହାସ୍ୟ ଅଭିନେତା ରାଜପାଳ ଯାଦବଙ୍କୁ ଦିଲ୍ଲୀ ହାଇକୋର୍ଟରୁ ମିଳିଲା ଆଶ୍ୱସ୍ତି, ଜାମିନ ପାଇଁ ଦେବାକୁ ପଡ଼ିଲା ଏତେ କୋଟି ଟଙ୍କା

ନୂଆଦିଲ୍ଲୀ,୧୬।୨: ଚେକ-ବାଉନ୍ସ ମାମଲାରେ ତିହାର ଜେଲରେ ଥିବା ଅଭିନେତା ରାଜପାଲ ଯାଦବଙ୍କୁ ସୋମବାର ଦିଲ୍ଲୀ ହାଇକୋର୍ଟରୁ ଏକ ବଡ଼ ଆଶ୍ୱସ୍ତି ମିଳିଛି। ତାଙ୍କ ଜାମିନ ଆବେଦନର ଶୁଣାଣି…

ଲକ୍ଷାଧିକ ଟଙ୍କା ନେଇ ବାଇକରେ ଯାଉଥିଲେ ଧାନ ବ୍ୟବସାୟୀ, ଅଧାବାଟରେ ବନ୍ଧୁକ ଦେଖାଇ ଲୁଟେରା….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା କେନ୍ଦୁଝର – ପାଟଣା ରାସ୍ତାର ମଇଦାନକେଲ ନିକଟରେ ବଡ଼ ଧରଣର ଲୁଟ୍ । ସୋମବାର ସକାଳେ ପ୍ରାୟ…

ପରୀକ୍ଷା ଦେବେନାହିଁ ବୈଭବ ସୂର୍ଯ୍ୟବଂଶୀ, କାରଣ କହିଲେ ପିତା

ନୂଆଦିଲ୍ଲୀ,୧୬।୨: ଆଇସିସି ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ରେ ଟିମ ଇଣ୍ଡିଆର ବିଜୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିବା ୧୪ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ସମ୍ପର୍କରେ ଏକ…

ଟିମ ଇଣ୍ଡିଆ ହାତରୁ ଖସିପାରେ ବିଶ୍ୱକପ୍‌ ଟ୍ରଫି: ପାକିସ୍ତାନ ବିପକ୍ଷ ବିଜୟ ଭଲ ସଙ୍କେତ ନୁହେଁ, ଡରାଉଛି ସଂଯୋଗ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ୨୦୨୬ ଟି୨୦ ବିଶ୍ୱକପ୍‌ର ଗ୍ରୁପ ପର୍ଯ୍ୟାୟରେ ପାକିସ୍ତାନକୁ ପରାସ୍ତ କରି ସୁପର ୮ରେ ପ୍ରବେଶ କରିଥିଲା। ଫଳାଫଳ କାହାକୁ ଆଶ୍ଚର୍ଯ୍ୟ କରି ନ…

କାଲି CBSE ଦଶମ-ଦ୍ବାଦଶ ପରୀକ୍ଷା, ସକାଳ ୧୦ ପୂର୍ବରୁ ପରୀକ୍ଷା କେନ୍ଦ୍ରରେ ପହଞ୍ଚିବାକୁ CBSEର ନିର୍ଦ୍ଦେଶ

ଭୁବନେଶ୍ବର,୧୬ା୨: ମଙ୍ଗଳବାର ଠାରୁ ଆରମ୍ଭ ହେବାକୁ ଯାଉଛି CBSE ଦଶମ, ଦ୍ବାଦଶ ପରୀକ୍ଷା । ୪୬ ଲକ୍ଷରୁ ଊର୍ଦ୍ଧ୍ବ ପରୀକ୍ଷାର୍ଥୀ ଏଥର ଦେବେ ଦଶମ ଓ ଦ୍ବାଦଶ…

ଲୋ ବ୍ଲଡପ୍ରେସର ସମସ୍ୟା ଅଛି କି ? ଏଥିରୁ ମୁକୁଳିବା ପାଇଁ ପିଅନ୍ତୁ…

ମିଶ୍ରିରେ ଅନେକ ପ୍ରକାର ସ୍ବାସ୍ଥ୍ୟୋପକାରୀ ଗୁଣ ଭରି ରହିଛି। ଏଥିରେ ବିଭିନ୍ନ ପ୍ରକାର ଭିଟାମିନ୍‌ ଏବଂ ଆମିନୋ ଏସିଡ ରହିଛି। ଯଦି ଆପଣଙ୍କର ଲଗାତର କାଶ ହେଉଛି…

Video: ହ୍ୟାଣ୍ଡସେକ୍‌ ବିବାଦ ମଧ୍ୟରେ, ୱାସିମ ଆକ୍ରମଙ୍କୁ ଆଲିଙ୍ଗନ କଲେ ରୋହିତ ଶର୍ମା, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୬।୨: ରବିବାର T20 World Cup 2026 ରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଏକ ହାଇ-ଭୋଲଟେଜ ମ୍ୟାଚ ଖେଳାଯାଇଥିଲା। ଟିମ ଇଣ୍ଡିଆ ଏକତରଫା ଭାବରେ ୬୧…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri