ରାଉରକେଲା ବିମାନବନ୍ଦର କାମ ସରିଲାଣି

ଭୁବନେଶ୍ବର,୨୦ା୧୨(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଓ ୫-ଟି ସଚିବ ଭି.କେ. ପାଣ୍ଡିଆନ ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମ ସହିତ ରାଉରକେଲା ବିମାନ ବନ୍ଦର ଏବଂ ବିଭିନ୍ନ ଭିତ୍ତିଭୂମି ନିର୍ମାଣ କାର୍ଯ୍ୟର ଅଗ୍ରଗତି ନେଇ ସୋମବାର ସମୀକ୍ଷା କରିଛନ୍ତି। ଏହି ସଚିବସ୍ତରୀୟ ଟିମ୍‌ରେ କ୍ରୀଡ଼ା ଏବଂ ଯୁବ ସେବା ବିଭାଗ ସଚିବ ଆର୍‌. ଭିନିଲକ୍ରିଷ୍ଣା ଏବଂ ଇଡ୍‌କୋ ପରିଚାଳନା ନିର୍ଦ୍ଦେଶକ ଭୂପେନ୍ଦ୍ର ସିଂ ପୁନିଆ ମଧ୍ୟ ଯୋଗଦେଇଥିଲେ।
ଏହି ଟିମ୍‌ ପ୍ରଥମେ ରାଉରକେଲା ବିପିୟୁଟି କ୍ୟାମ୍ପସରେ ନିର୍ମାଣାଧୀନ ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମ ଅନୁଧ୍ୟାନ କରିଛନ୍ତି। ଉଭୟ ମୁଖ୍ୟ ଏବଂ ଅଭ୍ୟାସ ପଡ଼ିଆର ନିର୍ମାଣ କାର୍ଯ୍ୟ ଶେଷ ହୋଇସାରିଛି। ଷ୍ଟାଡିୟମର ୨ଟି ଯାକ ପିଚ୍‌ ଓ ହାଇମାଷ୍ଟ ଲାଇଟ ଯାଞ୍ଚ ପରେ ଖେଳ ପାଇଁ ଲାଇସେନ୍ସ ମିଳିଛି। ଏଠାରେ ଉଲେଖନୀୟ ଯେ, ପୁରୁଷ ହକି ବିଶ୍ବକପର ୨୦ଟି ମ୍ୟାଚ ରାଉରକେଲାରେ ଖେଳାଯିବ। ପ୍ରଥମ ମ୍ୟାଚ ଜାନୁୟାରୀ ୧୩ରେ ଭାରତ ଓ ସ୍ପେନ ମଧ୍ୟରେ ଅନୁଷ୍ଠିତ ହେବ। ଏହାପୂର୍ବରୁ ଆସନ୍ତା ୨୪ରୁ ୩ଟି ଅଭ୍ୟାସ ମ୍ୟାଚ ଖେଳାଯିବ। ଏହି ଅଭ୍ୟାସ ମ୍ୟାଚରେ ଯଦି କିଛି ତ୍ରୁଟି ରହିଲା ତେବେ ଭିତ୍ତିଭୂମିକୁ ସୁଦୃଢ଼ କରିବା ନିମନ୍ତେ ପଦକ୍ଷେପ ଗ୍ରହଣ କରାଯିବ। ଏହାସହ ରାଉରକେଲା ବିମାନ ବନ୍ଦରର କାର୍ଯ୍ୟ ଶେଷ ହୋଇଛି ଏବଂ ଖୁବ୍‌ଶୀଘ୍ର ଆବଶ୍ୟକ ଲାଇସେନ୍ସ ମିଳିବା ନେଇ ମୁଖ୍ୟ ଶାସନ ସଚିବ କହିଛନ୍ତି। ଉଡ଼ାଣ ଯୋଜନାରେ ଖେଳାଳିଙ୍କ ପାଇଁ ୪ଟି ବିମାନ ସୁବିଧା ମିଳିବ।
ରାଉରକେଲାରେ ପ୍ରଥମ ଥର ପାଇଁ ହକି ବିଶ୍ୱକପ ହେବାକୁ ଯାଉଛି। ତେଣୁ ହକି ମ୍ୟାଚ୍‌ ଦେଖିବା ଲାଗି ରାଜ୍ୟ ତଥା ରାଜ୍ୟ ବାହାରୁ ବହୁ ଦର୍ଶକ ରାଉରକେଲାକୁ ଆସିବେ। ତେଣୁ ଦର୍ଶକମାନଙ୍କ ଗାଡ଼ିଗୁଡ଼ିକୁ ସୁବିଧାରେ ରଖିବା ପାଇଁ ଷ୍ଟାଡିୟମ ଚାରିପଟେ ଆଧୁନିକ ପାର୍କିଂ ସ୍ଥଳ କରାଯାଉଛି। ଏହାଛଡ଼ା ଷ୍ଟାଡିୟମ ଭିତରେ ପାନୀୟ ଜଳ ଏବଂ ଶୌଚାଳୟ ଆଦି ସୁବିଧା କରାଯାଉଛି। ଯେଉଁ ଦର୍ଶକମାନେ ଷ୍ଟାଡିୟମ ବାହାରେ ରହିଥିବେ ସେମାନଙ୍କ ପାଇଁ ବିଭିନ୍ନ ସ୍ଥାନରେ ଏଲଇଡି ବ୍ୟବସ୍ଥା ହୋଇଛି। ଏହି ସମୟରେ ସୁନ୍ଦରଗଡ଼ ଜିଲାପାଳ ଡାକ୍ତର ପରାଗ ହର୍ଷଦ ଗାଭାଲି, ରାଉରକେଲା ଅତିରିକ୍ତ ଜିଲାପାଳ ତଥା ମହାନଗର ନିଗମ କମିଶନର ଡାକ୍ତର ଶୁଭଙ୍କର ମହାପାତ୍ରଙ୍କ ସହିତ ଜିଲା ପ୍ରଶାସନ ଏବଂ ରାଉରକେଲା ମହାନଗର ନିଗମର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।
ସୂଚନାଯୋଗ୍ୟ ଯେ, ୨୦୨୩ ପୁରୁଷ ହକି ବିଶ୍ୱକପ ଓଡ଼ିଶାରେ ଖେଳାଯିବ। ଏହି ବିଶ୍ୱକପ୍‌ ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମ ସହିତ ରାଉରକେଲାରେ ନିର୍ମାଣାଧୀନ ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମରେ ହେବାକୁ ଯାଉଛି। ଏହି କ୍ରୀଡ଼ା ଭିତ୍ତିଭୂମି ଭାରତର ସବୁଠୁ ବଡ଼ ହକି ଷ୍ଟାଡିୟମର ରୂପ ନେବାକୁ ଯାଉଛି। ଏହି ଷ୍ଟାଡିୟମରେ ଏକା ସାଙ୍ଗରେ ୨୦ ହଜାରରୁ ଅଧିକ ଦର୍ଶକ ବସି ଖେଳ ଉପଭୋଗ କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ବୁଲାଣି ରାସ୍ତାରେ ୨ ବସ୍‌ ମୁହାଁମୁହିଁ: ଡ୍ରାଇଭରଙ୍କ ଜୀବନ ଗଲା, ୩୫ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ

ସୋନପୁର,୧୦।୫(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର-ସମ୍ବଲପୁର ରାସ୍ତାର ଉଲୁଣ୍ଡା ବ୍ଲକସ୍ଥିତ ଡୁଡୁପାଲି ଛକରେ ଶୁକ୍ରବାର ରାତିରେ ସଡକ ଦୁର୍ଘଟଣା ଘଟିଛି। ବୁଲାଣି ରାସ୍ତାରେ ୨ ଯାତ୍ରୀବାହୀ ବସ୍‌ ମଧ୍ୟରେ...

ୟୁଜିସି-ଏନ୍‌ଇଟି ଆବେଦନ ଅବଧି ବଢ଼ିଲା

ଭୁବନେଶ୍ୱର, ୧୦।୫(ଅସମାପିକା ସାହୁ) – ଆସନ୍ତା ମାସରେ ୟୁଜିସି-ଏନ୍‌ଇଟି ଅନୁଷ୍ଠିତ ହେବ। ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି(ଏନ୍‌ଟିଏ) ଦ୍ୱାରା ପରିଚାଳିତ ଏହି ପ୍ରବେଶିକା ପରୀକ୍ଷା ପାଇଁ ଆବେଦନ...

ମେଣ୍ଟକୁ ନେଇ ସଫାସଫା କହିଦେଲେ ମୋଦି, ଜାତୀୟ ଗଣମାଧ୍ୟମରେ ଚହଳ

ଭୁବନେଶ୍ୱର,୧୦।୪: ରାଜଧାନୀ ଭୁବନେଶ୍ୱରରେ ମେଗା ରୋଡ ଶୋ’ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ତେବେ ଏହି ରୋଡ ଶୋ’ ପରେ ମେଣ୍ଟକୁ ନେଇ ଜାତୀୟ ଗଣମାଧ୍ୟମରେ...

ଜାତୀୟ ଗଣମାଧ୍ୟମରେ ଓଡ଼ିଶାକୁ ନେଇ ମୋଦିଙ୍କ ବଡ଼ ବୟାନ, କହିଲେ ଏଥର…

ଭୁବନେଶ୍ୱର, ୧୦।୫: ରାଜଧାନୀ ଭୁବନେଶ୍ୱରରେ ମେଗା ରୋଡ ଶୋ’ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ତେବେ ଏହି ରୋଡ ଶୋ’ ପରେ ଓଡ଼ିଶାକୁ ନେଇ ଜାତୀୟ...

ଏଥର ହ୍ବାଟ୍ସଆପ୍‌ରେ ମିଳିବ ମାଟ୍ରିକ୍‌ ପରୀକ୍ଷାଫଳ

କଟକ,୧୦ା୫ (କାର୍ତ୍ତିକ ସାହୁ)- ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷାଫଳ ଆସନ୍ତା ୨୦ ତାରିଖ ପରେ ପ୍ରକାଶ ପାଇବ। ଛାତ୍ରୀଛାତ୍ରମାନେ ପୂର୍ବରୁ...

ବିଶାଳ ରାଲି ନୁହେଁ, ପ୍ରାର୍ଥିପତ୍ର ଦାଖଲ ପାଇଁ ସାଇକେଲରେ ପହଞ୍ଚିଲେ ସୁରଙ୍କ ପୁଅ ସିଦ୍ଧାର୍ଥ

ନିମାପଡ଼ା,୧୦ା୫: ପ୍ରାର୍ଥୀପତ୍ର ଦାଖଲ ସମୟରେ ସମସ୍ତ ପ୍ରାର୍ଥୀ ବିଶାଳ ରାଲି କରି ଯାଉଥିବା ନଜର ଆସିଥାଏ। ହେଲେ ନିମାପଡ଼ା ବିଧାନସଭା ଆସନର କଂଗ୍ରେସ ପ୍ରାର୍ଥୀ ସିଦ୍ଧାର୍ଥ...

କୋର୍ଟ ଆସିଲେନି ଅନୁଭବ

କଟକ,୧୦ା୫ (କାର୍ତ୍ତିକ ସାହୁ) ବର୍ଷାଙ୍କୁ ନିର୍ଯାତନା ଦେବା ନେଇ ରୁଜୁ ମାମଲାରେ ଅନୁଭବ ମହାନ୍ତି ଶୁକ୍ରବାର କୋର୍ଟ ଆସିଲେ ନାହିଁ। ଚାର୍ଜ ଫ୍ରେମ ପାଇଁ ଶୁକ୍ରବାର...

କମ୍ପିଲା ରାଜଧାନୀ, ଆରମ୍ଭ ହେଲା ମୋଦି ଶୋ’

ଭୁବନେଶ୍ୱର,୧୦।୫: ଆରମ୍ଭ ହେଲା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମେଗା ରୋଡ ଶୋ’। ଭୁବନେଶ୍ୱର ସ୍ଥିତ ଭାଜପା ରାଜ୍ୟ କାର୍ଯ୍ୟାଳୟରୁ ଆରମ୍ଭ ହୋଇଛି ମୋଦିଙ୍କ ରୋଡ ଶୋ’।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri