ରାଉରକେଲା ବିମାନବନ୍ଦର କାମ ସରିଲାଣି

ଭୁବନେଶ୍ବର,୨୦ା୧୨(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଓ ୫-ଟି ସଚିବ ଭି.କେ. ପାଣ୍ଡିଆନ ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମ ସହିତ ରାଉରକେଲା ବିମାନ ବନ୍ଦର ଏବଂ ବିଭିନ୍ନ ଭିତ୍ତିଭୂମି ନିର୍ମାଣ କାର୍ଯ୍ୟର ଅଗ୍ରଗତି ନେଇ ସୋମବାର ସମୀକ୍ଷା କରିଛନ୍ତି। ଏହି ସଚିବସ୍ତରୀୟ ଟିମ୍‌ରେ କ୍ରୀଡ଼ା ଏବଂ ଯୁବ ସେବା ବିଭାଗ ସଚିବ ଆର୍‌. ଭିନିଲକ୍ରିଷ୍ଣା ଏବଂ ଇଡ୍‌କୋ ପରିଚାଳନା ନିର୍ଦ୍ଦେଶକ ଭୂପେନ୍ଦ୍ର ସିଂ ପୁନିଆ ମଧ୍ୟ ଯୋଗଦେଇଥିଲେ।
ଏହି ଟିମ୍‌ ପ୍ରଥମେ ରାଉରକେଲା ବିପିୟୁଟି କ୍ୟାମ୍ପସରେ ନିର୍ମାଣାଧୀନ ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମ ଅନୁଧ୍ୟାନ କରିଛନ୍ତି। ଉଭୟ ମୁଖ୍ୟ ଏବଂ ଅଭ୍ୟାସ ପଡ଼ିଆର ନିର୍ମାଣ କାର୍ଯ୍ୟ ଶେଷ ହୋଇସାରିଛି। ଷ୍ଟାଡିୟମର ୨ଟି ଯାକ ପିଚ୍‌ ଓ ହାଇମାଷ୍ଟ ଲାଇଟ ଯାଞ୍ଚ ପରେ ଖେଳ ପାଇଁ ଲାଇସେନ୍ସ ମିଳିଛି। ଏଠାରେ ଉଲେଖନୀୟ ଯେ, ପୁରୁଷ ହକି ବିଶ୍ବକପର ୨୦ଟି ମ୍ୟାଚ ରାଉରକେଲାରେ ଖେଳାଯିବ। ପ୍ରଥମ ମ୍ୟାଚ ଜାନୁୟାରୀ ୧୩ରେ ଭାରତ ଓ ସ୍ପେନ ମଧ୍ୟରେ ଅନୁଷ୍ଠିତ ହେବ। ଏହାପୂର୍ବରୁ ଆସନ୍ତା ୨୪ରୁ ୩ଟି ଅଭ୍ୟାସ ମ୍ୟାଚ ଖେଳାଯିବ। ଏହି ଅଭ୍ୟାସ ମ୍ୟାଚରେ ଯଦି କିଛି ତ୍ରୁଟି ରହିଲା ତେବେ ଭିତ୍ତିଭୂମିକୁ ସୁଦୃଢ଼ କରିବା ନିମନ୍ତେ ପଦକ୍ଷେପ ଗ୍ରହଣ କରାଯିବ। ଏହାସହ ରାଉରକେଲା ବିମାନ ବନ୍ଦରର କାର୍ଯ୍ୟ ଶେଷ ହୋଇଛି ଏବଂ ଖୁବ୍‌ଶୀଘ୍ର ଆବଶ୍ୟକ ଲାଇସେନ୍ସ ମିଳିବା ନେଇ ମୁଖ୍ୟ ଶାସନ ସଚିବ କହିଛନ୍ତି। ଉଡ଼ାଣ ଯୋଜନାରେ ଖେଳାଳିଙ୍କ ପାଇଁ ୪ଟି ବିମାନ ସୁବିଧା ମିଳିବ।
ରାଉରକେଲାରେ ପ୍ରଥମ ଥର ପାଇଁ ହକି ବିଶ୍ୱକପ ହେବାକୁ ଯାଉଛି। ତେଣୁ ହକି ମ୍ୟାଚ୍‌ ଦେଖିବା ଲାଗି ରାଜ୍ୟ ତଥା ରାଜ୍ୟ ବାହାରୁ ବହୁ ଦର୍ଶକ ରାଉରକେଲାକୁ ଆସିବେ। ତେଣୁ ଦର୍ଶକମାନଙ୍କ ଗାଡ଼ିଗୁଡ଼ିକୁ ସୁବିଧାରେ ରଖିବା ପାଇଁ ଷ୍ଟାଡିୟମ ଚାରିପଟେ ଆଧୁନିକ ପାର୍କିଂ ସ୍ଥଳ କରାଯାଉଛି। ଏହାଛଡ଼ା ଷ୍ଟାଡିୟମ ଭିତରେ ପାନୀୟ ଜଳ ଏବଂ ଶୌଚାଳୟ ଆଦି ସୁବିଧା କରାଯାଉଛି। ଯେଉଁ ଦର୍ଶକମାନେ ଷ୍ଟାଡିୟମ ବାହାରେ ରହିଥିବେ ସେମାନଙ୍କ ପାଇଁ ବିଭିନ୍ନ ସ୍ଥାନରେ ଏଲଇଡି ବ୍ୟବସ୍ଥା ହୋଇଛି। ଏହି ସମୟରେ ସୁନ୍ଦରଗଡ଼ ଜିଲାପାଳ ଡାକ୍ତର ପରାଗ ହର୍ଷଦ ଗାଭାଲି, ରାଉରକେଲା ଅତିରିକ୍ତ ଜିଲାପାଳ ତଥା ମହାନଗର ନିଗମ କମିଶନର ଡାକ୍ତର ଶୁଭଙ୍କର ମହାପାତ୍ରଙ୍କ ସହିତ ଜିଲା ପ୍ରଶାସନ ଏବଂ ରାଉରକେଲା ମହାନଗର ନିଗମର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।
ସୂଚନାଯୋଗ୍ୟ ଯେ, ୨୦୨୩ ପୁରୁଷ ହକି ବିଶ୍ୱକପ ଓଡ଼ିଶାରେ ଖେଳାଯିବ। ଏହି ବିଶ୍ୱକପ୍‌ ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମ ସହିତ ରାଉରକେଲାରେ ନିର୍ମାଣାଧୀନ ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମରେ ହେବାକୁ ଯାଉଛି। ଏହି କ୍ରୀଡ଼ା ଭିତ୍ତିଭୂମି ଭାରତର ସବୁଠୁ ବଡ଼ ହକି ଷ୍ଟାଡିୟମର ରୂପ ନେବାକୁ ଯାଉଛି। ଏହି ଷ୍ଟାଡିୟମରେ ଏକା ସାଙ୍ଗରେ ୨୦ ହଜାରରୁ ଅଧିକ ଦର୍ଶକ ବସି ଖେଳ ଉପଭୋଗ କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

TPWODLର ବଡ଼ ସୂଚନା, ଏହି ସମୟରୁ ହେବ ବିଦ୍ୟୁତ୍‌ କାଟ୍‌…

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଶୁକ୍ରବାର କ୍ରମାଗତ ୬ଘଣ୍ଟା ଧରି ବିଦ୍ୟୁତ୍‌ ସେବା ବନ୍ଦ ରହିବ। ସକାଳ ୯ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ସହରରେ ବିଦ୍ୟୁତ୍‌ ସରବରାହ…

ବରଗଡ଼ରେ ହେବ ବଡ଼ ବିକ୍ଷୋଭ ସମାବେଶ, ଜାଣନ୍ତୁ…

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ): ସମ୍ବିଧାନ ଏବଂ ଗଣତନ୍ତ୍ରର ସୁରକ୍ଷା ପାଇଁ ବରଗଡ଼ ଜିଲାର ବିଭିନ୍ନ ଜନ ସଂଗଠନ, କୃଷକ ସଂଗଠନ ଓ ନାଗରିକମାନଙ୍କୁ ନେଇ ସମ୍ବିଧାନ ଓ ଗଣତନ୍ତ୍ର…

College Election Suspend: ବାତିଲ ହେଲା କଲେଜ ନିର୍ବାଚନ, ବଡ଼ ନିଷ୍ପତ୍ତି ନେଲେ…

ଭୁବନେଶ୍ୱର,୮।୧୦: ବଡ଼ ଖବର । କଲେଜ ନିର୍ବାଚନ ବାତିଲ । VNରେ ଉତ୍ତେଜନା ପରେ ନିଷ୍ପତ୍ତି । ଯାଜପୁର ବ୍ୟାସନଗରରେ ଥିବା ଭି.ଏନ୍‌. ସ୍ବୟଂଶାସିତ ମହାବିଦ୍ୟାଳୟରେ ଏଥର…

୩ ରାଶି ଉପରେ କେତୁଙ୍କ କ୍ରୁର ଦୃଷ୍ଟି! ସାମାନ୍ୟ ଭୂଲ ପଡିବ ଭାରୀ, ଚାକିରିରେ ବଢିବ ଟେନଶନ

୩ ଅକ୍ଟୋବର ୨୦୨୬ରେ କେତୁ ସିଂହ ରାଶିରେ ଥିବା ନିଜର ମଘା ନକ୍ଷତ୍ରର ପ୍ରଥମ ପାଦରେ ପ୍ରବେଶ କରିସାରିଛି। ଏହି ନକ୍ଷତ୍ର ଗୋଚର ୫ ଡିସେମ୍ୱର ୨୦୨୬…

ପୋଖରୀରେ ବୁଡ଼ି ଚାଲିଗଲା ଦ୍ୱିତୀୟ ଶ୍ରେଣୀ ଛାତ୍ରଙ୍କ ଜୀବନ, ଗାଁରେ ଶୋକ

ଦିଗପହଣ୍ଡି,୮।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏରେନଡ୍ରା ପଞ୍ଚାୟତ ଆମ୍ବଠା ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ଦ୍ୱିତୀୟ ଶ୍ରେଣୀରେ ପଢୁୁଥିବା ଖଲିଙ୍ଗି…

ଜୁଆଆଡ୍ଡା ପରିଚାଳନାକୁ ନେଇ ୨ ଗୋଷ୍ଠୀଙ୍କ ମଧ୍ୟରେ ଉତ୍ତେଜନା, ଜେଲ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୮।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡି ପଞ୍ଚାୟତ କାଣ୍ଡସର ଗାଁ ନିକଟରେ ଦୀର୍ଘ ଦିନ ହେଲା ଚାଲିଥିବା ଜୁଆଆଡ୍ଡା ପରିଚାଳନାକୁ କେନ୍ଦ୍ରକରି ୨…

ଅକ୍ଟୋବର ୧୭ରେ ସୂର୍ଯ୍ୟଙ୍କ ବଡ଼ ଗୋଚର: ୩ ରାଶି ରୁହନ୍ତୁ ସାବଧାନ! ପାଖରୁ ଚାଲିଯିବ ସବୁ ଟଙ୍କା

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଅକ୍ଟୋବର ମଧ୍ୟଭାଗରେ ଗ୍ରହ ସ୍ଥିତିରେ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି । ପ୍ରକୃତରେ, ବୈଦିକ କ୍ୟାଲେଣ୍ଡର ଅନୁସାରେ, ଆସନ୍ତା ଅକ୍ଟୋବର ୧୭…

ଲୋକଙ୍କ ଅଭିଯୋଗ ଶୁଣିଲେ ବିଧାୟକ

ପାଟଣା,୮।୧୦(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ପଞ୍ଚାୟତରେ ଗୁରୁବାର ‘ସେବା ସେତୁ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?