ଗଡ଼ିଲା ରାଉରକେଲା-ବାଦାମପାହାଡ଼ ଏକ୍ସପ୍ରେସ

ରାଉରକେଲା,୨୬ା୧୧(ବିପ୍ଳବରଞ୍ଜନ ଦାଶ): ରାଉରକେଲା ରେଳଷ୍ଟେଶନ ୫ନମ୍ବର ପ୍ଲାଟଫର୍ମରୁ ରବିବାର ରାଉରକେଲା-ବାଦାମପାହାଡ଼ ସାପ୍ତାହିକ ଏକ୍ସପ୍ରେସର ବିଧିବଦ୍ଧ ଚଳାଚଳ ଆରମ୍ଭ ହୋଇଛି। ଗତ ମଙ୍ଗଳବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମୟୂରଭଞ୍ଜ ଜିଲା ଗସ୍ତ କରି ବାଦାମପାହାଡ ରେଳଷ୍ଟେସନଠାରୁ ୩ଟି ନୂତନ ଟ୍ରେନ ଚଳାଚଳ ଶୁଭାରମ୍ଭ କରିଥିଲେ। ଏହି ୩ଟି ଟ୍ରେନ୍‌ ହେଉଛି ବାଦାମପାହାଡ଼-ଶାଲିମାର-ବାଦାମପାହାଡ଼ ଏକ୍ସପ୍ରେସ, ବାଦାମପାହାଡ଼ ଟାଟାନଗର ମେମୁ, ବାଦାମପାହାଡ଼-ରାଉରକେଲା-ବାଦାମପାହାଡ଼ ଏକ୍ସପ୍ରେସ।

ସେଥିମଧ୍ୟରୁ ବାଦାମପାହାଡ଼-ରାଉରକେଲା-ବାଦାମପାହାଡ଼ ଏକ୍ସପ୍ରେସ ରବିବାରଠାରୁ ଚଳାଚଳ ଆରମ୍ଭ କରିଛି। ଏହି ଟ୍ରେନ୍‌ ସକାଳ ୬ଟା ୩୦ରେ ବାଦାମପାହାଡ଼ ଛାଡ଼ି ରାଉରକେଲା ଅଭିମୁଖେ ଆସିଥିଲା। ସେହିପରି ଅପରାହ୍ନ ୨ଟା ୨୦ରେ ରାଉରକେଲା ଛାଡ଼ି ବାଦାମପାହାଡ଼ ଅଭିମୁଖେ ଯାଇଥିଲା। ସାପ୍ତାହିକ ବାଦାମପାହାଡ଼-ରାଉରକେଲା-ବାଦାମପାହାଡ ଏକ୍ସପ୍ରେସ ଟ୍ରେନ କେବଳ ରବିବାର ଦିନ ଚାଲିବ। ରାଉରକେଲା -ବାଦାମପାହାଡ଼ ମଧ୍ୟରେ ମନୋହରପୁର, ଗୋଏଲକେରା, ଚକ୍ରଧରପୁର, ରାଜଖରସୁଆଁ, ସିନି, ଟାଟାନଗର, ବହଲଦା ରୋଡ, ଅଁଳାଜୁରୀ, ରାଇରଙ୍ଗପୁର ଷ୍ଟେଶନରେ ଅଟକିବ।

ପ୍ରଥମ ଦିନରେ ରାଉରକେଲା ରେଳ ଷ୍ଟେସନଠାରୁ ରାଉରକେଲା ସମେତ ଜିଲାର ବିଭିନ୍ନ ଅଞ୍ଚଳ ଓ ଜିଲା ବାହାରୁ ବହୁଯାତ୍ରୀ ଏହି ଟ୍ରେନ୍‌ରେ ଯାତ୍ରା କରିଛନ୍ତି। ନୂତନ କରି ଏହି ଟ୍ରେନ ମୟୁରଭଞ୍ଜ ଜିଲା ସହ ସୁନ୍ଦରଗଡ଼ ଜିଲାକୁ ଯୋଡ଼ୁଛି। ସୁନ୍ଦରଗଡ଼ ସହ ମୟୁରଭଞ୍ଜ ଜିଲାର ରେଳଯାତ୍ରୀ ମହଲରେ ଖୁସି ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଠିକଣା ପଚାରିବା ଆଳରେ ଅପହରଣ ଉଦ୍ୟମ: ରାୟଗଡ଼ାରେ ଅଳ୍ପକେ ବର୍ତ୍ତିଲା ୧୨ ବର୍ଷର ପିଲା, ସହରରେ ଚାଞ୍ଚଲ୍ୟ

ରାୟଗଡା, ୨୪।୩(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡା ସହର ଅଞ୍ଚଳରେ ଏକ ଚିନ୍ତାଜନକ ଘଟଣା ସାମ୍ନାକୁ ଆସିଛି। ଆଜି ରାତ୍ର ପ୍ରାୟ ସାଢେ ୮ଟା ସମୟରେ ଜଣେ ୧୨…

ଥୁଆମୂଳ ରାମପୁରରେ ବାଘ ଆତଙ୍କ: ଜନଗହଳିପୂର୍ଣ୍ଣ ସାପ୍ତାହିକ ବଜାର ନିକଟରେ ବୁଲୁଛି ମହାବଳ, ଭୟଭୀତ ଅଞ୍ଚଳବାସୀ…

ଥୁଆମୂଳ ରାମପୁର, ୨୪।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜଲା ଥୁଆମୂଳ ରାମପୁର ବ୍ଲକ ତଳଆମ୍ବ ପଦର ପଞ୍ଚାୟତ ଅଞ୍ଚଳରେ ଏବେ ବାଘ ଆତଙ୍କ ଖେଳିଯାଇଛି। ମୁଖ୍ୟ ରାସ୍ତା…

ଥୁଆମୂଳ ରାମପୁରରେ ମା’ ଗଙ୍ଗାଦୀଙ୍କ ଚୈତ୍ର ଯାତ୍ରା ଆରମ୍ଭ: ଅନ୍ଧାରରେ ମା’ଙ୍କ ପରିକ୍ରମା, ପୂଜା କମିଟିର ଅବ୍ୟବସ୍ଥାକୁ ନେଇ …

ଥୁଆମୂଳ ରାମପୁର, ୨୪।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ପାରମ୍ପରିକ ଓ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ମା’ ଗଙ୍ଗାଦୀ ଠାକୁରାଣୀଙ୍କ ପ୍ରସିଦ୍ଧ ୮…

ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ପାଇଁ ଉତ୍ସବମୁଖର ତିଳେଶ୍ୱର ଗାଁ: ପୋଷ୍ୟ ଗ୍ରାମ ଘୋଷଣା କଲା ବ୍ଲକ ପ୍ରଶାସନ

ଦିଗପହଣ୍ଡି, ୨୪।୩ (ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ପଞ୍ଚାୟତର ଐତିହାସିକ ଗ୍ରାମ ତିଳେଶ୍ୱର ଏବେ ଉତ୍ସବମୁଖର। ମଙ୍ଗଳବାରଠାରୁ ଗ୍ରାମଦେବତୀ ମା’ ବୁଢ଼ୀ…

ରେଳମନ୍ତ୍ରୀଙ୍କୁ ଭେଟିଲେ ଏମପି ପ୍ରଦୀପ ପୁରୋହିତ: ପଶ୍ଚିମ ଓଡ଼ିଶାର ରେଳ ସମସ୍ୟାର ସମାଧାନ ପାଇଁ…

ବରଗଡ,୨୪।୩(ପ୍ରେମାନନ୍ଦ ଖମାରୀ) – ପଶ୍ଚିମ ଓଡ଼ିଶାରେ ରେଳ ବିକାଶ ନେଇ ବରଗଡ଼ ଲୋକସଭା ସାଂସଦ(ଏମପି) ପ୍ରଦୀପ ପୁରୋହିତ ମଙ୍ଗଳବାର କେନ୍ଦ୍ର ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କଠାରେ ଦାବି କରିଛନ୍ତି।…

ପାଣି ଟାଙ୍କିରେ ଅଜଣା ବ୍ୟକ୍ତିଙ୍କ ମୃତଦେହ, ହତ୍ୟା କରି ପ୍ରମାଣ ନଷ୍ଟ କରିବାକୁ ଫିଙ୍ଗି ଦେଇଥିବା ସନ୍ଦେହ, ଖୋଳତାଡ଼ କରୁଛି…

ବଲାଙ୍ଗୀର, ୨୪।୩ (ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ଅନ୍ତର୍ଗତ ଡୁଙ୍ଗିବାହାଲ ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ଥାନୀୟ ଚେକ୍‌ ଡ୍ୟାମ…

ପୁଣି ଅଶାନ୍ତ ବରଗଡ଼: ଅଟୋ ଚାଳକଙ୍କୁ ସାଇଡ୍‌ ଦେବାକୁ କହିବାରୁ ଭୁଜାଲି ମାଡ଼, ଭୟଭୀତ ସହରବାସୀ…

ବରଗଡ଼, ୨୪।୩ (ପ୍ରେମାନନ୍ଦ ଖମାରୀ): କିଛି ଦିନର ଶାନ୍ତି ପରେ ବରଗଡ଼ ସହର ପୁଣି ଅଶାନ୍ତ ହୋଇପଡ଼ିଛି। ମଙ୍ଗଳବାର ସନ୍ଧ୍ୟାରେ ସ୍ଥାନୀୟ ଟାଉନ ଥାନା ସମ୍ମୁଖ ହାଟପଦା…

ଭଞ୍ଜନଗରରେ ବଢୁଛି ଦୁର୍ଘଟଣା: ୪ ଘଣ୍ଟାରେ ୩ ଦୁର୍ଘଟଣା, ଜଣେ ମୃତ, ଦୁଇ ଗୁରୁତର…

ଭଞ୍ଜନଗର, ୨୪।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ଦୁର୍ଘଟଣା ହାର ବଢ଼ିବାରେ ଲାଗିଛି। ମଙ୍ଗଳବାର ମାତ୍ର ୪ ଘଣ୍ଟା ମଧ୍ୟରେ ଘଟିଥିବା ତିନୋଟି ପୃଥକ ପୃଥକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri