ଭୁବନେଶ୍ୱର, ୪।୭, (ସରୋଜ ଜେନା): ଓଡ଼ିଶା କ୍ରିକେଟ ଆସୋସିଏଶନ (ଓସିଏ) ଆନୁକୂଲ୍ୟରେ ଅନୁଷ୍ଠିତ ଆନ୍ତଃଜିଲ୍ଲା ମହିଳା କ୍ରିକେଟ ଟୁର୍ନାମେଣ୍ଟର ଦ୍ୱିତୀୟ ପର୍ଯ୍ୟାୟରେ ସୋମବାର ବିଜୟୀ ହୋଇଛନ୍ତି ରାଉରକେଲା ଓ ଭଦ୍ରକ। ରେଭେନ୍ସା ଗ୍ରାଉଣ୍ଡ-୧ରେ ଅନଷ୍ଠେିତ ପ୍ରଥମ ମ୍ୟାଚରେ ରାଉରକେଲା ୧୦ ଉଇକେଟରେ ପୁରୀକୁ ପରାସ୍ତ କରିଛି। ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିଥିବା ପୁରୀ ୨୦ ଓଭରରେ ୫ ଉଇକେଟ ହରାଇ ମାତ୍ର ୩୮ ରନ୍ କରିଥିଲା। ଦଳପକ୍ଷରୁ ଜଣେ ବି ବ୍ୟାଟର ଦୁଇ ଅଙ୍କ ଛୁଇଁ ନ ଥିବା ବେଳେ ଚିରଶ୍ରୀ ରାଉତ ସର୍ବାଧିକ ୮ ରନ୍ ସ୍କୋର କରିଥିଲେ। ରାଉରକେଲା ପକ୍ଷରୁ ଲେଖା ଲୟଲକା ଘାତକ ବୋଲିଂ କରି ମାତ୍ର ୩ ରନ୍ ବ୍ୟୟରେ ୪ ଉଇକେଟ ଅକ୍ତିଆର କରିଥିଲେ। ଜବାବରେ ରାଉରକେଲା ବିନା କ୍ଷତିରେ ୫ ଓଭରରେ ୩୯ ରନ୍ କରି ବିଜୟୀ ହୋଇଥିଲା। ରଞ୍ଜିତା ରଣସିଂ ଅପରାଜିତ ୨୩ ରନ୍ କରିଥିବା ବେଳେ ନିଧି ସିଂ ଅପରାଜିତ ୯ ରନ୍ କରିଥିଲେ। ରେଭେନ୍ସା ଗ୍ରାଉଣ୍ଡ-୨ରେ ଅନଷ୍ଠିତ ଦ୍ୱିତୀୟ ମ୍ୟାଚରେ ଭଦ୍ରକ ୧୦ ଉଇକେଟରେ ନବରଙ୍ଗପୁରକୁ ପରାସ୍ତ କରିଛି। ନବରଙ୍ଗପୁର ଟସ୍ ଜିତି ପ୍ରଥମେ ବ୍ୟାଟିଂ କରି ୨୦ ଓଭରରେ ୮ ଉଇକେଟ ହରାଇ ୩୬ ରନ୍ ସ୍କୋର କରିଥିଲା। ଅନନ୍ୟା ରାଉତ, ପୂଜା ଦାସ ଓ ଗାୟତ୍ରୀ ମହାନ୍ତି ପ୍ରତ୍ୟେକ ଦୁଇଟି ଲେଖାଏ ଉଇକେଟ ନେଇଥିଲେ। ଜବାବରେ ପୂଜା ଦାସ ଓ ଭାଗ୍ୟଶ୍ରୀ ରାଉତଙ୍କ ଅପରାଜିତ ୧୬ ରନ୍ ବଳରେ ବିନା ଉଇକେଟରେ ମ୍ୟାଚ୍ ଜିତି ନେଇଥିଲା ଭଦ୍ରକ।
ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା
ଓ୍ବାଶିଂଟନ୍,୮।୪: ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…
ଯୁଦ୍ଧବିରତିର ସତ କହିଦେଲା ରୁଷିଆ, ଟ୍ରମ୍ପ କରିଥିଲେ…
ନୂଆଦିଲ୍ଲୀ,୮।୪: ମଧ୍ୟପ୍ରାଚ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ପାଇଁ ଆମେରିକା ଏବଂ ଇରାନ ରାଜି ହୋଇଛନ୍ତି, ଯାହା ଉଭୟ ପକ୍ଷ ଦ୍ୱାରା ଘୋଷଣା କରାଯାଇଛି। ଡୋନାଲ୍ଡ ଟ୍ରମ୍ପଙ୍କ…
ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ
ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…
MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ
ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍ରେ ୩୯ ରନ୍…
ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…
ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…
ସାବଧାନ! ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ
ଭୁବନେଶ୍ୱର,୮ା୪: ଏଣିକି ସୋସିଆଲ ମିଡିଆ ୟୁଜର୍ସ ସାବଧାନ! ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର…
ଭୁବନେଶ୍ବରରେ ଛାତିଥରା ହତ୍ୟାକାଣ୍ଡ, ସ୍ତ୍ରୀର ତଣ୍ଟି କାଟି ବୀଭତ୍ସ ହତ୍ୟା କଲେ ସ୍ବାମୀ
ଭୁବନେଶ୍ବର,୮।୪: ରାଜଧାନୀ ଭୁବନେଶ୍ବରରେ ବୀଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି ସ୍ବାମୀ । ଭୁବନେଶ୍ୱର ଏୟାରଫିଲ୍ଡ ଥାନା ସ୍ୱସ୍ତି ନଗର…
ଗ୍ରାମ୍ୟ ପାଇପ୍ ଜଳ ଯୋଗାଣ ପମ୍ପ୍ ହାଉସ୍ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ କର୍ମଚାରୀ
ମୋହନା,୮ା୪ (ମନ୍ମଥ ମିଶ୍ର): ଗ୍ରାମ୍ୟ ପାଇପ ଜଳ ଯୋଗାଣ ପମ୍ପ୍ ହାଉସ୍ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଗଲେ ପମ୍ପ ଚାଳକ। ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି…
Archives

