ଭୁବନେଶ୍ୱର, ୪।୭, (ସରୋଜ ଜେନା): ଓଡ଼ିଶା କ୍ରିକେଟ ଆସୋସିଏଶନ (ଓସିଏ) ଆନୁକୂଲ୍ୟରେ ଅନୁଷ୍ଠିତ ଆନ୍ତଃଜିଲ୍ଲା ମହିଳା କ୍ରିକେଟ ଟୁର୍ନାମେଣ୍ଟର ଦ୍ୱିତୀୟ ପର୍ଯ୍ୟାୟରେ ସୋମବାର ବିଜୟୀ ହୋଇଛନ୍ତି ରାଉରକେଲା ଓ ଭଦ୍ରକ। ରେଭେନ୍ସା ଗ୍ରାଉଣ୍ଡ-୧ରେ ଅନଷ୍ଠେିତ ପ୍ରଥମ ମ୍ୟାଚରେ ରାଉରକେଲା ୧୦ ଉଇକେଟରେ ପୁରୀକୁ ପରାସ୍ତ କରିଛି। ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିଥିବା ପୁରୀ ୨୦ ଓଭରରେ ୫ ଉଇକେଟ ହରାଇ ମାତ୍ର ୩୮ ରନ୍ କରିଥିଲା। ଦଳପକ୍ଷରୁ ଜଣେ ବି ବ୍ୟାଟର ଦୁଇ ଅଙ୍କ ଛୁଇଁ ନ ଥିବା ବେଳେ ଚିରଶ୍ରୀ ରାଉତ ସର୍ବାଧିକ ୮ ରନ୍ ସ୍କୋର କରିଥିଲେ। ରାଉରକେଲା ପକ୍ଷରୁ ଲେଖା ଲୟଲକା ଘାତକ ବୋଲିଂ କରି ମାତ୍ର ୩ ରନ୍ ବ୍ୟୟରେ ୪ ଉଇକେଟ ଅକ୍ତିଆର କରିଥିଲେ। ଜବାବରେ ରାଉରକେଲା ବିନା କ୍ଷତିରେ ୫ ଓଭରରେ ୩୯ ରନ୍ କରି ବିଜୟୀ ହୋଇଥିଲା। ରଞ୍ଜିତା ରଣସିଂ ଅପରାଜିତ ୨୩ ରନ୍ କରିଥିବା ବେଳେ ନିଧି ସିଂ ଅପରାଜିତ ୯ ରନ୍ କରିଥିଲେ। ରେଭେନ୍ସା ଗ୍ରାଉଣ୍ଡ-୨ରେ ଅନଷ୍ଠିତ ଦ୍ୱିତୀୟ ମ୍ୟାଚରେ ଭଦ୍ରକ ୧୦ ଉଇକେଟରେ ନବରଙ୍ଗପୁରକୁ ପରାସ୍ତ କରିଛି। ନବରଙ୍ଗପୁର ଟସ୍ ଜିତି ପ୍ରଥମେ ବ୍ୟାଟିଂ କରି ୨୦ ଓଭରରେ ୮ ଉଇକେଟ ହରାଇ ୩୬ ରନ୍ ସ୍କୋର କରିଥିଲା। ଅନନ୍ୟା ରାଉତ, ପୂଜା ଦାସ ଓ ଗାୟତ୍ରୀ ମହାନ୍ତି ପ୍ରତ୍ୟେକ ଦୁଇଟି ଲେଖାଏ ଉଇକେଟ ନେଇଥିଲେ। ଜବାବରେ ପୂଜା ଦାସ ଓ ଭାଗ୍ୟଶ୍ରୀ ରାଉତଙ୍କ ଅପରାଜିତ ୧୬ ରନ୍ ବଳରେ ବିନା ଉଇକେଟରେ ମ୍ୟାଚ୍ ଜିତି ନେଇଥିଲା ଭଦ୍ରକ।
Bangladesh Violence: ବାଂଲାଦେଶ ଫେରୁ ଫେରୁ ତାରିକ ଅହମଦଙ୍କୁ କାହିଁକି ଫୋନ କଲେ ୟୁନୁସ? ପିତାଙ୍କ କବର ସ୍ଥଳକୁ ଯିବେ ‘ଡାର୍କ ପ୍ରିନ୍ସ’
ଢାକା,୨୬।୧୨: ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)ର କାର୍ଯ୍ୟକାରୀ ସଭାପତି ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲେଦା ଜିଆଙ୍କ ପୁଅ ତାରିକ ରହମାନ ୧୭ ବର୍ଷ ପରେ ଗୁରୁବାର...
ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ବଡ଼ ପୁରସ୍କାର: ରାଷ୍ଟ୍ରପତି ଦେଲେ….
ନୂଆଦିଲ୍ଲୀ,୨୬।୧୨: ଭାରତର ଯୁବ କ୍ରିକେଟର ବୈଭବ ସୂର୍ଯ୍ୟବଂଶୀ ପ୍ରତ୍ୟେକ ଦିନ ନୂଆ ନୂଆ ସଫଳତା ହାସଲ କରୁଛନ୍ତି। ମାତ୍ର ୧୪ ବର୍ଷ ବୟସରେ ବୈଭବ କ୍ରିକେଟ...
୨୦୨୬ର ପ୍ରଥମ ଦିନ ଭୁଲ୍ରେ ବି କରନ୍ତୁ ନାହିଁ ଏହି କାମ: ନଚେତ୍ ବର୍ଷସାରା ଗୋଡ଼ାଇବ ଦରିଦ୍ରତା
ନୂଆଦିଲ୍ଲୀ,୨୬।୧୨: ପ୍ରତିବର୍ଷ ଜାନୁଆରୀ ୧ କେବଳ ତାରିଖ ପରିବର୍ତ୍ତନ ନୁହେଁ, ବରଂ ବର୍ଷ ପରିବର୍ତ୍ତନକୁ ମଧ୍ୟ ଚିହ୍ନିତ କରେ। ୨୦୨୬ ନୂତନ ବର୍ଷ ଆସିବାକୁ ଆଉ...
ଚଳନ୍ତା କାର୍ରେ ଆଇଟି କମ୍ପାନୀ ମ୍ୟାନେଜରଙ୍କୁ ଗଣବଳାତ୍କାର, ସିଇଓଙ୍କ ସମେତ ୩ ଗିରଫ
ଉଦୟପୁର,୨୬।୧୨: ଚଳନ୍ତା ଗାଡ଼ିରେ ଗଣବଳାତ୍କାର। ଲିଫ୍ଟ ଦେଇ ଲୁଟିନେଲେ ଇଜ୍ଜତ। ନିଜ କମ୍ପାନୀର ଆଇଟି ମ୍ୟାନେଜରଙ୍କୁ ବଳାତ୍କାର କଲେ ସିଇଓ। ଏଭଳି ଏକ ଚାଞ୍ଚଲ୍ୟକର ଘଟଣା...
ଜଳସମ୍ପଦ କର୍ମଚାରୀଙ୍କ ଦାନ ଅର୍ଥରେ ଚାଲିଛି ଅଞ୍ଚଳବାସୀଙ୍କ ସେବା, ଆଗାମୀ ଦିନରେ…
ଭଞ୍ଜନଗର,୨୬ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜଳସମ୍ପଦ ବିଭାଗ କର୍ମଚାରୀମାନେ ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛନ୍ତି। କର୍ମଚାରୀମାନେ ୨୦୧୦ରେ ମିଶି ଭଞ୍ଜନଗର ଜଳସେଚନ ବିଭାଜନ କର୍ମଚାରୀ...
ରାତି ଅଧରେ ଲାଗିଲା ଗାଡ଼ି ଆଉ ତୁରନ୍ତ ଖାଲି ହେଲା ସରକାରୀ ଘର, ଗୋଟିଏ ମାସ ପୂର୍ବରୁ ମିଳିଥିଲା ନୋଟିସ
ପାଟନା,୨୬।୧୨: ବିହାରରେ ପୂର୍ବତନ ମୁଖ୍ୟମନ୍ତ୍ରୀ ରାବ୍ରିଙ୍କ ବାସଭବନରୁ ଛୋଟ ଜିନିଷପତ୍ର ହଟାଇବା ପ୍ରକ୍ରିୟା ଆରମ୍ଭ ହୋଇଛି। ଗୁରୁବାର ରାତିରେ, ପାଟନାର ୧୦ ସର୍କୁଲାର ରୋଡରେ ଥିବା...
୨୯ ବଲରେ ଅର୍ଦ୍ଧଶତକ କରି ପ୍ରଶଂସକଙ୍କ ମନ ଜିଣିଲେ ବିରାଟ
ନୂଆଦିଲ୍ଲୀ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ବ୍ୟାଟସମ୍ୟାନ ବିରାଟ କୋହଲି ୨୦୨୫-୨୬ ବିଜୟ ହଜାରେ ଟ୍ରଫିରେ ଆଉ ଏକ ଚମତ୍କାର ଇନିଂସ ଖେଳି ତାଙ୍କର ପ୍ରଭାବଶାଳୀ ଫର୍ମ...
କାନାଡ଼ାରେ ଆଉ ଜଣେ ଭାରତୀୟ ଯୁବକଙ୍କୁ ଗୁଳି, ଅଭିଯୁକ୍ତ ଫେରାର
ଓଟାଓ୍ବା,୨୬।୧୨: କାନାଡ଼ାର ଟୋରଣ୍ଟୋ ବିଶ୍ୱବିଦ୍ୟାଳୟର ସ୍କାରବୋରୋ କ୍ୟାମ୍ପସ ନିକଟରେ ଗୁଳିକାଣ୍ଡରେ ଜଣେ ଭାରତୀୟ ଛାତ୍ର ପ୍ରାଣ ହରାଇଛନ୍ତି। ଭାରତୀୟ କନସୁଲେଟ ଗୁରୁବାର (ଡିସେମ୍ବର ୨୫) ଦିନ...
Archives


