Posted inଖେଳ

ରାଉରକେଲା, ଭଦ୍ରକ ବିଜୟୀ

ଭୁବନେଶ୍ୱର, ୪।୭, (ସରୋଜ ଜେନା): ଓଡ଼ିଶା କ୍ରିକେଟ ଆସୋସିଏଶନ (ଓସିଏ) ଆନୁକୂଲ୍ୟରେ ଅନୁଷ୍ଠିତ ଆନ୍ତଃଜିଲ୍ଲା ମହିଳା କ୍ରିକେଟ ଟୁର୍ନାମେଣ୍ଟର ଦ୍ୱିତୀୟ ପର୍ଯ୍ୟାୟରେ ସୋମବାର ବିଜୟୀ ହୋଇଛନ୍ତି ରାଉରକେଲା ଓ ଭଦ୍ରକ। ରେଭେନ୍ସା ଗ୍ରାଉଣ୍ଡ-୧ରେ ଅନଷ୍ଠେିତ ପ୍ରଥମ ମ୍ୟାଚରେ ରାଉରକେଲା ୧୦ ଉଇକେଟରେ ପୁରୀକୁ ପରାସ୍ତ କରିଛି। ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିଥିବା ପୁରୀ ୨୦ ଓଭରରେ ୫ ଉଇକେଟ ହରାଇ ମାତ୍ର ୩୮ ରନ୍‌ କରିଥିଲା। ଦଳପକ୍ଷରୁ ଜଣେ ବି ବ୍ୟାଟର ଦୁଇ ଅଙ୍କ ଛୁଇଁ ନ ଥିବା ବେଳେ ଚିରଶ୍ରୀ ରାଉତ ସର୍ବାଧିକ ୮ ରନ୍‌ ସ୍କୋର କରିଥିଲେ। ରାଉରକେଲା ପକ୍ଷରୁ ଲେଖା ଲୟଲକା ଘାତକ ବୋଲିଂ କରି ମାତ୍ର ୩ ରନ୍‌ ବ୍ୟୟରେ ୪ ଉଇକେଟ ଅକ୍ତିଆର କରିଥିଲେ। ଜବାବରେ ରାଉରକେଲା ବିନା କ୍ଷତିରେ ୫ ଓଭରରେ ୩୯ ରନ୍‌ କରି ବିଜୟୀ ହୋଇଥିଲା। ରଞ୍ଜିତା ରଣସିଂ ଅପରାଜିତ ୨୩ ରନ୍‌ କରିଥିବା ବେଳେ ନିଧି ସିଂ ଅପରାଜିତ ୯ ରନ୍‌ କରିଥିଲେ। ରେଭେନ୍ସା ଗ୍ରାଉଣ୍ଡ-୨ରେ ଅନଷ୍ଠିତ ଦ୍ୱିତୀୟ ମ୍ୟାଚରେ ଭଦ୍ରକ ୧୦ ଉଇକେଟରେ ନବରଙ୍ଗପୁରକୁ ପରାସ୍ତ କରିଛି। ନବରଙ୍ଗପୁର ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରି ୨୦ ଓଭରରେ ୮ ଉଇକେଟ ହରାଇ ୩୬ ରନ୍‌ ସ୍କୋର କରିଥିଲା। ଅନନ୍ୟା ରାଉତ, ପୂଜା ଦାସ ଓ ଗାୟତ୍ରୀ ମହାନ୍ତି ପ୍ରତ୍ୟେକ ଦୁଇଟି ଲେଖାଏ ଉଇକେଟ ନେଇଥିଲେ। ଜବାବରେ ପୂଜା ଦାସ ଓ ଭାଗ୍ୟଶ୍ରୀ ରାଉତଙ୍କ ଅପରାଜିତ ୧୬ ରନ୍‌ ବଳରେ ବିନା ଉଇକେଟରେ ମ୍ୟାଚ୍‌ ଜିତି ନେଇଥିଲା ଭଦ୍ରକ।


Enter your email to get our daily news in your inbox.

All Right Reserved By Dharitri.Com

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

‘ବିଶ୍ୱବାସୀଙ୍କୁ ଭାରତ ଆସିବା ଉଚିତ ବୋଲି ଅନୁଭବ କରିବା ଦରକାର,’ ମହାକାଶ ଷ୍ଟାର୍ଟଅପ୍ସର ପ୍ରତିଷ୍ଠାତାମାନଙ୍କୁ ଏମିତି କହିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତର ମହାକାଶ କ୍ଷେତ୍ରକୁ ବିଶ୍ୱ ଆକର୍ଷଣର କେନ୍ଦ୍ର କରିବା ଉପରେ ଗୁରୁତ୍ୱାରୋପ କରିଛନ୍ତି। ମହାକାଶ ଷ୍ଟାର୍ଟଅପଗୁଡ଼ିକର ସିଇଓ ଏବଂ ପ୍ରତିଷ୍ଠାତାମାନଙ୍କ ସହିତ…

ସୁନା ବ୍ୟବସାୟୀଙ୍କ ଘରେ ମାରଣାସ୍ତ୍ର ଦେଖାଇ ଡକାୟତି: ପ୍ରାୟ କୋଟିଏ ଟଙ୍କାର ସୁନାଗହଣା ଲୁଟ୍

ବଲାଙ୍ଗୀର, ୨୩।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସିନ୍ଧେକେଲା ଅଞ୍ଚଳରେ ଏକ ବଡ଼ଧରଣର ସଶସ୍ତ୍ର ଡକାୟତି ଘଟଣା ଘଟିଛି। ସିନ୍ଧେକେଲା ଥାନାଠାରୁ ମାତ୍ର ୧୦୦ ମିଟର…

ବୁଧାଦ୍ଧିତ୍ୟ ରାଜଯୋଗ: ୫ ରାଶିଙ୍କ ହୁ ହୁ ହୋଇ ବଢିବ ଧନ! ମିଳିବ ମନଲାଖି ଚାକିରି…

ଅଗଷ୍ଟ ମାସରେ ଗ୍ରହମାନଙ୍କ ସ୍ଥିତି ଏବଂ ସଂଯୋଗ ଯୋଗୁଁ କେତେକ ରାଶିର ଜାତକଙ୍କୁ ବଡ଼ ଲାଭ ମିଳିପାରେ। ଏହି ସମୟରେ ସିଂହ ରାଶିରେ ସୂର୍ଯ୍ୟ, ବୁଧ ଏବଂ…

ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ପ୍ରସାର ପାଇଁ ଆହ୍ବାନ

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଶନିବାର ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ସଭା ଅନୁଷ୍ଠିତ ହୋଇଯାଇଛି। ପ୍ରମୋଦ ପଣ୍ଡାଙ୍କ ବାସଭବନରେ ଆୟୋଜିତ ସଭାରେ ପୁରୀ ଗୋବର୍ଦ୍ଧନ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ନେସଲେ, ପେପ୍ସିକୋରୁ ଡୋମିନୋଜ୍… ଭ୍ରାମକ ବିଜ୍ଞାପନ ପାଇଁ ୧୫୦ରୁ ଅଧିକ କମ୍ପାନୀକୁ ନୋଟିସ୍!

ନୂଆଦିଲ୍ଲୀ,୨୩ା୮: ଭାରତର ଖାଦ୍ୟ ସୁରକ୍ଷା ନିୟାମକ ସଂସ୍ଥା ‘ଭାରତୀୟ ଖାଦ୍ୟ ସୁରକ୍ଷା ଏବଂ ମାନକ ପ୍ରାଧିକରଣ’ (FSSAI) ଦେଶର କେତେକ ପ୍ରମୁଖ ଖାଦ୍ୟ ଏବଂ ପାନୀୟ (Food…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri