Posted inଖେଳ

ରାଉରକେଲା, ଭଦ୍ରକ ବିଜୟୀ

ଭୁବନେଶ୍ୱର, ୫।୭(ତପନ ସ୍ବାଇଁ): ଓଡ଼ିଶା କ୍ରିକେଟ ଆସୋସିଏଶନ (ଓସିଏ) ଆନୁକୂଲ୍ୟରେ ଚାଲିଥିବା ଆନ୍ତଃଜିଲା ମହିଳା କ୍ରିକେଟ ଟୁର୍ନାମେଣ୍ଟ (ଫେଜ୍‌-୨)ର ମଙ୍ଗଳବାର ଅନୁଷ୍ଠିତ ମ୍ୟାଚରେ ରାଉରକେଲା ଓ ଭଦ୍ରକ ଦଳ ବିଜୟ ହାସଲ କରିଛି। କଟକର ରେଭେନ୍ସା ଗ୍ରାଉଣ୍ଡ-୨ରେ ଅନୁଷ୍ଠିତ ମ୍ୟାଚରେ ରାଉରକେଲା ୭ ଉଇକେଟରେ ନବରଙ୍ଗପୁରକୁ ପରାସ୍ତ କରିଛି। ପ୍ରଥମେ ବ୍ୟାଟିଂ କରିଥିବା ନବରଙ୍ଗପୁର ୧୦ ଓଭରରେ ମାତ୍ର ୨୭ ରନକରି ସମସ୍ତ ଉଇକେଟ ହରାଇଥିବାବେଳେ ରାଉରକେଲା ମାତ୍ର ୪.୧ ଓଭରରେ ୩ ଉଇକେଟ ହରାଇ ବିଜୟଲକ୍ଷ୍ୟ ହାସଲ କରି ନେଇଥିଲା। ଏହି ମ୍ୟାଚରେ ରାଉରକେଲାର ରିମା ଏକ୍କା ସୁନ୍ଦର ବୋଲିଂ କରି ମାତ୍ର ୬ ରନ ଦେଇ ୪ଟି ଉଇକେଟ ନେଇଥିଲେ। ସେହିପରି ରେଭେନ୍ସା ଗ୍ରାଉଣ୍ଡ-୧ରେ ଅନୁଷ୍ଠିତ ମ୍ୟାଚରେ ଭଦ୍ରକ ୫ ଉଇକେଟରେ ଜଗତ୍‌ସିଂହପୁରକୁ ପରାସ୍ତ କରିଛି। ଟସ୍‌ ଜିତି ବ୍ୟାଟିଂ ନିଷ୍ପତ୍ତି ନେଇଥିବା ଜଗତ୍‌ସିଂହପୁର ନିର୍ଦ୍ଧାରିତ ୨୦ ଓଭରରେ ୩ ଉଇକେଟ ହରାଇ ୭୭ ରନ କରିଥିଲା। ଦଳ ପକ୍ଷରୁ ଅନନ୍ୟା ମିଶ୍ର ସର୍ବାଧିକ ୩୧ ରନ କରିଥିଲେ। ୭୮ ରନ ବିଜୟ ଲକ୍ଷ୍ୟରେ ବ୍ୟାଟିଂ କରିଥିବା ଭଦ୍ରକ ୧୯.୧ ଓଭରରେ ୫ ଉଇକେଟ ହରାଇ ୮୧ ରନ ସଂଗ୍ରହ କରି ନେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସାମାଜିକ ଦାୟିତ୍ୱବୋଧ, ସ୍ବଚ୍ଛତା ଆପଣାଇବାକୁ ଛାତ୍ରୀଛାତ୍ରଙ୍କୁ ପରାମର୍ଶ

ଦିଗପହଣ୍ଡି,୭ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ଗ୍ରାମସ୍ଥିତ ସେବାନନ୍ଦ ସରସତୀ ଡିଗ୍ରୀ କଲେଜ ଜାତୀୟ ସେବା ଯୋଜନା (NSS) କୋ-ୟୁନିଟ୍‌ ପକ୍ଷରୁ ଶୁକ୍ରବାର…

ଘର ଦେବେ ସଲମାନ: ଚାରିଆଡ଼ୁ ଛୁଟୁଛି ପ୍ରଶଂସା

ଆସାମରେ ହୋଇଥିବା ଭୟଙ୍କର ବନ୍ୟାରେ ପ୍ରଭାବିତ ପରିବାରକୁ ସହାୟତା କରିବା ପାଇଁ ବଲିଉଡ ସୁପରଷ୍ଟାର ସଲମାନ ଖାନ ଆଗେଇ ଆସିଛନ୍ତି। ସେ ଏହି ମହାନ କାର୍ଯ୍ୟ ପାଇଁ…

ଆକ୍ସନ ମୋଡରେ ବିଜୟ ଥଲାପଥି: ନେଲେ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୭।୮: କେନ୍ଦ୍ର ସରକାର ସୀମା ନିର୍ଦ୍ଧାରଣ ବିଲ ପୁନଃଆଗତ କରିପାରନ୍ତି ବୋଲି ଆଲୋଚନା ହୋଇଛି। ତାମିଲନାଡୁରେ ଏହି ପ୍ରସଙ୍ଗକୁ ନେଇ ରାଜନୈତିକ ବିବାଦ ଆରମ୍ଭ ହୋଇଛି। କେନ୍ଦ୍ର…

ଦେଶୀ ମଦରେ ଅପମିଶ୍ରଣ ଅଭିଯୋଗ:ନିରପେକ୍ଷ ତଦନ୍ତ ଦାବି କଲା କଂଗ୍ରେସ

ଭଞ୍ଜନଗର, ୭।୮ (ବାବୁଲା ପ୍ରଧାନ):ଗଞ୍ଜାମ ଜିଲାର ବିଭିନ୍ନ ଦେଶୀ ମଦ ଭାଟିରେ ଅପମିଶ୍ରିତ ଓ ନକଲି ମଦ ପ୍ରସ୍ତୁତ ହେଉଥିବା ନେଇ ଗଞ୍ଜାମ ଜିଲା କଂଗ୍ରେସ (ପଶ୍ଚିମ)…

ରାସ୍ତାକଡ଼ରେ ଗର୍ଜନ କରୁଥିଲା ୧୨ ଫୁଟ ଲମ୍ବର ଅହିରାଜ, ଯୁବକ ଦେଖିବା ପରେ…

ଦିଗପହଣ୍ଡି,୭ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ୩ ନଂ ଓ୍ବାର୍ଡ ପିଏଚ୍‌ଡି ରୋଡ୍‌ କେନାଲ କଡ଼ ମୋବାଇଲ ଟାଓ୍ବାର ନିକଟରୁ୍‌ ପ୍ରାୟ ୧୨ ଫୁଟ…

ପାଣି ଘେରରେ ତେରେସିଂହା ବସ୍ତି ସ୍କୁଲ-ଅଙ୍ଗନବାଡି କେନ୍ଦ୍ର: ଅସ୍ବାସ୍ଥ୍ୟକର ପରିବେଶରେ ଚାଲିଛି ପାଠପଢା

କର୍ଲାମୁଣ୍ଡା,୭।୮(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଳକର ତେରେସିଂହା ଗ୍ରାମରେ ଥିବା ସରକାରୀ ପ୍ରାଥମିକ ବିଦ୍ୟାଳୟରେ ନାହିଁ ନ ଥିବା ଅସୁବିଧା ଦେଖିବାକୁ ମିଳୁଛି I ବିଦ୍ୟାଳୟ…

ପଥରକୁ ଧକ୍କା ଦେଇ ରାସ୍ତା ତଳକୁ ଖସିଲା ଫାଇବର ବୋଝେଇ ପିକ୍‌ଅପ୍‌

ମୋହନା,୭ା୮(ମନ୍ମଥ ମିଶ୍ର): ପୁଣି ଭୀମଦଲି ଘାଟିରେ ଭାରସାମ୍ୟ ହରାଇ ଏକ ପଥରକୁ ଧକ୍କା ଦେଇ ରାସ୍ତା ତଳକୁ ଖସିପଡ଼ିଛି ପିକ୍‌ଅପ୍‌। ଦୁର୍ଘଟଣାରେ ଡ୍ରାଇଭର ଆହତ ହୋଇଥିବା ବେଳେ…

ଗଞ୍ଜାମ ମହାବିଦ୍ୟାଳୟ ୫୮ ତମ ସ୍ବର୍ଣ୍ଣକ୍ଷେତ୍ର ସମାରୋହ: ନୂତନ ସମିଳନୀ କକ୍ଷ ଶୁଭାରମ୍ଭ କଲେ ବିଧାୟକ, ୮ ଛାତ୍ରୀଛାତ୍ରଙ୍କୁ…

ଗଞ୍ଜାମ, ୭।୮(ବିଦ୍ୟାଧର ସାହୁ ): ଗଞ୍ଜାମ କଲେଜକୁ ପୂରିଛି ୫୮ ବର୍ଷ । ଏହି ଅବସରରେ ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ ମୁଖ୍ୟ ଅତିଥି ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri