ରାଉରକେଲା ଏନ୍‌କାଉଣ୍ଟର: ଅଭିଯୁକ୍ତଙ୍କୁ ରିମାଣ୍ଡରେ ଆଣିବ ପୋଲିସ

ରାଉରକେଲା ଅଫିସ,୨୭।୬: ରାଉରକେଲା ଚାନ୍ଦିପୋଷ ଥାନା ଅନ୍ତର୍ଗତ ମୁଣ୍ଡାସାହି ଛକରେ ଏନ୍‌କାଉଣ୍ଟର ଘଟଣାରେ ଅଟକ ଥିବା ଦୁର୍ବୃତ୍ତ ଟୁଚୁ ଇନ୍ଧୁଆର(୨୮)ଙ୍କୁ ପୋଲିସ ରବିବାର ଗିରଫ କରି କୋର୍ଟଚାଲାଣ କରିଛି। ଅଧିକ ତଦନ୍ତ ପାଇଁ ପୋଲିସ ତାଙ୍କୁ ରିମାଣ୍ଡରେ ଆଣିବାକୁ କୋର୍ଟରେ ଆବେଦନ କରିଛି। ତେବେ ଏନ୍‌କାଉଣ୍ଟର ହୋଇଥିବା ଅନ୍ୟତମ ଅଭିଯୁକ୍ତ ବିଶ୍ୱଜିତ ସାହୁ(୨୪) ଆରଜିଏଚ୍‌ରେ ଚିକିତ୍ସିତ ହେଉଛନ୍ତି। ତାଙ୍କୁ ୧ ପ୍ଲାଟୁନ ଫୋର୍ସ ଜଗି ରହିଛନ୍ତି।
ସୂଚନାଯୋଗ୍ୟ, ଶନିବାର ସକାଳ ସାଢ଼େ ୧୦ଟାରେ ଝାଡ଼ଖଣ୍ଡ ଗୁମଲା ଜିଲାର ବସିଆ ଗ୍ରାମର ବିଶ୍ୱଜିତ ଓ ଟୁଚୁ ଏକ କାରରେ ମାରଣାସ୍ତ୍ର ଧରି ରାଉରକେଲା ଆସୁଥିବା ବିଶେଷ ସୂତ୍ରରୁ ଜାଣିପାରି ପୋଲିସ ଉକ୍ତ ଗାଡ଼ିକୁ ପିଛା କରିଥିଲା। ଏହି ସମୟରେ କାର୍‌ରେ ଥିବା ଟୁଚୁ ଓ ବିଶ୍ୱଜିତ ଝାଡ଼ଖଣ୍ଡ ସୀମାନ୍ତ ରେଲାହାଟୁ ଜଙ୍ଗଲକୁ ଫେରାର ହେବା ପାଇଁ ଚେଷ୍ଟା କରିଥିଲେ। ପୋଲିସ ସେମାନଙ୍କୁ ଅଟକାଇବା ପାଇଁ ଉଦ୍ୟମ କରୁଥିବା ବେଳେ ବିଶ୍ୱଜିତ ପୋଲିସ ଉପରକୁ ଗୁଳି ଚଳାଇଥିଲା। ପୋଲିସ ପାଲଟା ଗୁଳି ଚଳାଇବାରୁ ବିଶ୍ୱଜିତଙ୍କ ବାମ ଗୋଡ଼ରେ ଗୁଳି ବାଜିଥିଲା। ପରେ ପୋଲିସ ଉଭୟ ଅଭିଯୁକ୍ତଙ୍କୁ କାବୁ କରିବା ସହ ଏକେ-୪୭ ରାଇଫଲ ଓ ଗୁଳି ଜବତ କରିଥିଲା। ତେବେ ଗିରଫ ଅଭିଯୁକ୍ତଙ୍କ ହାତରେ କିଭଳି ଏକେ-୪୭ ରାଇଫଲ ଭଳି ମାରଣାସ୍ତ୍ର ଆସିଲା ସେ ନେଇ ପୋଲିସ ତଦନ୍ତ ଆରମ୍ଭ କରିଛି। ଏହି ଘଟଣାରେ ପାଖାପାଖି ୩୦ଜଣ ସମ୍ପୃକ୍ତ ଥିବାରୁ ପୋଲିସ ସେମାନଙ୍କ ତଥ୍ୟ ସଂଗ୍ରହ କରିଛି ଏବଂ ଖୁବ୍‌ଶୀଘ୍ର ସେମାନଙ୍କୁ ଗିରଫ କରିବା ପାଇଁ ଉଦ୍ୟମ ଚଳାଇଛି। ଅନ୍ୟପକ୍ଷେ ଝାଡ଼ଖଣ୍ଡ ସୀମାନ୍ତରେ ପ୍ରାୟ ୮ଟି ଗୋଷ୍ଠୀ ରହିଛି। ଏହି ଗୋଷ୍ଠୀର ସଦସ୍ୟମାନେ ରାଇଫଲ ଚାଲାଣ ସହ ବଡ ବଡ ବ୍ୟବସାୟୀଙ୍କୁ ଟାର୍ଗେଟ କରୁଥିବା ଆଲୋଚନା ହେଉଛି। ତେଣୁ ଗିରଫ ଅଭିଯୁକ୍ତ ସେଭଳି କିଛି ଯୋଜନା କରି ରାଉରକେଲା ଆସିଥିବା ମଧ୍ୟ କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri