ମିସ୍‌ କୁଇନ୍‌ ଅଫ୍‌ ଏସିଆ ଟାଇଟଲ ଜିତିଲେ ରାଉରକେଲା ଝିଅ

ରାଉରକେଲା ଅଫିସ,୧୩।୨:ଏସିଆ ସୁନ୍ଦରୀ ପ୍ରତିଯୋଗିତାରେ ଭାଗ ନେଇ ରାଉରକେଲା ସେକ୍ଟର-୪ ଅଞ୍ଚଳର ଡି. ପୂଜା ମିସ୍‌ କୁଇନ ଅଫ୍‌ ଏସିଆ ଟାଇଟଲ ଜିତି ସୁନ୍ଦରଗଡ ଜିଲା ତଥା ରାଉରକେଲା ପାଇଁ ଗୌରବ ଆଣିଛନ୍ତି। ଗତ ୩ତାରିଖରେ ବମ୍ବେ ଅନ୍ଧେରୀ ଇଷ୍ଟରେ ମିସ୍‌ କୁଇନ ଅଫ୍‌ ଏସିଆ ଟାଇଟଲ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏଥିରେ ପୂଜା ଅନ୍‌ଲାଇନ ମାଧ୍ୟମରେ ଆବେଦନ କରି ପ୍ରତିଯୋଗିତାରେ ଅଂଶ ଗ୍ରହଣ କରିବାର ସୁଯୋଗ ପାଇଥିଲେ। ପ୍ରତିଯୋଗିତାରେ ଏସିଆର ବିଭିନ୍ନ ଦେଶରୁ ୪୦ଜଣ ପ୍ରତିଯୋଗୀ ଅଂଶଗ୍ରହଣ କରିଥିଲେ। ପୂଜା ପ୍ରଥମ ରାଉଣ୍ଡରେ ୪୦, ଦ୍ୱିତୀୟ ରାଉଣ୍ଡରେ ୨୦ ଏବଂ ଶେଷ ରାଉଣ୍ଡରେ ୩ ଜଣ ପ୍ରତିଯୋଗୀଙ୍କୁ ପଛରେ ପକାଇ ଏହି ଟାଇଟଲ ହାସଲ କରିଛନ୍ତି। ପୂଜା ତାଙ୍କର ସୌନ୍ଦର୍ଯ୍ୟ ଓ ବୁଦ୍ଧିମତାର ଦକ୍ଷତା ଦେଖାଇ ଏହି ଟାଇଟଲ ଅର୍ଜନ କରିଥିଲେ। ଏହା ପୂର୍ବରୁ ସେ ଭୁବନେଶ୍ୱରରେ ଆୟୋଜିତ ମିସ୍‌ ଭୁବନେଶ୍ୱର, ମିସ୍‌ ପଶ୍ଚିମାଞ୍ଚଳ, ଗ୍ଲୋରି ଅଫ୍‌ ଇଣ୍ଡିଆ, ଗ୍ଲୋରି ଅଫ୍‌ ଚାର୍ମିଙ୍ଗ, ମିସ୍‌ କଳିଙ୍ଗ ଟାଇଟଲ ଜିତିଥିଲେ। ପୂଜା ସେକ୍ଟର-୧୪ ସ୍ଥିତ ଦିଲ୍ଲୀ ପବ୍ଲିକ ସ୍କୁଲର ଏକାଦଶ ଶ୍ରେଣୀର ବାଣିଜ୍ୟ ଛାତ୍ରୀ ଅଟନ୍ତି। ସେ ତାଙ୍କର ଏହି ସଫଳତାର ଶ୍ରେୟ ଗୁରୁଶ୍ରୀ ଲିନା ବିଶ୍ୱାଳ, ପରିବାର ଓ ସ୍କୁଲ ଶିକ୍ଷୟିତ୍ରୀ ଶିକ୍ଷକମାନଙ୍କୁ ଦେଇଛନ୍ତି। ଏ ନେଇ ଡି. ପୂଜାଙ୍କୁ ପଚାରିବାରୁ ସେ କହିଥିଲେ, ପିଲାବେଳୁ ଓଡିଶୀ ନୃତ୍ୟ ଶିଖୁଥିଲି। ୩ ବର୍ଷ ତଳେ ମୁ ଏହି ଲାଇନକୁ ଆସି ମଡେଲିଂ ଶିକ୍ଷା ଆରମ୍ଭ କଲି। କୌଣସି କ୍ଷେତ୍ରରେ ସଫଳତା ପାଇବାକୁ ହେଲେ ନିଷ୍ଠାର ସହ କଠୋର ପରିଶ୍ରମ କଲେ ନିଶ୍ଚିତ ସଫଳ ମିଳିବ ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏଠାରେ ପେଟ୍ରୋଲ ଦର ବିଶ୍ୱରେ ସବୁଠାରୁ ଅଧିକ; ଇରାନ ଯୁଦ୍ଧ ଯୋଗୁ ପରିସ୍ଥିତି ଆହୁରି ଖରାପ, ଜାଣନ୍ତୁ କାରଣ

ହଂକଂ,୫।୪: ମଧ୍ୟପ୍ରାଚ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀରେ ପରିବହନରେ ବାଧା ଯୋଗୁ ବିଶ୍ୱ ଶକ୍ତି ବଜାର ସମ୍ପୂର୍ଣ୍ଣ ଅସ୍ଥିର ହୋଇପଡ଼ିଛି। ଅଶୋଧିତ ତୈଳ ମୂଲ୍ୟ…

ଯୁଦ୍ଧ ଭିତରେ ବଡ଼ ଖବର, ହସ୍ପିଟାଲରେ ଭର୍ତ୍ତି ହେଲେ ଟ୍ରମ୍ପ? ସାରା ବିଶ୍ୱରେ ଚହଳ, ହ୍ବାଇଟ୍‌ ହାଉସ୍‌…

ୱାଶିଂଟନ,୫।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଗତ କିଛି ଦିନ ହେବ ସୋସିଆଲ ମିଡିଆରେ ଜୋରଦାର ଚର୍ଚ୍ଚା ଚାଲିଛି। ସେ ଗୁରୁତର ଅସୁସ୍ଥ ହୋଇ…

ଆଉ ଏକ ଆମେରିକୀୟ ବିମାନକୁ ଖସାଇଲା ଇରାନ, ଦାବି କରି କହିଲା….

ତେହେରାନ,୫।୪: ଇରାନ ସହିତ ଚାଲିଥିବା ସଂଘର୍ଷରେ ଆମେରିକୀୟ ସେନା ପ୍ରବଳ କ୍ଷତି ସହୁଛି । ରବିବାର ଦିନ, ଇରାନର ଇସଲାମିକ୍ ରିଭୋଲ୍ୟୁସନାରୀ ଗାର୍ଡ କର୍ପସ (IRGC) ଇସଫାହାନ…

ଭାଜପା ସରକାରଙ୍କୁ ଅରୁଣଙ୍କ କଡ଼ା ଟାର୍ଗେଟ୍‌, କହିଲେ କାମ କରୁନି ଡବଲ ଇଞ୍ଜିନ, ପୂର୍ବରୁ…

ବଲାଙ୍ଗୀର,୫ା୪(ସୁନିଲ କୁମାର ମହାନ୍ତି): ନୟାଗଡ଼ ବିଧାୟକ ଅରୁଣ ସାହୁ ରବିବାର ବଲାଙ୍ଗୀର ଗସ୍ତରେ ଆସିଥିବା ବେଳେ ଏକ ଖବରଦାତା ସମ୍ମିଳନୀ କରିଛନ୍ତି। ଉଚ୍ଚଶିକ୍ଷା ବିଭାଗରେ କୋଟା ବୃଦ୍ଧିକୁ…

‘ସୁରକ୍ଷିତ ରହିବ ଓଡ଼ିଶାର ଐତିହ୍ୟ-ପରମ୍ପରା’

ପାଟଣା,୫ା୪(ବୀରକିଶୋର ଦାଶ): ଓଡ଼ିଆ ପକ୍ଷ ଉପଲକ୍ଷେ ରବିବାର ଓଡ଼ିଶାର ଐତିହ୍ୟ ଓ ପରମ୍ପରାକୁ ସୁରକ୍ଷା ଦେବା ଉଦ୍ଦେଶ୍ୟରେ ପାଟଣା ମୁଖ୍ୟାଳୟ ଆଞ୍ଚଳିକ ମହାବିଦ୍ୟାଳୟ ତରଫରୁ ଏକ ଗଣଦୌଡ଼…

Shubman Gillଙ୍କୁ ନେଇ ଆସିଲା ବଡ଼ ଅପଡେଟ, ଜାଣନ୍ତୁ କ’ଣ କହିଲେ କୋଚ

ନୂଆଦିଲ୍ଲୀ,୫।୪: ଶୁବମନ ଗିଲ ଶନିବାର ଅହମଦାବାଦରେ ଗୁଜରାଟ ଟାଇଟାନ୍ସ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଅନୁଷ୍ଠିତ ଆଇପିଏଲ ୨୦୨୬ର ୯ମ ମ୍ୟାଚ ଖେଳିପାରି ନଥିଲେ। ତାଙ୍କ ଅନୁପସ୍ଥିତିରେ…

ଯାତ୍ରା ଜଗତରେ ପାଦ ଥାପିବେ ବଲିଉଡ୍‌ର ଏହି ସୁପରଷ୍ଟାର, ସୂଚନା ଦେଇ ରାଣୀ ପଣ୍ଡା କହିଲେ ଖୁବ୍‌ଶୀଘ୍ର ମୋ’ ଯାତ୍ରାରେ…

ଭୁବନେଶ୍ୱର,୫ା୪: ଯାତ୍ରା ଅଭିନେତ୍ରୀରୁ ମାଲିକାଣୀ ପାଲଟିଥିବା ରାଣୀ ପଣ୍ଡା ଯାତ୍ରାଜଗତକୁ ନେଇ ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ବଲିଉଡ୍‌ର ଜଣେ ସୁପରଷ୍ଟାର ତାଙ୍କ ଯାତ୍ରା…

‘ଏହା କେବଳ ଟ୍ରେଲର ମାତ୍ର… ପିକ୍ଚର ଏବେବି ବାକି ଅଛି’, AAPକୁ ନେଇ ନୂଆ ଭିଡ଼ିଓ ଜାରି କଲେ ରାଘବ ଚଢା

ନୂଆଦିଲ୍ଲୀ,୫।୪: ରାଜ୍ୟ ସଭାରେ ଉପନେତା ପଦରୁ ତାଙ୍କୁ ହଟାଇବା ପରେ, ଆମ ଆଦମୀ ପାର୍ଟି (ଆପ) ନେତା ଏବଂ ରାଘବ ଚଢାଙ୍କ ମଧ୍ୟରେ ବାକ ଯୁଦ୍ଧ ତୀବ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri