ବିଶ୍ୱର ୫୦ ସହର ମଧ୍ୟରେ ରାଉରକେଲା

ରାଉରକେଲା ଅଫିସ, ୧୭ା୬: ‘ବ୍ଲୁମବର୍ଗ-୨୦୨୧ ଗ୍ଲୋବାଲ ମେୟର୍ସ ଚ୍ୟାଲେଞ୍ଜ’ ଅନ୍ତର୍ଜାତୀୟ ପ୍ରତିଯୋଗିତାରେ ଭାଗ ନେଇ ରାଉରକେଲା ସହର ଚୂଡ଼ାନ୍ତ ପର୍ଯ୍ୟାୟକୁ ମନୋନୀତ ହୋଇଛି। ଫଳରେ ଏହି କାର୍ଯ୍ୟକ୍ରମ ଅଧୀନରେ ବିଶ୍ୱର ୫୦ଟି ପ୍ରମୁଖ ସହର ମଧ୍ୟରେ ରାଉରକେଲା ସ୍ଥାନ ପାଇଛି। କୋଭିଡ୍‌ ମହାମାରୀ ଭଳି ଏକ ଜଟିଳ ସମୟରେ ଅର୍ଥନୈତିକ ପୁନରୁଦ୍ଧାର ଏବଂ ସାମଗ୍ରିକ ଅଭିବୃଦ୍ଧି, ସ୍ବାସ୍ଥ୍ୟ ଏବଂ ଜନକଲ୍ୟାଣ, ଜଳବାୟୁ ଓ ପରିବେଶ, ଉତ୍ତମ ଶାସନ ଓ ସମାନତା ଆଦି ବିଷୟକୁ ଆଧାର କରି ଆସିଥିବା ୬୩୦ଟି ପ୍ରସ୍ତାବକୁ ନେଇ ଏହି ପ୍ରତିଯୋଗିତା କରାଯାଇଥିଲା। ସେଥିମଧ୍ୟରୁ ଅଭିନବ ତଥା ଉଦ୍ଭାବନଶୀଳ ପ୍ରକଳ୍ପ ପ୍ରସ୍ତାବ ଲାଗି ରାଉରକେଲା, ପୁଣେ ସମେତ ୫୦ଟି ସହର ଫାଇନାଲିଷ୍ଟ ହୋଇପାରିଛନ୍ତି। ରାଉରକେଲା ସହରରେ ସୌରଚାଳିତ ତଥା ଚଳମାନ ଶୀତଳଭଣ୍ଡାର ବ୍ୟବସ୍ଥା କରି ଲୋକଙ୍କ ଘର ପାଖରେ ତାଜା ପନିପରିବା ଓ ଫଳ ଆଦି ପହଞ୍ଚାଇବା ଏହି ପ୍ରକଳ୍ପର ମୂଳ ଲକ୍ଷ୍ୟ। ଏହା ମାଧ୍ୟମରେ ଚାଷୀ, କ୍ଷୁଦ୍ର ବ୍ୟବସାୟୀଙ୍କ ସହିତ ମହିଳା ସ୍ବୟଂ ସହାୟକ ଗୋଷ୍ଠୀମାନଙ୍କର ଜୀବିକା ଓ ଆର୍ଥିକ ବିକାଶ ହୋଇପାରିବ। ଚୂଡ଼ାନ୍ତ ପର୍ଯ୍ୟାୟ ପ୍ରତିଯୋଗିତାରେ ରାଉରକେଲା ଉତ୍ତୀର୍ଣ୍ଣ ହୋଇ ୧୫ଟି ଶ୍ରେଷ୍ଠ ସହର ତାଲିକାରେ ସ୍ଥାନ ପାଇବ ବୋଲି ବୁଧବାର ଏକ ଖବରଦାତା ସମ୍ମିଳନୀ କରି ମହାନଗର ନିଗମ କମିଶନର ଦିବ୍ୟଜ୍ୟୋତି ପରିଡ଼ା ଆଶାବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ଜାତୀୟ ସମ୍ମିଳନୀରେ ଯୋଗ ଦେବେ ଆଇନଜୀବୀ ହରପ୍ରସାଦ

ଦିଗପହଣ୍ଡି,୧୫ା୨(ଅଶେଷ ନାଥ ମିଶ୍ର): ଭାରତୀୟ ସାଂସ୍କୃତିକ ସହଯୋଗ ଓ ମୈତ୍ରୀ ସମିତି (ଇସକଫ)ର ଜାତୀୟ ସମ୍ମିଳନୀରେ ଯୋଗଦେବାକୁ ଆଇନଜୀବୀ ହରପ୍ରସାଦ ରଥ ତାମିଲନାଡୁ ଗସ୍ତ କରିବେ ବୋଲି…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri