ରାଉରକେଲା ପ୍ରଦୂଷଣ ହକି ପାଇଁ ବାଧା

ଭୁବନେଶ୍ୱର,୨୨/୪(ବ୍ୟୁରୋ):୨୦୨୩ ଜାନୁୟାରୀରେ ଓଡ଼ିଶାରେ ହେବାକୁ ଥିବା ପୁରୁଷ ହକି ବିଶ୍ୱକପ୍‌ ଆଗରେ ପ୍ରଦୂଷଣ ବାଧକ ସାଜିଛି। ଭୁବନେଶ୍ୱର ଓ ରାଉରକେଲାରେ ହକି ବିଶ୍ୱକପ୍‌ର ସମସ୍ତ ମ୍ୟାଚ ଖେଳାଯିବ। ଏଥିରେ ୧୬ଟି ଦେଶ ଭାଗ ନେବାକୁ ଯାଉଛନ୍ତି। ଏଥିପାଇଁ ସରକାର ବ୍ୟାପକ ପ୍ରସ୍ତୁତି ଚଳାଇଛନ୍ତି। ରାଉରକେଲାରେ ଦେଶର ସର୍ବବୃହତ୍‌ ହକି ଷ୍ଟାଡିୟମ ନିର୍ମାଣ କାର୍ଯ୍ୟ ମଧ୍ୟ ଜୋରସୋରରେ ଆଗେଇ ଚାଲିଛି। ତେବେ ଆଇଆଇଟି ଭୁବନେଶ୍ୱର ଏବଂ ପୁଣେସ୍ଥିତ ଅଟୋମୋଟିଭ୍‌ ରିସର୍ଚ୍ଚ ଆସୋସିଏଶନ ଅଫ୍‌ ଇଣ୍ଡିଆ(ଏଆର୍‌ଏଆଇ)ର ରାଉରକେଲାର ବାୟୁ ପ୍ରଦୂଷଣ ଅଧ୍ୟୟନ ରିପୋର୍ଟ ଚିନ୍ତାଜନକ ବୋଲି କୁହାଯାଉଛି। ସହରରେ ବାୟୁର ମାନ ଅତି ଖରାପ ସ୍ତରରେ ଥିବାରୁ ତାହା ବିଦେଶୀ ଖେଳାଳିଙ୍କ ଦକ୍ଷତାକୁ ପ୍ରଭାବ ପକାଇପାରେ।
ଓଡ଼ିଶାର ୭ ଅତି ପ୍ରଦୂଷିତ ସହର ତାଲିକାରେ ରାଉରକେଲା ରହିଛି, ଯାହାକୁ ନେଇ ଜାତୀୟ ଗ୍ରୀନ୍‌ ଟ୍ରିବ୍ୟୁନାଲ ମଧ୍ୟ ଚିନ୍ତାପ୍ରକଟ କରିଛନ୍ତି। ନ୍ୟାଶନାଲ ଆମ୍ବିଏଣ୍ଟ ଏୟାର କ୍ୱାଲିଟି ଷ୍ଟାଣ୍ଡାର୍ଡ ଅନୁଯାୟୀ ସହରର ଏୟାର କ୍ୱାଲିଟି ଇଣ୍ଡେକ୍ସ (ଏକ୍ୟୁଆଇ) ଶୂନରୁ ୫୦ ମଧ୍ୟରେ ରହିଲେ ତାହା ସ୍ବାସ୍ଥ୍ୟ ଉପଯୋଗୀ ହୋଇଥାଏ। ତେବେ ରାଉରକେଲାରେ ଏକ୍ୟୁଆଇ ଏବେ ୧୩୦ରୁ ୧୫୦ ମଧ୍ୟରେ ରହୁଛି। ଗତ ମାର୍ଚ୍ଚ ୩୦ରେ ରାଉରକେଲା ବନଖଣ୍ଡର ଦୁର୍ଗାପୁର ଜଙ୍ଗଲରେ ନିଆଁ ଲାଗିଥିଲା। ଫଳରେ ସମଗ୍ର ରାଉରକେଲା ଧୂଅଁାମୟ ହୋଇଯାଇଥିଲା। ସେତେବେଳେ ସହରର ଏକ୍ୟୁଆଇ ୨୦୦କୁ ଟପି ଯାଇଥିଲା। କେବଳ ସେତିକି ନୁହେଁ, ରାଉରକେଲା ଷ୍ଟିଲ୍‌ ପ୍ଲାଣ୍ଟ ଏବଂ ଅନ୍ୟାନ୍ୟ ଶିଳ୍ପାନୁଷ୍ଠାନରୁ ବାହାରୁଥିବା ଧୂଆଁ, ଜଙ୍ଗଲ ନିଆଁ, ରାସ୍ତାଘାଟ ନିର୍ମାଣ, ବର୍ଜ୍ୟବସ୍ତୁ ପରିଚାଳନାରେ ଅବ୍ୟବସ୍ଥା ବିଶ୍ୱକପ୍‌ ପାଇଁ ସମସ୍ୟା ହୋଇ ଛିଡ଼ା ହୋଇଛି। ଶିଳ୍ପଗୁଡ଼ିକର ବର୍ଜ୍ୟବସ୍ତୁକୁ ଠିକ୍‌ ଢଙ୍ଗରେ ପରିଚାଳନା କରାଯାଉ ନ ଥିବାରୁ ସହର ପ୍ରଦୂଷଣ ବିପଜ୍ଜନକ ସ୍ଥିତିରେ ରହୁଛି। ବିଶ୍ୱକପ୍‌ ପୂର୍ବରୁ ବାୟୁ ପ୍ରଦୂଷଣକୁ ନିୟନ୍ତ୍ରଣକୁ ଆଣିବା ସକାଶେ ଆବଶ୍ୟକ ପଦକ୍ଷେପ ନେବାକୁ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ଏସ୍‌ପିସିବି), ରାଉରକେଲା ମ୍ୟୁନିସିପାଲିଟି କମିଶନର, ସୁନ୍ଦରଗଡ଼, ଅନୁଗୋଳ, ଢେଙ୍କାନାଳ, ଝାରସୁଗୁଡ଼ା, ସମ୍ବଲପୁର ଜିଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?