ଏଲ୍‌ଇଡି ସ୍କ୍ରିନ୍‌ରେ ହକି ଦେଖିବେ ରାଉରକେଲାବାସୀ

ରାଉରକେଲା ଅଫିସ,୨୭ା୧୨: ପୁରୁଷ ହକି ବିଶ୍ୱକପ୍‌ ଷ୍ଟିଲସିଟି ରାଉରକେଲାରେ ଆଉ ମାତ୍ର ୧୭ ଦିନ ପରେ ଆରମ୍ଭ ହେବ। ଏଥିପାଇଁ ବିର୍ସାମୁଣ୍ଡା ଷ୍ଟାଡିୟମ କାର୍ଯ୍ୟ ଶେଷ ହୋଇ ସେଠାରେ ଅଭ୍ୟାସ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ରାଉରକେଲାରେ ପ୍ରଥମ ଥର ପାଇଁ ବିଶ୍ୱସ୍ତରୀୟ ହକି ମ୍ୟାଚ୍‌ ଜାନୁଆରୀ ୧୩ରେ ଭାରତ ଓ ସ୍ପେନ ଏବଂ ୧୫ରେ ଭାରତ ଓ ଇଂଲଣ୍ଡ ମଧ୍ୟରେ ଖେଳାଯିବ। ଏହାକୁ ନେଇ ଜିଲାରେ ହକି କ୍ରୀଡ଼ାପ୍ରେମୀଙ୍କ ମନରେ ଉତ୍ସାହ ଦେଖିବାକୁ ମିଳିଛି। ଏହି ଦୁଇଟି ମ୍ୟାଚ୍‌ ଦେଖିବା ପାଇଁ କ୍ରୀଡ଼ାପ୍ରେମୀଙ୍କ ଭିତରେ ଆଗ୍ରହ ପରିଲକ୍ଷିତ ହୋଇଛି। ତେବେ ବହୁ କ୍ରୀଡ଼ାପ୍ରେମୀ ଅନ୍‌ଲାଇନ ଓ ଅଫ୍‌ଲାଇନ ଟିକେଟ ପାଇବାରୁ ବଞ୍ଚତ୍ତ ହୋଇଥିବାରୁ ସେମାନଙ୍କ ପାଇଁ ପ୍ରଶାସନ ପକ୍ଷରୁ ବିକଳ୍ପ ବ୍ୟବସ୍ଥା କରାଯାଉଛି। କିଭଳି ସହରବାସୀ ସମସ୍ତ ମ୍ୟାଚ୍‌ ଦେଖିପାରିବେ ସେଥିପାଇଁ ବିଭିନ୍ନ ଛକରେ ଏଲ୍‌ଇଡି ସ୍କ୍ରିନ୍‌ ବ୍ୟବସ୍ଥା ହୋଇଛି। ରାଉରକେଲା ସହରର ପ୍ରମୁଖ ଛକ ମାନଙ୍କରେ ୧୦ଟି ଏଲ୍‌ଇଡି ସ୍କ୍ରିନ୍‌ ଲଗାଯାଇଛି। ପାନପୋଷ ଛକ, ବାସନ୍ତୀ ବାଜିରାଉତ ଛକ, ଛେଣ୍ଡ୍‌ ଏୟାରପୋର୍ଟ ଛକ, ରାଉରକେଲା ମହାନଗର ନିଗମ ଛକ, ବିଶ୍ରା ଛକ, ଛେଣ୍ଡ ରିଂରୋଡ ଛକ, ବିର୍ସାମୁଣ୍ଡା ହକି ଷ୍ଟାଡିୟମ ପ୍ରବେଶ ପଥ ଆଦି ସ୍ଥାନରେ ଏହି ବ୍ୟବସ୍ଥା କରାଯାଇଛି। ଏହି ଏଲ୍‌ଇଡି ସ୍କ୍ରିନରେ ହକି ବିଶ୍ୱକପ୍‌ ମ୍ୟାଚ୍‌ର ସିଧାରପ୍ରସାରଣ ସହରବାସୀ ଦେଖିପାରିବେ। ସେହିପରି ମ୍ୟାଚ ପୂର୍ବରୁ ଆହୁରି ୧୫ଟି ସ୍ଥାନରେ କପଡା ସ୍କ୍ରିନ୍‌ ବ୍ୟବସ୍ଥା କରାଯିବ ବୋଲି ଆରଏମ୍‌ସି ଉପଆୟୁକ୍ତ ସୁଧାଂଶୁ ଶେଖର ଭୋଇ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ଗୋଟିଏ ଜୁଇରେ ଜଳିଲା ଦୁଇ ଭଉଣୀଙ୍କ ମୃତଦେହ

ଗୋପ,୨୬ା୪(ଭାରତୀ ଭୂଷଣ ଉପାଧ୍ୟାୟ): ଗାଁ ଶଶ୍ନାନର ଗୋଟିଏ ଜୁଇରେ ଦୁଇ ଭଉଣୀଙ୍କ ମୃତଦେହ ଦାହ କରାଯାଇଛି। ଗୁରୁବାର ବିଳମ୍ବିତ ରାତିରେ ଏହି ଦାହ ସମୟରେ ଡଭାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

ମଇଦାନକୁ ଓହ୍ଲାଇବେ ମୋକିମଙ୍କ ଝିଅ ସୋଫିଆ, ବିରୋଧୀ ଛାନିଆ

କଟକ,୨୬।୪: ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିରଦୋସ୍‌ ଏଥର ବାରବାଟୀ-କଟକ ଆସନରୁ ଲଢ଼ିବା ପ୍ରାୟତଃ ନିଶ୍ଚିତ । କେବଳ ଏଆଇସିସିର ଘୋଷଣାକୁ ବାକି ରହିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri