ଆଣ୍ଟାର୍କଟିକା ଯିବେ ରାଉରକେଲା ଝିଅ ନିବେଦିତା

ରାଉରକେଲା ଅଫିସ,୪।୧୨: ଜଳବାୟୁ ପରିବର୍ତ୍ତନ ଉପରେ ଗବେଷଣା ପାଇଁ ଆଣ୍ଟାର୍କଟିକା ଯିବେ ରାଉରକେଲା ଝିଅ ନିବେଦିତା ବିଶ୍ୱାଳ। ଗ୍ଲେସିୟର ତରଳିବା ବିଶ୍ୱବାସୀଙ୍କ ପାଇଁ କେତେ ବିପଦପୂର୍ଣ୍ଣ ତାହା ଉପରେ ପ୍ରଶିକ୍ଷଣ ନେବା ସହ ସେଠାକାର ଜୀବଜନ୍ତୁ ଓ ପରିବେଶ ଉପରେ ସେ ଗବେଷଣା କରିବେ। ରାଉରକେଲା ଶକ୍ତି ନଗରର ବ୍ରଜସୁନ୍ଦର ବିଶ୍ୱାଳ ଓ କବିତାଙ୍କ ଝିଅ ନିବେଦିତା ଏହି ସଫଳତା ହାସଲ ପରେ ବିଭିନ୍ନ ମହଲରୁ ଶୁଭେଚ୍ଛା ମିଳିଚାଲିଛି। ନିବେଦିତା ରାଉରକେଲା କାର୍ମେଲ ସ୍କୁଲରୁ ପାଠପଢ଼ା ଆରମ୍ଭ କରି ଭୁବନେଶ୍ୱରରେ ବିଟେକ୍‌ ଓ ରାଉରକେଲା ଏନ୍‌ଆଇଟିରୁ ଏମ୍‌ବିଏ ସାରି ସମ୍ବଲପୁର ଏମ୍‌ସିଏଲ୍‌ରେ କାମ କରୁଛନ୍ତି। ଚାକିରି କରୁଥିଲେ ମଧ୍ୟ ଜଳବାୟୁ ପରିବର୍ତ୍ତନ ଉପରେ ଗବେଷଣା କରିବା ତାଙ୍କର ଲକ୍ଷ୍ୟ ଥିଲା ବୋଲି ସେ କହିଛନ୍ତି। ଏହି ପ୍ରକ୍ରିୟା ପାଇଁ ସାରା ବିଶ୍ୱରୁ ୯୦ ଜଣଙ୍କୁ ଚୟନ କରାଯାଇଛି। ଯେଉଁଥିରେ ଏକମାତ୍ର ଭାରତୀୟ ଭାବେ ନିବେଦିତା ଅଂଶଗ୍ରହଣ କରିବେ। ଏଥିପାଇଁ ୬୦ ଲକ୍ଷରୁ ଅଧିକ ଟଙ୍କା ଖର୍ଚ୍ଚ ହେବ। ତେଣୁ ସହାୟତା ପାଇଁ ସେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଟ୍ବିଟ ଯୋଗେ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘୁର୍ଣ୍ଣିବଳୟ ସକ୍ରିୟ: ଅତି ପ୍ରବଳ ବର୍ଷା ସମ୍ଭାବନା, ଅରେଞ୍ଜ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୧୪।୭:ଉତ୍ତର ବଙ୍ଗୋପସାଗର ଓ ତା’ ପାଖପାଖି ଦକ୍ଷିଣ ବାଂଲାଦେଶ ପାଖରେ ସୃଷ୍ଟି ହୋଇଥିବା ଘୁର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ପ୍ରଭାବରେ ଆଗାମୀ ୪ଦିନ ପର୍ଯ୍ୟନ୍ତ ରାଜ୍ୟର…

ପାତଲମ୍ବା ଗାଁରେ ହାତୀ ତାଣ୍ଡବ: ଆତଙ୍କରେ ଗ୍ରାମବାସୀ

କଲ୍ୟାଣସିଂହପୁର,୧୩।୭(ଦୀପକ କୁମାର ପରିଡା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ପାର୍ସାଲି ପଞ୍ଚାୟତ ଅନ୍ତର୍ଗତ ପାତଲମ୍ବା ଗାଁରେ ସୋମବାର ଏକ ଦନ୍ତା ହାତୀ ପଶି ଆତଙ୍କ ସୃଷ୍ଟି କରିଛି।…

ଆମେରିକା-ଇରାନ ସଂଘର୍ଷ: ବଢ଼ିଲା ତେଲ ଦର

ବ୍ୟାଙ୍କକ୍‌,୧୩ା୭: ଇରାନ ଉପରେ ଆମେରିକାର ଏୟାରଷ୍ଟ୍ରାଇକ୍‌ ଏବଂ ଏହାର ଜବାବରେ ତେହରାନ ଉପସାଗରୀୟ ରାଷ୍ଟ୍ରଗୁଡ଼ିକ ଉପରେ ଆକ୍ରମଣ ଚଳାଇଥିବାରୁ ଏହାର ପ୍ରଭାବରେ ଅନ୍ତର୍ଜାତୀୟ ବଜାରରେ ପୁଣିଥରେ ତୈଳ…

ହାଟଡିହୀ ବ୍ଲକରେ ପଶିଲା ଭିଜିଲାନ୍ସ: ମିଶନ ଶକ୍ତିରେ ଦୁର୍ନୀତି ଅଭିଯୋଗ

ହାଟଡିହୀ,୧୩l୭((ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକରେ ପୁଣି ପଶିଛି ଭିଜିଲାନ୍ସ। ଗତ କିଛିଦିନ ତଳେ ଭିଜିଲାନ୍ସ ଷ୍ଟ୍ରିଟ ଲାଇଟ ଦୁର୍ନୀତି ନେଇ ହାଟଡିହୀ ବ୍ଲକରେ ଖୋଳତାଡ଼ କରିଥିବା…

ଅନଶନ ସମୟରେ ଅସୁସ୍ଥ ହେଲେ ଚାମେଲି: ହସ୍ପିଟାଲରେ ଭର୍ତ୍ତି

ଭୁବନେଶ୍ୱର,୧୩।୭: ଆମରଣ ଅନଶନ ବେଳେ କେନ୍ଦ୍ରାପଡା ଜିଲା ତିଖିରୀ ଗ୍ରାମପଞ୍ଚାୟତର ସରପଞ୍ଚ ଚାମେଲି ଓଝା ଅସୁସ୍ଥ ହୋଇପଡିଛନ୍ତି। ଅନଶନରେ ବସିଥିବା ସମୟରେ ହଠାତ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିବାରୁ ତାଙ୍କୁ…

ରାତି ପାଇଲେ ପରୀକ୍ଷା ଦେଇଥାନ୍ତେ ଶିବାନୀ: ମା’ ବିଲକୁ ଯାଇଥିବାବେଳେ ଘରେ…

ଭଞ୍ଜନଗର,୧୩।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ଟୋକାଗଣ୍ଡା ଗ୍ରାମର ଖଦାଳି ସ୍ବାଇଁଙ୍କ ଝିଅ ତଥା ମେଧାବୀ ଛାତ୍ରୀ ଶିବାନୀ ସାଇଁ (୧୭) ସୋମବାର ସନ୍ଧ୍ୟାରେ…

ଘାରିଲା କୋଭିଡ ଭୟ: ଏହି ଜିଲାରେ ହାଇଆଲର୍ଟ ଜାରି

ଭୁବନେଶ୍ୱର, ୧୩।୭: ଆନ୍ଧ୍ରରେ କୋଭିଡ ସଂକ୍ରମଣ ବଢ଼ିବା ପରେ ଗଞ୍ଜାମରେ ହାଇ ଆଲର୍ଟ। ସରକାରୀ ହସ୍ପିଟାଲ ଓ CHCକୁ ସତର୍କ ରହିବାକୁ CDMO ଓ PHO ନିର୍ଦ୍ଦେଶ…

କେନ୍ଦୁପତ୍ର ତୋଳାଳିଙ୍କ ପାଇଁ ଖୁସି ଖବର: ଏତିକି ପ୍ରତିଶତ ବୋନସ ଦେବେ ରାଜ୍ୟ ସରକାର

ଭୁବନେଶ୍ୱର, ୧୩।୭: କେନ୍ଦୁପତ୍ର ତୋଳାଳି, ବନ୍ଧାଳି ଓ ସିଜନାଲ ଷ୍ଟାଫଙ୍କ ପାଇଁ ଖୁସି ଖବର। ବୋନସ ଓ ପ୍ରୋତ୍ସାହନ ରାଶି ପ୍ରଦାନକୁ ଅନୁମୋଦନ କଲେ ମୁଖ୍ୟମନ୍ତ୍ରୀ।କେନ୍ଦୁପତ୍ର ମୂଲ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri