Posted inଜାତୀୟ

ବ୍ରିଜ୍‌ଭୂଷଣଙ୍କୁ ଆଶ୍ୱସ୍ତି: ମିଳିଲା ଜାମିନ

ନୂଆଦିଲ୍ଲୀ,୨୦।୭: ମହିଳା କୁସ୍ତିଯୋଦ୍ଧାଙ୍କୁ ନିର୍ଯାତନା ମାମଲାରେ ଭାଜପା ଏମ୍‌ପି ବ୍ରିଜଭୂଷଣ ଶରଣ ସିଂଙ୍କୁ ଆଶ୍ୱସ୍ତି ମିଳିଛି। ତାଙ୍କୁ ୨୫,୦୦୦ ଟଙ୍କା ବ୍ୟକ୍ତିଗତ ବଣ୍ଡରେ ଜାମିନ ମିଳିଛି। ଜାମିନ ପ୍ରଦାନ ବେଳେ ଦିଲ୍ଲୀର ରାଉଜ ଆଭେନ୍ୟୁ କୋର୍ଟ ସର୍ତ୍ତ ରଖିଛନ୍ତି ଯେ, ବ୍ରିଜ ଭୂଷଣ ସୂଚନା ନ ଦେଇ ଦେଶ ବାହାରକୁ ଯିବେ ନାହିଁ, ସାକ୍ଷୀଙ୍କୁ ପ୍ରଭାବିତ କରିବେ ନାହିଁ। ବ୍ରିଜଭୂଷଣଙ୍କ ସହ କୁସ୍ତି ମହାସଂଘର ସହାୟକ ବିନୋଦ ତୋମର ସିଂଙ୍କୁ ଜାମିନ ମିଳିଛି।
ସୂଚନାଯୋଗ୍ୟ, ଗତ ଜୁଲାଇ ୧୮ରେ ବ୍ରିଜଭୂଷଣ ସିଂ ଏବଂ ବିନୋଦ ତୋମାରଙ୍କୁ କୋର୍ଟ ପକ୍ଷରୁ ଜୁଲାଇ ୨୦ ପର୍ଯ୍ୟନ୍ତ ମଧ୍ୟବର୍ତ୍ତୀକାଳୀନ ଜାମିନ ପ୍ରଦାନ କରାଯାଇଥିଲା।
୬ଥର ଏମ୍‌ପି ଥିବା ବ୍ରିଜ୍‌ ଭୂଷଣଙ୍କ ବିରୋଧରେ ଦିଲ୍ଲୀ ପୋଲିସ ଆଇପିସି ରା ୩୫୪, ୩୫୪ଏ, ୩୫୪ଡି, ୫୦୬ ଆଧାରରେମାମଲା ରୁଜୁ କରିଛି। ସେହିପରି ତୋମାରଙ୍କ ବିରୋଧରେ ଆଇପିସି ୧୦୯, ୩୫୪, ୩୫୪ଏ, ୫୦୬ ଆଧରରେ ମାମଲା ରୁଜୁ ହୋଇଛି।
ସୂଚନାଯୋଗ୍ୟ, ବଜରଙ୍ଗ ପୁନିଆ, ବିନେଶ ଫୋଗଟ, ସାକ୍ଷୀ ମଲିକଙ୍କ ପରି ପ୍ରମୁଖ ଖେଳାଳିମାନେ ବ୍ରିଜ୍‌ଙ୍କ ବିରୋଧରେ ରାଜରାସ୍ତାକୁ ଓହ୍ଲାଇଥିଲେ। ସେ ନାବାଳିକା କୁସ୍ତିଯୋଦ୍ଧାଙ୍କୁ ଯୌନ ଶୋଷଣ କରୁଥିବା ଅଭିଯୋଗ ଆଣିଥିଲେ। ତାଙ୍କୁ ଗିରଫ ନ କରିବା ଯାଏ ପ୍ରଦର୍ଶନ ଜାରି ରଖିବେ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଲୀନ ହେବା ପୂର୍ବରୁ ବଞ୍ଚାଅ: ଦୀର୍ଘକାଳୀନ ପଦକ୍ଷେପ ଦାବି

ଛତ୍ରପୁର, ୧୩।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲାର ଛତ୍ରପୁର ନିକଟସ୍ଥ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ସମୁଦ୍ର କ୍ରମଶଃ କୂଳ ଲଙ୍ଘି ଗାଁ ଆଡକୁ ମାଡ଼ି ଆସୁଥିବାରୁ ଅଞ୍ଚଳବାସୀଙ୍କ ମଧ୍ୟରେ…

ତ୍ରିରଙ୍ଗା ଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ: ଯୋଗଦେଲେ ଫୁଲବାଣୀ ବିଧାୟକ

ଜି.ଉଦୟଗିରି,୧୩।୮(ଚିନ୍ମୟ କୁମାର ସେଠୀ): ସ୍ଥାନୀୟ ବିଜ୍ଞାପିତ ଅଞ୍ଚଳ ପରିଷଦ ଅନ୍ତର୍ଗତ ସମସ୍ତ ସ୍କୁଲ,କଲେଜ ଛାତ୍ରୀଛାତ୍ରମାନଙ୍କୁ ନେଇ ଘର ଘର ତ୍ରିରଙ୍ଗା ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ…

ପୂର୍ବାଫାଲ୍ଗୁନୀ ନକ୍ଷତ୍ରରେ ସୂର୍ଯ୍ୟଙ୍କ ଗୋଚର ଦେବ ବଡ଼ ଫାଇଦା, ମେଷ-ମିଥୁନ ସମେତ ୫ ରାଶିଙ୍କ ପାଇଁ ବଲ୍ଲେ-ବଲ୍ଲେ

ବୈଦିକ ଜ୍ୟୋତିଷରେ ପୂର୍ବା ଫାଲ୍ଗୁନୀ ୨୭ଟି ନକ୍ଷତ୍ର ମଧ୍ୟରୁ ୧୧ତମ ନକ୍ଷତ୍ର, ଯାହାର ସ୍ବାମୀ ଶୁକ୍ର। ଏହି ନକ୍ଷତ୍ରର ସମ୍ପର୍କ କଳା, ସଙ୍ଗୀତ, ସୌନ୍ଦର୍ଯ୍ୟ ଏବଂ ସାଜସଜ୍ଜା…

କୋଚିଙ୍ଗ ସେଣ୍ଟର୍‌ ଝରକା ଗ୍ରିଲ କାଟି ୪ ଦଶମ ଶ୍ରେଣୀ ଛାତ୍ର ଫେରାର

ପାଟଣା,୧୩।୮(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ କେନ୍ଦେଇ ପୋଷିସ୍ଥିତ ଏକ ଘରୋଇ ରେସି ଡେଣ୍ଟାଲ କୋଚିଂ ସେଣ୍ଟରରୁ ବୁଧବାର ବିଳମ୍ବିତ ରାତିରେ କୋଚିଂ ସେଣ୍ଟରର ଝରକା…

ଶୋଇଥିବାବେଳେ ବିଳମ୍ବିତ ରାତିରେ ସୁରେନ୍ଦ୍ରଙ୍କ ଘରେ ଲାଗିଲା ନିଆଁ, ଚାହୁଁ ଚାହୁଁ ଚାରିଆଡେ ବ୍ୟାପିଗଲା…

ଦିଗପହଣ୍ଡି,୧୩।୮(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମ ପାଣ୍ଡା ଛକ ନିକଟ ଉଲୁକପଲ୍ଲୀ ସାହିର ସୁରେନ୍ଦ୍ର ସାହୁଙ୍କ ଘରେ ବୁଧବାର ବିଳମ୍ବିତ…

ଭାରତରେ ପେଟ୍ରୋଲ-ଡିଜେଲ ଦର କମିବା ଆଶା! ୫ ଦିନର ଦ୍ରୁତ ବୃଦ୍ଧି ପରେ ଖସିଲା…

ନୂଆଦିଲ୍ଲୀ,୧୩।୮: ଅନ୍ତର୍ଜାତୀୟ ବଜାରରେ କଚା ତେଲ (Crude Oil) ଦରରେ ଗତ ୫ ଦିନ ଧରି ଚାଲିଆସୁଥିବା ବୃଦ୍ଧିରେ ଶେଷରେ ବ୍ରେକ ଲାଗିଛି। ୧୩ ଅଗଷ୍ଟ ୨୦୨୬ରେ…

କେସିଙ୍ଗା ଶିକ୍ଷା ବ୍ୟବସ୍ଥାକୁ ନେଇ ଅପପ୍ରଚାର: ଦୃଢ଼ କାର୍ଯ୍ୟାନୁଷ୍ଠାନ ଚେତାବନୀ

କେସିଙ୍ଗା, ୧୩।୮( ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର କେତେକ ବିଦ୍ୟାଳୟରେ ଶିକ୍ଷକ ଅଭାବ ଥିବାବେଳେ, ଅନ୍ୟ କେତେକ ସ୍କୁଲରେ ଅଧିକ ଶିକ୍ଷକ ରହିଛନ୍ତି। ଏହି…

‘ଏଠାରେ ଏସବୁ ନାଟକ ଚଳିବନି’, ଅଭିଜିତ ଦୀପକେଙ୍କୁ ପାର୍କରୁ ତଡ଼ିଦେଲେ ଲୋକେ, ଜାଣନ୍ତୁ ପୂରା ଘଟଣା

ନୂଆଦିଲ୍ଲୀ,୧୩।୮: ଜନ୍ତର-ମନ୍ତର ସିଜନ-୨ର ପ୍ରସ୍ତୁତି ପାଇଁ ଦିଲ୍ଲୀରେ ବୈଠକ କରିବାକୁ ସ୍ଥାନ ଖୋଜୁଥିବା ଅଭିଜିତ ଦୀପକେ ଏବଂ ତାଙ୍କ ଟିମ୍‌କୁ ଏକ ରେସିଡେଣ୍ଟ ସୋସାଇଟିର ପାର୍କକୁ ଯିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri