କଟକ,୮।୭,(ସୁପ୍ରିୟା ପ୍ରିୟଦର୍ଶିନୀ): ବାରବାଟୀ ଷ୍ଟାଡିୟମରେ ଚାଲିଥିବା ଫାଓ ଲିଗ୍ର ଶୁକ୍ରବାର ଅନୁଷ୍ଠିତ ଏକ ମ୍ୟାଚରେ ରୋଭର୍ସ ଆଥଲେଟିକ କ୍ଲବ ବିଜୟୀ ହୋଇଛି। ରୋଭର୍ସ ୩-୧ ଗୋଲରେ ଗତ ସଂସ୍କରଣର ରନରଅପ ବିଡାନାସୀ କ୍ଲବକୁ ପରାସ୍ତ କରିଛି। ବିଡାନାସୀ ପକ୍ଷରୁ ୩୬ତମ ମିନିଟରେ ରାଜେଶ ନାୟକ ପ୍ରଥମ ଗୋଲ ସ୍କୋର କରିଥିଲେ। ୩୮ତମ ମିନିଟରେ ରୋଭର୍ସର କାର୍ତ୍ତିକ ହାନ୍ତାଳ ଗୋଲ ଦେଇ ମ୍ୟାଚ୍କୁ ବରାବର ସ୍ଥିତିରେ ପହଞ୍ଚାଇଥିଲେ। ୪୩ତମ ମିନିଟରେ ରାହୁଲ ମୁଖୀ ରୋଭର୍ସ ନିମନ୍ତେ ଦ୍ୱିତୀୟ ଗୋଲ ସ୍କୋର କରିଥିଲେ। ଉକ୍ତ ଗୋଲ ବଳରେ ପ୍ରଥମାର୍ଦ୍ଧରେ ୨-୧ରେ ଅଗ୍ରଣୀ ରହିଥିଲା ରୋଭର୍ସ। ଦ୍ୱିତୀୟାର୍ଦ୍ଧରେ ବିଡାନାସୀ ମ୍ୟାଚକୁ ପ୍ରତ୍ୟାବର୍ତ୍ତନ କରିବାକୁ ଚେଷ୍ଟା କରି ସଫଳ ହୋଇ ନ ଥିଲା। ୭୦ତମ ମିନିଟରେ ରୋଭର୍ସ ପକ୍ଷରୁ ଚନ୍ଦ୍ର ମୁଦୁଲି ଆଉ ଏକ ଗୋଲ ଦେଇଥିଲେ। ରାଧାଗୋବିନ୍ଦ ଏବଂ ଚାନ୍ଦ କ୍ଲବ ମଧ୍ୟରେ ଅନୁଷ୍ଠିତ ଅନ୍ୟ ମ୍ୟାଚଟି ଗୋଲ ଶୂନ୍ୟ ଭାବେ ଶେଷ ହୋଇଥିଲା।
ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ
ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...
‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରସ୍ତ ମିଳିବ ଟଙ୍କା…
ନୂଆଦିଲ୍ଲୀ, ୨୭।୧୨: ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...
ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍
ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍ ଟ୍ରେନ୍ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....
ଯୁବକଙ୍କୁ ଚାପିଦେଲା ଟ୍ରକ୍: ଆଉ ତା’ପରେ…
କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍ ଧକ୍କାରେ ଜଣେ...
ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ
ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...
ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ
ବ୍ୟାଙ୍କକ୍,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...
ଟି୨୦ରେ ହରମନପ୍ରୀତ୍ଙ୍କ ବିଶ୍ୱ ରେକର୍ଡ
ନୂଆଦିଲ୍ଲୀ,୨୭ା୧୨: ହରମନପ୍ରୀତ୍ କୌର ଅନ୍ତର୍ଜାତୀୟ ଟି୨୦ରେ ଅଧିନାୟିକା ଭାବେ ସର୍ବାଧିକ ମ୍ୟାଚ୍ ଜିତିବାର ବିଶ୍ୱ ରେକର୍ଡ ନିଜ ନାମରେ କରିଛନ୍ତି। ଥିରୁଭାନନ୍ତପୁରମ୍ରେ ଶୁକ୍ରବାର ଶ୍ରୀଲଙ୍କା ବିପକ୍ଷ...
ପରକୀୟା ପ୍ରୀତି: ସ୍ତ୍ରୀଙ୍କୁ ତଣ୍ଟି ଚିପି ହତ୍ୟା ଉଦ୍ୟମ, ଜେଲ ଗଲେ ସ୍ବାମୀ
ଦିଗପହଣ୍ଡି,୨୭।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳ କଲୋନୀ ପ୍ରଥମ ଲେନର ଚନ୍ଦନ ପାତ୍ରଙ୍କ ପରକୀୟା ପ୍ରୀତି ପଦାରେ ପଡ଼ିଛି। ବିବାହିତା ସ୍ତ୍ରୀ ଥାଉ...
Archives


