କଟକ,୮।୭,(ସୁପ୍ରିୟା ପ୍ରିୟଦର୍ଶିନୀ): ବାରବାଟୀ ଷ୍ଟାଡିୟମରେ ଚାଲିଥିବା ଫାଓ ଲିଗ୍ର ଶୁକ୍ରବାର ଅନୁଷ୍ଠିତ ଏକ ମ୍ୟାଚରେ ରୋଭର୍ସ ଆଥଲେଟିକ କ୍ଲବ ବିଜୟୀ ହୋଇଛି। ରୋଭର୍ସ ୩-୧ ଗୋଲରେ ଗତ ସଂସ୍କରଣର ରନରଅପ ବିଡାନାସୀ କ୍ଲବକୁ ପରାସ୍ତ କରିଛି। ବିଡାନାସୀ ପକ୍ଷରୁ ୩୬ତମ ମିନିଟରେ ରାଜେଶ ନାୟକ ପ୍ରଥମ ଗୋଲ ସ୍କୋର କରିଥିଲେ। ୩୮ତମ ମିନିଟରେ ରୋଭର୍ସର କାର୍ତ୍ତିକ ହାନ୍ତାଳ ଗୋଲ ଦେଇ ମ୍ୟାଚ୍କୁ ବରାବର ସ୍ଥିତିରେ ପହଞ୍ଚାଇଥିଲେ। ୪୩ତମ ମିନିଟରେ ରାହୁଲ ମୁଖୀ ରୋଭର୍ସ ନିମନ୍ତେ ଦ୍ୱିତୀୟ ଗୋଲ ସ୍କୋର କରିଥିଲେ। ଉକ୍ତ ଗୋଲ ବଳରେ ପ୍ରଥମାର୍ଦ୍ଧରେ ୨-୧ରେ ଅଗ୍ରଣୀ ରହିଥିଲା ରୋଭର୍ସ। ଦ୍ୱିତୀୟାର୍ଦ୍ଧରେ ବିଡାନାସୀ ମ୍ୟାଚକୁ ପ୍ରତ୍ୟାବର୍ତ୍ତନ କରିବାକୁ ଚେଷ୍ଟା କରି ସଫଳ ହୋଇ ନ ଥିଲା। ୭୦ତମ ମିନିଟରେ ରୋଭର୍ସ ପକ୍ଷରୁ ଚନ୍ଦ୍ର ମୁଦୁଲି ଆଉ ଏକ ଗୋଲ ଦେଇଥିଲେ। ରାଧାଗୋବିନ୍ଦ ଏବଂ ଚାନ୍ଦ କ୍ଲବ ମଧ୍ୟରେ ଅନୁଷ୍ଠିତ ଅନ୍ୟ ମ୍ୟାଚଟି ଗୋଲ ଶୂନ୍ୟ ଭାବେ ଶେଷ ହୋଇଥିଲା।
କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା, ଅଧିକାରୀଙ୍କୁ ମୁଖ୍ୟାଳୟ ନଛାଡ଼ିବା ନିର୍ଦ୍ଦେଶ
କୋରାପୁଟ, ୨୧/୯( ଅମିତାଭ ବେହେରା ): ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ଏହା ଅବପାତର ରୂପ ନେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍ଡି) ପକ୍ଷରୁ ସତର୍କ…
୧୪୦ ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ୪୬ ଦିନ ପରେ ଉଚ୍ଚସ୍ତରୀୟ ତଦନ୍ତ
ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ମୌଳିକ ସୁବିଧା-ସୁଯୋଗର ଅଭାବ ଏବଂ ନିମ୍ନମାନର ଖାଦ୍ୟ ଯୋଗାଣ ଯୋଗୁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ…
ଗଭୀର ଅବପାତ ପ୍ରଭାବ: ୩ ଦିନ ବନ୍ଦ ରହିବ ଗଞ୍ଜାମର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର
ଛତ୍ରପୁର, ୨୧/୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…
ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର
ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…
ଫୁଟ୍ବଲ ମ୍ୟାଚ୍ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…
ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…
ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…
ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…
ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!
ଭୁବନେଶ୍ୱର, ୨୧।୯: ସଷ୍ଟି ହେଲା ଅବପାତ। ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ। କଳିଙ୍ଗପାଟନମରୁ ୩୯୦ କି.ମି…
ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା
ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

