ଧାଡ଼ିଧାଡ଼ି ମୃତଦେହ: କରୋନା ଲଢ଼େଇରେ ହାରି ଯାଉଛନ୍ତି ଆକ୍ରାନ୍ତ…

ଗାଜିଆବାଦ୍‌,୨୫।୪: କରୋନା ମହାମାରୀ ସଂକ୍ରମଣ ଯୋଗୁ ଦେଶରେ କୋକୁଆ ଭୟ ଦେଖାଦେଇଛି। କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। ମୃତକଙ୍କ ଅନ୍ତିମ ସଂସ୍କାର କରିବା ଏକ କଷ୍ଟକର ବ୍ୟାପାର ପାଲଟିଛି। ଉତ୍ତରପ୍ରଦେଶ ଗାଜିଆବାଦ୍‌ରେ ଶ୍ମଶାନ ନିକଟରେ ଥିବା ରାସ୍ତା କଡ଼ରେ ଧାଡ଼ିଧାଡ଼ି ମୃତଦେହ ପଡ଼ି ରହିଛି। ଅନ୍ତିମ ସଂସ୍କାର ପାଇଁ ମୃତକଙ୍କ ପରିବାର ସଦସ୍ୟମାନେ ନିଜ ପାଳିକୁ ଅପେକ୍ଷା କରି ରହିଛନ୍ତି। ସକାଳ ୮ଟାରୁ ଲାଇନ୍‌ ଲଗାଇଲେ ରାତ୍ର ୧୦ଟା ବେଳକୁ ପାଳି ପଡ଼ିବାର ଆଶା ରହୁଛି ବୋଲି ଲୋକେ କହୁଛନ୍ତି। ଗାଜିଆବାଦ୍‌ର ହିଣ୍ଡନ ଶ୍ମଶାନରେ ସ୍ଥିତି ସଙ୍କଟ ଜନକ ରହିଛି। ଦିନରାତି ସଂସ୍କାର କାର୍ଯ୍ୟ ଜାରି ରହିଛି। ମୃତକଙ୍କ ସଂଖ୍ୟା ବଢୁଥିବାରୁ ପ୍ରଶାସନର ମଧ୍ୟ ଅକଲଗୁଡୁମ୍‌ ହୋଇଯାଇଛି। କିଭଳି ସ୍ଥିତିକୁ ନିୟନ୍ତ୍ରଣ କରାଯିବ ସେ ବୁଦ୍ଧି ମୁଣ୍ଡରେ ଜୁଟୁ ନାହିଁ। ଟଙ୍କା ଖର୍ଚ୍ଚ କରିବା ସହିତ ହସ୍ପିଟାଲରେ କରୋନା ଆକ୍ରାନ୍ତଙ୍କ ଚିକିତ୍ସା ପାଇଁ ସୁପାରିଶ୍‌ ମଧ୍ୟ କରିବାକୁ ପଡୁଛି। ତେବେ ବି ଚିକିତ୍ସା ଦ୍ୱାରା ଆକ୍ରାନ୍ତଙ୍କ ଜୀବନ ବଞ୍ଚୁନାହିଁ। ଏନେଇ ଲୋକଙ୍କ ଆଖିରେ ଲୁହ ଭରିବା ସହିତ ଛାତିରେ କୋହ ବୃଦ୍ଧି ପାଇବାରେ ଲାଗିଛି। ମାତ୍ର କରୋନା ମହାମାରୀ ଥମିବାର ନାଁ ଧରୁନି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ମୋଦିଙ୍କ ବିପକ୍ଷରେ ପ୍ରାର୍ଥୀ ବଦଳାଇଲା ବିଏସ୍‌ପି

ଲକ୍ଷ୍ନୌ,୧୯।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ବିଏସ୍‌ପି ଏହାର ପ୍ରାର୍ଥୀଙ୍କ ଆଉ ଏକ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ମୋଟ ୧୧ ଜଣ...

କଂଗ୍ରେସ ପ୍ରାର୍ଥୀ ପାଇଁ ପ୍ରଚାର କଲେ ଶାହାରୁଖ ଖାନ୍‌! ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୯।୪: କଂଗ୍ରେସ ପାଇଁ ପ୍ରଚାର କଲେ ବଲିଉଡର କିଙ୍ଗ ଖାନ୍‌ ଶାହରୁଖ ଖାନ୍‌। ଆଗାମୀ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ଷ୍ଟାର...

‘ଭାଜପାର ପ୍ରଥମ ଦିନ ଫ୍ଲପ୍‌ ହୋଇଗଲା’

ଲକ୍ଷ୍ନୌ,୧୯।୪: ସମାଜବାଦୀ ପାର୍ଟୀ ନେତା ଅଖିଳେଶ ଯାଦବ ଲୋକ ସଭା ନିର୍ବାଚନର ପ୍ରଥମ ଦିନର ଭୋଟିଂକୁ ନେଇ ଭାଜପାକୁ କଟାକ୍ଷ କରିଛନ୍ତି। ଭାଜପାର ପ୍ରଥମ ଦିନ...

ମେଣ୍ଟକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ଏମିତି…

ନୂଆଦିଲ୍ଲୀ,୧୯।୪: ଦେଶରେ ଆରମ୍ଭ ହୋଇଛି ଲୋକ ସଭା ନିର୍ବାଚନର ମହାପର୍ବ। ଏହାରି ଭିତରେ ୩ ଦଳ ଭୋଟରଙ୍କୁ ଆକର୍ଷିତ କରେଇବାକୁ ପୁରା ଜୋର ଲଗାଇ ଦେଇଛନ୍ତି।...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀପତ୍ର ଦାଖଲ କଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ

ଭୋପାଳ,୧୯।୪: ଭାଜପାର ବରିଷ୍ଠ ନେତା ତଥା ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀ ଭାବେ ଶୁକ୍ରବାର ନାମାଙ୍କନପତ୍ର ଦାଖଲ...

କଂଗ୍ରେସକୁ ଭୋଟ ନ ଦେବାକୁ କହିଲେ ମମତା ବାନାର୍ଜୀ

କୋଲକତା,୧୯।୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ବିରୋଧୀ ଇଣ୍ଡିଆ ମେଣ୍ଟରେ ଥିବା ସିପିଆଇ(ଏମ) ଓ କଂଗ୍ରେସକୁ ତୀବ୍ର ସମାଲୋଚନା କରିଛନ୍ତି। ଉଭୟ ଦଳ ବେଙ୍ଗଲରେ...

‘ଜେଲ୍‌ରେ କେଜ୍‌ରିଓ୍ବାଲଙ୍କ ସହ କିଛି ବି ହୋଇପାରେ’

ନୂଆଦିଲ୍ଲୀ,୧୯।୪: ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ମଧୁମେହ ହୋଇଥିଲେ ହେଁ ସେ ଜେଲ୍‌ରେ ଆମ୍ବ ଏବଂ ମିଠା ଖାଉଛନ୍ତି ବୋଲି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଦାବି କରିଛି। ଏହାପରେ ରାଜନୈତିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri