Posted inଖେଳ

ପରାଜୟ ଧାରା ଶେଷ କଲେ ରୟ-ଓ୍ବିଲିୟମସନ

ଦୁବାଇ, ୨୭।୯: ଲଗାତାର ୫ ପରାଜୟ ପରେ ବିଜୟ ସ୍ବାଦ ଚାଖିଛି ସନରାଇଜର୍ସ ହାଇଦ୍ରାବାଦ୍‌। ଚଳିତ ଆଇପିଏଲରେ ପ୍ଲେଅପ୍ସରୁ ବାଦ୍‌ ପଡ଼ିଥିବା ହାଇଦ୍ରାବାଦ୍‌ ସୋମବାର ଖେଳାଯାଇଥିବା ମ୍ୟାଚ୍‌ରେ ୭ ଉଇଟେରେ ରାଜସ୍ଥାନ ରୟାଲ୍ସକୁ ହରାଇ ଦେଇଛି। ପରାଜୟ ସତ୍ତ୍ୱେ ରାଜସ୍ଥାନ ଦଳର ପ୍ଲେ-ଅପ୍‌ ଆଶା ଏବେ ବି ଉଜ୍ଜୀବିତ ରହିଛି। କିନ୍ତୁ ସେଥି ପାଇଁ ଦଳକୁ ତା’ର ଅନ୍ତିମ ୪ ମ୍ୟାଚ୍‌ ଜିତିବାକୁ ପଡ଼ିବ।

ପ୍ଲେ-ଅପ୍ସ ଆଶା ଶେଷ ହୋଇ ସାରିଥିବାରୁ ୪ ପରିବର୍ତ୍ତନ ସହ ଓହ୍ଲାଇଥିଲା ହାଇଦ୍ରାବାଦ୍‌। ରାଜସ୍ଥାନ ପାଇଁ କେବଳ ଅଧିନାୟକ ସଞ୍ଜୁ ସାମସନ (୮୨ ରନ୍‌, ୭ ଚୌକା ଓ ୩ ଛକା) ଓ ଜସଶ୍ୱି ଜୈଶ୍ୱାଲ (୩୬ ରନ୍‌, ୫ ଚୌକା ଓ ୧ ଛକା)ଙ୍କୁ ଛାଡ଼ି ଦେଲେ ଅନ୍ୟ କେହି ଆଖିଦୃଶିଆ ସ୍କୋର କରିପାରି ନ ଥିଲେ। ଫଳରେ ରାଜସ୍ଥାନ ଧାର୍ଯ୍ୟ ୨୦ ଓଭରରେ ୫ ଉଇକେଟ ହରାଇ ୧୬୪ ରନ୍‌ କରିଥିଲା। ଜବାବରେ ହାଇଦ୍ରାବାଦ୍‌କୁ ବିସ୍ଫୋରକ ଆରମ୍ଭ ଦେଇଥିଲେ ରିଦ୍ଦିମାନ ଶାହ (୧୮) ଓ ଜାସନ ରୟ (୬୦ ରନ୍‌ , ୮ ଚୌକା ଓ ୧ ଛକା)। ମଧ୍ୟକ୍ରମରେ ଅଧିନାୟକ କେନ ଓ୍ବିଲିୟମସନ ୫୧ ରନ୍‌ର ଅର୍ଦ୍ଧଶତକୀୟ ପାଳି ଖେଳି ହାଇଦ୍ରାବାଦକୁ ଦେଇଥିଲେ ଚଳିତ ସିଜନର ଦ୍ୱିତୀୟ ବିଜୟ।


Enter your email to get our daily news in your inbox.

All Right Reserved By Dharitri.Com

ପଞ୍ଜାବର ପଞ୍ଚମ ବିଜୟ

ମୁଲାନପୁର,୧୯ା୪: ପ୍ରିୟାଂଶ ଆର୍ଯ୍ୟ ଓ କୁପର କନୋଲୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ରବିବାର ରାତିରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ…

କାର୍‌ ଧକ୍କାରେ ଚାଲିଗଲା ମହିଳାଙ୍କ ଜୀବନ

ବେଲଗୁଣ୍ଠା,୧୯।୪(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଳକ ଗଙ୍ଗପୁର ଥାନା ଅଧୀନ ଇନ୍ଦନପୁର ଗ୍ରାମରେ ଏକ କାର ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ସେ…

ରୋଷେଇ ବେଳେ ବିସ୍ଫୋରଣ ହେଲା ଗ୍ଯାସ ସିଲିଣ୍ଡର, ହୁତୁହୁତୁ ହୋଇ ଜଳିଗଲା ୩…

ଦିଗପହଣ୍ଡି,୧୯ା୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ଦଳିତ ସାହିରେ ଭୟାବହ ଅଗ୍ନିକାଣ୍ଡ ହୋଇଛି । ରବିବାର  ସନ୍ଧ୍ୟାରେ ରୋଷେଇ ଗ୍ଯାସ ସିଲିଣ୍ଡର ଲିକ୍ ହୋଇ…

ସାଙ୍ଗ ଗୁଳିରେ ଚାଲିଗଲା ସାଙ୍ଗର ଜୀବନ

ଫୁଲବାଣୀ/ଚକାପାଦ/ବାଲିଗୁଡା,୧୯ା୪(ରାକେଶ କୁମାର ରାଉତ/ପ୍ରତାପ କିଶୋର ବେହେରା/ ସଞ୍ଜୟ କୁମାର ପାଣିଗ୍ରାହୀ): ଜଙ୍ଗଲକୁ ଶିକାର କରିବାକୁ ୩ ସାଙ୍ଗ ଯାଇଥିଲେ। ହେଲେ ଶିକାର କଲାବେଳେ ବନ୍ଧୁକ ଧରିଥିବା ଯୁବକଙ୍କ…

ପ୍ରେମିକାକୁ ମାଡ଼ ମାରିଲେ ପ୍ରେମିକ, ନିର୍ଯାତନା ସହି ନପାରି ଆତ୍ମହତ୍ୟା କଲେ

କୋରାପୁଟ,୧୯ା୪(ଅମିତାଭ ବେହେରା ): ପ୍ରେମିକର ନିର୍ଯ୍ୟାତନା ସହି ନପାରି ବେକରେ ରସି ଲଗାଇ ଆତ୍ମହତ୍ୟା କଲେ ଛାତ୍ରୀ । ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ…

ଚକା ଫାଟି ଗଛରେ ପିଟିହେଲା କାର: ପରିବାରର ୬ଗୁରୁତର

ବଘିଆପଡ଼ା,୧୯।୪(ଶ୍ରୀକାନ୍ତ ସାହୁ): ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ୱର ଜାତୀୟ ରାଜପଥ ବୌଦ୍ଧ ଥାନା ଜହ୍ନାପଙ୍କ ଗାୟତ୍ରୀ ପ୍ରଜ୍ଞାପୀଠ ନିକଟରେ ରବିବାର ଏକ ଦୁର୍ଘଟଣା ଘଟିଛି। ଏକ କାର୍‌ର ଆଗ…

ଥୁଆମୂଳ ରାମପୁରରେ ଅବକାରୀ ବିଭାଗର ଚଢ଼ାଉ: ୨୫ କୁଇଣ୍ଟାଲ ମହୁଲ ସହ ପିକଅପ୍ ଭ୍ୟାନ ଜବତ

ଥୁଆମୂଳ ରାମପୁର,୧୯ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଅଞ୍ଚଳରେ ଅବକାରୀ ବିଭାଗ ପକ୍ଷରୁ ଅବୈଧ ମହୁଲ ଚାଲାଣ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ବିଭାଗ…

ପାରିବାରିକ ହିଂସା, ଟାଙ୍ଗିଆ ଚୋଟରେ ମହିଳା ଗୁରୁତର

ଦିଗପହଣ୍ଡି,୧୯ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭ୍ରମରପୁର ବାଘମରା ସାହିରେ ରବିବାର ଅପରାହ୍ନରେ ପାରିବାରିକ ହିଂସା ଦେଖିବାକୁ ମିଳିଛି । ଜଣେ ମହିଳାଙ୍କୁ ଟାଙ୍ଗିଆରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri