Posted inଖେଳ

ଆରସିବିକୁ ବଞ୍ଚାଇ ଦେଲେ ସିରାଜ

ଅହମ୍ମଦାବାଦ,୨୭।୪ : ଦିଲ୍ଲୀ କ୍ୟାପିଟାଲ୍ସ ସାମ୍ନାରେ ଥିଲା ୧୭୨ ରନ୍‌ର ଚ୍ୟାଲେଞ୍ଜିଂ ସ୍କୋର ଛିଡ଼ା କରିଥିଲା ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗୋଲୋର। ପ୍ରାରମ୍ଭିକ ବ୍ୟାଟିଂ ବିପଳତା ଯୋଗୁ ବିଜୟ ଲକ୍ଷ୍ୟ ହାସଲ କରିବା ଆହୁରି କଷ୍ଟକର ହୋଇଥିଲା। କିନ୍ତୁ ଶେଷ ଭଲ ପର୍ଯ୍ୟନ୍ତ ଉଦ୍ୟମ ଜାରି ରଖିଥିଲେ ଅଧିନାୟକ ରିଷଭ ପନ୍ତ ଓ ଶିମରନ ହେଟମେୟାର। ଅନ୍ତିମ ଓଭରରେ ଦିଲ୍ଲୀକୁ ଦରକାର ଥିଲା ୧୪ ରନ୍‌। ମାତ୍ର ମହମ୍ମଦ ସିରାଜ ପ୍ରଥମ ୪ ବଲରେ ମାତ୍ର ୪ ରନ୍‌ ଦେଇଥିଲେ। ଏଣୁ ଅନ୍ତିମ ଦୁଇ ବଲରେ ଦିଲ୍ଲୀକୁ ୧୦ ରନ୍‌ର ଆବଶ୍ୟକତା ଥାଏ। କିନ୍ତୁ ରିଷଭ ପନ୍ତ ଦୁଇଟି ଚୌକା ମାରିବାକୁ ସକ୍ଷମ ହୋଇଥିଲେ। ଫଳରେ ମାତ୍ର ୧ ରନ୍‌ରେ ମ୍ୟାଚ୍‌ ଜିତି ନେଇଛି ଆରସିବି।

ପ୍ରଥମେ ବ୍ୟାଟିଂ କରିଥିବା ଆରସିବି ୫ ଉଇକେଟ ହରାଇ ୧୭୧ ରନ୍‌ କରିପାରିଥିଲା। ଇନିଂସର ଅନ୍ତିମ ଓଭରରେ ମାର୍କସ ଷ୍ଟୋଇନିସଙ୍କୁ ୩ ଛକା ସହ ୨୩ ରନ୍‌ କରିଥିଲେ ଏବି ଡି’ ଭିଲର୍ସ। ତାହା ସାଜିଥିଲା ନିର୍ଣ୍ଣାୟକ। ମିଃ. ୩୬୦ ଡିଗ୍ରୀ ୪୨ ବଲରେ ଖେଳିଥିଲେ ବିସ୍ପୋରକ ୭୫ ରନ୍‌ର ଇନିଂସ। ପାଳିରେ ସାମିଲ ଥିଲା ୩ ଚୌକା ଓ ୫ ଛକା। ତାଙ୍କ ବ୍ୟତୀତ ରଜତ ପାଟିଦାର ୩୧ ଓ ଗ୍ଲେନ ମ୍ୟାକ୍ସଓ୍ବେଲ ୨୫ ରନ୍‌ କରିଥିଲେ। ଜବାବରେ ୪୭ ରନ୍‌ରେ ୩ ଉଇକେଟ ହରାଇ ସଙ୍କଟରେ ପଡ଼ିଥିଲା ଦିଲ୍ଲୀ। କିନ୍ତୁ ଆଶା ଛାଡ଼ି ନ ଥିଲେ ଅଧିନାୟ ପନ୍ତ (୫୮ ରନ୍‌, ୬ ଚୌକା) ଓ ହେଟମେୟାର (୫୩ ରନ୍‌, ୨ ଚୌକା ଓ ୪ ଛକା)। ହେଲେ ଦଳ ବିଜୟ ଲକ୍ଷ୍ୟଠାରୁ ମାତ୍ର ୨ ରନ୍‌ ଦୂରରେ ରହିଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବସ୍‌ ମାଲିକ ସଂଘର ପୂର୍ବତନ ସମ୍ପାଦକଙ୍କ ପରଲୋକ, ଝୁରୁଛନ୍ତି ଅଞ୍ଚଳବାସୀ

ଭଞ୍ଜନଗର,୩୦ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଘୁମୁସର ଘରୋଇ ବସ୍‌ ମାଲିକ ସଂଘ ଭଞ୍ଜନଗରର ପୂର୍ବତନ ସମ୍ପାଦକ ତଥା ବର୍ତ୍ତମାନର ଉପସଭାପତି ସୁବାସ ଚନ୍ଦ୍ର ଦିହୁଡିଙ୍କର ରବିବାର ଅପରାହ୍ନରେ…

ଶାଳକଙ୍କୁ ଏସିଡ୍‌ ଫିଙ୍ଗି ବନ୍ଧା ହେଲେ ଭିଣୋଇ

ବ୍ରହ୍ମପୁର,୩୦ା୮(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଟାଉନ ଥାନା ପୋଲିସ ଏସିଡ ମାଡ ଘଟଣାରେ ଅଭିଯୁକ୍ତଙ୍କୁ ଗିରଫ କରିଛି l ସେ ହେଲେ ପାଟପୁର ଥାନା ପୋଡାମାରି ବଜାର…

ନାବାଳିକା ଛାତ୍ରୀଙ୍କୁ ଅପହରଣ କରିନେଲେ ୨୨ ବର୍ଷୀୟ ଯୁବକ, ଗାଁରେ ଉତ୍ତେଜନା ପରେ…

ହାଟଡିହୀ/ଛେନାପଦୀ,୩୦ା୮(ଶୁଭକାନ୍ତ ନାୟକ/ନିରାକାର): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ନନ୍ଦିପଦା ଥାନା ଅଞ୍ଚଳରେ ଜଣେ ନାବାଳିକା ଦଶମ ଶ୍ରେଣୀ ଛାତ୍ରୀକୁ ଅପହରଣ କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ଏହାକୁ…

ଓଡ଼ିଆ ସାହିତ୍ୟର ଜଣେ ଅମର ନକ୍ଷତ୍ର ଥିଲେ ସ୍ବଭାବ କବି ଗଙ୍ଗାଧର ମେହେର, ତାଙ୍କ କଲମ ଚାଳନାରେ ଥିଲା…

କେସିଙ୍ଗା,୩୦ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ ଚେତାବନୀ ସାହିତ୍ୟ ସଂସଦ ପକ୍ଷରୁ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ସମାରୋହ ଅନୁଷ୍ଠାନର ସଭାପତି ଯାଜ୍ଞସେନୀ ସାହାଙ୍କ…

ନିଟ୍‌ରେ ସଫଳ ଦୁଇ ଭଉଣୀଙ୍କ ଡାକ୍ତରୀ ପାଠରେ ଅର୍ଥ ସାଜିଛି ବାଧକ, ସ୍ବପ୍ନରେ ରହିଯିବ କି ଉଭୟଙ୍କ…

କର୍ଲାମୁଣ୍ଡା,୩୦ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ଗ୍ରାମର ଏକ ମେଧାବୀ ପରିବାରର ଦୁଇ ଭଉଣୀ ଏକାସାଙ୍ଗେ ନିଟ୍‌ ପରୀକ୍ଷାରେ ସଫଳତା ହାସଲ କରିବା…

୩୨ କେଭି ବିଦ୍ୟୁତ୍‌ ତାରରେ ବାଜିଗଲା ଛାତ୍ରଙ୍କ ହାତ, ଚାଲିଗଲା ଜୀବନ

ପାତ୍ରପୁର,୩୦ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ତହସିଲ ଜରଡ଼ା ଥାନା ଅନ୍ତର୍ଗତ ଭୈରପୁର ଗ୍ରାମର ସୁଶାନ୍ତ ପ୍ରଧାନଙ୍କ ପୁଅ ଚନ୍ଦନ( ୧୬)ଙ୍କ ବିଦ୍ୟୁତ୍‌ ଆଘାତରେ ମୃତ୍ୟୁ…

ଛାତ୍ରୀଛାତ୍ରଙ୍କୁ ନିଶାଠାରୁ ଦୂରେଇ ରହିବାକୁ ଆହ୍ବାନ

ବଞ୍ଚୋ,୩୦ା୮(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବଞ୍ଚୋର ପ୍ରାଣବଲ୍ଲଭ ପବ୍ଲିକ ସ୍କୁଲରେ ‘ନିଶାମୁକ୍ତ ଭାରତ ଅଭିଯାନ’ ଅଧୀନରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଆନନ୍ଦପୁର ଏସ୍‌ଡିପିଓ…

Video: ନେପାଳରେ ଭୟଙ୍କର ବନ୍ୟାର ୩ ଦିନ ପରେ ଜୀବନ୍ତ ଉଦ୍ଧାର ହୋଇ ସମସ୍ତଙ୍କୁ ଚକିତ କରିଦେଲେ ଏହି ଶିଶୁ

କାଠମାଣ୍ଡୁ,୩୦।୮: ନେପାଳର ରାସୁୱା ଜିଲାରେ ଭୟଙ୍କର ବନ୍ୟା ଆସିବାର ତିନି ଦିନ ପରେ, ଜଣେ ୨ ବର୍ଷର ଶିଶୁକୁ କାଦୁଅ ଏବଂ ଭଗ୍ନାବଶେଷ ତଳୁ ଜୀବନ୍ତ ବାହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri