Posted inଖେଳ

ବାଙ୍ଗାଲୋରର ତୃତୀୟ ବିଜୟ

ମୋହାଲି,୨୦।୪: ମୋହାଲି ସ୍ଥିତ ପଞ୍ଜାବ କ୍ରିକେଟ ଆସୋସିଏଶନ ଆଇଏସ୍‌ ବିନ୍ଦ୍ରା ଷ୍ଟାଡିୟମରେ ଗୁରୁବାର ଖେଳାଯାଉଥିବା ଆଇପିଏଲ୍‌ର ୨୭ତମ ମ୍ୟାଚ୍‌ରେ ବିରାଟ କୋହଲିଙ୍କ ନେତୃତ୍ୱଧୀନ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ୨୪ ରନ୍‌ରେ ବିଜୟୀ ହୋଇଛି। ଏହି ବିଜୟ ସହ ବାଙ୍ଗାଲୋର ୬ଟି ମ୍ୟାଚ୍‌ ଖେଳି ୩ଟିରେ ବିଜୟୀ ହୋଇଛି। ଫଳରେ ବାଙ୍ଗାଲୋର ଟେବୁଲର ପଞ୍ଚମ ସ୍ଥାନରେ ପହଞ୍ଚିଛି। ପଞ୍ଜାବ କିଙ୍ଗ୍ସ ଅଧିନାୟକ ସାମ କୁରାନ ଟସ୍‌ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଫଳରେ ବିରାଟ କୋହଲିଙ୍କ ନେତୃତ୍ୱଧୀନ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ବ୍ୟାଟିଂ କରି ନିର୍ଦ୍ଧାରିତ ୨୦ ଓଭରରେ ୪ ଉଇକେଟ ହରାଇ ୧୭୪ ରନ୍‌ କରିଥିଲା। ହେଲେ ପ୍ରାରମ୍ଭରୁ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇ ୧୮.୨ ଓଭରରେ ସମସ୍ତ ଉଇକେଟ ହରାଇ ୧୫୦ ରନ୍‌ କରିବାରେ ସକ୍ଷମ ହୋଇଥିଲା।

ବାଙ୍ଗାଲୋର ଦୁଇ ଓପନର ବିରାଟ, ଡୁପ୍ଲେସିସ୍‌ଙ୍କ ବ୍ୟାଟିଂ କରିବାକୁ ଆସି ଦମ୍‌ଦାର ଷ୍ଟାଟ୍‌ ଦେଇଥିଲେ। ଅଧିନାୟକ ବିରାଟ ୪୭ ବଲ୍‌ରେ (୫ ଚୌକ୍କା ଏବଂ ୧ ଛକ୍କ) ୫୯ ରନ୍‌ କରିଥିଲେ। ସେହିପରି ଫାଫ ଡୁପ୍ଲେସିସ୍‌ ମଧ୍ୟ ୫୬ ବଲ୍‌ରେ(୪ ଚୌକ୍କା ଏବଂ ୫ ଛକ୍କା) ୮୪ ରନ୍‌ର ବିସ୍ଫୋରକ ଇନିଂସ୍‌ ଖେଳିଥିଲେ। ଫଳରେ ଦଳ ୧୭୪ ରନ୍‌ କରିବାରେ ସକ୍ଷମ ହୋଇଥିଲା। ଜବାବରେ ପଞ୍ଜାବ ଆରମ୍ଭରୁ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା। ୪୩ ରନ୍‌ରେ ୪ ଉଇକେଟ ହରାଇ ସଂକଟରେ ପଡିଥିଲା। ହେଲେ ପ୍ରଭାସୀମନ୍‌ ସିଂ ୩୦ ବଲ୍‌ରେ ୪୬ ରନ୍‌ କରିଥିବା ବେଳେ ଜିତେଶ ଶର୍ମା ୨୭ ବଲ୍‌ରେ ୪୧ ରନ୍‌ କରି ମ୍ୟାଚ୍‌କୁ ଫେରିବାରେ ସଂର୍ଘଷ କରିଥିଲେ। ଶେଷ ବେଳକୁ ମ୍ୟାଚ୍‌ ଜିତାଇବାରେ ବିଫଳ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭରୁ ସମସ୍ୟା, ମଣ୍ଡିକୁ ଧାନ ଆସୁଛି ହେଲେ ଆସୁନାହାନ୍ତି ମିଲର୍ସ

ବରଗଡ଼,୧୭ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି । ରବିବାର ଏହି ପ୍ରକ୍ରିୟାକୁ ସପ୍ତାହେ ପୂରିବ। ହେଲେ ଆରମ୍ଭରୁ ଏହି ପ୍ରକ୍ରିୟାରେ ଧାନ କିଣାବିକା…

ନଦୀକୁ ଡେଇଁ ଜୀବନ ହାରିଲେ ୮୫ ବର୍ଷୀୟ ଭେଟେରାନ ଫିଲ୍ମ ନିର୍ମାତା, ତାମିଲ ସିନେମାଜଗତ ସ୍ତବ୍ଧ

ହାଇଦ୍ରାବାଦ: ତାମିଲ ସିନେମା ଜଗତରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି, ଯାହା ସାରା ଫିଲ୍ମଜଗତକୁ ସ୍ତବ୍ଧ କରିଦେଇଛି। ନିଜର ସ୍ପଷ୍ଟବାଦୀ ମତାମତ ଏବଂ ବିବାଦୀୟ…

ଅଜଣା ଟ୍ରକକୁ ଧକ୍କା ଦେଲା ବାଇକ, ଚାଳକ ମୃତ

ମୋହନା,୧୭ା୫(ମନ୍ମଥ ମିଶ୍ର): ଗଜପତି ଜିଲା ଟାଙ୍କିଲିପଦର ଗାଁ ଛକରେ ଦୁର୍ଘଟଣା । ଟ୍ରକକୁ ଧକ୍କାଦେଲା ବାଇକ୍ । ଦୁର୍ଘଟଣାରେ ଚାଳକଙ୍କର ମୃତ୍ୟୁ ହୋଇଛି । ମୃତ ବାଇକ୍…

ପୂର୍ବ ଶତ୍ରୁତାରୁ ଆକ୍ରମଣ ପ୍ରତି ଆକ୍ରମଣ ଘଟଣା, ଜେଲ୍ ଗଲେ ୩ ଅଭିଯୁକ୍ତ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମରେ ଦୁଇ ପଡୋଶୀଙ୍କ ମଧ୍ୟରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଗତ ଶୁକ୍ରବାର ରାତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri