Posted inଖେଳ

ରାଜସ୍ଥାନକୁ ହରାଇ ବାଙ୍ଗାଲୋରର ଚତୁର୍ଥ ବିଜୟ

ବେଙ୍ଗାଲୁରୁ,୨୩।୪: ବେଙ୍ଗାଲୁରୁସ୍ଥିତ ଏମ୍‌. ଚିନ୍ନାସ୍ବାମୀ ଷ୍ଟାଡିୟମରେ ରବିବାର ଖେଳାଯାଇଥିବା ଆଇପିଏଲ୍‌ର ୩୨ତମ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆର୍‌ସିବି) ୭ ରନ୍‌ରେ ବିଜୟୀ ହୋଇଛି। ଏହି ବିଜୟ ସହ ବ ାଙ୍ଗାଲୋର ୭ଟି ମ୍ୟାଚ ଖେଳି ୪ଟିରେ ବିଜୟ ହୋଇଛି। ଫଳରେ ୮ ପଏଣ୍ଟ ପାଇ ବାଙ୍ଗାଲୋର ଟେବୁଲ୍‌ର ପଞ୍ଚମ ସ୍ଥାନକୁ ଉନ୍ନିତ ହୋଇଛି। ରାଜସ୍ଥାନ ପରାଜୟ ସତ୍ତ୍ୱେ ଟେବୁଲର ଶୀର୍ଷରେ ରହିଛି।

ରାଜସ୍ଥାନ ଅଧିନାୟକ ସଞ୍ଜୁ ସାମସନ ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଥିଲେ। ଆମନ୍ତ୍ରଣ ପାଇ ବାଙ୍ଗାଲୋର ବ୍ୟାଟିଂ କରି ନିର୍ଦ୍ଧାରିତ ୨୦ ଓଭରରେ ୯ ଉଇକେଟ ହରାଇ ୧୮୯ ରନ୍‌ କରିଥିଲା। ଫଳରେ ରାଜସ୍ଥାନ ଆଗରେ ୧୯୦ ରନ୍‌ର ବିଜୟ ଟାର୍ଗେଟ୍‌ ରଖିଥିଲା ବାଙ୍ଗାଲୋର। ୧୯୦ ରନ୍‌ର ପିଛା କରି ରାଜସ୍ଥାନ ୨୦ ଓଭରରେ ୬ ଉଇକେଟ୍‌ ହରାଇ ୧୮୨ କରିବାରେ ସକ୍ଷମ ହୋଇଥିଲା।

ବ୍ୟାଟିଂ କରିବାକୁ ଆସି ରାଜସ୍ଥାନକୁ ପ୍ରାରମ୍ଭିକ ଝଟକ୍‌ ଲାଗିଥିଲା। ଜୋସ ବଟ୍‌ଲର୍‌ ଖାତ ଖୋଲି ନ ପାରି ଆଉଟ୍‌ ହୋଇଯାଇଥିଲେ। ଏଭଳି ସ୍ଥିତିରେ ଯଶସ୍ବୀ ଜୟସ୍ବାଲ ୩୭ ବଲ୍‌ରେ ୫ ଚୌକା ଏବଂ ୨ ଛକା ବଳରେ ୪୭ ରନ୍‌ ର ଗୁରୁତ୍ୱପୂର୍ଣ୍ଣ ଇନିଂସ୍‌ ଖେଳିଥିଲେ। ଦଳର ସର୍ବାଧିକ ସ୍କୋର କରିଥିଲେ ଦେବଦୂତ ପଡିକ୍କାଲ। ସେ ୩୪ ବଲ୍‌ରେ(୭ ଚୌକା ଓ ଗୋଟିଏ ଛକା) ୫୨ ରନ୍‌ କରିଥିଲେ। ଧ୍ରୁବ ଜୁର୍ଲେ ୩୪ ରନ୍‌ କରିଥିବା ବେଳେ ରବିଚନ୍ଦ୍ରନ ଅଶ୍ବିନ ୧୨ ରନ୍‌ କରିବାରେ ସକ୍ଷମ ହୋଇଥିଲେ। ଦଳର ଅନ୍ୟ ପ୍ରମୁଖ ଖେଳାଳି ନିରାଶ କରିଥିଲେ। ଫଳରେ ୧୮୨ ରନ୍‌ କରି ରାଜସ୍ଥାନ ପରାଜିତ ହୋଇଥିଲା। ବାଙ୍ଗାଲୋରର ହର୍ଷଲ ପଟେଲ ସର୍ବାଧିକ ୩ଟି ଉଇକେଟ ନେଥଇଥିଲେ। ମହମ୍ମଦ ସିରାଜ ଏବଂ ଡେଭିଡ ୱେଲି ଗୋଟିଏ ଲେଖାଏ ଉଇକେଟ୍‌ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ଦୋଳନକାରୀ ଛାତ୍ରୀଙ୍କୁ ଚାପୁଡ଼ା ମାରିଥିବା ପୋଲିସ ଅଫିସରଙ୍କ ବଦଳି

ନୂଆଦିଲ୍ଲୀ,୨୭ା୭:ଗତ ୨୦ ତାରିଖରେ ସିଜେପିର ‘ଚଲୋ ସଂସଦ’ ଅଭିଯାନ ବେଳେ ଆନ୍ଦୋଳନରତ ଜଣେ ଛାତ୍ରୀଙ୍କୁ ଚାପୁଡ଼ା ମାରିଥିବା ଦିଲ୍ଲୀର ଜଣେ ବରିଷ୍ଠ ପୋଲିସ ଅଫିସରଙ୍କୁ ଯନ୍ତରମନ୍ତର ବିକ୍ଷୋଭ…

ପ୍ରହ୍ଲାଦ ନାଟକ ନୃତ୍ୟଗୁରୁ ପଦ୍ମଶ୍ରୀ ସୀମାଞ୍ଚଳଙ୍କୁ ଭେଟିଲେ ବିଧାୟକ: ସ୍ବାସ୍ଥ୍ୟାବସ୍ଥା ପଚାରିବୁଝିବା ସହ..

ଦିଗପହଣ୍ଡି,୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ଗ୍ରାମ ବଡ଼ସାହିର ପୌରାଣିକ ପ୍ରହ୍ଲାଦ ନାଟକର ହିରଣ୍ୟକଶ୍ୟପ ରଜା ଭୂମିକାରେ ଅଭିନୟ କରୁଥିବା ନିର୍ଦ୍ଦେଶକ ତଥା…

କାଗଜ ପତ୍ର ନ ଥାଇ ଚାଲୁଥିଲା ବସ୍‌: ଧରିଲା ପରିବହନ ବିଭାଗ, ଏତିକି ଟଙ୍କା ଜୋରିମନା

ଛତ୍ରପୁର,୨୭।୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): କୌଣସି ସଠିକ କାଗଜ ପତ୍ର ନଥାଇ ଗାଡି ଚଳାଇବା ଏକ ବସକୁ ପଡିଛି ମହଙ୍ଗା। ଗଞ୍ଜାମ ଜିଲା ପରିବହନ ବିଭାଗ ପକ୍ଷରୁ ଯାଞ୍ଚ…

ନଇଁଲେ ସମ୍ରାଟ ସରକାର: ଛାତ୍ରଙ୍କ ବିରୋଧରେ ହୋଇଥିବା ମାମଲା ପ୍ରତ୍ୟାହାର

ପାଟନା,୨୭।୭: NEET ପେପର୍‌ ଲିକ ନେଇ ହୋଇଥିବା ପ୍ରତିବାଦ ପରେ ବିହାର ସରକାର ସମସ୍ତ ସମ୍ପର୍କିତ ମାମଲା ପ୍ରତ୍ୟାହାର କରିବାକୁ ଏକ ନିର୍ଦ୍ଦେଶ ଜାରି କରିଛନ୍ତି। ସୋମବାର…

CJP ଅଲ୍ଟିମେଟମ୍‌ରେ ସରକାର ଛାନିଆ: ନେଲେ ବଡ଼ ଆକ୍ସନ

ନୂଆଦିଲ୍ଲୀ,୨୭।୭: ନିଟ୍‌ ପ୍ରତିବାଦକାରୀଙ୍କ ବିରୋଧରେ ପୋଲିସ କାର୍ଯ୍ୟାନୁଷ୍ଠାନ ସମ୍ପର୍କରେ କକ୍ରୋଚ ଜନତା ପାର୍ଟି (CJP) ଦ୍ୱାରା ଦାଖଲ କରାଯାଇଥିବା ଅଭିଯୋଗର ସରକାର ବିଚାର କରିଛନ୍ତି। ସରକାର ସେହି…

ସରକାରୀ ଛୁଟି ନଥାଇ ସ୍କୁଲରେ ତାଲା, ଘରକୁ ଫେରିଆସିଲେ ପିଲା

ଲାଞ୍ଜିଗଡ଼,୨୭।୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଆଦିବାସୀ ଅଧ୍ୟୁଷିତ ଦୁର୍ଗମ ଲାଖବାହାଲି ପଞ୍ଚାୟତ ଅନ୍ତର୍ଗତ କମଲେଇ ଗାଁରେ ଅଜବ ଘଟଣା ଦେଖିବାକୁ ମିଳିଛି ।…

ଏସିଏଫ ସୋମ୍ୟରଞ୍ଜନ ମୃତ୍ୟୁ ମାମଲା; ଜାମିନ ଆବେଦନ ଖାରଜ ପରେ ଜେଲ୍ ଗଲେ ପୂର୍ବତନ DFO

ପାରଳାଖେମୁଣ୍ଡି,୨୭।୭(ଗିରିଧାରୀ ପରିଛା) : ବହୁଚର୍ଚ୍ଚିତ ଏସିଏଫ୍ ସୋମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଆଇନର ଫାଶରେ ଛନ୍ଦି ହୋଇଛନ୍ତି ତତ୍କାଳୀନ ଗଜପତି ଡିଏଫ୍ଓ ସଂଗ୍ରାମ କେଶରୀ ବେହେରା। ସୋମବାର…

ମାଗଣା ଅଟୋ ଆମ୍ବୁଲାନ୍ସ ସେବା ଯୋଗାଇଦେଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର:ଗର୍ଭବତୀ-ପ୍ରସୂତି ପାଇବେ ସୁବିଧା

ଦିଗପହଣ୍ଡି,୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ଗଞ୍ଜାମ ଜିଲା ସ୍ବାସ୍ଥ୍ୟ ବିଭାଗ ଓ ଜିଲା ପ୍ରଶାସନର ମିଳିତ ଆନୁକୂଲ୍ୟରେ ‘ନିରୀକ୍ଷଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri