ମୁମ୍ବାଇ ଭରଷାରେ ଆର୍‌ସିବି

ମୁମ୍ବାଇ,୧୯।୫: ଦୀର୍ଘ ଦିନ ହେଲା ଚୁପ୍‌ ଥିବା ବିରାଟ କୋହଲିଙ୍କ ବ୍ୟାଟ ଗର୍ଜନ କରିଛି। ତାଙ୍କର ୭୩ ରନ୍‌ର ଇନିଂସ ଯୋଗୁ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ୮ ଉଇକେଟରେ ଗୁଜରାଟ ଟାଇଟନ୍ସକୁ ପରାସ୍ତ କରିଛି। ଏହି ବିଜୟ ଯୋଗୁ ବାଙ୍ଗାଲୋର ପଏଣ୍ଟ ଟେବୁଲର ଚତୁର୍ଥ ସ୍ଥାନକୁ ଉଠିଛି ହେଲେ ପ୍ଲେଅଫ୍‌ରେ ସ୍ଥାନ ପକ୍କା କରିନାହିଁ। ଆର୍‌ସିବିକୁ ଏବେ ମୁମ୍ବାଇ ଇଣ୍ଡିଆନ୍ସ ଉପରେ ଭରସା କରିବାକୁ ପଡ଼ିବ। କାରଣ ଦିଲ୍ଲୀ କ୍ୟାପିଟାଲ୍ସ ତା’ର ଅନ୍ତିମ ମ୍ୟାଚ୍‌ରେ ମୁମ୍ବାଇ ଇଆନ୍ସକୁ ଭେଟିବ। ଏଥିରେ ମୁମ୍ବାଇ ବିଜୟୀ ହେଲେ ହିଁ ଆର୍‌ସିବି ପ୍ଲେଅଫ୍‌ରେ ସ୍ଥାନ ପାଇବ।
ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିଥିବା ଗୁଜରାଟ ଟାଇଟନ୍ସ ୨୦ ଓଭରରେ ୫ ଉଇକେଟ ହରାଇ ୧୬୮ ରନ୍‌ କରିଥିଲା। ଅଧିନାୟକ ହାର୍ଦ୍ଦିକ ୬୨ (୪ ଚୌକା ଓ ୩ ଛକା) ରନ୍‌ କରି ଅପରାଜିତ ରହିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଡେଭିଡ୍‌ ମିଲର (୩୪ ରନ୍‌, ୩ ଛକା), ରିଦ୍ଧିମାନ ଶାହା ୩୧ (୪ ଚୌକା ଓ ୧ ଛକା) ରନ୍‌ କରିଥିଲେ। ଆର୍‌ସିବି ପକ୍ଷରୁ ଜୋଶ ହାଜେଲଉଡ୍‌ ୨ ଉଇକେଟ ନେଇଥିଲେ। ଜବାବରେ ଆରମ୍ଭରୁ ଆଟାକିଂ ବ୍ୟାଟିଂ କରିଥିଲେ ବିରାଟ କୋହଲି ଓ ଅଧିନାୟକ ଫାଫ ଡୁ’ପ୍ଲେସି। ଦୁହେଁ ୧୧୫ ରନ୍‌ ଯୋଡ଼ିଥିଲେ। ୧୫ତମ ଓଭରରେ ଏହି ଯୋଡ଼ିକୁ ଭାଙ୍ଗିଥିଲେ ରଶିଦ ଖାନ। ଡୁ’ପ୍ଲେସି ୪୪ (୫ ଚୌକା)ରନ୍‌ କରି ଆଉଟ୍‌ ହୋଇଥିଲେ। ତାଙ୍କ ପରେ ପ୍ୟାଭିଲିଅନ ଫେରିଥିଲେ କୋହଲି। ସେ ୫୪ ବଲରେ ୭୩ (୮ ଚୌକା ଓ ୨ ଛକା) ରନ୍‌ କରିଥିବା ବେଳେ ରଶିଦଙ୍କ ବଲରେ ଷ୍ଟମ୍ପିଂ ଆଉଟ୍‌ ହୋଇଥିଲେ। ଚଳିତ ଆଇପିଏଲରେ ଏହା କୋହଲିଙ୍କ ସର୍ବାଧିକ ବ୍ୟକ୍ତିଗତ ସ୍କୋର। ତା’ ପରେ ମ୍ୟାକ୍ସଓ୍ବେଲ ୧୮ ବଲରେ ବିସ୍ଫୋରକ ୪୦(୫ ଚୌକା ଓ ୨ ଛକା) ରନ୍‌ ଖେଳିଥିଲେ। ଫଳରେ ୧୮.୪ ଓଭରରେ ୨ ଉଇକେଟରେ ୧୭୦ ରନ୍‌ କରି ମ୍ୟାଚ୍‌ ଜିତି ନେଇଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

କାହିଁକି ମିଳିଲାନି ବୈଭବ ସୂର୍ଯ୍ୟବଂଶୀଙ୍କୁ ଡେବ୍ୟୁର ସୁଯୋଗ? ନିରାଶ ହେଲେ ପ୍ରଶଂସକ

ନୂଆଦିଲ୍ଲୀ, ୨୬।୬: ଆୟରଲ୍ୟାଣ୍ଡ ବିପକ୍ଷ ପ୍ରଥମ ଟି-୨୦ ମ୍ୟାଚ୍‌ରେ ଭାରତୀୟ କ୍ରିକେଟ୍ ପ୍ରେମୀଙ୍କୁ ସାମାନ୍ୟ ନିରାଶ ହେବାକୁ ପଡ଼ିଛି। ଦଳର ନୂଆ ଅଧିନାୟକ ଶ୍ରେୟସ ଆୟର ଟସ୍…

ବରଗଡ଼ରେ ଚାଞ୍ଚଲ୍ୟ: ଏ-କ୍ଲାସ୍ କଣ୍ଟ୍ରାକ୍ଟରଙ୍କୁ ବନ୍ଧୁକ ମୁନରେ ଧମକ, ଥାନାରେ ଏତଲା ପରେ…

ବରଗଡ଼, ୨୬।୬ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଏକ ସାଙ୍ଘାତିକ ଘଟଣା ସାମ୍ନାକୁ ଆସିଛି। ଜଣେ ଜଣାଶୁଣା ଏ-କ୍ଲାସ କଣ୍ଟ୍ରାକ୍ଟର ସୁଜୟ ଶ୍ରୀମନ୍ତ ବିଶିଙ୍କୁ ବନ୍ଧୁକ ମୁନରେ…

ବାଣପୁରରେ ଦୁର୍ଘଟଣା: ଭାରସାମ୍ୟ ହରାଇ ବିଲ ମଝିକୁ ଓଲଟିଲା ଦ୍ରୁତଗାମୀ କାର୍, ୫ ମଦ୍ୟପ ଯୁବକ…

ବାଣପୁର, ୨୬।୬ (ଦିଲ୍ଲୀପ କୁମାର ସ୍ୱାଇଁ): ନାଚୁଣୀ ଥାନା ଅଧୀନ ଦେଓଗାଁ ଆଗୁଳଛକ ନିକଟ ବ୍ରିଜ୍‌ ପାଖରେ ଏକ ବଡ଼ ଧରଣର ସଡ଼କ ଦୁର୍ଘଟଣା ଘଟିଛି। ଏକ…

ଦୁବାଇରେ ହଠାତ ବାଜିଲା ସାଇରନ୍‌! ମିସାଇଲ୍‌ ଆକ୍ରମଣର ଚେତାବନୀ, ଖେଳିଗଲା ଆତଙ୍କ

ଦୁବାଇ,୨୬।୬: ସଂଯୁକ୍ତ ଆରବ ଏମିରେଟ୍ସ (UAE) କର୍ତ୍ତୃପକ୍ଷଙ୍କ ପକ୍ଷରୁ ଶୁକ୍ରବାର ଦିନ ଦୁବାଇ ପାଇଁ ଏକ ମିସାଇଲ ଆକ୍ରମଣର ସତର୍କ ସୂଚନା (Alert) ଜାରି କରାଯାଇଛି। ଏହାକୁ…

ଚାଇନାର ୧୦୯ ମହଲା ବିଶିଷ୍ଟ ଅଟ୍ଟାଳିକା ‘CITIC  ଟାଓ୍ବାର’ ସହ ପିଟିହେଲା ବିମାନ, ସାମ୍ନାକୁ ଆସିଲା ଭୟଙ୍କର VIDEO

ବେଜିଂ,୨୬।୬: ଚାଇନାର ରାଜଧାନୀ ବେଜିଂରେ ଶୁକ୍ରବାର ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ବେଜିଂର ସବୁଠାରୁ ଉଚ୍ଚ ସ୍କାଈସ୍କ୍ରେପର (ଗଗନଚୁମ୍ବୀ ଅଟ୍ଟାଳିକା) ଅଟ୍ଟାଳିକା…

ଓଡ଼ିଶା କଂଗ୍ରେସର ନୂଆ ପ୍ରଭାରୀ ହେଲେ ଲାଲ୍‌ଜୀ ଦେଶାଇ: AICC ପକ୍ଷରୁ ବିଜ୍ଞପ୍ତି ଜାରି

ଭୁବନେଶ୍ୱର,୨୬।୬: ରାଜ୍ୟ କଂଗ୍ରେସ ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଲାଲ୍‌ଜୀ ଦେଶାଇଙ୍କୁ ରାଜ୍ୟ କଂଗ୍ରେସର ନୂଆ ପ୍ରଭାରୀ ଭାବେ ନିଯୁକ୍ତ କରାଯାଇଛି। ସେ ପୂର୍ବତନ…

ଫିଲ୍ମ ପରେ ଏବେ କ୍ରିକେଟ ମଇଦାନରେ ଜନ ଆବ୍ରାହମଙ୍କ ଏଣ୍ଟ୍ରି, ହେଲେ ଏହି ଟିମ୍‌ର ମାଲିକ

ନୂଆଦିଲ୍ଲୀ, ୨୬।୬: ବଲିଉଡର ଆକ୍ସନ ଷ୍ଟାର୍ ଜନ ଅବ୍ରାହମ୍ ଏବେ କ୍ରିକେଟ୍ ପିଚ୍‌ରେ ନଜର ଆସିବେ। ସେ ପ୍ରଥମ ୟୁରୋପିଆନ୍ ଟି-୨୦ ପ୍ରିମିୟର ଲିଗ୍ (ETPL)ର ଫ୍ରାଞ୍ଚାଇଜ୍…

୨-୧ ଗୋଲରେ ଜର୍ମାନୀକୁ ପରାସ୍ତ କଲା ଇକ୍ୱେଡର

ଇଷ୍ଟ ରୋଦରଫୋଡ,୨୬ା୬: ଗୋଞ୍ଜାଲୋ ପ୍ଲାଟାଙ୍କ ଗୋଲ ବଳରେ ଶୁକ୍ରବାର ଖେଳାଯାଇଥିବା ଏକ ରୋମାଞ୍ଚକ ମ୍ୟାଚ୍‌ରେ ଇକ୍ୱେଡର ୨-୧ ଗୋଲରେ ଜର୍ମାନୀକୁ ପରାସ୍ତ କରିଛି। ଫିଫା ର଼୍ୟାଙ୍କିଙ୍ଗ୍‌ରେ ୨୩ତମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri