Posted inଖେଳ

ଆଜିର ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସକୁ ସତର୍କ ରହିବାକୁ ପଡ଼ିବ

କୋଲକାତା,୬ା୪: ଗୁରୁବାର ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ)ରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର -କୋଲକାତା ନାଇଟ ରାଇଡର୍ସ ମଧ୍ୟରେ ହେବ। ଏହି ମ୍ୟାଚ୍‌ ଆଜି ସନ୍ଧ୍ୟା ୭.୩୦ରେ ଇଡେନ ଗାର୍ଡେନ୍ସରେ ଖେଳାଯିବ। ତେବେ ଏହି ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଦଳକୁ କୋଲକାତା ନାଇଟ ରାଇଡର୍ସର ଆଣ୍ଡ୍ରେ ରସେଲଙ୍କ ପ୍ରତି ସତର୍କ ରହିବାକୁ ପଡ଼ିବ। ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ବିପକ୍ଷରେ କୋଲକାତା ନାଇଟ ରାଇଡର୍ସର ଆଣ୍ଡ୍ରେଙ୍କ ବ୍ୟାଟ୍‌ ଏହି ଗ୍ରାଉଣ୍ଡରେ ପୂର୍ବରୁ ନିଆଁ ଲଗାଇ ସାରିଛି।

ଏହି ଗ୍ରାଉଣ୍ଡରେ ଆଣ୍ଡ୍ରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ବିପକ୍ଷରେ ଅନେକ ଦ୍ରୁତ ଇନିଂସ ଖେଳିଛନ୍ତି। ଯଦି ଏହି ଆକଳନକୁ ଦେଖାଯାଏ, ତେବେ ବର୍ତ୍ତମାନ ପର୍ଯ୍ୟନ୍ତ ଇଡେନ ଗାର୍ଡେନ୍ସ ଗ୍ରାଉଣ୍ଡରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ବିପକ୍ଷରେ ଆଣ୍ଡ୍ରେ ୩୯୫ ରନ୍‌ ସ୍କୋର କରିଛନ୍ତି। ଇଡେନ ଗାର୍ଡେନ ଗ୍ରାଉଣ୍ଡରେ ଯେକୌଣସି ଦଳ ପାଇଁ ଏହା ଆଣ୍ଡ୍ରେଙ୍କ ସର୍ବାଧିକ ସ୍କୋର। ଏହା ବ୍ୟତୀତ ଆଣ୍ଡ୍ରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ବିପକ୍ଷରେ ଇଡେନ ଗାର୍ଡେନ ଗ୍ରାଉଣ୍ଡରେ ୨୦୭.୦୮୯ ଷ୍ଟ୍ରାଇକ୍‌ ହାରରେ ସ୍କୋର କରିଛନ୍ତି। ଏଥି ସହିତ ଆଣ୍ଡ୍ରେଙ୍କ ହାରାହାରି ମଧ୍ୟ ଆଶ୍ଚର୍ଯ୍ୟଜନକ ରହିଛି। ତେଣୁ ରୟାଲ ଚ୍ୟାଲେଞ୍ଜର୍ସ ଟିମ୍‌କୁ ସତର୍କ ରହିବାକୁ ପଡ଼ିବ। କାରଣ ଏହି ଗ୍ରାଉଣ୍ଡରେ ହିଁ ରସେଲ ରୟାଲ ଚ୍ୟାଲେଞ୍ଜର୍ସ ବିପକ୍ଷରେ ୪ ଥର ଅପରାଜିତ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋଚ ପଦ ହରାଇବେ ଗୌତମ ଗମ୍ଭୀର! ଦାୟିତ୍ୱ ନେବେ ଜଣେ ଅଭିଜ୍ଞ ଖେଳାଳି!

ନୂଆଦିଲ୍ଲୀ,୭।୭: ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜ ପାଇଁ ଦଳ ଘୋଷଣା କରିବା ପରେ, ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ମଧ୍ୟ ପ୍ରଶିକ୍ଷକ କର୍ମଚାରୀଙ୍କ ସମ୍ପର୍କରେ ଏକ…

ଭୟଙ୍କର ଭୂସ୍ଖଳନ, ୩ ମୃତ ୭ ନିଖୋଜ, ସାମ୍ନାକୁ ଆସିଲା ଛାତିଥରା VIDEO

ଥିରୁଭାନନ୍ତପୁରମ,୭।୭: ପ୍ରିୟଙ୍କା ଗାନ୍ଧୀଙ୍କ ସଂସଦୀୟ କ୍ଷେତ୍ର କେରଳର ୱାୟାନାଡ ଏକ ପ୍ରାକୃତିକ ବିପର୍ଯ୍ୟୟର ସମ୍ମୁଖୀନ ହେଉଛି। ମେପାଡି ନିକଟସ୍ଥ କଲ୍ଲାଡିରେ ହଠାତ ଭୂସ୍ଖଳନ ହେବାରୁ ଏଥିରେ ୩…

ଗୋଲ୍ଡେନ ବୁଟ୍‌ ରେସ୍‌ରେ ଏହି ୩ ଖେଳାଳି, ଜାଣନ୍ତୁ…

ଇଷ୍ଟ ରଦରଫୋର୍ଡ,୭ା୭: ବ୍ରାଜିଲ ବିପକ୍ଷ ପ୍ରି-କ୍ୱାର୍ଟର ମ୍ୟାଚ୍‌ରେ ଡବଲ ଗୋଲ ଦେଇ ନରଓ୍ବେକୁ ଜିତାଇଥିବା ଏର୍ଲିଂ ହାଲାଣ୍ଡ ଚଳିତ ବିଶ୍ୱକପ୍‌ରେ ଗୋଲ୍ଡେନ ବୁଟ୍‌ ରେସରେ ସାମିଲ ହୋଇଛନ୍ତି।…

କ୍ରିକେଟ ଜଗତରେ ଶୋକର ଛାୟା, ୩୮ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କଲେ ପୂର୍ବତନ କିମ୍ବଦନ୍ତୀ ବୋଲର

ନୂଆଦିଲ୍ଲୀ,୭।୭: ପୂର୍ବତନ ଆଫଗାନିସ୍ତାନ ଦ୍ରୁତ ବୋଲର ଶାପୁର ଜାଦ୍ରନ (Shapoor Zadran) ଙ୍କ ଦେହାନ୍ତ ହୋଇଛି। ସେ ଦୀର୍ଘ ଦିନ ଧରି ଏକ ଗମ୍ଭୀର ରୋଗ ସହିତ…

ଆନ୍ନା ହଜାରେଙ୍କୁ ନେଇ ବିବାଦୀୟ ବୟାନ ଦେଲେ ‘କକ୍ରୋଚ ଜନତା ପାର୍ଟି’ର ଅଭିଜିତ ଦୀପକେ, ହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୭।୭: ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପାଇଁ ଆନ୍ଦୋଳନ କରୁଥିବା ‘କକ୍ରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଆନ୍ନା ହଜାରେଙ୍କ ବିଷୟରେ ବିବାଦୀୟ ମନ୍ତବ୍ୟ…

ଦାଦା ବଟି ଯୋଜନା ପଣ୍ଡ: ୨ ପିସ୍ତଲ ସହ ୪ ଗିରଫ

ଭଞ୍ଜନଗର,୭।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ଧରଣର ଅପରାଧୀ ଗୋଷ୍ଠୀକୁ କାବୁ କରିବାରେ ସକ୍ଷମ ହୋଇଛି। ପୋଲିସ ଦାଦା ବଟି ମାଗିବା ଯୋଜନା କରିବା…

ବନ୍ଦ ଘରୁ ମିଳିଲା ଆଉଟସୋର୍ସିଂ କର୍ମଚାରୀଙ୍କ ମୃତଦେହ, ଗନ୍ଧ ହେବାରୁ…

ବଲାଙ୍ଗୀର,୭।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତୁଲସୀନଗରର ଏକ ଘର ଭିତରୁ ଜଣେ ଯୁବକଙ୍କ ମୃତଦେହ ମଙ୍ଗଳବାର ଉଦ୍ଧାର ହୋଇଛି । ମୃତ ଯୁବକ ଜଣକ କାର୍ତ୍ତିକ ମଛଖଣ୍ଡ…

ଗଛରେ ଝୁଲୁଛି କଲରାପତରିଆ ବାଘର ମୃତଦେହ, ସ୍ଥାନୀୟ ଲୋକେ….

କବିସୂର୍ଯ୍ୟନଗର,୭।୭(କୃପାସିନ୍ଧୁ ସ୍ବାଇଁ):  ଗଞ୍ଜାମ କବିସୂର୍ଯ୍ୟନଗର ଜରଡ଼ ପାହଡ ନିକଟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । କଲରାପତରିଆ ବାଘକୁ ହତ୍ୟା ପରେ କେହି ନିମ୍ବ ଗଛରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri