ଓଡ଼ିଶା ବଜାରରେ ରୟାଲ ଏନ୍‌ଫିଲ୍ଡର ଅଲ୍‌ ନ୍ୟୁ ସଟ୍‌ଗନ-୬୫୦ ସିସି

ଭୁବନେଶ୍ୱର,୨୭।୨: ଦେଶର ପ୍ରମୁଖ ୨ଚିକିଆ ପ୍ରିମିୟମ ଯାନ ତଥା ଗ୍ଲୋବାଲ ଲିଡର (ଦି ମିଡ୍‌ ସାଇଜ୍‌ ୨୫୦-୭୫୦ ସିସି ମୋଟରସାଇକେଲ ସେଗ୍‌ମେଣ୍ଟ) ମୋଟରସାଇକେଲ ‘ରୟାଲ ଏନ୍‌ଫିଲ୍ଡ’ର ବହୁ ପ୍ରତୀକ୍ଷିତ ଏବଂ ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ଅଲ୍‌ ନ୍ୟୁ ‘ସଟ୍‌ଗନ-୬୫୦’ ମଡେଲର ସର୍ବଭାରତୀୟ ଉନ୍ମୋଚନ ଓ ବଜାର ପ୍ରବେଶ ନିକଟରେ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କମ୍ପାନୀର ଓଡ଼ିଶା ବଜାର ପକ୍ଷରୁ ରୟାଲ ଏନ୍‌ଫିଲ୍ଡର ଅଲ ନ୍ୟୁ ‘ସଟ୍‌ଗନ-୬୫୦’ ମଡେଲକୁ ଆନୁଷ୍ଠାନିକ ଭାବେ ଓଡ଼ିଶା ବଜାରରେ ଅନାବରଣ ସହ ବଜାର ପ୍ରବେଶ ସମ୍ପର୍କରେ ଘୋଷଣା କରାଯାଇଛି। ଏ ନେଇ ରୟାଲ ଏନ୍‌ଫିଲ୍ଡର ସିଇଓ ବି. ଗୋବିନ୍ଦରାଜନ କହିଛନ୍ତି, ରୟାଲ ଏନ୍‌ଫିଲ୍ଡର ଅଲ୍‌ ନ୍ୟୁ ‘ସଟ୍‌ଗନ-୬୫୦’ ମଡେଲକୁ ଓଡ଼ିଶା ବଜାରରେ ପ୍ରବେଶ କରାଇ ଆମେ ବେଶ୍‌ ଉତ୍ସାହିତ ଅଛୁ। ଏପରିକି ଆଶାୟୀ ଗ୍ରାହକ ଓ ଉତ୍ସାହୀ ଯୁବଗୋଷ୍ଠୀଙ୍କୁ ଏହି ମଡେଲ ରାଇଡିଂର ଏକ ଭିନ୍ନ ଅନୁଭୂତି ଦେବ। ସେହିଭଳି ଉକ୍ତ ମଡେଲରେ ଅନେକଗୁଡିଏ ଅତ୍ୟାଧୁନିକ ସୁବିଧା ସାଙ୍ଗକୁ ୪ଟି ସ୍ମାର୍ଟ ଭାରିଆଣ୍ଟ ସହିତ ୪ଟି ଆକର୍ଷଣୀୟ କଲର(ରଙ୍ଗ)ରେ ଉକ୍ତ ମଡେଲ କମ୍ପାନୀର ସ୍ବୀକୃତିପ୍ରାପ୍ତ ଡିଲର ପଏଣ୍ଟରେ ଉପଲବ୍ଧ। ଅପରପକ୍ଷରେ ଅତ୍ୟାଧୁନିକ ବୈଶିଷ୍ଟ୍ୟ ସହିତ ୬୫୦ ସିସି ସହ ଆଡ୍‌ଭାନ୍ସ ଫିଚର ସମ୍ଭାର ସଂଯୋଗ ରହିଛି। ରୟାଲ ଏନ୍‌ଫିଲ୍ଡର ଅଲ୍‌ ନ୍ୟୁ ‘ସଟ୍‌ଗନ-୬୫୦’ ମଡେଲର ପ୍ରାରମ୍ଭିକ ବଜାର ମୂଲ୍ୟ ୩,୫୯,୦୦୦ ଲକ୍ଷ ଟଙ୍କା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଆଦିତ୍ୟଙ୍କ ସହ ମୁମ୍ବାଇ ଛାଡ଼ିଲେ ୟାମି ଗୌତମ? କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ଏହି ଦମ୍ପତ୍ତି? ଜାଣନ୍ତୁ…

ମୁମ୍ବାଇ: ଆଦିତ୍ୟ ଧର ହେଉଛନ୍ତି ବଲିଉଡର ଜଣେ ପ୍ରତିଷ୍ଠିତ ନିର୍ଦ୍ଦେଶକ, ଯିଏ ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ’ (Uri: The Surgical Strike) ଭଳି ଲୋକପ୍ରିୟ ଚଳଚ୍ଚିତ୍ର…

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍‌ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା

ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍‌ ଓ ଦୁଇଟି ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

ପାକିସ୍ତାନ କ୍ରିକେଟକୁ ନେଇ ଆସିଲା ବଡ଼ ଖବର, ସୋଏବ ଅଖତର ଦେଲେ ଏମିତି ଉତ୍ତର ସମସ୍ତେ ଚକିତ

ଇସଲାମାବାଦ,୪।୧୦: ଶୋଏବ ଅଖତର କ’ଣ ପାକିସ୍ତାନ କ୍ରିକେଟ ଦଳର ମୁଖ୍ୟ ଚୟନକର୍ତ୍ତା (ଚିଫ ସିଲେକ୍ଟର) ହେବାକୁ ଯାଉଛନ୍ତି? ସାମ୍ପ୍ରତିକ ସମୟରେ ଇଣ୍ଟରନେଟରେ ଏହାକୁ ନେଇ ବ୍ୟାପକ ଚର୍ଚ୍ଚା…

ଅକ୍ଟୋବରରେ ଅଷ୍ଟ୍ରେଲିଆ ବିପକ୍ଷରେ ପ୍ରଥମ ଦିନିକିଆ ମ୍ୟାଚ ଖେଳିବ ଟିମ ଇଣ୍ଡିଆ; ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସ୍ଥାନ ନେବେ ଏହି ଖେଳାଳି

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ ଦଳ ଅକ୍ଟୋବର ୬ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ଏକ ଟି-୨୦ ସିରିଜ ଖେଳିବାକୁ ଯାଉଛି। ଏହି ସମୟରେ, ଅନ୍ୟ ଏକ ଭାରତୀୟ ଦଳ ଅଷ୍ଟ୍ରେଲିଆର…

ଟିଏମସି (TMC)କୁ ଲାଗିବ ଶକ୍ତ ଧକ୍କା, ଦଳ ଛାଡିଥିବା ନେତାଙ୍କୁ ଭାଜପା ଦେଲା ବଡ଼ ସୁଯୋଗ

ନୂଆଦିଲ୍ଲୀ,୪।୧୦: ଭାରତୀୟ ଜନତା ପାର୍ଟି(ଭାଜପା)ର କେନ୍ଦ୍ରୀୟ ନିର୍ବାଚନ କମିଟି ରବିବାର (ଅକ୍ଟୋବର ୪) ରାଜ୍ୟ ସଭା ନିର୍ବାଚନ ପାଇଁ ଦୁଇଜଣ ପ୍ରମୁଖ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?