ବାହାନଗା ରେଳ ଦୁର୍ଘଟଣା ମୃତକଙ୍କ ପିଲାଙ୍କୁ ମାଗଣାରେ ପଢ଼ାଇବ ରୟାଲ ଗ୍ରୁପ୍‌

ଭୁବନେଶ୍ୱର,୧୨।୬: ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ରୟାଲ ଗ୍ରୁୁପ୍‌ ଅଫ୍‌ ଇନ୍‌ଷ୍ଟିଚ୍ୟୁଶନ୍ସ ପକ୍ଷରୁ ବାଲେଶ୍ୱର ବାହାନଗା ରେଳ ଦୁର୍ଘଟଣା ସମ୍ପର୍କରେ ଏକ ବଡ ଘୋଷଣା କରାଯାଇଛି। ଉଲ୍ଲେଖଯୋଗ୍ୟ, ୨୦୨୩ ଜୁନ୍‌ ୨ରେ ବାଲେଶ୍ୱର ଜିଲାର ବାହାନଗାଠାରେ ଘଟିଯାଇଥିବା ମର୍ମନ୍ତୁଦ ରେଳ ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ସମବେଦନା ଜଣାଇବା ସହ ସେମାନଙ୍କ ପିଲାମାନଙ୍କୁ ରୟାଲ ଗ୍ରୁୁପ ଅଫ୍‌ ଇନ୍‌ଷ୍ଟିଚ୍ୟୁଶନ୍ସ ମାଗଣାରେ ପାଠ ପଢାଇବାକୁ ଘୋଷଣା କରିଛି। ବିଶେଷ କରି ଗ୍ରୁପର ଭୁବନେଶ୍ୱରରେ ଥିବା ରୟାଲ କଲେଜ ଅଫ୍‌ ସାଇନ୍ସ ଆଣ୍ଡ୍‌ ଟେକ୍ନୋଲୋଜି, ରୟାଲ ପବ୍ଲିକ ସ୍କୁଲ ଏବଂ ବାଲେଶ୍ୱରର ମଇତାପୁରଠାରେ ଥିବା ରୟାଲ ହାଇସ୍କୁଲ ଓ ରୟାଲ ପବ୍ଲିକ ସ୍କୁଲରେ ପାଠ ପଢାଇବାକୁ ଘୋଷଣା କରାଯାଇଛି। ଏପରିକି ରେଳ ଦୁର୍ଘଟଣାରେ ଉଭୟ ମାତା ପିତା କିମ୍ବା କେବଳ ପିତା ଏବଂ ମାତାଙ୍କୁ ହରାଇଥିବା ପିଲାମାନେ ଶିକ୍ଷା ଗ୍ରହଣ ପାଇଁ ଆଗ୍ରହ ପ୍ରକାଶ କରୁଥିଲେ ଗ୍ରୁପ ପ୍ରଥମ ଶ୍ରେଣୀରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ଉଭୟ ଓଡ଼ିଆ ଓ ଇଂରାଜୀ ମାଧ୍ୟମରେ ସେମାନଙ୍କ ଯୋଗ୍ୟତା ଅନୁସାରେ ଶିକ୍ଷାଦାନ ପାଇଁ ବ୍ୟବସ୍ଥା କରାଯାଉଛି ବୋଲି ରୟାଲ ଗ୍ରୁୁପ ଅଫ୍‌ ଇନ୍‌ଷ୍ଟିଚ୍ୟୁଶନ୍ସର ଚେୟାରମ୍ୟାନ ଡ. ବିଷ୍ଣୁମୋହନ ମହାନ୍ତି ସୂଚନା ଦେଇଛନ୍ତି। ଅପରପକ୍ଷରେ ଆଶାୟୀ ଛାତ୍ରୀଛାତ୍ର ଓ ଅଭିଭାବକ ଓ ଅନ୍ୟମାନେ ଏଥିପାଇଁ ରୟାଲ ଗ୍ରୁୁପ ଅଫ୍‌ ଇନ୍‌ଷ୍ଟିଚ୍ୟୁଶନ୍ସ ସହ ଯୋଗାଯୋଗ କରିପାରିବେ ବୋଲି ଏକ ଖବରଦାତା ସମ୍ମିଳନୀରେ ରୟାଲ ଗ୍ରୁୁପ ଅଫ୍‌ ଇନ୍‌ଷ୍ଟିଚ୍ୟୁଶନ୍ସର ଚେୟାରମ୍ୟାନ୍‌ ଡ. ବିଷ୍ଣୁମୋହନ ମହାନ୍ତି, ଭାଇସ୍‌ ଚେୟାରମ୍ୟାନ ମିଲନ୍‌ ମହାନ୍ତି ବିସ୍ତୃତ ଭାବେ ଆଲୋକପାତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

LPGକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଏଣିକି ତେଲ-ଗ୍ୟାସ ସପ୍ଲାଏରେ…

ନୂଆଦିଲ୍ଲୀ,୧୨।୪: ପଶ୍ଚିମ ଏସିଆରେ ଉତ୍ତେଜନା ମଧ୍ୟରେ, ଭାରତ ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି ଏବଂ ସାଧାରଣ ଜନତାଙ୍କୁ ଆଶ୍ୱସ୍ତି ପ୍ରଦାନ କରିବା ପାଇଁ ଅନେକ ପଦକ୍ଷେପ ନେଉଛନ୍ତି।…

‘ସବୁକିଛି ଶେଷ…’ ଲେବାନନ୍ ଉପରେ ବଡ଼ ଆକ୍ରମଣ କଲା ଇସ୍ତ୍ରାଏଲ, ସମ୍ପୂର୍ଣ୍ଣ ଗାଁ ଧ୍ୱଂସ

ନୂଆଦିଲ୍ଲୀ,୧୨।୪:  ଇରାନ ଏବଂ ଆମେରିକା ମଧ୍ୟରେ ଦୁଇ ସପ୍ତାହ ଧରି ଯୁଦ୍ଧବିରତି ହୋଇଥିବା ସତ୍ତ୍ୱେ, ଇସ୍ରାଏଲ ଲେବାନନ ଉପରେ ନିରନ୍ତର ଆକ୍ରମଣ ଆରମ୍ଭ କରିଛି । ଏହି ଆକ୍ରମଣରେ…

ନୀତୀଶ ରାଣାଙ୍କୁ ବଡ଼ ଜରିମାନା, କାହିଁକି ଜାଣନ୍ତୁ…

ଚେନ୍ନାଇ,୧୨ା୪:ଦିଲ୍ଲୀ କ୍ୟାପିଟାଲ୍ସ ବ୍ୟାଟର ନୀତୀଶ ରାଣାଙ୍କୁ ତାଙ୍କ ମ୍ୟାଚ୍‌ ଫି’ର ୨୫ ପ୍ରତିଶତ ଜରିମାନା କରାଯାଇଛି। ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ବିପକ୍ଷ ଇଣ୍ଡିଆନ ପ୍ରିମିୟର ଲିଗ୍‌…

କାଠ ବୋଝେଇ ପିକଅପ୍ ଭ୍ୟାନକୁ ଜବତ କଲା ପଦ୍ମପୁର ବନ ବିଭାଗ, ମିଳିଲା….

ପଦ୍ମପୁର,୧୨।୪(ପ୍ରଦୀପ୍ତ ଦାଶ): ପଦ୍ମପୁର ବନ ବିଭାଗକୁ ସଫଳତା । ଶନିବାର ଜଗଦଳପୁର ଥାନା ଅନ୍ତର୍ଗତ ଲୋହରା କୋଟ ଗ୍ରାମ ପାଖରୁ ଏକ ସାଗୁଆନ ଗଣ୍ଡି ବୋଝେଇ ମେକ୍ସ…

ବରଗଡରେ ୨ଟି ଫୁଲମାଳା ବିନିମୟରେ ବାଛିଲେ ଜୀବନସାଥୀ… ନା ଦେଖିଥିଲେ ଜାତି, ନା ଦେଇଥିଲେ ଯୌତୁକ

ବରଗଡ଼,୧୨।୪(ପ୍ରେମାନନ୍ଦ ଖମାରୀ): ବିବାହରେ ନ ଥିଲା ଯାନି ଯୌତୁକ । ନ ଥିଲା ଜାତି ଭେଦଭାବ। ବାହାରି ନ ଥିଲା ବରାତି ଶୋଭାଯାତ୍ରା। କେବଳ ୨ଟି ଫୁଲମାଳା…

ଦୋକାନରେ ଚାଲିଥିଲା ଗଞ୍ଜେଇ ବିକ୍ରି, ପୋଲିସ ଅତର୍କିତ ଚଢ଼ାଉ କରି…

ତିହିଡ଼ି,୧୨ା୪(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ବଜାରରେ ଥିବା ଏକ ବେଆଇନ ଗଞ୍ଜେଇ ଦୋକାନ ଉପରେ ତିହିଡ଼ି ପୋଲିସ ଅତର୍କିତ ଚଢ଼ାଉ କରି ଜଣେ ଗଞ୍ଜେଇ ବିକ୍ରେତା…

US Iran Peace Talks In Pakistan: ବିଫଳ ହେଲା ଶାନ୍ତି ଆଲୋଚନା, କିନ୍ତୁ କାହିଁକି ପାକିସ୍ତାନକୁ ଧନ୍ୟବାଦ ଦେଲା ଇରାନ? ଜାଣନ୍ତୁ ଏହାର ବଡ଼ କାରଣ

ଇସଲାମାବାଦ,୧୨।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ସମ୍ପୂର୍ଣ୍ଣ ବିଫଳତାରେ ଶେଷ ହୋଇଥିଲା। ୨୧ ଘଣ୍ଟା ଧରି ଚାଲିଥିବା ଆଲୋଚନା…

୧୦ଦିନ କମିଗଲା ଖରାଛୁଟି! ସ୍କୁଲ ଖୋଲୁଖୋଲୁ ପରୀକ୍ଷା; ଜାଣନ୍ତୁ କେଉଁଠି…

ନୂଆଦିଲ୍ଲୀ,୧୨।୪: ଶିକ୍ଷା ବିଭାଗ 2026-27 ବର୍ଷର ନୂତନ ଶିକ୍ଷା ଅଧିବେଶନ ପାଇଁ ବହୁ ପ୍ରତୀକ୍ଷିତ ‘ଶିକ୍ଷା କ୍ୟାଲେଣ୍ଡର’ ପ୍ରକାଶ କରିଛି। ଏହି ନୂତନ ଅଧିବେଶନ ଏପ୍ରିଲ 1…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri