ଡମଣାରେ ‘ପଶ୍ଚିମବଙ୍ଗର ରୟାଲ ପ୍ୟାଲେସ’

ଭୁବନେଶ୍ୱର,୨୧।୯(ବ୍ୟୁରୋ): ମା’ ଆସୁଛନ୍ତି। ଚଳଚଞ୍ଚଳ ହୋଇପଡିଛି ରାଜଧାନୀ। ଚାରିଆଡେ ଖୁସିର ମାହୋଲ। ଦୁଇ ବର୍ଷ ପରେ ଭକ୍ତମାନେ ଦର୍ଶନ କରିବେ ମା’ ଦଶଭୁଜାଙ୍କୁ। ଏଥିପାଇଁ ବିଭିନ୍ନ ପୂଜା କମିଟି ପକ୍ଷରୁ ଜୋରଦାର ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଏହି ଦୌଡ଼ରୁ ବାଦ୍‌ପଡ଼ିନି ଡମଣା ଗୋପୀନାଥ ଜୀଉ ଦୁର୍ଗାପୂଜା କମିଟି। ଚଳିତ ବର୍ଷ କମିଟି ପଶ୍ଚିମବଙ୍ଗର ରୟାଲ ପ୍ୟାଲେସ ସଦୃଶ ତୋରଣ ଭେଟିଦେବ।
ସହର ଭିତରେ ଗ୍ରାମର ଭାଇଚାରାକୁ ବଜାୟ ରଖି ୧୦ ବର୍ଷ ତଳେ ପ୍ରତିଷ୍ଠା ହୋଇଥିଲା ଡମଣା ଗୋପୀନାଥ ଜୀଉ ଦୁର୍ଗାପୂଜା କମିଟି। ଚଳିତ ବର୍ଷ କମିଟି ୧୧ ବର୍ଷରେ ପଦାପର୍ଣ କରିଛି। କମିଟି ପକ୍ଷରୁ ପଶ୍ଚିମବଙ୍ଗର ରୟାଲ ପ୍ୟାଲେସ ସଦୃଶ ତୋରଣ ନିର୍ମାଣ କରାଯିବ। ଏହାର ଓସାର ୧୦୦ ଫୁଟ ଓ ଚଉଡା ୮୦ ଫୁଟ ରହିବ। ଢେଙ୍କାନାଳର କୁଶଳୀ କାରିଗରମାନଙ୍କ ଦ୍ୱାରା ତୋରଣ ନିର୍ମାଣ କରାଯାଉଛି। ଏଥିପାଇଁ ୨୦ ଲକ୍ଷ ଟଙ୍କାର ବ୍ୟୟ ଅଟକଳ ରଖାଯାଇଛି। ମଣ୍ଡପକୁ ସଂଯୋଗ କରୁଥିବା ୩ଟି ରାସ୍ତାରେ ଏଲ୍‌ଇଡି ଲାଇଟ୍‌ ଗେଟ୍‌ ଲାଗିବା ସହ ରଙ୍ଗିନ ଆଲୋକମାଳାରେ ସୁସଜ୍ଜିତ କରାଯିବ। ୧୬ ଫୁଟର ମା’ଙ୍କ ମୃଣ୍ମୟୀ ମୂର୍ତ୍ତି ସହ ୧୪ ଫୁଟର ତାରକସି ମେଢ କାମ ଜାରିରହିଛି। ଏହାକୁ ପୁରୁଣା ଭୁବନେଶ୍ୱରର କାରିଗରମାନେ ନିର୍ମାଣ କରୁଛନ୍ତି। ମା’ଙ୍କ ମସ୍ତକରେ ଚାନ୍ଦି ମୁକୁଟ ଶୋଭାପାଇବା ସହିତ ତାରକସି ଗହଣାରେ ସୁସଜ୍ଜିତ ହେବେ ଦୁର୍ଗତିନାଶିନୀ। ସପ୍ତମୀରେ କଳସ ଯାତ୍ରାରେ ୧୦୮ ଜଣ ମହିଳା ସାମିଲ ହେବେ। ଦଶମୀ ଦିନ ଦହି ପଖାଳ ଭୋଗ, ଅପରାଜିତା ପୂଜା, ହୋମ, ପୂର୍ଣ୍ଣାହୁତି, ଘଟ ବିସର୍ଜନ ଓ ରାବଣ ପୋଡି ଅନୁଷ୍ଠିତ ହେବ। ସେହିପରି ଭଜନ ସନ୍ଧ୍ୟା ଓ ମେଲୋଡି କାର୍ଯ୍ୟକ୍ରମ ରହିଛି। ଭିଡ ନିୟନ୍ତ୍ରଣ କରିବା ପାଇଁ ୧୦୦ ଜଣ ସ୍ବେଚ୍ଛାସେବୀ ନିୟୋଜିତ ରହିବେ। ଏଥିସହିତ ୮ଟି ସିସିଟିଭି କ୍ୟାମେରା ଲଗାଯିବ। ମଣ୍ଡପରେ ୪ଟି ଅଗ୍ନି ନିର୍ବାପକ ଯନ୍ତ୍ର ରଖାଯିବ। ସମ୍ପୂର୍ଣ୍ଣ କାର୍ଯ୍ୟକ୍ରମକୁ ଗୋପୀନାଥ ଜୀଉ ୟୁଥ କ୍ଲବ, ଲକ୍ଷ୍ମୀନାରାୟଣ କ୍ଲବ ଓ ଡମଣା ବାଉତେଇ ମହିଳା ସମିତି ସହଯୋଗ କରିବେ।

 


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri