Posted inଜାତୀୟ

୫୧ ହଜାର ନିଯୁକ୍ତିପତ୍ର ପ୍ରଦାନ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୬।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ନବମ ନିଯୁକ୍ତି ମେଳାରେ ୫୧ ହଜାର ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି। ଏହି ସମୟରେ ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି ଯେ, ଆଜି ସରକାରୀ ସେବା ପାଇଁ ନିଯୁକ୍ତିପତ୍ର ଗ୍ରହଣ କରିଥିବା ସମସ୍ତ ପ୍ରାର୍ଥୀଙ୍କୁ ଅଭିନନ୍ଦନ। ଆପଣ ସମସ୍ତେ କଠିନ ପରିଶ୍ରମ ପରେ ଏହି ସଫଳତା ହାସଲ କରିଛନ୍ତି। ଲକ୍ଷ ଲକ୍ଷ ପ୍ରାର୍ଥୀଙ୍କ ମଧ୍ୟରୁ ଆପଣ ମନୋନୀତ ହୋଇଛନ୍ତି। ଭିଡିଓ କନଫରେନ୍ସିଂ ମାଧ୍ୟମରେ ପ୍ରଧାନମନ୍ତ୍ରୀ ମୋଦି ଏହି କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ।

ପ୍ରଧାନମନ୍ତ୍ରୀ କହିଛନ୍ତି, ଆଜି ଆମ ଦେଶ ଐତିହାସିକ ନିଷ୍ପତ୍ତି ନେଉଛି ଏବଂ ନୂତନ ଭାରତ ଆଶ୍ଚର୍ଯ୍ୟଜନକ କାର୍ଯ୍ୟ କରୁଛି। ଆଗାମୀ ଦିନରେ ସରକାରୀ କର୍ମଚାରୀଙ୍କ ଭୂମିକା ବଢିବାକୁ ଯାଉଛି। ଗତ ୯ ବର୍ଷ ମଧ୍ୟରେ ସରକାର ମିଶନ ମୋଡରେ ଏହି ନୀତି କାର୍ଯ୍ୟକାରୀ କରିଛନ୍ତି। ଏହି ଯୋଜନା ପ୍ରତ୍ୟେକ ସ୍ତରରେ ଦେଖିବାକୁ ମିଳୁଛି। କେନ୍ଦ୍ର ସରକାରଙ୍କ ନୀତିକୁ ଭୂମିରେ କାର୍ଯ୍ୟକାରୀ କରିବା ସରକାରୀ କର୍ମଚାରୀଙ୍କ କାମ।


Enter your email to get our daily news in your inbox.

All Right Reserved By Dharitri.Com

କିଏ ହେବେ ରାଜ୍ୟର ନୂଆ ଡିଜିପି: ସୁପ୍ରିମକୋର୍ଟରେ ପହଞ୍ଚିଲା ମାମଲା

ଭୁବନେଶ୍ୱର,୧୨ା୮(ସୁନିତ୍‌ ମିଶ୍ର): ରାଜ୍ୟର ନୂଆ ଡିଜିପି କିଏ ହେବେ ତାହାକୁ ନେଇ ଏଯାଏଁ କିଛି ସ୍ପଷ୍ଟ ଚିତ୍ର ଆସିପାରି ନାହିଁ। ଇତିମଧ୍ୟରେ ସୋମବାର ରାଜ୍ୟ ସରକାରଙ୍କ ପକ୍ଷରୁ…

ଆଜି ରାଜ୍ୟ କ୍ୟାବିନେଟ୍‌: ୯ରୁ ଊର୍ଦ୍ଧ୍ୱ ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର,୧୨।୮ (ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ବୁଧବାର ଅପରାହ୍ନ ୫ଟାରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଲୋକସେବା ଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ…

ଆଜି ଆଉ ଏକ ଲଘୁଚାପ: ବୁଧବାରଠାରୁ ସୋମବାର ଯାଏ ରାଜ୍ୟରେ ପ୍ରବଳ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ

ଭୁବନେଶ୍ୱର,୧୧ା୮(ବନ୍ଦନା ସେଠୀ) – ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଥିବା ଉପର ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ପ୍ରାୟ ୭.୬ କି.ମି. ଉଚ୍ଚତା ପର୍ଯ୍ୟନ୍ତ…

ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ କୀଟନାଶକ ପିଇ ବ୍ୟକ୍ତିଙ୍କ ଆତ୍ମହତ୍ୟା ଉଦ୍ୟମ: ଅବସ୍ଥା ଗୁରୁତର

ଛତ୍ରପୁର, ୧୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଜମିଜମା ଓ…

କୁକୁର ଦାଉରୁ ରକ୍ଷା ପାଇଁ ସିଧାସଳଖ ଜିଲାପାଳଙ୍କୁ ମେସେଜ୍: ନାକେଦମ ହେଲା ପ୍ରଶାସନ, ଶେଷରେ…

ହାଟଡିହୀ,୧୧।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପଢ଼ିଆରିପଲ୍ଲୀ ଗ୍ରାମରେ ଜଣେ ମହିଳାଙ୍କ ଘର ଆଗରେ ଏକ କୁକୁର ଶୋଇ ରହିବା ଏବଂ ତାହାକୁ ନେଇ ସୃଷ୍ଟି…

ଇନ୍ଦ୍ରାବତୀ ଜଳଭଣ୍ଡାରବାସୀଙ୍କ ସ୍ୱପ୍ନ ହେବ ସାକାର: ୧୨୫ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ସେତୁ, ଡିଜିପିଏସ ସର୍ଭେ ଶେଷ

ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ଇନ୍ଦ୍ରାବତୀ ଜଳଭଣ୍ଡାର ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ପ୍ରତୀକ୍ଷା ଓ ଦାବି ଅନ୍ତ ହେବାକୁ ଯାଉଛି।…

ଭାରତରେ ଏହିଦିନ ଲଞ୍ଚ୍‌ କରିବ ୧୦ ଆଉ ୨୦ଟଙ୍କିଆ ପ୍ଲାଷ୍ଟିକ୍‌ ନୋଟ୍‌! ମୋଦି ସରକାର ଦେଲେ ମଞ୍ଜୁରୀ…

ନୂଆଦିଲ୍ଲୀ, ୧୧।୮: କାଗଜର ଚିରା-ଫଟା, ପୁରୁଣା ଏବଂ ଓଦା ହୋଇଯାଇଥିବା ନୋଟ୍‌କୁ ନେଇ ଅସୁବିଧାରେ ପଡ଼ୁଥିବା ଲୋକଙ୍କ ପାଇଁ ଏକ ବଡ଼ ଏବଂ ଖୁସି ଖବର ସାମ୍ନାକୁ…

ସରକାର ବଢାଇଲେ EV ସବସିଡି, ୫ହଜାର ଯାଏ ମିଳିବ ପ୍ରୋତ୍ସାହନ ରାଶି; ଜାଣନ୍ତୁ ଡେଡ୍‌ଲାଇନ କେବେ…

ନୂଆଦିଲ୍ଲୀ, ୧୧।୮: ଇରାନ-ଆମେରିକା ଯୁଦ୍ଧ ପରେ ଲୋକମାନେ ପେଟ୍ରୋଲ-ଡିଜେଲ ଦର ବୃଦ୍ଧି ଦେଖିବାକୁ ପାଇଥିଲେ। ଏହା ପରେ କେନ୍ଦ୍ର ସରକାର ଦେଶରେ ଇଲେକ୍ଟ୍ରିକ୍ ଗାଡ଼ିଗୁଡ଼ିକୁ ପ୍ରୋତ୍ସାହିତ କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri