Posted inଜାତୀୟ

ଦୀପାବଳିରେ ଯୁବପିଢିଙ୍କୁ ବଡ଼ ଉପହାର ଦେବେ ମୋଦି

ନୂଆଦିଲ୍ଲୀ,୨୦।୨୨: ଦୀପାବଳି ପୂର୍ବରୁ ଯୁବପିଢିଙ୍କୁ ବଡ଼ ଉପହାର ଦେବାକୁ ଯାଉଛନ୍ତି ପ୍ରଧାନମନ୍ତ୍ରୀ ମୋଦି। ଅକ୍ଟୋବର ୨୨ରେ ଅର୍ଥାତ୍‌ ଧନ୍ତରେସ୍‌ ଦିନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୧୦ ଲକ୍ଷ ଲୋକଙ୍କୁ ରୋଜଗାର ଯୋଗାଇବା ପାଇଁ ଏକ ରୋଜଗାର ମେଳା ଆରମ୍ଭ କରିବାକୁ ଯାଉଛନ୍ତି। ଏହି ରୋଜଗାର ମେଳା ଅଧୀନରେ ପ୍ରଥମ ପର୍ଯ୍ୟାୟରେ ୭୫,୦୦୦ ଯୁବତୀଯୁବକ ନିଯୁକ୍ତି ପାଇବେ। ଏହି ୭୫,୦୦୦ ଲୋକଙ୍କୁ ନିଯୁକ୍ତି ପତ୍ର ହସ୍ତାନ୍ତର କରାଯିବ। ପ୍ରଧାନମନ୍ତ୍ରୀ ନିଯୁକ୍ତ ଲୋକଙ୍କୁ ମଧ୍ୟ ସମ୍ବୋଧିତ କରିବେ।
ନିଯୁକ୍ତ ହୋଇଥିବା ୭୫,୦୦୦ ଯୁବତୀଯୁବକ ୩୮ଟି ମନ୍ତ୍ରଣାଳୟ ଏବଂ ସରକାରଙ୍କ ବିଭାଗରେ ଯୋଗଦେବେ। ଏହି ନିଯୁକ୍ତ ବ୍ୟକ୍ତିମାନେ ଗ୍ରୁପ ଏ, ଗ୍ରୁପ ବି (ଗେଜେଟେଡ), ଗ୍ରୁପ ବି (ଅଣ-ଗେଜେଟେଡ) ଏବଂ ଗ୍ରୁପ ସି ସ୍ତରରେ ଯୋଗଦେବେ। ଏହି ପଦବୀଗୁଡ଼ିକରେ ସେଣ୍ଟ୍ରାଲ ଆର୍ମଡ ଫୋର୍ସ ପର୍ସନାଲ, ସବ-ଇନ୍ସପେକ୍ଟର, କନଷ୍ଟେବଳ, ଏଲ୍‌ଡିସି, ଷ୍ଟେନୋ ପିଏ, ଇନକମ ଟ୍ୟାକ୍ସ ଇନ୍ସପେକ୍ଟର, ଏମ୍‌ଟିଏସ୍‌ ଭଳି ପୋଷ୍ଟ ସାମିଲ ଅଛି।
ଯୁବକମାନଙ୍କୁ ରୋଜଗାରର ସୁଯୋଗ ଯୋଗାଇବା ଏବଂ ନାଗରିକଙ୍କ କଲ୍ୟାଣ ସୁନିଶ୍ଚିତ କରିବା ପାଇଁ ପ୍ରଧାନମନ୍ତ୍ରୀଙ୍କ ପ୍ରତିବଦ୍ଧତାକୁ ପୂରଣ କରିବା ଦିଗରେ ଏହା ଏକ ବଡ଼ ପଦକ୍ଷେପ ଭାବେ ଦେଖାଯାଉଛି। ପ୍ରଧାନମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ ସରକାରଙ୍କ ସମସ୍ତ ମନ୍ତ୍ରଣାଳୟ ଏବଂ ବିଭାଗ ମିଶନ ମୋଡରେ ଅନୁମୋଦିତ ଖାଲି ପଦବୀ ପୂରଣ ଦିଗରେ କାର୍ଯ୍ୟ କରୁଛନ୍ତି।
ଜୁନ ୧୪, ୨୦୨୨ରେ ପ୍ରଧାନମନ୍ତ୍ରୀ ମୋଦି ଟୁଇଟ କରି ସୂଚନା ଦେଇଥିଲେ ଯେ, ଆସନ୍ତା ଦେଢ ଼ ବର୍ଷ ମଧ୍ୟରେ ଅର୍ଥାତ୍‌ ୨୦୨୩ ଶେଷ ସୁଦ୍ଧା କେନ୍ଦ୍ର ସରକାର ଏହାର ବିଭିନ୍ନ ବିଭାଗ ଏବଂ ମନ୍ତ୍ରଣାଳୟରେ ୧୦ ଲକ୍ଷ ଲୋକଙ୍କୁ ନିଯୁକ୍ତି ଦେବେ। ସମସ୍ତ ବିଭାଗ ଏବଂ ମନ୍ତ୍ରଣାଳୟରେ ମାନବ ସମ୍ବଳ ସ୍ଥିତି ସମୀକ୍ଷା କରିବା ପରେ ପ୍ରଧାନମନ୍ତ୍ରୀ ନିଜେ ଏହି ନିଷ୍ପତ୍ତି ନେଇଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri