Odisha Elections 2024

ଏନ୍‌ଏଲ୍‌ସି ତାପଜ ବିଦ୍ୟୁତ୍‌ କେନ୍ଦ୍ରର ଆର୍‌ପିଡିଏସି ବୈଠକ: ହିତାଧିକାରୀଙ୍କ ମୌଳିକ ସୁବିଧା ନେଇ ଗୁରୁତ୍ୱାରୋପ

ଝାରସୁଗୁଡ଼ା ଅଫିସ,୧୯।୮: ଝାରସୁଗୁଡ଼ା ଜିଲା ପରିଷଦ ସମ୍ମିଳନୀ କକ୍ଷରେ ଶୁକ୍ରବାର ଉତ୍ତରାଞ୍ଚଳ ରାଜସ୍ବ କମିଶନର(ଆରଡିସି) ଡ. ସୁରେଶ ଚନ୍ଦ୍ର ଦଳାଇଙ୍କ ଅଧ୍ୟକ୍ଷତାରେ ତଲାବିରାସ୍ଥିତ ଏନ୍‌ଏଲସି ତାପଜ ବିଦ୍ୟୁତ୍‌ କେନ୍ଦ୍ରର ଆରପିଡିଏସି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ସ୍ବାସ୍ଥ୍ୟ ମନ୍ତ୍ରୀ ନବ କିଶୋର ଦାସ, ଏମ୍‌ପି ସୁରେଶ ପୂଜାରୀ, ରେଙ୍ଗାଲି ବିଧାୟକ ନାଉରୀ ନାଏକ, ଆଇଜି ପ୍ରଦୀପ କୁମାର, ଜିଲାପାଳ ସରୋଜ କୁମାର ସାମଲ,ଏସ୍‌ପି ରାହୁଲ ଜୈନ,ଏନ୍‌ଏଲ୍‌ସି ନିଦ୍ଦେର୍ଶକ(ପାଓ୍ବାର) ଶାଜି ଜୋନ, ପ୍ରୋଜେକ୍ଟ ମୁଖ୍ୟ ଅନୁରାଗ ମିତ୍ତଲ ପ୍ରମୁଖ ଅଧିକାରୀ ଓ ଗ୍ରାମବାସୀ ଉପସ୍ଥିତ ଥିଲେ। ଏହି ପ୍ରକଳ୍ପ ଦ୍ୱାରା ଝାରସୁଗୁଡ଼ା ଜିଲା ହିର୍ମା ପଞ୍ଚାୟତ ତରେଇକେଲା ଓ ତୁମ୍ବେକେଲା ଆଦି ଗ୍ରାମ ପ୍ରଭାବିତ ହେବ। ଏପରି କି ଗ୍ରାମବାସୀ ନିଜ ଭିଟାମାଟି, ଚାଷଜମି ଆଦି ହରାଇବାକୁ ଯାଉଛନ୍ତି। ତେଣୁ ଗ୍ରାମବାସୀଙ୍କୁ ଉପଯୁକ୍ତ କ୍ଷତିପୂରଣ, ଥଇଥାନ ଓ ସ୍ଥାୟୀ ନିଯୁକ୍ତି ଆଦି ଯୋଗାଇଦେବା ପାଇଁ ଦାବି ହୋଇଆସୁଛି। ଏ ନେଇ ବୈଠକରେ ଲୋକେ କିପରି ଅଧିକ ଉପକୃତ ହୋଇପାରିବେ ଏ ସମ୍ପର୍କରେ ବିସ୍ତୃତ ଆଲୋଚନା ହୋଇଥିଲା। ଏହାସହିତ ଲୋକେ ମୌଳିକ ସୁବିଧା ସୁଯୋଗ ସାଙ୍ଗକୁ ସ୍ବାସ୍ଥ୍ୟ, ଶିକ୍ଷା ଆଦି ପାଇପାରିବେ ଏ ନେଇ ସ୍ବାସ୍ଥ୍ୟମନ୍ତ୍ରୀ ବୈଠକରେ ଗୁରୁତ୍ୱାରୋପ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୋକାନ ଭିତରେ ପଶିଗଲା ବରଯାତ୍ରୀଙ୍କୁ ଧରି ଫେରୁଥିବା ଗାଡ଼ି

ଭବାନୀପାଟଣା,୧୮।୫(ଉତ୍ତମ କୁମାର ଦାଶ): ସଟର ଭାଙ୍ଗି ଦୋକାନ ଭିତରକୁ ପଶିଗଲା ସ୍କର୍ପିଓ। ଶୁକ୍ରବାର ବିଳମ୍ବିତ ରାତିରେ କଳାହାଣ୍ଡି ଜିଲା ଧର୍ମଗଡଠାରେ ଦ୍ରୁତ ଗତିରେ ବରଯାତ୍ରୀଙ୍କୁ ଧରି...

ହୋଟେଲ ରୁମ୍‌ରେ ପୋଲିସ କନ୍‌ଷ୍ଟେବଲଙ୍କୁ ହତ୍ୟା

ବଲାଙ୍ଗୀର,୧୮।୫(ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀର ସହର ରେଲୱେ ଷ୍ଟେଶନ୍‌ ନିକଟ ଏକ ହୋଟେଲ ରୁମ୍‌ରୁ ଜଣେ ବ୍ୟକ୍ତିଙ୍କ ହାତମୁହଁ ବନ୍ଧା ମୃତଦେହ ପୋଲିସ ଉଦ୍ଧାର କରରଯାଇଛି।...

‘୬ଷ୍ଠ ଥର ନବୀନ ମୁଖ୍ୟମନ୍ତ୍ରୀ ହେଲେ ଜମିଜମା ସମସ୍ୟାର ସମାଧାନ କରାଯିବ’

ଜଟଣୀ,୧୮ା୫(ରବୀନ୍ଦ୍ରନାଥ ମହାକୁଡ଼): ଓଡ଼ିଶାରେ ୬ଷ୍ଠ ଥର ପାଇଁ ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ହେଲେ ଜଟଣୀରେ ରହିଥିବା ଜମିଜମା ସମସ୍ୟାର ସମାଧାନ କରାଯିବ। ସମସ୍ତ ଏସ୍‌ଏଚ୍‌ଜି ମହିଳାଙ୍କୁ...

ପରିବହନକାରୀ ସଂସ୍ଥା କର୍ମଚାରୀଙ୍କଠାରୁ ୨୦ ଲକ୍ଷ ଜବତ

ବଡ଼ବିଲ,୧୮ା୫(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡ଼ବିଲ ପୋଲିସ ଶୁକ୍ରବାର କିରିବୁ ଓ ସାଧୁସିଂ ହଟିଂ ଛକରେ ଯାନବାହନ ତନଖି ବେଳେ ୨୦ ଲକ୍ଷ ଟଙ୍କା ଜବତ...

ବିରୋଧୀ ମିଛ କହି କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,(ଅସମାପିକା ସାହୁ)/ସମ୍ବଲପୁର, (ପ୍ରମୋଦ ବହିଦାର)/ଅନୁଗୋଳ, (ଅମିତ କୁମାର ସାମଲ) / ଢେଙ୍କାନାଳ (ରତନ ନାୟାର)୧୮।୫: ରାଜ୍ୟର ୨ ଲୋକ ସଭା କ୍ଷେତ୍ରର ୪ ନିର୍ବାଚନମଣ୍ଡଳୀରେ ପ୍ରଚାର...

୨୫ ବର୍ଷ ଶାସନରେ ଓଡ଼ିଶା ୫୦ ବର୍ଷ ଖସିଛି: ଶାହା

ରାଉରକେଲା,୧୮ା୫(ବିପ୍ଲବ ରଞ୍ଜନ ଦାଶ): ଏଥର ସାରା ଓଡ଼ିଶାରେ ମଧ୍ୟ ପଦ୍ମ ଫୁଟିବ। ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଆସିଲେ ଦେଶରେ ୩୦କୋଟି ଦିଦି ଲକ୍ଷପତି,୩କୋଟି ଗରିବଙ୍କୁ...

ବରଗଡ଼ରେ ଧର୍ମେନ୍ଦ୍ରଙ୍କ ରୋଡ୍‌ ଶୋ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନ ପାଇଁ ମତଦାନ ଦିବସ ଯେତିକି ପାଖେଇ ଆସୁଛି, ଅନୁରୂପ ଭାବେ ପ୍ରାର୍ଥୀଙ୍କ ପ୍ରଚାର ମଧ୍ୟ ଜୋର୍‌ ଧରିବାରେ ଲାଗିଛି। ବରଗଡ଼...

ରୋଡ୍‌ ଶୋ’ ଅଧାରୁ ଚାଲିଗଲେ ହେମାମାଳିନୀ

କଟକ ସଦର, ୧୭ା୫(ସୁଶାନ୍ତ କୁମାର ଜେନା)- କଟକ ସଦର ନିର୍ବାଚନମଣ୍ଡଳୀ ଅନ୍ତର୍ଗତ କିଶୋରନଗରଠାରେ ଭାଜପା ପକ୍ଷରୁ ରୋଡ୍‌ ଶୋ’ ସହିତ ନିର୍ବାଚନୀ ସଭା ଅନୁଷ୍ଠିତ ହୋଇଥିଲା।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri