Posted inଫୁରସତ

ଚର୍ଚ୍ଚାରେ RPF ରୀନା, ଯିଏ ଦେଖୁଛି ସିଏ କହୁଛି ମା’ ତୁଝେ ସଲାମ

ନୂଆଦିଲ୍ଲୀ,୧୮।୨: ନାରୀଟିଏ ଯେପରି ପଣ କରିଥାଏ, କିଛି ବି ପରିସ୍ଥିତି ଆସୁ ସେ ତାର ଦାୟିତ୍ୱକୁ ସୂଚାରୁ ରୂପରେ ତୁଲାଇବ। ମା’ ହୋଇ ତା’ ପଣତ କାନିରେ ସନ୍ତାନକୁ କୋଳେଇ ନେଇ ପାରୁଥିବ ଅନ୍ୟପଟେ ଦେଶ ମାଟିକୁ ସୁରକ୍ଷା ଦେବାପାଇଁ କରିଥିବା ସଂକଳ୍ପକୁ ମଧ୍ୟ ଭଲ ଭାବରେ ସମ୍ଭାଳି ନେଉଥିବ।
ଗୋଟେ ମା’ ହିଁ ସବୁକିଛି କରିପାରେ। ନାରୀ ଶକ୍ତିର ଏମିତି ଏକ ଉଦାହରଣ ଦେଖିବାକୁ ମିଳିଛି ଦିଲ୍ଲୀ ଷ୍ଟେଶନରେ। ଗୋଟିଏ ହାତରେ ନବଜାତକୁ ଜାବୁଡି ଧରି, ଅନ୍ୟ ଏକ ହାତରେ ଲାଠି ଧରି ଭିଡକୁ ନିୟନ୍ତ୍ରଣ କରୁଛନ୍ତି ଜଣେ ଆରପିଏଫ୍‌। ଗୋଟିଏ ପଟେ ଦେଶକୁ ଦେଇଥିବା ପ୍ରତିଶ୍ରୁତି ଓ ଅନ୍ୟପଟେ ଛୁଆକୁ ଦେଇଥିବା ପ୍ରତିଶ୍ରୁତିକୁ ଏକା ସାଙ୍ଗେ ନିଖୁଣ ଭାବରେ ତୁଲାଉଥିଲେ RPF ରୀନା।
ତାଙ୍କୁ ଦେଖି ରେଲୱେ ଷ୍ଟେଶନରରେ ଯା’ଆସ କରୁଥିବା ଲୋକେ ସାଲ୍ୟୁଟ ମାରଛନ୍ତି। କହୁଥାନ୍ତି ମା’ ତୁଝେ ସଲାମ । କହିବେନି ବା କେମିତି ଏଭଳି ପରିସ୍ଥିତିରେ ମା’ଙ୍କୁ ଯିଏ ଦେଖିଛି ସେ ଠିକ୍‌ ବୁଝି ପାରିଥିବେ, ଗୋଟେ ମା’ ଅସମ୍ଭବକୁ ସମ୍ଭବ କରିପାରେ।

 

ଏବେ କୁମ୍ଭ ମେଳାକୁ ନେଇ ନୂଆଦିଲ୍ଲୀ ରେଳ ଷ୍ଟେଶନରେ ପ୍ରବଳ ଭିଡ। ଦଳାଚକଟା ଜନିତ ମୃତ୍ୟୁ ଘଟଣା ପରେ ରେଳ ବିଭାଗ ସତର୍କ ହୋଇପଡ଼ିଛି ଏବଂ RPF ନିୟୋଜିତ ବୃଦ୍ଧି କରାଯାଇଛି। ଆଉ ଏହାରି ମଧ୍ୟରେ ରୀନାଙ୍କର ଡବଲ ଡ୍ୟୁଟି ସମସ୍ତିଙ୍କର ଦୃଷ୍ଟି ଆକର୍ଷଣ କରିଛି । ତାଙ୍କର ଏହି ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଫେସବୁକରେ ଭିଡିଓ କରି କମାଇ ପାରିବେ ମୋଟା ଅଙ୍କର ଟଙ୍କା! ଜାଣନ୍ତୁ ପୂରା ପ୍ରକ୍ରିୟା

ନୂଆଦିଲ୍ଲୀ,୨୬।୧୨: ଯଦି ଆପଣ ସୋସିଆଲ ମିଡିଆରେ କଣ୍ଟେଣ୍ଟ ତିଆରି କରୁଛନ୍ତି ତେବେ ଆପଣଙ୍କ ପାଇଁ ଭଲ ଖବର। ଇ-କମର୍ସ କମ୍ପାନୀ ମିଶୋ କଣ୍ଟେଣ୍ଟ କ୍ରିଏଟରଙ୍କ ପାଇଁ...

ଶଟ ସର୍କିଟ୍‌ରୁ ଜଳିଗଲା ଘର

ପାରଳାଖେମୁଣ୍ଡି,୨୬ା୧୨(ଗିରିଧାରୀ ପରିଚ୍ଛା): ପାରଳାଖେମୁଣ୍ଡି ପୌରପରିଷଦ ୬ ନଂ.ୱାର୍ଡ ଅନ୍ତର୍ଗତ ରେଲିସେରି ସାହିର ଜଣେ ବ୍ୟକ୍ତିଙ୍କ ଘରେ ସର୍ଟସର୍କିଟ ଯୋଗୁଁ ନିଆଁଲାଗି ଘରର ସମସ୍ତ ଆସବାବପତ୍ର ପୋଡି...

ବର୍ଷର ଶେଷ ଶନିବାରରେ ବିରଳ ସଂଯୋଗ, ମୀନ ସମେତ ଏହି ୫ ରାଶି ହେବେ ମାଲାମାଲ; ବଢିବ ବ୍ୟାଙ୍କ୍‌ ବାଲାନ୍ସ

ଆସନ୍ତାକାଲି ହେଉଛି 2025 ମସିହାର ଶେଷ ଶନିବାର। ଶନିବାର ନ୍ୟାୟ ଏବଂ କର୍ମର ଗ୍ରହ ଶନିଦେବଙ୍କୁ ଉତ୍ସର୍ଗୀକୃତ, ଏବଂ ତାଙ୍କୁ ପୂଜା କରିବା ଦ୍ୱାରା ଧୈଯ୍ୟ...

ଘର ନିର୍ମାଣ କରିବାକୁ କହି ମହିଳାଙ୍କଠାରୁ ଟଙ୍କା ଠକେଇ

ବ୍ରହ୍ମପୁର,୨୬।୧୨(ସୁବାସ ଚନ୍ଦ୍ର ପାଢ଼ୀ): ଘର ନିର୍ମାଣ କରିବାକୁ କହି ଜଣେ ଠିକାଦାର ସୌନ୍ଦର୍ଯ୍ୟନଗର ଅଞ୍ଚଳର ଜଣେ ମହିଳାଙ୍କଠାରୁ ୮୦ ହଜାର ଟଙ୍କା ଠକି ନେଇଛନ୍ତି। ଏ...

ପ୍ରତିଶ୍ରୁତି ଭୁଲିଯାଇଛି ଭାଜପା: ପ୍ରତିଷ୍ଠା ଦିବସରେ ଗର୍ଜିଲା ବିଜେଡି

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ବିଜୁ ସ୍ମୃତି ଭବନ ଠାରେ ଶୁକ୍ରବାର ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏଥିରେ ବିଜେଡି ବ୍ଲକ...

ଖୁବଶୀଘ୍ର BSNL ବନ୍ଦ କରିଦେବ ଏହି ସର୍ଭିସ, ଲକ୍ଷଲକ୍ଷ ୟୁଜର୍ସଙ୍କ ଉପରେ ପଡିବ ପ୍ରଭାବ

ନୂଆଦିଲ୍ଲୀ,୨୬।୧୨: ଦେଶର ସରକାରୀ ଟେଲିକମ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ (BSNL) ଏହାର 3G ସେବା ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି। ଆଗାମୀ କିଛି...

ସ୍କୁଲ୍‌ ପିଲାଙ୍କ ପାଇଁ ଖୁସିଖବର: ଏଣିକି ଆଉ ଦେବାକୁ ପଡିବନି ବସ୍‌ ଭଡ଼ା

ଭୁବନେଶ୍ୱର,୨୬।୧୨: ରାଜ୍ୟରେ ସ୍କୁଲ ପିଲାଙ୍କ ପାଇଁ ଆରମ୍ଭ ହେବ ମାଗଣା ବସ୍‌ ସେବା। ମୁଖ୍ୟମନ୍ତ୍ରୀ ବସ ସେବା ଯୋଜନାରେ ପିଲାଙ୍କୁ ମାଗଣା ବସ ସେବା ଯୋଗାଇ...

ମାତ୍ର ୫୬ ବଲରେ କମାଲ୍‌ କରିଦେଲେ ରିଙ୍କୁ ସିଂ: ଟି-୨୦ ବିଶ୍ୱକପ୍‌ ପୂର୍ବରୁ…

ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri