Posted inଖେଳ

କୋହଲି ଅଷ୍ଟମ ଶତକ ବୃଥା, ରାଜସ୍ଥାନକୁ ଜିତାଇଲେ ବଟଲର

ଜୟପୁର,୬ା୪: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ) ଟି୨୦ କ୍ରିକେଟ ଟୁର୍ନାମେଣ୍ଟରେ ବିରାଟ କୋହଲି ଅଷ୍ଟମ ଶତକ ସତ୍ତ୍ୱେ ପରାଜିତ ହୋଇଛି ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆରସିବି)। ଶତକୀୟ ମ୍ୟାଚରେ ଜୋଶ ବଟଲରଙ୍କ ୧୦୦* ରନ ବଳରେ ରାଜସ୍ଥାନ ରୟାଲ୍ସ ୬ ଉଇକେଟରେ ବିଜୟୀ ହୋଇଛି। ଶନିବାର କୋହଲିଙ୍କ ୧୧୩* ରନ୍‌ ବଳରେ ଆରସିବି ୩ ଉଇକେଟରେ ୧୮୩ ରନ୍‌ କରିଥିଲା। ଜବାବରେ ରାଜସ୍ଥାନ ୧୯.୧ ଓଭରରେ ୪ ଉଇକେଟ ହରାଇ ୧୮୯ ରନ୍‌ କରିଥିଲା। କ୍ରମାଗତ ଚତୁର୍ଥ ମ୍ୟ୍ୟାଚ୍‌ ଜିତି ପଏଣ୍ଟ ଟେବୁଲ ଶୀର୍ଷରେ ପହଞ୍ଚିଛି ରାଜସ୍ଥାନ।

ଟସ୍‌ ଜିତି ରାଜସ୍ଥାନ ପ୍ରଥମେ ବୋଲିଂ ନେଇଥିଲା। ବିରାଟ କୋହଲି(୧୧୩*) ଓ ଫାଫ୍‌ ଡୁପ୍ଲେସି(୪୪) ପ୍ରଥମ ଉଇକେଟରେ ୧୨୫ ରନ୍‌ ଯୋଡିଥିଲେ। ଫାଫ୍‌ ୩୩ ବଲ୍‌ ଖେଳି ୨ଟି ଲେଖାଏ ଛକା ଓ ଚୌକା ସହିତ ୪୪ ରନ୍‌ ସ୍କୋର କରିଥିଲେ। ତେବେ ପ୍ରଥମ ଉଇକେଟର ପତନ ପରେ ଆରସିବିର ସ୍କୋରିଂ ହାର ଧୀମେଇ ଯାଇଥିଲା। ଗ୍ଲେନ୍‌ ମ୍ୟାକ୍ସଓ୍ବେଲ ୩ ବଲ୍‌ରୁ ୧ ରନ୍‌ କରିଥିବା ବେଳେ କାମେରନ୍‌ ଗ୍ରୀନ୍‌ ୬ ବଲ୍‌ରୁ ୫ ରନ୍‌ କରି ପାରିଥିଲେ।

କୋହଲି ଗୋଟିଏ ପଟରୁ ଇନିଂସ ସମ୍ଭାଳିବା ସହ ୧୧୩ ରନ୍‌ କରିଥିଲେ। କୋହଲି ୭୨ ବଲ୍‌ ଖେଳି ୧୨ ଚୌକା ଓ ୪ ଛକା ମାରିଥିଲେ। ରାଜସ୍ଥାନ ପକ୍ଷରୁ ୟୁଜବେନ୍ଦ୍ର ଚହଲ ୨ ଓ ନାନ୍ଦ୍ରେ ବର୍ଗର ୧ ଉଇକେଟ ନେଇଥିଲେ। ୧୮୪ ରନ୍‌ ଲକ୍ଷ୍ୟର ପିଛା କରୁଥିବା ରାଜସ୍ଥାନ ଖାତା ଖୋଲିବା ଆଗରୁ ଯଶସ୍ବୀ ଜୟସ୍ବାଲଙ୍କ ଉଇକେଟ ହରାଇଥିଲା। ତେବେ ଜୋଶ ବଟଲର(୧୦୦*) ଓ ସଞ୍ଜୁ ସାମସନ୍‌(୬୯) ଦ୍ୱିତୀୟ ଉଇକେଟରେ ୧୪୮ ରନ୍‌ ଯୋଡିଥିଲେ।

ଆଇପିଏଲ କ୍ୟାରିୟରର ଷଷ୍ଠ ଶତକ ହାସଲ କରିଥିବା ବଟଲର ୫୮ ବଲ୍‌ ଖେଳି ୯ ଚୌକା ଓ ୪ ଛକା ମାରିଥିଲେ। ଅନ୍ୟ ପକ୍ଷରେ ସାମସନ୍‌ ୪୨ ବଲ୍‌ ଖେଳି ୮ ଚୌକା ଓ ୨ ଛକା ମାରିଥିଲେ। ଅନ୍ତିମ ଓଭରର ପ୍ରଥମ ବଲରେ ଛକା ମାରି ମ୍ୟାଚ୍‌କୁ ଷ୍ଟାଇଲରେ ଶେଷ କରିଥିଲେ ବଟଲର। ରିସି ଟପ୍‌ଲେ ୨ ଉଇକେଟ ନେଇଥିବା ବେଳେ ମହମ୍ମଦ ସିରାଜ ଓ ୟଶ ଦୟାଲ ଗୋଟିଏ ଲେଖାଏ ଉଇକେଟ ନେଇଥିଲେ। ଆଇପିଏଲରେ ସର୍ବାଧିକ ଶତକ ରେକର୍ଡ ନିଜ ନାମରେ ରଖିଥିବା କୋହଲିଙ୍କ ଏହା ଅଷ୍ଟମ ଶତକ। ଜାଶ ବଟଲର ଓ କ୍ରିସ୍‌ ଗେଲ୍‌ ୬ ଶତକ ସହ ଦ୍ୱିତୀୟ ସ୍ଥାନରେ ରହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ପୁରୀ, ଭୁବନେଶ୍ୱରରେ ରେଳ ଚଳାଚଳ ଦୁଇଗୁଣା ବଢ଼ିବ

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ଆସନ୍ତା ୫ ବର୍ଷରେ ଅର୍ଥାତ୍‌ ୨୦୩୦ ସୁଦ୍ଧା ଭୁବନେଶ୍ୱର, ପୁରୀ ଏବଂ ବିଶାଖାପାଟଣାରେ ରେଳ ଚଳାଚଳ କ୍ଷମତା ଦ୍ୱିଗୁଣା କରାଯିବ। ଏଥିପାଇଁ ପ୍ରମୁଖ...

୧୦ମ ଶ୍ରେଣୀ ଇତିହାସ, ରାଜନୀତି ବିଜ୍ଞାନ ବହିରେ ଭୁଲ୍‌ ତଥ୍ୟ

ଭଦ୍ରକ,୨୮।୧୨(ସନାତନ ରାଉତ): ୨୦୧୩ ମସିହାରେ ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ମୁଦ୍ରିତ ଓ ପ୍ରକାଶିତ ୧୦ମ ଶ୍ରେଣୀ ଇତିହାସ ଓ ରାଜନୀତି ବିଜ୍ଞାନ ବହିରେ...

ସରକାରଙ୍କ ବଡ଼ ଘୋଷଣା, ଅନ୍‌ଲାଇନରେ ହେବନି…

କଟକ,୨୮।୧୨(କାର୍ତ୍ତିକ ସାହୁ): ଏଣିକି ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍‌ଟିଓ)ରେ ମୋଟରଯାନ ନିୟମ ଉଲ୍ଲଂଘନରେ ଜାରି ହୋଇଥିବା ଇ-ଚାଲାଣ ବାବଦରେ ନଗଦ ଅର୍ଥ ଅଫ୍‌ଲାଇନରେ ଗ୍ରହଣ କରାଯିବ।...

ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…

ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...

ଟି୨୦ରେ ହରମନପ୍ରୀତ୍‌ଙ୍କ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୭ା୧୨: ହରମନପ୍ରୀତ୍‌ କୌର ଅନ୍ତର୍ଜାତୀୟ ଟି୨୦ରେ ଅଧିନାୟିକା ଭାବେ ସର୍ବାଧିକ ମ୍ୟାଚ୍‌ ଜିତିବାର ବିଶ୍ୱ ରେକର୍ଡ ନିଜ ନାମରେ କରିଛନ୍ତି। ଥିରୁଭାନନ୍ତପୁରମ୍‌ରେ ଶୁକ୍ରବାର ଶ୍ରୀଲଙ୍କା ବିପକ୍ଷ...

ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଲା ବଲାଙ୍ଗୀର ପୋଲିସ: ଦେଶୀ ବନ୍ଧୁକ, ବାଇକ୍‌ ଜବତ

ବଲାଙ୍ଗୀର,୨୭।୧୨(ସୁନିଲ ମହାନ୍ତି): ବଲାଙ୍ଗୀର ଟାଉନ ଥାନା ପୋଲିସଏକ ସ୍ବତନ୍ତ୍ର ଟିମ୍‌ ଶନିବାର ଏକ ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଛି l ଏ ନେଇ ବଲାଙ୍ଗୀର ଏସ୍‌ପି...

Vijay Hazare Trophy: ଯାହାଙ୍କ ବଲରେ ଆଉଟ ହେଲେ କୋହଲି ତାଙ୍କୁ ଦେଲେ ବଡ଼ ଉପହାର, ଜିତିଲେ ପ୍ରଶଂସକଙ୍କ ମନ

ନୂଆଦିଲ୍ଲୀ,୨୭।୧୨: ବିରାଟ କୋହଲିଙ୍କୁ ଆଉଟ କରିଥିବା ଗୁଜରାଟର ସ୍ପିନର ବିଶାଲ ଜୟସୱାଲଙ୍କୁ ମଧ୍ୟ ବହୁତ ପ୍ରଶଂସା କରାଯାଉଛି। ବିରାଟଙ୍କ ଗୋଟିଏ ବଲ ଉପରେ କୋହଲି ଏକ...

ଗୁଲୁଆ-ବର୍ଷା: ଶ୍ୱଶୁରଙ୍କୁ କାନ୍ଦି କାନ୍ଦି ନେହୁରା ହେଉଛନ୍ତି ବର୍ଷା, ଭାଇରାଲ ହେଉଛି ଅଡିଓ…

ଭୁବନେଶ୍ୱର,୨୭।୧୨:ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି। ଅଲଗା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri