ଆମ୍ବ ଟାକୁଆ ଜାଉ ଖାଇ ମୃତ୍ୟୁ ଘଟଣା: ମାଣ୍ଡିପଙ୍କା ଗାଁରେ ପହଞ୍ଚି ତଦନ୍ତ କଲେ ଆରଡିସି, ଜିଲାପାଳ

ଦାରିଙ୍ଗବାଡି/ବ୍ରାହ୍ମଣୀଗାଁ,୬।୧୧(ଅରୁଣ ସାହୁ/ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଗଦାପୁର ପଞ୍ଚାୟତ ମାଣ୍ଡିପାଙ୍କା ଗ୍ରାମରେ ଆମ୍ବ ଟାକୁଆ ଖାଇ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୬ ଜଣ ଏବେ ମଧ୍ୟ ଗୁରୁତର ଅବସ୍ଥାରେ ଅଛନ୍ତି। ସେମାନଙ୍କ ମଧ୍ୟରୁ ୨ ଜଣଙ୍କୁ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଏହି ଘଟଣାକୁ ରାଜ୍ୟସରକାର ଗୁରୁତର ସହ ନେଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ବୁଧବାର ଉକ୍ତ ଗାଁରେ ଆରଡିସି ରୁପା ରୋଶନ ସାହୁ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି । ତାଙ୍କ ସହ କନ୍ଧମାଳ ଜିଲାପାଳ ଅମ୍ରିତ ଋତୁରାଜ ମଧ୍ୟ ଉପସ୍ଥିତ ରହିଛନ୍ତି। ଆରଡିସିଙ୍କ ତଦନ୍ତ ସମୟରେ ମୃତକଙ୍କ ପରିବାର ଏବଂ ଗୁରୁତରଙ୍କ ପରିବାରଙ୍କୁ ଭେଟି ପଚରାଉଚରା କରିଛନ୍ତି। ପୁଣି ଆସନ୍ତା ୧୧ରେ ଆରଡିସି ରୁପା ରୋଶନ ସାହୁ ମାଣ୍ଡିପଙ୍କା ତଦନ୍ତ ପାଇଁ ଆସିବେ ଓ ତଦନ୍ତ ରିପୋର୍ଟ ଗଣମାଧ୍ୟମକୁ ଜଣାଯିବ ବୋଲି କହିଛନ୍ତି। ସେଠାରୁ ଫେରି ଆରଡିସି ବ୍ରାହ୍ମଣୀଗାଁ ବହୁମୁଖି ସମବାୟ ସମିତି ଯେଉଁଠି ପଡିଏସ ଚାଉଳ ବଣ୍ଟନ କରାଯାଉଛି ଉକ୍ତ କେନ୍ଦ୍ରରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିଲେ। ସେଠାକାର ପରିବେଶ ଦେଖି ଆରଡିସି ଉଦ୍‌ବେଗ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ପାଇବାପରେ ଆରଡିସିଙ୍କ ଏହା ପ୍ରଥମ ତଦନ୍ତ ବୋଲି ଜଣାପଡିଛି। ଏହି ତଦନ୍ତ ସମୟରେ ବିଭିନ୍ନ ବିଭାଗ ଅଧିକାରୀ ମାନେ ଉପସ୍ଥିତଥିଲେ ।

ଅନ୍ୟପକ୍ଷେ, ଏସ୍ସିବିରେ ଚିକିତ୍ସାଧୀନ ଥିବା ୨ ମହିଳାଙ୍କୁ ସ୍ବାସ୍ଥମନ୍ତ୍ରୀ ମୁକେଶ ମହାଲିଙ୍ଗ ଭେଟିଥିଲେ। ସେ ଉଭୟଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଥିଲେ। ୨ ଗୁରୁତର ରୋଗୀ ଜିତା ମାଝୀ ଏବଂ ଟୁନି ମାଝୀଙ୍କୁ ଚିକିତ୍ସା କରୁଥିବା ଡାକ୍ତରଙ୍କ ସହ ଆଲୋଚନା କରିଥିଲେ। ଉଭୟଙ୍କୁ ଉତ୍ତମରୁ ଉତ୍ତମ ଚିକିତ୍ସା ଯୋଗାଇଦେବାକୁ ଡାକ୍ତର ଓ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ନେତାଙ୍କୁ ଛୁରି ଭୁସି ହତ୍ୟା, ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ଭବାନୀପାଟଣା,୫।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ. ରାମପୁର ଥାନା ଡମକର୍ଲାଖୁଣ୍ଟାର ସରପଞ୍ଚ ସ୍ନିଗ୍ଧା ରଣାଙ୍କ ସ୍ୱାମୀ ତଥା ଭାଜପା ନେତା ଫକୀର ରଣାଙ୍କୁ ବୁଧବାର ସନ୍ଧ୍ୟାରେ…

ଉଠୁନି ଚାଉଳ.. ଏବେଠୁ ଧାନ ବିକ୍ରି ଚିନ୍ତା, ଲୋକ ସଭାରେ ପ୍ରଶ୍ନ ଉଠାଇଲେ ବରଗଡ଼ ଏମପି

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଚାଷ କାର୍ଯ ଜାରି ରହିଛି । ଆଉ ଅଢ଼େଇ ମାସରୁ ୩ମାସ ମଧ୍ୟରେ ଧାନ ଅମଳ ହେବ ଏବଂ ଏହାପରେ…

ବିନା ଲାଇସେନ୍ସରେ ବିକ୍ରି ହେଉଥିଲା ବିଦେଶୀ ମଦ, ଫାଷ୍ଟଫୁଡ୍ ଦୋକାନରେ ଚଢ଼ାଉ କରି ଧରିଲା ପୋଲିସ

ଦିଗପହଣ୍ଡି,୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ଛକରେ ଥିବା ସମୀର ରାଉତଙ୍କ ଫାଷ୍ଟଫୁଡ୍ ଦୋକାନରୁ ୫୮ ବୋତଲ ବିଦେଶୀ ମଦ ଜବତ…

ଜଗପାଡୁ ବଡବନ୍ଧର ପୁନରୁଦ୍ଧାର ପାଇଁ ଅଣ୍ଟା ଭିଡିଲେ ବିଧାୟକ ରୂପେଶ, ସ୍ଥିତି ସମୀକ୍ଷା ପରେ….

ପାରଳାଖେମୁଣ୍ଡି,୫।୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର ଗୁମ୍ମା ବ୍ଲକ ଅନ୍ତର୍ଗତ ଜଗପାଡୁ ଗ୍ରାମର ବହୁ ପୁରୁଣା ବଡବନ୍ଧ (ପୋଖରୀ)ର ସ୍ଥିତି ସମୀକ୍ଷା କରିଛନ୍ତି ସ୍ଥାନୀୟ ବିଧାୟକ ରୂପେଶ ପାଣିଗ୍ରାହୀ।…

୪୦ ହେକ୍ଟର ଜମିରେ ଲାଗିବ ଅଏଲ ପାମ୍‌ ବୃକ୍ଷ, କନ୍ଧମାଳରେ ୨ ବର୍ଷ ହେଲା…

ଦାରିଙ୍ଗବାଡ଼ି,୫ା୮(ଅରୁଣ ସାହୁ): ଦେଶରେ ଖାଇବା ତେଲର ଚାହିଦା ରହିଛି। ତେବେ ଖାଇବା ତେଲକୁ ଅନେକ ସମୟରେ ବାହାର ଦେଶରୁ ଆମଦାନୀ କରାଯାଉଛି। ଦେଶରେ ଚାହିଦା ରହିଥିଲେ ମଧ୍ୟ…

‘ଶିକ୍ଷାକ୍ଷେତ୍ରରେ ST-SC ଶିକ୍ଷକ ସଂଘର ସଭାପତି ବିଶ୍ୱନାଥଙ୍କ ଅବଦାନ ଅତୁଳନୀୟ’

କଲ୍ୟାଣସିଂହପୁର,୫ା୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ST, SC ଶିକ୍ଷକ ସଂଘର ସଭାପତି ସ୍ବର୍ଗତ ବିଶ୍ୱନାଥ କାଡ୍ରାକାଙ୍କ ଦ୍ୱାଦଶାହ କାର୍ଯ୍ୟକ୍ରମ ଶିରିପୁରସ୍ଥିତ ତାଙ୍କ ବାସଭବନରେ…

୨୨ ବର୍ଷ ପରେ ଜେଲ୍‌ରୁ ମୁକୁଳିଲେ ଆଜୀବନ କଏଦୀ ଅର୍ଜୁନ ଜାନି

କୋରାପୁଟ,୫ା୮(ଅମିତାଭ ବେହେରା): ସର୍ବୋଚ୍ଚ ନ୍ୟାୟାଳୟଙ୍କ ନିଷ୍ପତ୍ତି କ୍ରମେ ୨୦୦୪ରେ ଏକ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଦୀର୍ଘ ୨୨ ବର୍ଷର କାରାଦଣ୍ଡ ଭୋଗିବା ପରେ ନବରଙ୍ଗପୁର…

ଘର କବାଟ ଖୋଲୁଖୋଲୁ ଚୋଟ ମାରିଲା ବିଷଧର ସାପ, ଟଳିପଡ଼ିଲେ ବୃଦ୍ଧା

ଦିଗପହଣ୍ଡି,୫ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଲରାପଦର ପଞ୍ଚାୟତ ଭୁଡୁକି ଗ୍ରାମର ଏ.ବାଉରୀ ପାତ୍ରଙ୍କ ସ୍ତ୍ରୀ ଏ.ସାଇଆମ୍ମା ପାତ୍ର(୭୦) ନାମ୍ନୀ ବୃଦ୍ଧା ବୁଧବାର ଅପରାହ୍ନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri