ଜାଣନ୍ତୁ ପ୍ରଥମ ଦିନରେ କେତେ ଆୟ କରିଛି ଫିଲ୍ମ‘ଆର୍‌ଆର୍‌ଆର୍‌’

ବହୁ ପ୍ରତୀକ୍ଷିତ ଫିଲ୍ମ‘ଆର୍‌ଆର୍‌ଆର୍‌’ ଶୁକ୍ରବାର ରିଲିଜ୍‌ ହୋଇଯାଇଛି। ନିର୍ଦ୍ଦେଶକ ରାଜାମୌଲିଙ୍କ ଏହି ଫିଲ୍ମକୁ ଦେଖିବାକୁ ସିନେମା ହଲ୍‌ରେ ଭିଡ ଦେଖିବାକୁ ମିଳିଥିଲା। ତେବେ ବକ୍ସ ଅଫିସରେ ସମସ୍ତ ରେକର୍ଡ ଭାଙ୍ଗିବ ବୋଲି କୁହାଯାଉଛି। ପ୍ରଥମ ଦିନରେ ହିନ୍ଦୀ ଭର୍ସନରେ ୧୮ କୋଟି ଟଙ୍କା ଆୟ କରିଥିବା କୁହାଯାଉଛି। ସେହିପରି ତେଲୁଗୁ ରାଜ୍ୟରେ ଏହି ଚଳଚ୍ଚିତ୍ର ସମସ୍ତ ରେକର୍ଡ ଭାଙ୍ଗି ୧୦୦କୋଟିରୁ ଅଧିକ ଆୟ କରିଛି। ପୂରା ଦେଶରେ ପ୍ରାୟ ୫୦୦୦ ସ୍କ୍ରିନ୍‌ରେ ଫିଲ୍ମଟି ରିଲିଜ୍‌ ହୋଇ ଥିବାବେଳେ ଉତ୍ତର ଭାରତରେ ପ୍ରାୟ ୨୦୦୦ ସ୍କ୍ରିନରେ ରିଲିଜ୍‌ ହୋଇଛି । ସେହିପରି ତେଲୁଗୁ ରାଜ୍ୟରେ ୧୮୦୦ ସ୍କ୍ରିନ, କେରଳରେ ୫୦୦ ଏବଂ ତାମିଲନାଡୁରେ ୧୨୦୦ ସ୍କ୍ରିନରେ ରିଲିଜ ହୋଇଛି ସିନେମାରେ ରାମ ଚରଣ, ଜୁନିୟର ଏନ୍‌ଟିଆର, ଅଜୟ ଦେବଗନ ଏବଂ ଆଲିଆ ଭଟ୍ଟ ମୁଖ୍ୟ ଚରିତ୍ରରେ ନଜର ଆସିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଏସିଆନ ଗେମ୍ସରୁ ଓହରିଗଲେ ନୀରଜ ଚୋପ୍ରା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୯ା୮: ଭାରତର ଷ୍ଟାର ଜାଭେଲିନ୍‌ ଥ୍ରୋୟର ନୀରଜ ଚୋପ୍ରାଙ୍କ ଗୋଡ଼ ଲିଗାମେଣ୍ଟ ଛିଣ୍ଡିଯିବା କାରଣରୁ ସେ ୨୦୨୬ ସିଜନ ଅବଶିଷ୍ଟାଂଶରୁ ଓହରିଯାଇଛନ୍ତି। ଫଳରେ ସେ ଜାପାନରେ ହେବାକୁ…

ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର: ଅକ୍ଟୋବର ୨୯ରୁ …

କଟକ,୨୯।୮: ଓଡ଼ିଶା ଲୋକସେବା ଆୟୋଗ (OPSC) ପକ୍ଷରୁ ଓଡ଼ିଶା ସିଭିଲ ସର୍ଭିସ (OCS) ମେନ୍ ପରୀକ୍ଷାର ତାରିଖ ଘୋଷଣା କରାଯାଇଛି। ଆସନ୍ତା ଅକ୍ଟୋବର ୨୯ ତାରିଖରୁ ନଭେମ୍ବର…

ନେପାଳରେ ବନ୍ୟା: ୟୁପିରୁ ମିଳିଲାଣି ୧୦ ମୃତଦେହ

ଲକ୍ଷ୍ନୌ,୨୯ା୮: ନେପାଳ ବନ୍ୟାରେ ଭାସିଆସିଥିବା ୧୦ ଜଣଙ୍କ ମୃତଦେହ ପୂର୍ବ ଉତ୍ତରପ୍ରଦେଶର ଗଣ୍ଡକ ନଦୀରୁ ମିଳିଛି। ମହାରାଜଗଞ୍ଜ ଏବଂ କୁଶିନଗର ଜିଲାରୁ ୨ ଦିନରେ ୧୦ ଜଣଙ୍କ…

ନେପାଳ ବନ୍ୟାରେ ସାଙ୍ଘାତିକ ଲୁଟ୍! ଭାସିଆସିଲା ସିନ୍ଦୁକ, ଲୁଟିନେଲେ ୯୨.୭ ଲକ୍ଷ! ମୃତଦେହରୁ ବି ଚୋରି ହେଲା…

କାଠମାଣ୍ଡୁ, ୨୯।୮: ନେପାଳରେ ସମ୍ପ୍ରତି ଆସିଥିବା ବିନାଶକାରୀ ବନ୍ୟା ମଧ୍ୟରେ କିଛି ଚାଞ୍ଜଲ୍ୟକର ଘଟଣା ସାମ୍ନାକୁ ଆସିଛି। ବନ୍ୟା ପାଣିରେ ଭାସିଆସିଥିବା ଏକ ସେଫ୍‌ (ସିନ୍ଦୁକ)ରୁ ଟଙ୍କା…

ୟୁପିରେ ବନ୍ୟା: ପ୍ରଭାବିତ ଅଞ୍ଚଳ ବୁଲିଲେ ଯୋଗୀ, ରିଲିଫ କିଟ୍‌ କଲେ ବଣ୍ଟନ

ଲକ୍ଷ୍ନୌ,୨୯।୮: ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଉତ୍ତରପ୍ରଦେଶର ବନ୍ୟା ପରିସ୍ଥିତିକୁ ଗମ୍ଭୀରତାର ସହ ନେଉଛନ୍ତି। ଚିତ୍ରକୂଟ, ଜାଲୌନ, ହମିରପୁର ଏବଂ ଆଉରିଆରେ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଯୋଗୀ…

ଗ୍ଲେସିଅର୍ ତାଣ୍ଡବ ମଧ୍ୟରେ ଭାରତ ସାଜିଲା ଦେବଦୂତ! ପିଏମ୍ ମୋଦିଙ୍କୁ ‘ଉଦାର’ କହି କୃତଜ୍ଞତା ଜଣାଇଲେ ନେପାଳ ଅର୍ଥମନ୍ତ୍ରୀ!

କାଠମାଣ୍ଡୁ,୨୯।୮: ନେପାଳ-ତିବ୍ବତ ସୀମାରେ ହିମସ୍ଖଳନ ଏବଂ ଗ୍ଲେସିଅର୍ ଫାଟିବା ଯୋଗୁ ଆସିଥିବା ବିନାଶକାରୀ ବନ୍ୟା ନେପାଳରେ ଭୟଙ୍କର ତାଣ୍ଡବ ରଚିଛି। ଏହି ପ୍ରାକୃତିକ ବିପତ୍ତିରେ ବର୍ତ୍ତମାନ ସୁଦ୍ଧା…

ଯୁବପିଢ଼ିଙ୍କ ମଧ୍ୟରେ କ୍ରୀଡ଼ା ପ୍ରତି ଆଗ୍ରହ: ବିଜୟୀ ଛାତ୍ରଛାତ୍ରୀଙ୍କୁ ପୁରସ୍କାର

କର୍ଲାମୁଣ୍ଡା, ୨୯।୮ (ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଯୋରାଡବରାସ୍ଥିତ ରାଧାମାଧବ ଯୁବକ ସଂଘ ପକ୍ଷରୁ ଶନିବାର ଜାତୀୟ କ୍ରୀଡ଼ା ଦିବସ ପାଳିତ ହୋଇଯାଇଛି।…

ରାଜସ୍ବ ଆଦାୟରେ ଆଗୁଆ, ସୁରକ୍ଷା ଦିଗରେ ପଛୁଆ: ଆରଟିଓଙ୍କ ପାଖରେ ସୂଚନା ମିଳୁନି, କିରାଣି ସର୍ବେସବା, ବୈଠକରେ ସୀମିତ

ଭବାନୀପାଟଣା,୨୯।୮(ଉତ୍ତମ କୁମାର ଦାଶ): ଜିଲା ସ୍ତରରେ ସଡ଼କ ଦୁର୍ଘଟଣା ରୋକିବା ଏବଂ ଯାତାୟତ ବ୍ୟବସ୍ଥାର ସୁଧାର ପାଇଁ ଜିଲା ସ୍ତରରେ ଏକ ସଡ଼କ ସୁରକ୍ଷା ସମିତି କମିଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri