Posted inଜାତୀୟ

ସମଲିଙ୍ଗୀ ବିବାହକୁ ବ୍ୟାଧି ବୋଲି କହିଲା ଆରଏସ୍‌ଏସ୍‌

ନୂଆଦିଲ୍ଲୀ,୬।୫: ଦେଶରେ ସମଲିଙ୍ଗୀ ବିବାହକୁ ନେଇ ସୁପ୍ରିମକୋର୍ଟରେ ଶୁଣାଣି ଚାଲିଥିବାବେଳେ ରାଷ୍ଟୀୟ ସ୍ବୟଂସେବକ ସଂଘ (ଆରଏସ୍‌ଏସ୍‌)ର ମହିଳା ସଙ୍ଗଠନ ଦାବି କରି କହିଛନ୍ତି ଯେ, ସମଲିଙ୍ଗୀ ସମ୍ପର୍କ ଏକ ପ୍ରକାର ବ୍ୟାଧି। ଯଦି ଏପରି ବିବାହକୁ ଆଇନସମ୍ମତ କରାଯାଏ, ତେବେ ଏହା ଆହୁରି ବୃଦ୍ଧି ପାଇବ।
ହିନ୍ଦୁ ଦକ୍ଷିଣପନ୍ଥୀ ସଙ୍ଗଠନର ମହିଳା ଗୋଷ୍ଠୀ ଦାବି କରିଛନ୍ତି ଯେ, ସମଲିଙ୍ଗୀ ବିବାହକୁ ନେଇ କରାଯାଇଥିବା ସର୍ଭେରେ ୩୧୮ ଜଣ ଡାକ୍ତର ସେମାନଙ୍କ ମତ ରଖିଛନ୍ତି। ସଙ୍ଗଠନର ଜଣେ ବରିଷ୍ଠ କାର୍ଯ୍ୟକର୍ତ୍ତା କହିଛନ୍ତି ଯେ, ପ୍ରାୟ ୭୦% ଡାକ୍ତର ଏବଂ ସେମାନଙ୍କର ସହଯୋଗୀ ପ୍ରଫେସର ସମଲିଙ୍ଗୀ ସମ୍ପର୍କ ଏକ ବ୍ୟାଧି ବା ଡିସ୍‌ଅର୍ଡର ଭାବେ ବିବେଚନା କରିଛନ୍ତି। ୮୩%ଙ୍କ ମତରେ ଏହାଦ୍ୱାରା ଯୌନରୋଗ ବଢ଼ିବାର ସମ୍ଭାବନା ରହିଛି।
ସଙ୍ଗଠନ କହିଛି ଯେ, ଏପରି ମାନସିକ ବିକୃତ ରୋଗୀଙ୍କୁ ଭଲ କରିବା ପାଇଁ କାଉନସେଲିଂ ଗଠନ କରାଯିବା ଉଚିତ। ସମଲିଙ୍ଗୀ ବିବାହକୁ ଆଇନସମ୍ମତ କରିବାକୁ କୌଣସିି ନିଷ୍ପତ୍ତି ନେବା ପୂର୍ବରୁ ଜନମତ ଗ୍ରହଣ କରାଯିବା ଆବଶ୍ୟକ।
ଅନେକ ଧାର୍ମିକ ଅନୁଷ୍ଠାନ ଏଭଳି ବିବାହର ସ୍ବୀକୃତିକୁ ବିରୋଧ କରିଛନ୍ତି। ସ୍ବାମୀ ନିଶ୍ଚଳାନନ୍ଦ ସରସ୍ବତୀ ମଧ୍ୟ ଏହାକୁ ବିରୋଧ କରି ଏକ ବିବୃତି ଦେଇଛନ୍ତି। ସେ କହିଛନ୍ତି, ସନାତନ ଧର୍ମ ଅନୁଯାୟୀ ଏହି ବିବାହ ସମ୍ଭବ ନୁହେଁ। ଏହା ଦିଗହୀନ ଅଟେ।

 


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ୭୦% ଶସ୍ତା ହେବ ଏହି ଔଷଧ

ନୂଆଦିଲ୍ଲୀ,୮।୧୦: କ୍ୟାନ୍ସର ଚିକିତ୍ସାରେ ଭାରି ଖର୍ଚ୍ଚକୁ ନେଇ ଚିନ୍ତିତ ରୋଗୀ ଓ ସେମାନଙ୍କ ପରିବାର ପାଇଁ କେନ୍ଦ୍ର ସରକାର ବଡ଼ ପଦକ୍ଷେପ ନେଇଛନ୍ତି । ସମସ୍ତ ନନ୍-ସେଡ୍ୟୁଲ୍…

ବଙ୍ଗରେ ହଲଚଲ! ଉପନିର୍ବାଚନକୁ ନେଇ ମମତାଙ୍କ ବଡ଼ ଅଭିଯୋଗ; କହିଲେ ନିର୍ବାଚନ ହୋଇନି, EVMରେ…

କୋଲକାତା,୮।୧୦: ପଶ୍ଚିମବଙ୍ଗର ନନ୍ଦିଗ୍ରାମ ଓ ରେଜିନଗର ବିଧାନସଭା ଆସନର ଉପନିର୍ବାଚନ ଫଳାଫଳ ଆସିବା ପୂର୍ବରୁ ରାଜନୀତି ସରଗରମ ହୋଇଛି । ମମତା ବାନାର୍ଜୀ ଭାଜପା ଉପରେ ଗୁରୁତର…

୨.୫୦ ଲକ୍ଷ ଟପିବ ସୁନା? ବାବା ଭେଙ୍ଗାଙ୍କ ବଡ଼ ଭବିଷ୍ୟବାଣୀ, ଏକ୍ସପର୍ଟ କହିଲେ…

ନୂଆଦିଲ୍ଲୀ,୮।୧୦: ଏହି ବର୍ଷ ସୁନା ଓ ରୂପା ଦର ବେଶ ବୃଦ୍ଧି ପାଇଛି। ସୁନା କଥା କହିବାକୁ ଗଲେ, ଜାନୁଆରୀ ମାସରେ ଯେଉଁଠି ସୁନା ଦର ୧.୩୫…

”ବୋହୂ ପେନଶନରେ ଶାଶୂଙ୍କ ଅଧିକାର ନାହିଁ”: କୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୮।୧୦: ୮୩ ବର୍ଷୀୟା ଜଣେ ବୃଦ୍ଧା ମହିଳାଙ୍କୁ ନିଜ ସ୍ୱର୍ଗତ ପୁଅର ସ୍ତ୍ରୀ ଅର୍ଥାତ ନିଜ ବିଧବା ବୋହୂଠାରୁ ପେନସନର ଅଂଶ ମାଗିବା ମହଙ୍ଗା ପଡ଼ିଲା। ତାଙ୍କ…

ଅଭିଜିତ ଦୀପକେଙ୍କ ଚାଞ୍ଚଲ୍ୟକର ଦାବି

ନୂଆଦିଲ୍ଲୀ,୮।୧୦: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ‘ଆକ୍ରମକ କକରୋଚ ଜନତା ପାର୍ଟି’ (CJP) ଆସନ୍ତା ଅକ୍ଟୋବର ୧୦ରେ ଜନ୍ତର ମନ୍ତର ଅଭିମୁଖେ ଶୋଭାଯାତ୍ରା…

ମୃତ୍ୟୁ ପୂର୍ବରୁ ବନ୍ଧୁଙ୍କୁ ଏହି ଶେଷ ମେସେଜ କରିଥିଲେ ନାନା ପାଟେକର, ନିଜର ଯନ୍ତ୍ରଣା ପ୍ରକାଶ କରି…

ମୁମ୍ବାଇ: ଭାରତୀୟ ସିନେ ଜଗତର ଭେଟେରାନ ଅଭିନେତା ନିଜର ଦମଦାର ଅଭିନୟ, ଅନନ୍ୟ ଡାଏଲଗ୍‌ କହିବା ଶୈଳୀରେ ବେଶ୍‌ ପରିଚିତ ଥିବା ନାନା ପାଟେକରଙ୍କ ବୁଧବାର ବିଳମ୍ବିତ…

ଜାନୁଆରୀ ପର୍ଯ୍ୟନ୍ତ ସ୍ଥଗିତ ରହିବ UPI ଶୁଳ୍କ! ଜାଣନ୍ତୁ ଅନଲାଇନ ପେମେଣ୍ଟ ସମ୍ବନ୍ଧୀୟ ଗୁରୁତ୍ୱପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୮।୧୦: UPI କାରବାର ପାଇଁ ନୂତନ ‘ମର୍ଚାଣ୍ଟ ଡିସକାଉଣ୍ଟ ରେଟ’ (MDR) ବ୍ୟବସ୍ଥା ଲାଗୁ ହେବାର ତାରିଖ ୨୦୨୭ ମସିହା ଜାନୁଆରୀ ୧ ତାରିଖ ପର୍ଯ୍ୟନ୍ତ ଘୁଞ୍ଚାଇ…

ଏହି ନେତାଙ୍କୁ ପ୍ରଧାନମନ୍ତ୍ରୀ ଭାବେ ଦେଖିବାକୁ ଚାହୁଁଥିଲେ ନାନା ପାଟେକର; ପ୍ରଧାନମନ୍ତ୍ରୀ ପଦକୁ ନେଇ କହିଥିଲେ ଗୁରୁତ୍ୱପୂର୍ଣ୍ଣ କଥା

ମୁମ୍ବାଇ,୮।୧୦: ହିନ୍ଦୀ ଚଳଚ୍ଚିତ୍ର ଜଗତର ବରିଷ୍ଠ ଅଭିନେତା ନାନା ପାଟେକରଙ୍କ ପରଲୋକ ଘଟିଛି। ନିଜର ଦୀର୍ଘ ଚଳଚ୍ଚିତ୍ର କ୍ୟାରିୟର ମଧ୍ୟରେ ସେ କେବଳ ନିଜ ଚଳଚ୍ଚିତ୍ର ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?