Posted inଖେଳ

ଏହି କ୍ରିକେଟରଙ୍କ ଖେଳ ଦେଖି ଡରିଗଲେ ଯୁବରାଜ, କହିଲେ ଏମିତି

ଶାରଜା କ୍ରିକେଟ ଷ୍ଟାଡିୟମରେ କିଙ୍ଗ୍ସ ଏକାଦଶ ପଞ୍ଜାବ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ରବିବାର ଏକ ମ୍ୟାଚ୍‌ ଖେଳାଯାଇଥିଲା। ଏହି ମ୍ୟାଚ୍‌ରେ ପ୍ରବଳ ରନ୍‌ ବର୍ଷିଥିଲା। ପଞ୍ଜାବ ପ୍ରଥମେ ଖେଳି ଦୁଇ ଉଇକେଟ୍‌ ହରାଇ ୨୨୩ ରନ୍‌ ସଂଗ୍ରହ କରିଥିଲା। ୨୨୪ ରନ୍‌କୁ ପିଛା କରି ରାଜସ୍ଥାନ ମଧ୍ୟ ଛକା, ଚୌକା ବର୍ଷା କରିଥିଲା। ଦଳକୁ ଶେଷ ୩ ଓଭରରେ ୫୧ ରନ୍‌ ଆବଶ୍ୟକ ଥିବାବେଳେ ୨୭ ବର୍ଷୀୟ ରାହୁଲ ଟୟୋଟିଆ୧୮ତମ ଓଭରରେ ୫ଟି ଛକା ମାରି ମ୍ୟାଚ୍‌ର ପୂରା ସମୀକରଣ ବଦଳାଇ ଦେଇଥିଲେ। ସେ ପ୍ରଥମ ୪ଟି ବଲ୍‌ରେ ଛକା ଲଗାଇଥିବାବେଳେ ପଞ୍ଚମ ବଲ୍‌ରେ ଛକା ମାରିପାରି ନ ଥିଲେ। ପୁଣି ଶେଷ ବଲ୍‌ରେ ଛକା ମାରିଥିଲେ।ଏହି ମ୍ୟାଚ୍‌ ଦେଖି ଭାରତର ପୂର୍ବତନ ବ୍ୟାଟ୍ସମ୍ୟାନ୍‌ ଯୁବରାଜ ସିଂ ଡରିଯାଇଥିଲେ। ସେ ଟୁଇଟ୍‌ କରି କହିଥିଲେ, ମିଷ୍ଟର ରାହୁଲ ଟୟୋଟିଆ ନା ଭାଇ ନା। ଗୋଟିଏ ବଲ୍‌ ମିସ୍‌ କରିଥିବାରୁ ତୁମକୁ ଧନ୍ୟବାଦ। ସୂଚନାଯୋଗ୍ୟ, ଯୁବରାଜଙ୍କୁ ୧୩ ବର୍ଷ ପୁରୁଣା ରେକର୍ଡ କଥା ମନେ ପଡିଯାଇଥିଲା। ଯୁବରାଜ ୨୦୦୭ରେ ଦକ୍ଷିଣ ଆଫ୍ରିକାରେ ଖେଳାଯାଇଥିବା ପ୍ରଥମ ଟି-୨୦ ବିଶ୍ୱକପ୍‌ରେ ଇଂଲଣ୍ଡର ଷ୍ଟୁଆର୍ଟ ବ୍ରଡ ଗୋଟିଏ ଓଭରର ୬ଟି ବଲ୍‌ରୁ ୬ଟି ଛକା ମାରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଭାରତର ଘରୋଇ କ୍ରିକେଟରମାନେ ବର୍ଷକୁ କୋଟିଏ ଟଙ୍କା ପାଇବେ ଦରମା, ବିସିସିଆଇର ବଡ଼ ନିଷ୍ପତି

ମୁମ୍ବାଇ,୨୫।୪: ଘରୋଇ ଖେଳାଳିଙ୍କ ଆୟ ବଢାଇବାକୁ ବିସିସିଆଇ ଚାହୁଁଛି। ଭାରତର ମୁଖ୍ୟ ଚୟନକର୍ତ୍ତା ଅଜିତ ଅଗରକରଙ୍କ ନେତୃତ୍ୱରେ ଚୟନ କମିଟିକୁ ଦରମା ବୃଦ୍ଧି କରିବାର ଉପାୟ...

ଅଲିମ୍ପିକ କିମ୍ବଦନ୍ତୀ ଉସେନ ବୋଲ୍ଟ ହେଲେ ଟି-୨୦ ବିଶ୍ୱକପ୍‌ର ଆମ୍ବାସାଡାର

ନୂଆଦିଲ୍ଲୀ,୨୫।୪: ବିଶ୍ୱର କିମ୍ବଦନ୍ତୀ ଦ୍ରୁତ ଧାବକ ଉସେନ ବୋଲ୍ଟ ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ର ବ୍ରାଣ୍ଡ ଆମ୍ବାସାଡର ଭାବେ ନିଯୁକ୍ତ ହୋଇଛନ୍ତି। ଜୁନ ୧ରୁ ଆମେରିକା...

ଲଜ୍ଜାଜନକ ରେକର୍ଡ କଲେ ମୋହିତ ଶର୍ମା

ନୂଆଦିଲ୍ଲୀ,୨୫।୪: ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ଗୁଜୁରାଟ ଟାଇଟାନ୍ସ ବୋଲର ମୋହିତ ଶର୍ମାଙ୍କ ନାମରେ ଏକ ଲଜ୍ଜାଜନକ ରେକର୍ଡ କରିଛନ୍ତି। ମୋହିତ ଶର୍ମା ଆଇପିଏଲ ଇତିହାସରେ ସର୍ବାଧିକ...

ଇତିହାସ ରଚିଲେ ପନ୍ତ: ଟି-୨୦ରେ ଏମିତି ରେକର୍ଡ କରିବାରେ ପ୍ରଥମ ଖେଳାଳି

ନୂଆଦିଲ୍ଲୀ,୨୫।୪: ଅଧିନାୟକ ରିଷଭ ପନ୍ତଙ୍କ ଅପରାଜିତ ୮୮ ରନ ଯୋଗୁ ଦିଲ୍ଲୀ କ୍ୟାପିଟାଳ୍ସ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଚାରି ଉଇକେଟ ପାଇଁ ୨୨୪ ରନ ସଂଗ୍ରହ...

ରୋମାଞ୍ଚକ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସର ସଂଘର୍ଷପୂର୍ଣ୍ଣ ବିଜୟ

ନୂଆଦିଲ୍ଲୀ, ୨୪।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ବୁଧବାର ଏଠାରେ ଅନୁଷ୍ଠିତ ଏକ ରୋମାଞ୍ଚକ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ୪ ରନରେ ସଂଘର୍ଷପୂର୍ଣ୍ଣ ବିଜୟ ହାସଲ କରିଛି।...

ରକ୍ତ ବଦଳରେ ରକ୍ତ…ପାକିସ୍ତାନ କ୍ରିକେଟ ବୋର୍ଡକୁ ଏହି ଧମକପୂର୍ଣ୍ଣ ଚିଠି ମିଳିବା ପରେ ବୋହିଗଲା ଝାଳ

ଇସଲାମାବାଦ,୨୪।୪: ଲାହୋରରେ ପାକିସ୍ତାନ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ହୋଇଥିବା ମ୍ୟାଚକୁ ନେଇ ଆତଙ୍କର ଛାୟା ଆସୁଛି। ଆତଙ୍କବାଦୀ ସଂଗଠନ ଇସଲାମିକ ଷ୍ଟେଟ ଆଗାମୀ କ୍ରିକେଟ ମ୍ୟାଚ...

କ୍ୟାମେରାମ୍ୟାନଙ୍କ ନଖରାମିକୁ ବରଦାସ୍ତ କରିପାରିଲେନି ଧୋନି

ନୂଆଦିଲ୍ଲୀ,୨୪।୪: ଆଇପିଏଲ ୨୦୨୪ ର ୩୯ତମ ମ୍ୟାଚରେ ଲକ୍ଷ୍ନୌ ଏକ ଚମତ୍କାର ଖେଳ ପ୍ରଦର୍ଶନ କରି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ (ସିଏସକେ ବନାମ ଏଳଏସଜି ଆଇପିଏଲ ୨୦୨୪)...

ଚାମ୍ପିଅନ୍ସ ଟ୍ରଫି ଖେଳିବାକୁ ପାକିସ୍ତାନ ଯିବ ନାହିଁ ଭାରତ!

ନୂଆଦିଲ୍ଲୀ,୨୪।୪:ଭାରତ ଏବଂ ପାକିସ୍ତାନ ମଧ୍ୟରେ ଶେଷ ମୁକାବିଲା ୨୦୨୩ରେ ଖେଳାଯାଇଥିବା ଦିନିକିଆ ବିଶ୍ୱକପରେ ହୋଇଥିଲା, ଯାହା ଭାରତ ଦ୍ୱାରା ଆୟୋଜିତ ହୋଇଥିଲା। ବର୍ତ୍ତମାନ ଉଭୟଙ୍କ ପରବର୍ତ୍ତୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri