ସବ୍-ରେଜିଷ୍ଟ୍ରାର କାର୍ଯ୍ୟାଳୟ ସମ୍ମୁଖରେ ଦିନ: ଦ୍ୱିପ୍ରହରରେ ଗାଡ଼ି ଡିକି ଭାଙ୍ଗି ଦେଢ଼ ଲକ୍ଷ ଟଙ୍କା ଲୁଟ

ଛତ୍ରପୁର, ୧୦।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅନ୍ତର୍ଗତ ସବ୍-ରେଜିଷ୍ଟ୍ରାର କାର୍ଯ୍ୟାଳୟ ସମ୍ମୁଖରେ ଦିନ ଦ୍ୱିପ୍ରହରରେ ଏକ ଦୁଃସାହସିକ ଲୁଟ୍ ଘଟଣା ଘଟିଛି। ଦୁର୍ବୃତ୍ତମାନେ ଏକ କାରର ଡିକି ଭାଙ୍ଗି ସେଥିରୁ ଦେଢ଼ ଲକ୍ଷ ଟଙ୍କା ସହ ବ୍ୟାଙ୍କ ପାସ୍‌ବୁକ୍‌ ଓ ଚେକ୍‌ବୁକ୍‌ ଲୁଟି ନେଇଥିବା ଅଭିଯୋଗ ହୋଇଛି। ଘଟଣାକୁ ନେଇ ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି ହୋଇଛି।

ସୂଚନା ଅନୁଯାୟୀ, ଛତ୍ରପୁର ନ୍ୟୁ ପୋଲିସ ଲାଇନ୍‌ର ବାସିନ୍ଦା ପୂର୍ଣ୍ଣଚନ୍ଦ୍ର ସେନାପତି ଜଣେ ଜମି ବ୍ୟବସାୟୀ। ଗୁରୁବାର ସେ ଏକ କାରବାର ବାବଦରେ ଜଣେ ବ୍ୟକ୍ତିଙ୍କଠାରୁ ୨ ଲକ୍ଷ ୫୦ ହଜାର ଟଙ୍କା ଗ୍ରହଣ କରିଥିଲେ। ଏହି ଟଙ୍କାକୁ ସେ ନିଜ ଗାଡ଼ିର ଡିକିରେ ରଖିଥିଲେ।

ପରେ ସେ ସେହି ଟଙ୍କାରୁ ୧ ଲକ୍ଷ ଟଙ୍କା ଅନ୍ୟ ଜଣଙ୍କୁ ପ୍ରଦାନ କରି ବଳକା ଦେଢ଼ ଲକ୍ଷ ଟଙ୍କା ସହ ବ୍ୟାଙ୍କ ଅଫ୍ ବରୋଦାର ପାସ୍‌ବୁକ୍‌ ଏବଂ ଚେକ୍‌ବୁକ୍‌କୁ ଗାଡ଼ିର ଡିକିରେ ରଖି ସବ୍-ରେଜିଷ୍ଟ୍ରାର କାର୍ଯ୍ୟାଳୟ ଭିତରକୁ ଯାଇଥିଲେ। କିଛି ସମୟ ପରେ ଫେରି ଦେଖିବା ବେଳେ ଗାଡ଼ିର ଡିକି ଭାଙ୍ଗିଯାଇଥିବା ସହ ସେଥିରେ ଥିବା ଦେଢ଼ ଲକ୍ଷ ଟଙ୍କା, ବ୍ୟାଙ୍କ ପାସ୍‌ବୁକ୍‌ ଓ ଚେକ୍‌ବୁକ୍‌ ଲୁଟ୍‌ ହୋଇଯାଇଥିବା ଜଣାପଡ଼ିଥିଲା।

ଖବର ପାଇ ଛତ୍ରପୁର ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଆଖପାଖରେ ଥିବା ସିସିଟିଭି ଫୁଟେଜ୍‌ ଯାଞ୍ଚ କରିବା ସହ ଦୁର୍ବୃତ୍ତମାନଙ୍କୁ ଠାବ କରିବା ପାଇଁ ପୋଲିସ ବିଭିନ୍ନ ଦିଗରୁ ତଦନ୍ତ ଜାରି ରଖିଛି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଚାଲିଥିଲା ରିସେପସନର ଆୟୋଜନ, ବିବାହର ଚତୁର୍ଥ ଦିନରେ କନିଆଁ ଫେରାର: ବୈଶିଙ୍ଗା ଅଞ୍ଚଳରେ ଚର୍ଚ୍ଚା…

ବୈଶିଙ୍ଗା,୧୦|୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମହେଶପୁର ଗ୍ରାମରେ ଏକ ଅଭାବନୀୟ ତଥା ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଘରେ ବନ୍ଧୁମିଳନ ବା ରିସେପସନ୍…

ଏହି ଦିନ ମିଳିବ ସୁଭଦ୍ରା ୫ମ କିସ୍ତି, ନୂଆ ହିତାଧିକାରୀ ପାଇବେ ଏକକାଳୀନ…

ଭୁବନେଶ୍ୱର,୧୦ା୭(ସୁଚିସ୍ମିତା ସାହୁ): ଆସନ୍ତା ରାକ୍ଷୀ ପୂର୍ଣ୍ଣିମାରେ ସୁଭଦ୍ରା ଯୋଜନାର ୫ମ କିସ୍ତି ପ୍ରଦାନ କରିବେ ରାଜ୍ୟ ସରକାର। ଏହାକୁ ସୁଚାରୁରୂପେ ସମ୍ପନ୍ନ କରିବା ପାଇଁ ଶୁକ୍ରବାର ଲୋକସେବା…

ସମଣା ଘାଟରୁ ଉଠୁନି ଗୋଟେ ମୁଠା ବାଲି; ତଥାପି ପୋଲିସ,ପ୍ରଶାସନ, ମୁଖ୍ୟମନ୍ତ୍ରୀଙ୍କୁ ମିଛ ଟାର୍ଗେଟ: ପ୍ରତିବାଦରେ ଗର୍ଜିଲେ…

ହାଟଡିହୀ,୧୦।୭(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନସ୍ଥ ସମଣା ବାଲିଘାଟକୁ ନେଇ ଚାଲିଥିବା ଇଚ୍ଛାକୃତ ଅପପ୍ରଚାର ଓ ଷଡ଼ଯନ୍ତ୍ର ବିରୋଧରେ ଗ୍ରାମବାସୀ ସ୍ୱର ଉତ୍ତୋଳନ କରିଛନ୍ତି।…

ପାଠ୍ୟପୁସ୍ତକ ତ୍ରୁଟି ପ୍ରତିବାଦ: ଶୁଖୁଆ ଓ ଝାଲମୁଢି ଧରି ବରଗଡ଼ରେ ବିଜେଡିର ‘ଶିକ୍ଷା ବଞ୍ଚାଅ’ ଆନ୍ଦୋଳନ

ବରଗଡ଼,୧୦।୭(ପ୍ରେମାନନ୍ଦ ଖମାରୀ)- ପାଠ୍ୟପୁସ୍ତକରେ ହୋଇଥିବା ଗୁରୁତର ତ୍ରୁଟିକୁ ନେଇ ବରଗଡ଼ରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଏକ ଅଭିନବ ପ୍ରତିବାଦ ଦେଖିବାକୁ ମିଳିଛି। ଶୁକ୍ରବାର ଛାତ୍ର…

ସୃଷ୍ଟି ହେଲା ଆଉ ଏକ ଘୂର୍ଣ୍ଣିବଳୟ, ୭ ଦିନ ଯାଏ ପ୍ରବଳ ବର୍ଷା; ଜାରି ହେଲା ଓ୍ବାର୍ନିଂ

ଭୁବନେଶ୍ୱର, ୧୦ା୭ (ବନ୍ଦନା ସେଠୀ) – ଗାଙ୍ଗେଟିକ ୱେଷ୍ଟବେଙ୍ଗଲ ଓ ତା’ ପାଖାପାଖି ବାଂଲାଦେଶ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ସମୁଦ୍ରପତନଠାରୁ ୪.୫ ରୁ ୫.୮…

ଇନ୍ଦ୍ରାବତୀରୁ ଖରିଫ ପାଇଁ ଜଳ ସେଚନର ଶୁଭାରମ୍ଭ

ଜୟପାଟଣା,୧୦।୭(ଓମ ପ୍ରକାଶ ବୈଠାରୁ): ଇନ୍ଦ୍ରାବତୀ ଜଳ ବିଦ୍ୟୁତ ପ୍ରକଳ୍ପ ମଙ୍ଗଳପୁର ବ୍ୟାରେଜରୁ ଶୁକ୍ରବାର ସକାଳରୁ ଚଳିତ ପାଇଁ ଖରିଫ ଜଳ ସେଚନ ର ଶୁଭାରମ୍ଭ ହୋଇ ଯାଇଛି।ଏଥିରେ…

ଧରିତ୍ରୀ ପ୍ରଭାବ: ରାସ୍ତାରୁ ହଟିଲା ବିପଜ୍ଜନକ ଚାମ୍ବର

ଥୁଆମୂଳ ରାମପୁର, ୧୦ା୭ (ଦୁର୍ଗା କୀର୍ତ୍ତି): ଧରିତ୍ରୀରେ ଖବର ପ୍ରକାଶ ପରେ ଥୁଆମୂଳ ରାମପୁର ବ୍ଲକ ସଦର ମହକୁମା ମୁଖ୍ୟ ରାସ୍ତାରେ ବିପଦସଙ୍କୁଳ ଅବସ୍ଥାରେ ଥିବା ଦୁଇଟି…

ବିଦେଶୀ ମଦ ଦୋକାନକୁ ନେଇ ତେଜୁଛି ଅସନ୍ତୋଷ

ଲାଞ୍ଜିଗଡ଼, ୧୦ା୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ରୁ ମୁନିଗୁଡ଼ାକୁ ସଂଯୋଗ କରୁଥିବା ମୁଖ୍ୟରାସ୍ତା କଡ଼ରେ ଲଟେରି ମାଧ୍ୟମରେ ଖୋଲାଯାଇଥିବା ଠିପି ବନ୍ଦ ବିଦେଶୀ ମଦ ଦୋକାନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri