Posted inରାଜ୍ୟ

୧୫ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ୨ ଗିରଫ

ଭଦ୍ରକ ଅଫିସ, ୨୨।୩ – କେନ୍ଦ୍ରାଞ୍ଚଳ ଅବକାରୀ ଗୋଇନ୍ଦା ବିଭାଗ ପକ୍ଷରୁ ରବିବାର ରାତିରେ ଭଦ୍ରକ ଚରମ୍ପା ଅଞ୍ଚଳରୁ ଜବତ କରାଯାଇଛି ୧୫୨ ଗ୍ରାମର ବ୍ରାଉନସୁଗାର। ଏଥିସହ ସମ୍ପୃକ୍ତ ୨ ଯୁବକଙ୍କୁ ଗିରଫ କରାଯାଇଥିବା ବେଳେ ଏକ ବାଇକ୍‌ ଜବତ ହୋଇଛି। ସେମାନେ ହେଲେ ତିହିଡ଼ି ଅଞ୍ଚଳ ନୟାନନ୍ଦର ହରମନ ଦାସ ଓ ଚରମ୍ପା ବରାଳପୋଖରୀର ରାଜେନ୍ଦ୍ର ଷଡ଼ଙ୍ଗୀ। ସେମାନଙ୍କ ନିକଟରୁ ଜବତ ବ୍ରାଉନସୁଗାରର ଆନୁମାନିକ ମୂଲ୍ୟ ୧୫ ଲକ୍ଷ ଟଙ୍କା ହେବ।

ପ୍ରକାଶ ଯେ, ଚରମ୍ପା ଅଞ୍ଚଳରେ ବ୍ୟାପକ ଭାବେ ଚୋରାରେ ବ୍ରାଉନସୁଗାର ବେପାର ଚାଲିଥିବା ନେଇ ଗୋଇନ୍ଦା ବିଭାଗର ଏହି ଟିମ୍‌ ସୂଚନା ପାଇଥିଲା। ଏଣୁ ବିଭାଗ ପକ୍ଷରୁ ଏହି ଅଞ୍ଚଳରେ ପାଟ୍ରୋଲିଂ ଜୋର୍‌ଦାର କରାଯାଇଥିଲା। ରବିବାର ରାତିରେ ପାଟ୍ରୋଲିଂ ସମୟରେ ଗୋଟିଏ ବାଇକ୍‌ରେ ହରମନ ଓ ରାଜେନ୍ଦ୍ର ଯାଉଥିବା ସମୟରେ ଏହି ଟିମ୍‌ ସନ୍ଦେହ କରି ସେମାନଙ୍କୁ ଅଟକାଇଥିଲା। ସେମାନେ ଖସିଯିବା ପାଇଁ ଚେଷ୍ଟା କରୁଥିବା ସମୟରେ ଟିମ୍‌ କାବୁ କରିନେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଠାକୁରଘରେ ପଶିିଯିବାରୁ ଦଳିତ ବୃଦ୍ଧାଙ୍କୁ ଆକ୍ରମଣ, ଥାନାର ଦ୍ୱାରସ୍ଥ ହେବା ପରେ…

ପଟ୍ଟାମୁଣ୍ଡାଇ,୪ା୪(କଳ୍ପତରୁ ନାୟକ): କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅଧିନ ଖଣତା ଗ୍ରାମର ଜଣେ ଦଳିତ ମାନସିକ ବିକାରଗ୍ରସ୍ତ ବୃଦ୍ଧାଙ୍କୁ ଗୁରୁବାର ଆକ୍ରମଣ ହୋଇଛି। ଗ୍ରାମର ଜଣଙ୍କ…

ଜମିରେ କୀଟନାଶକ ସିଞ୍ଚନ କରି ଶୋଇ ଆଉ ଉଠିଲେନି କୃଷିଶ୍ରମିକ, ତାପରେ….

ଗଜପତି,୪।୪(ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ ଗୁରାଣ୍ଡି ଥାନା ଅନ୍ତର୍ଗତ ତାଟିପାଟି ଗ୍ରାମରେ ଅଭାବନୀୟ ଘଟଣା । ଜଣେ କୃଷିଶ୍ରମିକ ଭାବେ କାର୍ଯ୍ୟ କରୁଥିବା ବ୍ୟକ୍ତି…

ଏକାଗ୍ରତା ଆଣେ ସଫଳତା: ସୁରେଶଙ୍କ ସହ ସ୍ବତନ୍ତ୍ର ସାକ୍ଷାତ୍‌କାର

ହାଇଟେକ୍‌ ଗ୍ରୁପ୍‌ ଅଫ୍‌ ଇନ୍‌ଷ୍ଟିଚ୍ୟୁଶନର ମ୍ୟାନେଜିଂ ଟ୍ରଷ୍ଟି ତଥା ସିଇଓ ସୁରେଶ କୁମାର ପାଣିଗ୍ରାହୀ ଜଣେ ଉଦ୍ୟୋଗୀ ଏବଂ ଶିକ୍ଷାବିତ୍‌ ଭାବରେ ଅନୁଷ୍ଠାନ ଆରମ୍ଭରୁ ଏହାର ଭିତ୍ତିଭୂମିକୁ…

ଆମ୍ବ ଗୋଟାଉଥିବା ନାବାଳିକାଙ୍କୁ ବଳାତ୍କାର କଲେ ୧୪ ବର୍ଷର ନାବାଳକ, ଘଟଣା ବିଷୟରେ କାହାକୁ କହିଲେ…

ଅନୁଗୋଳ, ୪ା୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଉପକଣ୍ଠରେ ଗତ ବୁଧବାର ଘଟିଛି ଏକ ଲଜ୍ଜାଜନକ ଘଟଣା। ୭ ବର୍ଷର ଜଣେ ନାବାଳିକାଙ୍କୁ ୧୪ ବର୍ଷର ନାବାଳକ ବଳାତ୍କାର…

କୁନି କୁନି ପିଲାଙ୍କୁ ଖଡ଼ିଛୁଆଁଇବେ ମୁଖ୍ୟମନ୍ତ୍ରୀ: ଆଜି ବିଦ୍ୟାଳୟରେ ପ୍ରବେଶ ଉତ୍ସବ

ଭୁବନେଶ୍ୱର,୪ା୪(ସୁଚିସ୍ମିତା ସାହୁ):ଓଡ଼ିଆ ପକ୍ଷ ପାଳନ ଅବସରରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଶନିବାର ବିଦ୍ୟାଳୟଗୁଡିକରେ ଖଡ଼ିଛୁଆଁ ଓ ପ୍ରବେଶ ଉତ୍ସବ ଆୟୋଜିତ ହେବ। ରାଜଭବନ ସରକାରୀ…

୪୦ କିମି ବେଗରେ ବହିବ ପବନ, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା: ସତର୍କ ସୂଚନା ଜାରି

ଭୁବନେଶ୍ୱର,୪।୪: ରାଜ୍ୟର କେତେକ ସ୍ଥାନରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ଥିବାରୁ ସତର୍କ ସୂଚନା ଜାରି ହୋଇଛି। ତେବେ ୨ଦିନ ପରେ ତାପମାତ୍ରା ୨ରୁ ୩ ଡିଗ୍ରୀ…

ଆଜି ରାଜ୍ୟ କ୍ୟାବିନେଟ୍‌: ନିଆଯିବ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର,୪।୪ (ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ଶନିବାର ସନ୍ଧ୍ୟା ୬ଟାରେ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବା ଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଗଛ, ଉଡ଼ିଲା ଆଜ୍‌ବେଷ୍ଟସ୍‌

କୋରାପୁଟ,୩।୪(ଅମିତାଭ ବେହେରା): କୋରାପୁଟ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ହୋଇଛି। ଝଡ଼ତୋଫାନରେ କୋରାପୁଟ-ରାୟଗଡ଼ା ସଂଯୋଗ କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri