ମହଙ୍ଗା ପଡିଲା ୧୦ ଲକ୍ଷ ଟଙ୍କା ଲାଞ୍ଚ ନେବା: ଜେଲଗଲେ ଲାଞ୍ଚୁଆ ଉପଜିଲାପାଳ

ଭବାନୀପାଟଣା,୯।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ଼ ଉପଜିଲାପାଳ ଧୀମାନ ଚକମା ରବିବାର ରାତିରେ ଜଣେ କ୍ରସର ମାଲିକଙ୍କ ଠାରୁ ୧୦ ଲକ୍ଷ ଟଙ୍କା ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡିଥିଲେ। ଏହାସହ ଭିଜିଲାନ୍ସ ତାଙ୍କ ଘରୁ ଛାନ ଭିନ ବେଳେ ନଗଦ ୪୭ ଲକ୍ଷ ୪୭ ହଜାର ୬ ଶହ ଟଙ୍କା ଜବତ କରିଥିଲା। ପରେ ଉପ ଜିଲାପାଳ ଚକମାଙ୍କୁ ଭବାନୀପାଟଣା ଭିଜିଲାନ୍ସ ଅଫିସକୁ ଅଣାଯାଇ ସେଠାରେ ଜେରା କରାଯାଇଥିଲା। ଏହି ସମୟରେ ସେ ଜବତ ଟଙ୍କାର ହିସାବ ଦେଇ ନ ପାରିବାରୁ ତଥା ସଠିକ ଉତ୍ତର ଦେଇ ପାରି ନ ଥିବାରୁ ସୋମବାର ଭିଜିଲାନ୍ସ ବିଭାଗ ତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।ସେଠାରେ ତାଙ୍କର ଜାମିନ ନା ମଞ୍ଜୁର ହେବାରୁ ଜେଲ ଯିବାକୁ ପଡିଛି। ସେହିପରି ବର୍ତ୍ତମାନ ମଧ୍ୟ ଏହି ଘଟଣାର ତଦନ୍ତ ଚାଲିଛି ବୋଲି ଭବାନୀପାଟଣାରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ କଟକ ଭିଜିଲାନ୍ସ ସେଲ ଡିଭିଜନର ଏସପି ଏମ.ରାଧାକ୍ରୀଷ୍ଣା ସୂଚନା ଦେଇଛନ୍ତି।
ଏପଟେ ଅଧିକ ତଦନ୍ତ ପାଇଁ ଧର୍ମଗଡ଼ ସ୍ଥିତ ଉପଜିଲାପାଳଙ୍କ ଅଫିସରେ ଭିଜିଲାନ୍ସ ବିଭାଗର ତିନି ଜଣିଆ ସ୍ଵତନ୍ତ୍ର ଟିମ୍ ଛାନବିନ କରୁଥିବା ମଧ୍ୟ ଦେଖିବାକୁ ମିଳିଥିଲା।
ପ୍ରକାଶ ଯେ, କଳାହାଣ୍ଡି ଜିଲା ଜୟପାଟଣା ବ୍ଲକ୍‌ ଅଞ୍ଚଳର ଜଣେ କ୍ରସର ମାଲିକଙ୍କୁ କାର୍ଯ୍ୟାନୁଷ୍ଠାନ ଭୟ ଦେଖାଇ ଧର୍ମଗଡ଼ ଉପଜିଲାପାଳ ଚକମା ୨୦ ଲକ୍ଷ ଟଙ୍କା ଲାଞ୍ଚ ଦାବି କରିଥିଲେ। ପ୍ରଥମ ପର୍ଯ୍ୟାୟରେ ରବିବାର ରାତିରେ ଉପଜିଲାପାଳ ତାଙ୍କ ସରକାରୀ ବାସଭବନରେ ୧୦ ଲକ୍ଷ ଟଙ୍କା ନେବା ବେଳେ ପୂର୍ବରୁ ଛକି ରହିଥିବା ଭିଜିଲାନ୍ସ ଟିମ୍‌ ମାଡ଼ି ବସିଥିଲା। ଅଭିଯୋଗକାରୀଙ୍କୁ ଉପଜିଲାପାଳ ଧର୍ମଗଡ଼ସ୍ଥିତ ତାଙ୍କ ସରକାରୀ ବାସଭବନକୁ ଡାକି ଲାଞ୍ଚ ରାଶି ଯାଞ୍ଚ କରିଥିଲେ। ପରେ ଉକ୍ତ ଟଙ୍କାକୁ ତାଙ୍କ ବାସଭବନ ଅଫିସ ଟେବୁଲ୍‌ ଡ୍ରୟର ଭିତରେ ରଖିଥିଲେ। ଏହି ସମୟରେ ଭିଜିଲାନ୍ସ ଚଢ଼ଉ କରି ଉପଜିଲାପାଳଙ୍କ ହାତ ଧୋଇବା ଓ ଟେବୁଲ ଡ୍ରୟର ଧୋଇବାରୁ ଉଭୟ ସକାରାତ୍ମକ ରାସାୟନିକ ପ୍ରତିକ୍ରିୟା ଦେଇଥିବା ଜଣାପଡ଼ିଛି। ଏହା ପରେ ତାଙ୍କ ସରକାରୀ ବାସଭବନରେ ଯାଞ୍ଚ କରାଯିବା ବେଳେ ଆହୁରି ନଗଦ ୪୭ ଲକ୍ଷ ୪୭ ହଜାର ୬ଶହ ଟଙ୍କା ଜବତ ହୋଇଥିଲା। ଏ ନେଇଁ ଭିଜିଲାନ୍ସ ବିଭାଗରେ ଏକ ମାମଲା (ନଂ.୬/୨୦୨୫) ରୁଜୁ ହୋଇଛି। ଏହି ଚଢାଉ ରେ ଦୁଇଜଣ ସେଲ୍ ଏସପି ଓ ୪ ଜଣ ଡିଏସପି ସାମିଲ ହୋଇଥିବା ନେଇ ଭିଜିଲାନ୍ସ ବିଭାଗ ସୁଚନା ଦେଇଛି। ସୂଚନା ଯୋଗ୍ୟ,
ଗତ ୨୦୨୪ ଜାନୁୟାରୀ ମାସରୁ ଧର୍ମଗଡ଼ ଉପଜିଲାପାଳ ଭାବେ ଚକମା ଦାୟିତ୍ବ ନେଇଥିଲେ। ୨୦୨୧ ବ୍ୟାଚ୍‌ର ଓଡ଼ିଶା କ୍ୟାଡର୍‌ ଆଇଏଏସ୍‌ ଚକ୍‌ମା ତ୍ରିପୁରାର ଏକ ଆଭ୍ୟନ୍ତରୀଣ ଅଞ୍ଚଳ କାଞ୍ଚନପୁରର ବାସିନ୍ଦା। ତାଙ୍କ ବାପା ଜଣେ ସ୍କୁଲ ଶିକ୍ଷକ। ଅଗରତାଲା ଏନ୍‌ଆଇଟିରୁ କମ୍ପ୍ୟୁଟର ସାଇନ୍ସରେ ଡିଗ୍ରି ହାସଲ କରିବା ପରେ ଚକ୍‌ମା ୟୁପିଏସ୍‌ସି ପରିଚାଳିତ ଭାରତୀୟ ପ୍ରଶାସନିକ ସେବା ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଥିଲେ। ସେହିପରି ଆଇ ଏ ଏସ ପାଇବା ପୂର୍ବରୁ ସେ ଆଇ ଏଫ ଏସ ପାଇ (୨୦୧୯ ବ୍ୟାର୍ଚ୍ଚ) ମୟୁରଭଞ୍ଜ ଜିଲା ବାରିପଦା ରେ ଏସିଏଫ ଭାବେ ଜୁନ ୨୦୨୧ ପ୍ରଯ୍ୟନ୍ତ କାର୍ଯ୍ୟରତ ଥିଲେ । ପରେ ଆଇ ଏ ଏସ ପାଇ ଧର୍ମଗଡ଼ ଉପଜିଲାପାଳ ଭାବେ ଯୋଗଦେଇଥିଲେ। ଅନ୍ୟପଟେ, ଜଣେ ଆଇଏଏସ ଲାଞ୍ଚ ନେଇଁ ଭିଜିଲାନ୍ସ ଦ୍ୱାରା ଗିରଫ ହେବା ଘଟଣା ସମଗ୍ର ରାଜ୍ୟରେ ଚର୍ଚ୍ଚାର ବିଷୟ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରତ୍ନଭଣ୍ଡାର ଗଣତି-ମଣତିକୁ ନେଇ ଆଇନ ମନ୍ତ୍ରୀଙ୍କ ବଡ଼ ବୟାନ: ତାଲିକା ସାର୍ବଜନୀନ ହେବନି

ଭୁବନେଶ୍ୱର, ୧୦।୯: ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତି-ମଣତି ଏବଂ ଅଳଙ୍କାର ତାଲିକାଭୁକ୍ତ ପ୍ରକ୍ରିୟାକୁ ନେଇ ରାଜ୍ୟ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଏକ ବଡ଼ ପ୍ରତିକ୍ରିୟା ରଖିଛନ୍ତି। ରତ୍ନଭଣ୍ଡାରରୁ…

ରାଜ୍ୟର ୨ ଉପମୁଖ୍ୟମନ୍ତ୍ରୀ ପଦବୀକୁ ଚ୍ୟାଲେଞ୍ଜ, ଜନସ୍ବାର୍ଥ ମାମଲା ଖାରଜ କଲେ… 

କଟକ,୧୦।୮(କାର୍ତ୍ତିକ ସାହୁ): ଓଡ଼ିଶା ସରକାରଙ୍କ ୨ ଉପମୁଖ୍ୟମନ୍ତ୍ରୀ ପଦବୀର ସାମ୍ବିଧାନିକ ବୈଧତାକୁ ଚ୍ୟାଲେଞ୍ଜ କରି ହାଇକୋର୍ଟରେ ରୁଜୁ ଜନସ୍ବାର୍ଥ ମାମଲାକୁ ହାଇକୋର୍ଟ ଗୁରୁବାର ଖାରଜ କରିଛନ୍ତି। ହାଇକୋର୍ଟ…

BDAର ୩୫ ବର୍ଷରୁ ଊର୍ଦ୍ଧ୍ୱ ଜମି ବିବାଦରେ ପଡ଼ିଲା ପୂର୍ଣ୍ଣଚ୍ଛେଦ, ୨୦୦ ହିତାଧିକାରୀଙ୍କୁ ଆଶ୍ୱସ୍ତି, ଦୂର ହେଲା…

ଭୁବନେଶ୍ୱର,୧୦।୯(ରବିନାରାୟଣ ଜେନା): ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ)ଠାରୁ ଦୀର୍ଘ ୩୫ ବର୍ଷ ତଳେ ପ୍ଲଟେଡ୍‌ ସ୍କିମରେ ନେଇଥିବା ୨୦୦ରୁ ଊର୍ଦ୍ଧ୍ୱ ହିତାଧିକାରୀଙ୍କୁ ଏବେ ଆଶ୍ୱସ୍ତି ମିଳିଛି। ରାଜସ୍ବ ପର୍ଷଦ…

ଅକ୍ଟୋବର ୨ରୁ ଭୁବନେଶ୍ୱରରୁ ବ୍ୟାଙ୍କକ୍‌କୁ ପୁଣି ଉଡ଼ିବ ବିମାନ, ସପ୍ତାହକୁ ଦୁଇଥର…

ଭୁବନେଶ୍ୱର,୧୦ା୯(ବନ୍ଦନା ସେଠୀ) – ଭୁବନେଶ୍ୱରରୁ ଥାଇଲାଣ୍ଡ ରାଜଧାନୀ ବ୍ୟାଙ୍କକ୍‌କୁ ସିଧାସଳଖ ବିମାନ ସେବା ପୁଣି ଆରମ୍ଭ ହେବ। ଅକ୍ଟୋବର ୨ରୁ ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନବନ୍ଦରରୁ ବ୍ୟାଙ୍କକ୍‌…

ଘର ସାମ୍ନାରେ ଯୁବକଙ୍କୁ ଦଳି ଦେଲା ହାତୀ

ଜି.ଉଦୟଗିରି,୧୦ା୯(ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି ଓ ଟିକାବାଲି ବ୍ଲକ୍‌ ସୀମାନ୍ତରେ ଜଣେ ଯୁବକଙ୍କୁ ଦନ୍ତାହାଦୀ ଦଳି ଦେଇଛି। ସେ ହେଲେ ପିକରଡ଼ି ପଞ୍ଚାୟତ କାମ୍ବାନାଯୁ…

ବଙ୍ଗୋପସାଗରରେ ଲଘୁଚାପ: ୧୦ ଜିଲାରେ ଝଡ଼ବର୍ଷା, ୟେଲୋ ଓ୍ବାର୍ନିଂ ଜାରି…

ଭୁବନେଶ୍ୱର, ୧୦ା୯(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଗୁରୁବାର ସକାଳ ୫ଟା ୩୦ରେ ଲଘୁଚାପର ରୂପ ନେଇଛି। ଏହା ଅପରାହ୍ନ ୨ଟା ୩୦ ସୁଦ୍ଧା ଉତ୍ତର…

୨୦୦ ବୁଥ୍‌ରେ BLA-2 ସଭ୍ୟଙ୍କୁ ତାଲିମ; ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ କଂଗ୍ରେସର ସାଙ୍ଗଠନିକ ମନ୍ଥନ

ଦିଗପହଣ୍ଡି, ୧୦।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ କଇଠଖଣ୍ଡି ଗ୍ରାମରେ କଂଗ୍ରେସ ଦଳ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ସାଙ୍ଗଠନିକ ସଭା ଅନୁଷ୍ଠିତ…

ଲାଞ୍ଜିଗଡ଼-ଜଗନ୍ନାଥପୁର ରାସ୍ତା ମରଣଜନ୍ତା: ବଂଶଧାରା ପୋଲ ନିକଟରେ ବିରାଟ ଘାଇ, କେତେବେଳେ ବି ଘଟିପାରେ…

ଲାଞ୍ଜିଗଡ଼, ୧୦।୯ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ଲାଞ୍ଜିଗଡ଼-ଜଗନ୍ନାଥପୁର ମୁଖ୍ୟ ରାସ୍ତାର ଅବସ୍ଥା ଅତ୍ୟନ୍ତ ସଙ୍କଟାପନ୍ନ ହୋଇପଡ଼ିଛି। ବଂଶଧାରା ନଦୀ ପୋଲ ନିକଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri