Posted inଜାତୀୟ

୧୦୦ ଲକ୍ଷ କୋଟିର ଗତିଶକ୍ତି ପ୍ରକଳ୍ପ ଜାତୀୟ ମାଷ୍ଟର ପ୍ଲାନ୍‌ ଶୁଭାରମ୍ଭ…

ନୂଆଦିଲ୍ଲୀ,୧୩।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗତିଶକ୍ତି ପ୍ରକଳ୍ପ ଅନ୍ତର୍ଗତ ୧୦୦ ଲକ୍ଷ କୋଟିର ଜାତୀୟ ମାଷ୍ଟର ପ୍ଲାନ୍‌ ଶୁଭାରମ୍ଭ କରିଛନ୍ତି। ଏହି ଯୋଜନାରେ ଦେଶର ଭିତ୍ତିଭୂମିକୁ ମଜବୁତ କରାଯିବା ସହିତ ରେଳବାଇ ଏବଂ ସଡକ ଭିତ୍ତିଭୂମିକୁ ସୁଦୃଢ଼ କରାଯିବ। ସେହିପରି ବିମାନ ଯାତ୍ରା ଠାରୁ ଆରମ୍ଭ କରି ସ୍ବାସ୍ଥ୍ୟ ସେବା ତଥା ବିମାନବନ୍ଦର ସଂଯୋଗ, ଜଳପଥ ବିକାଶ, ସହରରେ ସ୍ମାର୍ଟ କନେକ୍ଟିଭିଟି, ଇ-ହାଇଓ୍ବେ ଭଳି ପ୍ରକଳ୍ପ ଆଦି ଅନ୍ତର୍ଭୁକ୍ତ।

ଏଥିରେ ରେଳବାଇ, ପେଟ୍ରୋଲିୟମ, ଶକ୍ତି, ବିମାନ ଚଳାଚଳ, ସଡକ ପରିବହନ, ଜାହାଜ, ଆଇଟି, ଟେକ୍ସଟାଇଲ ଇତ୍ୟାଦି ୧୬ ଟି ମନ୍ତ୍ରଣାଳୟକୁ ଅନ୍ତର୍ଭୁକ୍ତ କରାଯାଇଛି। ସମସ୍ତ ବିଭାଗ ମଧ୍ୟରେ ସମନ୍ବୟ ସୃଷ୍ଟି କରି ବିକାଶ କାର୍ଯ୍ୟକୁ ଶୀଘ୍ର ଶେଷ କରିବା ଏହି ଯୋଜନାର ମୁଖ୍ୟ ଉଦ୍ଦେଶ୍ୟ। ସମସ୍ତ ପ୍ରକଳ୍ପକୁ ଜିଆଇଏସ ମୋଡରେ ରଖାଯାଇଛି। ପ୍ରକଳ୍ପଗୁଡ଼ିକୁ ୨୦୨୪-୨୫ ସୁଦ୍ଧା ଶେଷ ହେବାର ଲକ୍ଷ୍ୟ ରଖାଯାଇଛି।

ଏହା ସହିତ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ପ୍ରଗତି ପାଇଁ ଇଛାଶକ୍ତି, ପ୍ରଗତି ଲାଗି କାର୍ଯ୍ୟ, ସମୃଦ୍ଧି ପାଇଁ ପ୍ରଗତି, ପ୍ରଗତି ପାଇଁ ଯୋଜନା, ପ୍ରଗତି ହିଁ ପସନ୍ଦ। ଗତି ଶକ୍ତି ଯୋଜନା ଦ୍ୱାରା ଭାରତର ଇଛାଶକ୍ତି ବୃଦ୍ଧି ପାଇବା ସହିତ ଆତ୍ମନିର୍ଭର ଭାରତ ଗଠନ କ୍ଷେତ୍ରରେ ନୂଆ ଆଧ୍ୟାୟ ଯୋଡ଼ିି ହେବ। ଏହା ସହିତ ନୂଆ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ ବୋଲି ସେ କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ପିକନିକ ଯାଇ ଆଉ ଫେରିଲେନି, ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ

ମୁମ୍ବାଇ,୧।୧୦: ମହାରାଷ୍ଟ୍ରର ରାୟଗଡ଼ ଜିଲାରେ ଗୁରୁବାର (ଅକ୍ଟୋବର ୧) ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି, ଯେଉଁଥିରେ ପିକନକରେ ଯାଇଥିବା ୮ଜଣ ଛାତ୍ର ସମୁଦ୍ରରେ ବୁଡ଼ି ପ୍ରାଣ…

ଏସୀୟ କ୍ରୀଡ଼ା ଫାଇନାଲରେ କ’ଣ ପାକିସ୍ତାନୀ ଖେଳାଳିଙ୍କ ସହ ହାତ ମିଳାଇବେ ନାହିଁ ଭାରତୀୟ ଖେଳାଳି? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୧।୧୦: ଯେତେବେଳେ ଭାରତୀୟ ଏବଂ ପାକିସ୍ତାନୀ କ୍ରିକେଟ ଦଳ ପଡ଼ିଆରେ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଦୃଷ୍ଟି କେବଳ ମ୍ୟାଚ ମଧ୍ୟରେ ସୀମିତ ରହେ ନାହିଁ। ଉଭୟ…

ଦୀପାବଳି ପୂର୍ବରୁ କର୍ମଚାରୀ, ପେନସନଭୋଗୀଙ୍କୁ ବଡ଼ ଉପହାର ଦେଲେ ସରକାର: ବଢିଲା…

ନୂଆଦିଲ୍ଲୀ,୧।୧୦: କେନ୍ଦ୍ରୀୟ କର୍ମଚାରୀମାନେ ଅଷ୍ଟମ ବେତନ କମିଶନର ସୁପାରିସକୁ ବେଶ ଉତ୍ସୁକତାର ସହ ଅପେକ୍ଷା କରିଛନ୍ତି। ଏହାରି ମଧ୍ୟରେ ଦୀପାବଳି ପୂର୍ବରୁ ବିଭିନ୍ନ ରାଜ୍ୟ ସରକାର ନିଜ…

ଆରାଧନାଙ୍କୁ ମିଳିପାରେ ଗୁରୁ ଦାୟିତ୍ୱ; ଅଜୟ ରାୟଙ୍କୁ ମିଳିପାରେ ଛୁଟି

ନୂଆଦିଲ୍ଲୀ,୧।୧୦: ମିଳିଥିବା ସୂତ୍ର ଅନୁଯାୟୀ, ଆରାଧନା ମିଶ୍ର ୟୁପି (ଉତ୍ତର ପ୍ରଦେଶ) କଂଗ୍ରେସର ରାଜ୍ୟ ସଭାପତି ହୋଇପାରନ୍ତି। ଉତ୍ତର ପ୍ରଦେଶରେ ଆଗାମୀ ବର୍ଷ ହେବାକୁ ଥିବା ବିଧାନସଭା…

ରୁଷିଆ ଯାତ୍ରା କରୁଥିବା ବ୍ୟକ୍ତିଙ୍କ ପାଇଁ MEA ପକ୍ଷରୁ ଆଡଭାଇଜରୀ ଜାରି; କୁହାଯାଇଛି ଯେ, ‘ରିପୋର୍ଟରୁ ଜଣାପଡ଼ୁଛି ଯେ…’

ନୂଆଦିଲ୍ଲୀ,୧।୧୦: ଭାରତ ସରକାର ରୁଷିଆ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଏକ ଆଡଭାଇଜରୀ ଜାରି କରିଛନ୍ତି। ଗୁରୁବାର ‘ଏକ୍ସ’ (X) ରେ ଏକ ପୋଷ୍ଟ ମାଧ୍ୟମରେ ବୈଦେଶିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?