ଓଡ଼ିଶା ସମେତ ୫ ରାଜ୍ୟରେ ମଲ୍ଟିଟ୍ରାକ୍‌ ପ୍ରକଳ୍ପ ପାଇଁ ୧୦,୭୮୩ କୋଟି ଟଙ୍କା ମଞ୍ଜୁର; ଖଡ଼ଗପୁର-ଝାରସୁଗୁଡ଼ା…

ନୂଆଦିଲ୍ଲୀ,୧୦ା୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅର୍ଥନୈତିକ ବ୍ୟାପାର କ୍ୟାବିନେଟ କମିଟି ବୁଧବାର ଦେଶର ୮ଟି ପ୍ରମୁଖ ରେଳ ମଲ୍ଟିଟ୍ରାକିଂ ପ୍ରକଳ୍ପ ପାଇଁ ୨୦,୮୦୪ କୋଟି ଟଙ୍କା ଅନୁମୋଦନ କରିଛି। ଏହାମଧ୍ୟରୁ ଓଡ଼ିଶା ସମେତ ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ଛତିଶଗଡ଼ ଏବଂ ମଧ୍ୟପ୍ରଦେଶ ଆଦି ରାଜ୍ୟରେ ରେଳ ମଲ୍ଟିଟ୍ରାକିଂ ପ୍ରକଳ୍ପ ଲାଗି ୧୦,୭୮୩ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଖଡ଼ଗପୁର-ଝାରସୁଗୁଡ଼ା (ବାଗଡ଼େହି) ଚତୁର୍ଥ ରେଳଲାଇନ ସମେତ ଅନ୍ୟ ୩ଟି ମଲ୍ଟି-ଟ୍ରାକିଂ ପ୍ରକଳ୍ପ କାର୍ଯ୍ୟକାରୀ କରାଯାଇ ଏଗୁଡିକୁ ୨୦୨୯-୩୦ ସୁଦ୍ଧା ଶେଷ କରିବାକୁ ଲକ୍ଷ୍ୟ ରଖାଯାଇଛି। ଖଡ଼ଗପୁର-ଝାରସୁଗୁଡ଼ା (ବାଗଡ଼େହି) ଚତୁର୍ଥ ରେଳଲାଇନ କାର୍ଯ୍ୟକ୍ଷମ ହେଲେ ମାଲ ପରିବହନ ଦକ୍ଷତା ବଢ଼ିବା ସହିତ ବିଭିନ୍ନ ଶିଳ୍ପ ପାଇଁ ଲଜିଷ୍ଟିକ୍ସ ଖର୍ଚ୍ଚ କମିବା ସୁଯୋଗ ସୃଷ୍ଟି ହେବ। କଟନୀ-ପେଣ୍ଡ୍ରା ରୋଡ୍‌ ଚତୁର୍ଥ ଲାଇନ୍‌ ସମେତ ବିଳାସପୁର (ଉସଲାପୁର)-ପେଣ୍ଡ୍ରା ରୋଡ୍‌ ତୃତୀୟ ରେଳଲାଇନ ମଧ୍ୟ ମଞ୍ଜୁର ହୋଇଛି। ଏହି ପ୍ରକଳ୍ପଗୁଡ଼ିକ ଓଡ଼ିଶା, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ଛତିଶଗଡ଼ ଏବଂ ମଧ୍ୟପ୍ରଦେଶର ୧୪ ଜିଲା ଦେଇ ଯିବ। ଏହାଦ୍ୱାରା ଭାରତୀୟ ରେଳ ନେଟ୍‌ୱର୍କରେ ଆଉ ପ୍ରାୟ ୬୫୬ କି.ମି. ଲାଇନ ଯୋଡି ହେବ। ଏହାଛଡ଼ା ଏହି ପ୍ରକଳ୍ପଗୁଡ଼ିକ ଦ୍ୱାରା ପ୍ରାୟ ୪,୭୯୦ଟି ଗାଁକୁ ରେଳ ଯୋଗାଯୋଗ କ୍ଷେତ୍ରରେ ଅଧିକ ସୁବିଧା ମିଳିବ ବୋଲି କୁହାଯାଇଛି। ରେଳ କ୍ଷମତା ବଢ଼ିବା ଦ୍ୱାରା ତାରାତାରିଣୀ ମନ୍ଦିର, ଝାରସୁଗୁଡ଼ା ନିକଟସ୍ଥ ପ୍ରାଚୀନ ଜଗନ୍ନାଥ ମନ୍ଦିର ସମେତ ବିଭିନ୍ନ ପର୍ଯ୍ୟଟନସ୍ଥଳୀକୁ ଯୋଗାଯୋଗ ଉନ୍ନତ ହେବ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସିଜେପି ବିକ୍ଷୋଭକାରୀଙ୍କୁ ନୋଟିସ ପଠାଇବାକୁ କିପରି ସାହସ କଲ

ନୂଆଦିଲ୍ଲୀ,୧୦ା୯: କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ନେତୃତ୍ୱରେ ପରିଚାଳିତ ବିକ୍ଷୋଭରେ ଭାଗ ନେଇଥିବା ଜଣେ ଛାତ୍ରଙ୍କୁ ନୋଟିସ ଜାରି କରିଥିବାରୁ ଗ୍ରେଟର ନଏଡ଼ାର କାର୍ଯ୍ୟନିର୍ୱାହୀ ମାଜିଷ୍ଟ୍ରେଟ୍‌ଙ୍କୁ ସୁପ୍ରିମକୋର୍ଟ…

୬ଷ୍ଠ ଶ୍ରେଣୀ ପିଲାଙ୍କୁ ତ୍ରିଭାଷା ନୀତିରେ କୋହଳ କର : ସୁପ୍ରିମକୋର୍ଟ

ନୂଆଦିଲ୍ଲୀ, ୧୦।୯: ସିବିଏସ୍‌ଇର ତ୍ରିଭାଷା ନୀତିକୁ ନେଇ ଚାଲିଥିବା ମାମଲାରେ ସୁପ୍ରିମକୋର୍ଟ ଚଳିତ ଶିକ୍ଷାବର୍ଷ ପାଇଁ ୬ଷ୍ଠ ଶ୍ରେଣୀ ଛାତ୍ରୀଛାତ୍ରଙ୍କୁ ଏହି ନୀତିରୁ ବାଦ୍‌ ଦେବାକୁ ବିଚାର…

୧୧,୯୩୩ ଛୁଇଁବ ଡାକ୍ତର ସଂଖ୍ୟା, ଖୁବ୍‌ଶୀଘ୍ର ୮୨୨ ଡାକ୍ତରଙ୍କୁ ମୁଖ୍ୟମନ୍ତ୍ରୀ ବାଣ୍ଟିବେ ନିଯୁକ୍ତିପତ୍ର

ଭୁବନେଶ୍ୱର୧୦,ା୯(ରବିନାରାୟଣ ଜେନା): ରାଜ୍ୟରେ ରୋଗୀସେବାକୁ ତ୍ୱରାନ୍ୱିତ କରିବା ଦିଗରେ ଆବଶ୍ୟକ ସଂଖ୍ୟକ ଡାକ୍ତର ନିଯୁକ୍ତିର ନିହାତି ଆବଶ୍ୟକତା ରହିଛି। ଅନେକ ସମୟରେ ଡାକ୍ତରଙ୍କ ଅଭାବକୁ ନେଇ ବିରୋଧୀଙ୍କ…

ଏଆଇ ଯୋଗୁ ୨୦୩୦ ସୁଦ୍ଧା ବିଶ୍ୱବ୍ୟାପୀ ମହାବିପତ୍ତି ସୃଷ୍ଟି ହୋଇପାରେ

ନୂଆଦିଲ୍ଲୀ, ୧୦ା୯ (ପି.ଟି.): କୃତ୍ରିମ ବୁଦ୍ଧିମତ୍ତା (ଏଆଇ) କ୍ଷେତ୍ରର ପ୍ରମୁଖ ଗବେଷଣା ସଂସ୍ଥା ‘ଆନ୍ଥ୍ରୋପିକ୍‌’ର ଗବେଷକ ଜାକବ କୋକ୍ସନ ବୁଧବାର ନିଜ ପଦରୁ ଇସ୍ତଫା ଦେଇଛନ୍ତି। ‘ଓପନ୍‌ଏଆଇ’…

ଆଜି ଲଘୁଚାପ, ପ୍ରବଳ ବର୍ଷିବ: ଏହି ସବୁ ଜିଲାକୁ…

ଭୁବନେଶ୍ୱର, ୧୦ା୯(ସୌମ୍ୟରଞ୍ଜନ ରାଉତ): ଉତ୍ତର ବଙ୍ଗୋପସାଗର ସଂଲଗ୍ନ ବାଂଲାଦେଶ ଉପକୂଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ସମୁଦ୍ର ପତ୍ତନଠାରୁ ପ୍ରାୟ ୫.୮ କି.ମି. ଉଚ୍ଚତା ପର୍ଯ୍ୟନ୍ତ ବ୍ୟାପିଛି।…

ଗତ ୫ ରାଜ୍ୟ ନିର୍ବାଚନରେ ଭାଜପାକୁ ମିଳିଛି ଏତେ କୋଟି: ସଂଖ୍ୟା ଜାଣିଲେ ହେବେ ତାଜୁବ

ନୂଆଦିଲ୍ଲୀ,୧୦ା୯: ଗତ ୫ଟି ରାଜ୍ୟ ବିଧାନସଭା ନିର୍ବାଚନ ବେଳେ ଭାଜପାର କେନ୍ଦ୍ରୀୟ ମୁଖ୍ୟାଳୟ ପାଖାପାଖି ୧,୪୭୩ କୋଟି ଟଙ୍କା ଚାନ୍ଦା ପାଇଛି, ଯାହାକି କଂଗ୍ରେସର କେନ୍ଦ୍ରୀୟ ଏବଂ…

ଓରାଙ୍ଗ୍‌ଉଟାନ ଚୋରାଚାଲାଣ: ଡବ୍ଲ୍ୟୁସିସିବି, ଏସ୍‌ଟିଏଫ୍‌ର ତଦନ୍ତ

ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ୍‌ ବିଚିତ୍ରପୁର ନିକଟ ରଣକଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗ୍‌ଉଟାନ ଶାବକ ଉଦ୍ଧାର ହେବାପରେ ଏହା ପଛରେ ଅନ୍ତର୍ଜାତୀୟ ବନ୍ୟପ୍ରାଣୀ ଚାଲାଣକାରୀ ଗ୍ୟାଙ୍ଗ୍‌…

ବଙ୍ଗୋପସାଗରରେ ଲଘୁଚାପ: ରାଜ୍ୟର ୧୧ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ସତର୍କ କଲା…

ଭୁବନେଶ୍ୱର, ୯ା୯(ସୌମ୍ୟରଞ୍ଜନ ରାଉତ) – ଉତ୍ତର ବଙ୍ଗୋପସାଗର ସଂଲଗ୍ନ ବାଂଲାଦେଶ ଉପକୂଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ସମୁଦ୍ର ପତ୍ତନଠାରୁ ପ୍ରାୟ ୫.୮ କି.ମି. ଉଚ୍ଚତା ପର୍ଯ୍ୟନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri