୧୨.୭୯ କୋଟି ଟଙ୍କାରେ ହେବ ରଙ୍ଗମହଲ: ଜାଗା ଚିହ୍ନଟ ପ୍ରକ୍ରିୟା ଆରମ୍ଭ

ବରଗଡ଼,୨୫।୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଧନୁଯାତ୍ରା ମହୋତ୍ସବ ପାଇଁ ନୂତନ ରଙ୍ଗ ମହଲ ନିର୍ମାଣ ହେବ। ୧୨.୭୯ କୋଟି ଟଙ୍କା ବ୍ୟୟ ଅଟକଳରେ ହେବାକୁ ଥିବା ଏହି ପ୍ରକଳ୍ପକୁ ସରକାରୀ ଅନୁମୋଦନ ମିଳିସାରିଛି। ସ୍ଥାନୀୟ ନିଶାମଣି ସ୍କୁଲ ପଡ଼ିଆ ପଛପଟ ସରକାରୀ ବସଷ୍ଟାଣ୍ଡ ପରିସରରେ ରହିଥିବା ପଡ଼ିଆରେ ଏହା ନିର୍ମାଣ କରିବାକୁ ପରିକଳ୍ପନା ଚାଲିଛି। ଏହି କ୍ରମରେ ରବିବାର ବରଗଡ଼ ଜିଲାପାଳ ଆଦିତ୍ୟ ଗୋୟଲ ଏବଂ ପୂର୍ତ୍ତ ବିଭାଗ ନିର୍ବାହୀ ଯନ୍ତ୍ରୀ ଅରୁଣ ପାଣ୍ଡେ ସମ୍ପୃକ୍ତ ଜାଗା ପରିଦର୍ଶନ କରିଛନ୍ତି। ନୂତନ ରଙ୍ଗ ମହଲ ନିର୍ମାଣ ପାଇଁ ପାଖାପାଖି ୬୦ଡେସିମିଲ ଜମିର ଆବଶ୍ୟକତା ରହିଛି। ଏହି ପ୍ରକଳ୍ପ ପର୍ଯ୍ୟଟନ ବିଭାଗ ଅଧିନରେ ଆସୁଥିବା ଯୋଗୁ ନୂତନ ରଙ୍ଗ ମହଲ କେଉଁଠାରେ ନିର୍ମାଣ କରାଯିବ, ତାହା ଚୂଡ଼ାନ୍ତ ହୋଇନାହିଁ ଏବଂ ଜାଗା ଚିହ୍ନଟ ପ୍ରକ୍ରିୟା ଚାଲିଥିବା ପାଣ୍ଡେ କହିଛନ୍ତି। ସେହିପରି ନୂତନ ରଙ୍ଗମହଲର ନିର୍ମାଣ କାର୍ଯ୍ୟ ଅତିଶୀଘ୍ର ଆରମ୍ଭ ହେବ ବୋଲି ଜିଲାପାଳ ଗୋୟଲ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ, ତହସିଲଦାର…

ଦିଗପହଣ୍ଡି,୨୨ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲ ଓ ଏନଏସି ପ୍ରଶାସନ ପକ୍ଷରୁ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ଜାତୀୟ ଜନଗଣନା ୨୦୨୭ର…

ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…

ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଯୁଦ୍ଧ ଆରମ୍ଭ! ୪୮ ଘଣ୍ଟା ମଧ୍ୟରେ ୪ଟି ବଡ଼ ଆକ୍ରମଣ, ନେତାନ୍ୟାହୁ କହିଲେ ଇରାନ ବିରୋଧରେ ବିଶ୍ୱ…

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ରବିବାର ଦିନ ଡିମୋନା ଏବଂ ଆରାଦ ସହରରେ ମିଶାଇଲ୍ ଆଟାକ୍ ହୋଇଥିବା ସ୍ଥାନ ପରିଦର୍ଶନ କରିଥିଲେ। ସେ କହିଥିଲେ ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri