ଶିକ୍ଷକଙ୍କଠାରୁ ୧୨ଲକ୍ଷ ଟଙ୍କା ଲୁଟ୍‌ ଘଟଣା ମୁଖ୍ୟ ଅଭିଯୁକ୍ତ ଗିରଫ, ୯ ଲକ୍ଷ ଜବତ

ଭଦ୍ରକ ଅଫିସ, ୨୪।୬: ଭଦ୍ରକ ସହରର ଅପର୍ତିବିନ୍ଧା ଛକ ନିକଟ ଷ୍ଟେଟବ୍ୟାଙ୍କ ସାମ୍ନାରୁ ଗତ ୯ ତାରିଖରେ ଜଣେ ଶିକ୍ଷକଙ୍କଠାରୁ ୧୨ଲକ୍ଷ ଟଙ୍କା ଲୁଟ୍‌ ହୋଇଥିଲା। ଏହି ଘଟଣାର ମୁଖ୍ୟ ଅଭିଯୁକ୍ତଙ୍କୁ ଗୁରୁବାର ରାତିରେ ଭଦ୍ରକ ଟାଉନ ପୋଲିସ ଗିରଫ କରିଛି। ସେ ହେଲେ ଗଞ୍ଜାମ ଜିଲା ଆସିକା ଥାନା ମରାଠୀବାସା ପକାଳପଲ୍ଲୀର ଏମ୍‌. ଶ୍ରୀକାନ୍ତ। ତାଙ୍କୁ ଗିରଫ କରି ଭଦ୍ରକ ଆଣିବା ପରେ ଶୁକ୍ରବାର କୋର୍ଟ ଚାଲାଣ କରାଯାଇଥିବା ଖବରଦାତା ସମ୍ମିଳନୀରେ ଏସ୍‌ପି ଚରଣ ସିଂ ମୀନା ସୂଚନା ଦେଇଛନ୍ତି। ତାଙ୍କ ନିକଟରୁ ଜବତ ହୋଇଥିବା ୯ ଲକ୍ଷ ଟଙ୍କା ଉକ୍ତ ଶିକ୍ଷକଙ୍କୁ ପ୍ରଦାନ କରାଯାଇଛି। ଅନ୍ୟ ଫେରାର ଅଭିଯୁକ୍ତଙ୍କୁ ଧରିବା ପାଇଁ ପୋଲିସ ଚେଷ୍ଟା ଜାରି ରଖିଥିବା ସେ କହିଛନ୍ତି।
ସୂଚନାଯୋଗ୍ୟ, ଆଗରପଡ଼ା କୃଷ୍ଣଚନ୍ଦ୍ର ବିଦ୍ୟାମନ୍ଦିର ଶିକ୍ଷକ ଅଶୋକ ଖିଲାର ଜମି କିଣିବା ପାଇଁ ଉକ୍ତ ବ୍ୟାଙ୍କରୁ ୧୨ଲକ୍ଷ ଟଙ୍କା ଉଠାଇଥିଲେ। ସେ ବାଇକ୍‌ରେ ବସିଥିବା ସମୟରେ ଦୁଇଜଣ ଦୁର୍ବୃତ୍ତ ବାଇକ୍‌ରେ ଆସି ଟଙ୍କା ଭର୍ତ୍ତି ବ୍ୟାଗ୍‌ ଝାମ୍ପି ନେଇ ପଳାଇଥିଲେ। ଏନେଇ ଅଶୋକଙ୍କ ଅଭିଯୋଗ କ୍ରମେ ଟାଉନ ଥାନାରେ ମାମଲା(ନଂ. ୨୧୮/୨୨) ରୁଜୁ ହୋଇଥିଲା। ଟାଉନ ପୋଲିସ ପକ୍ଷରୁ ଏକ ସ୍ବତନ୍ତ୍ର ଟିମ୍‌ ଗଠନ କରାଯାଇ ପୂର୍ବରୁ ବିଭିନ୍ନ ଅପରାଧରେ ସମ୍ପୃକ୍ତ ଥିବା ଅପରାଧୀମାନଙ୍କ ଉପରେ କଡ଼ା ନଜର ରଖାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri