ଗାଲେରୀ ମେଡିକାଲର ବିକାଶରେ ଖର୍ଚ୍ଚ ହେବ ୧୬ କୋଟି ଟଙ୍କା, ଶିଳାନ୍ୟାସ କରି ବିଧାୟକ କହିଲେ ଅଞ୍ଚଳର ଲୋକଙ୍କ ପାଇଁ…

ଭଞ୍ଜନଗର,୩ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଅଧିନସ୍ଥ ଗାଲେରୀ ମେଡ଼ିକାଲର ବିକାଶ ପାଇଁ ୧୬ କୋଟି ଟଙ୍କା ଖର୍ଚ୍ଚ ହେବ। ତେଣୁ ରବିବାର ନୂତନ କୋଠାର ଶିଳାନ୍ୟାସ ଉତ୍ସବ ହୋଇଥିଲା। ଏଥିରେ ଭଞ୍ଜନଗର ବିଧାୟକ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ନୂତନ କୋଠାର ଶିଳାନ୍ୟାସ କରିଥିଲେ। ଏହି ଅବସରରେ ସେ କହିଥିଲେ ଯେ, ଡବଲ ଇଞ୍ଜିନ ସରକାର ଗ୍ରାମାଞ୍ଚଳର ସ୍ବାସ୍ଥ୍ୟ ଭିତ୍ତିଭୂମି କିଭଳି ସୁଦୃଢ଼ ହୋଇପାରିବ ସେଥିପାଇଁ ପଦକ୍ଷେପ ନେଇଛନ୍ତି। ଗାଲେରୀ ଏକ ଉପାନ୍ତ ଅଞ୍ଚଳ। ଏଠାକୁ କର୍ମଚାରୀମାନେ ବଦଳି ହୋଇ ଆସିବାକୁ ଭୟ କରୁଥିଲେ। କିନ୍ତୁ ଗାଲେରୀର ନକ୍ସା ବର୍ତ୍ତମାନ ଧିରେ ଧିରେ ବଦଳୁଛି। ଏହି ଉପାନ୍ତ ଅଞ୍ଚଳର ବିକାଶ ପାଇଁ ବର୍ତ୍ତମାନ କୋଟି କୋଟି ଟଙ୍କା ବ୍ୟୟ କରାଯାଉଛି। ମେଡିକାଲ ସମ୍ପ୍ରସାରଣ ପାଇଁ ୧୫ କୋଟି ୩୯ ଲକ୍ଷ ଟଙ୍କା ବ୍ୟୟ ହେବ। ଏଥିସହ ଅନ୍ୟାନ୍ୟ ଉନ୍ନତି ପାଇଁ ଅନେକ ଟଙ୍କା ଖର୍ଚ୍ଚ ହେବ। ମେଡିକାଲ କାର୍ଯ୍ୟ ୧୮ ମାସରେ ସରିବ। ଏହାପରେ ଅଞ୍ଚଳବାସୀ ଉନ୍ନତ ସ୍ବାସ୍ଥ୍ୟ ସେବା ପାଇପାରିବେ ବୋଲି ବିଧାୟକ ନାୟକ କହିଥିଲେ। ଭଞ୍ଜନଗର ନିର୍ବାଚନମଣ୍ଡଳୀର ୧୧ଟି ମେଡିକାଲର ଖାଲିଥିବା ଡାକ୍ତର ପଦବୀ ପୂରଣ ପାଇଁ ପଦକ୍ଷେପ ନିଆଯାଇଛି।

୧୯୮୦ରେ ତତ୍କାଳୀନ ସ୍ବାସ୍ଥ୍ୟମନ୍ତ୍ରୀ ସୋମନାଥ ରଥ ଏହି ମେଡିକାଲ ନିର୍ମାଣ କରିଥିଲେ। ଏହାପରେ ବିଗତ ଦିନର ନେତା ଏହି ମେଡିକାଲର ଉନ୍ନତି ପାଇଁ ପଦକ୍ଷେପ ନେଇ ନ ଥିଲେ। ବର୍ତ୍ତମାନ ମେଡିକାଲର ଆଧୁନିକୀକରଣ କରିବା ପାଇଁ ପଦକ୍ଷେପ ନେଇଛି ବୋଲି ବିଧାୟକ କହିଥିଲେ। ଶିକ୍ଷା, ସାସ୍ଥ୍ୟ, ଗମନାଗମନର ବିକାଶ ପାଇଁ ପଦକ୍ଷେପ ନିଆଯାଇଛି। ଗୁଣ୍ଡିରିବାଡି, ମୁଦୁଲିପଲ୍ଲୀ ପଞ୍ଚାୟତରେ ଉଚ୍ଚ ବିଦ୍ୟାଳୟ ନାହିଁ। ଆଗାମୀ ଦିନରେ ସେଠାର ନୂତନ ହାଇ ସ୍କୁଲ ନିର୍ମାଣ ହେବ। ଘୁମୁସର ଇତିହାସକୁ ବିଶ୍ବ ଦରବାରରେ ପହଞ୍ଚାଇବା ପାଇଁ
ପଦକ୍ଷେପ ନିଆଯାଇଛି। ଯେଉଁମାନଙ୍କର ପକ୍କା ଘର ନାହିଁ ସେମାନଙ୍କୁ ପକ୍କା ଘର ଯୋଗାଇ ଦିଆଯିବ। ପୂର୍ତ୍ତ ବିଭାଗ ଅଧିକ୍ଷଣ ସତ୍ୟ ରଞ୍ଜନ ପରିଡ଼ା, ଭଞ୍ଜନଗର ମେଡିକାଲ ଅଧୀକ୍ଷକ ଡ. ଶୀତାଂଶୁ ଶେଖର ଶତପଥୀ, ଗାଲେରୀ ମେଡିକାଲ ଅଫିସର୍‌ ଡ ଭଗବାନ ସାହୁ, ନିର୍ବାହୀଯନ୍ତ୍ରୀ  ପ୍ରତାପ ଚନ୍ଦ୍ର ନାୟକ, ଏମ୍‌ପି ପ୍ରତିନିଧି ସନ୍ତୋଷ ତିଆଡ଼ି, ଜିଲ୍ଲାପରିଷଦ ଏମ୍‌ପି ପ୍ରତିନିଧି ଶିବଶଙ୍କର ପ୍ରଧାନ, ରବୀନ୍ଦ୍ର ଗୌଡ଼, ସରପଞ୍ଚ ସୁମିତ୍ରା ଗୌଡ଼, ସମିତିସଭ୍ୟା ମାମାଜିନି ଗୌଡ଼, ରବୀନ୍ଦ୍ର ଶତପଥୀ ପ୍ରମୁଖ ଉପସ୍ଥିତ ରହି ଉଦ୍‌ବୋଧନ ଦେଇଥିଲେ।

ଏହି ଅବସରରେ ମେଡିକାଲ ପରିଚାଳକ ବିଚିତ୍ର ପାଣିଗ୍ରାହୀ , ହାଇକୋର୍ଟ ଆଇନଜୀବୀ ନିରଞ୍ଜନ ସ୍ବାଇଁ , ସୁବାସ ବରାଡ଼, ମନୋଜ ପ୍ରଧାନ , ମନୋଜ ପଣ୍ଡା, ଧବଳେଶ୍ବର ମାଝୀ, ଧୋବା ଗୌଡ଼, ଗୋଲା, ମାନସ ଜେନା , ଟୁନା ବେହେରା, ସୁବାସ ପ୍ରଧାନ, ସୁନୀଲ ନାୟକ, ଶ୍ରୀନିବାସ ବିଶ୍ବାଳ ପ୍ରମୁଖ ଉପସ୍ଥିତ ଥିଲେ। ଏମ୍‌ପି ପ୍ରତିନିଧି ରବୀନ୍ଦ୍ର ଗୌଡ଼ ସଭାକୁ ସଂଯୋଜନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିରାଟ କୋହଲିଙ୍କ କ୍ରେଜ ଦେଖିଛନ୍ତି? ମାତ୍ର ୨୪ ଘଣ୍ଟା ମଧ୍ୟରେ ବିକ୍ରି ହୋଇଯାଇଥିଲା ପ୍ରଥମ ଦିନିକିଆ ମ୍ୟାଚ ପାଇଁ ୫୦,୦୦୦ ଟିକେଟ

ନୂଆଦିଲ୍ଲୀ,୧୯।୯: ୱେଷ୍ଟଇଣ୍ଡିଜ କ୍ରିକେଟ ଦଳ ତିନୋଟି ODI (ଏକଦିବସୀୟ) ଏବଂ ପାଞ୍ଚୋଟି T20I ମ୍ୟାଚ ବିଶିଷ୍ଟ ସିରିଜ ପାଇଁ ଭାରତ ଗସ୍ତ କରୁଛି। ଏହି ଗସ୍ତ ସେପ୍ଟେମ୍ବର…

ବଡ଼ ଦୁର୍ଘଟଣା: ବଗଳାମୁଖୀରୁ ଫେରୁଥିବା ବେଳେ ନାଳରେ ଭାସିଯାଇ ୮ ଓଡ଼ିଆ ଶ୍ରଦ୍ଧାଳୁଙ୍କ ମୃତ୍ୟୁ

ଇନ୍ଦୋର,୧୯।୯: ମଧ୍ୟପ୍ରଦେଶର ନାଲଖେଡା ସ୍ଥିତ ମା’ ବଗଳାମୁଖୀ ମନ୍ଦିର ନିକଟରେ ଶ୍ରଦ୍ଧାଳୁଙ୍କୁ ନେଇ ଯାଉଥିବା ଏକ କାରକୁ ଏକ ନାଳ ଭସାଇ ନେଇଥିଲା। ଏହି ଘଟଣାରେ କାରରେ…

Video: ଭାବ ବିହ୍ବଳ ହୋଇ ଖୁବ କାନ୍ଦିଲେ ଚରାଗ ପାଶଓ୍ବାନ

ମୁମ୍ବାଇ,୧୯।୯: ଭକ୍ତମାନଙ୍କ ପାଇଁ ଗଣପତି ବାପ୍ପାଙ୍କୁ ବିଦାୟ ଦେବାର ମୁହୂର୍ତ୍ତଟି ଅତ୍ୟନ୍ତ ଭାବପୂର୍ଣ୍ଣ ହୋଇଥାଏ। କେନ୍ଦ୍ରମନ୍ତ୍ରୀ ତଥା ଲୋକ ଜନଶକ୍ତି ପାର୍ଟି (ରାମ ବିଳାସ)ର ନେତା ଚିରାଗ…

ପ୍ରେମୀଯୁଗଳଙ୍କୁ ଗଛରେ ବାନ୍ଧି ମାଡ଼: ଲୁଚିକି ମହିଳାଙ୍କ ଘରକୁ ଆସିଥିବାବେଳେ ଘଟିଲା…

ବାରିପଦା/ ଝାରପୋଖରିଆ,୧୯ା୯ (ନୀଳାଦ୍ରି ବିହାରୀ ଦଣ୍ଡପାଟ/ସୁଧୀର କୁମାର ମହାନ୍ତ):ମୟୂରଭଞ୍ଜ ଜିଲା ଝାରପୋଖରିଆ ଥାନା ଅଞ୍ଚଳରେ ପ୍ରେମ ସମ୍ପର୍କରୁ ନେଇ ଏକ ଅଶୋଭନୀୟ ଘଟଣା ଘଟିଛି। ଜଣେ ବିବାହିତା…

8th Pay Commission: ନାଇଟ ଡ୍ୟୁଟି ପାଇଁ ମିଳିବ ଅଲଗା ଟଙ୍କା! ୩ ଗୁଣା ଦରମା…

୮ମ ବେତନ ଆୟୋଗ (8th Pay Commission) ଗଠନ ସହିତ ସରକାରୀ କର୍ମଚାରୀଙ୍କ ଆଶା ଆହୁରି ବଢ଼ିବାରେ ଲାଗିଛି। ଏହି କ୍ରମରେ ଦେଶର ବିଭିନ୍ନ କେନ୍ଦ୍ର ସରକାରୀ…

ଜଳବାୟୁ ସମ୍ମିଳନୀରେ ବଡ଼ ବାର୍ତ୍ତା ଦେଲେ ମୋଦି, କହିଲେ, ପ୍ଲାଷ୍ଟିକ ବର୍ଜ୍ୟବସ୍ତୁ ବଡ଼ ଚ୍ୟାଲେଞ୍ଜ

ନୂଆଦିଲ୍ଲୀ,୧୯।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ନୂଆଦିଲ୍ଲୀରେ ‘ପରିବେଶ ଏବଂ ଜଳବାୟୁ ଗତିଶୀଳତାର ଭବିଷ୍ୟତ’ (The Future of Environment and Climate Dynamics) ବିଷୟ ଉପରେ…

ବିଶ୍ୱକର୍ମା ପୂଜା ମଣ୍ଡପରେ ଛତ୍ରପୁର ବିଧାୟକ

ଛତ୍ରପୁର, ୧୮।୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁରସ୍ଥିତ ବିଦ୍ୟୁତ୍‌ ବିଭାଗ କାର୍ଯ୍ୟାଳୟ ପରିସରରେ ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ମହାଆଡ଼ମ୍ବରରେ ଦେବଶିଳ୍ପୀ…

AIର ଅଗ୍ରଗତି ଯୋଗୁ ୨୦୩୦ ସୁଦ୍ଧା ବିଶ୍ୱର ଅନ୍ତ ଘଟିବ? ଏକ ବହୁରାଷ୍ଟ୍ରୀୟ କମ୍ପାନୀର ସିଇଓ ଜେନସେନ ହୁଆଙ୍ଗଙ୍କ ବଡ଼ ଦାବି

ଓ୍ବାଶିଂଟନ,୧୯।୯: ଆଜିର ବିଶ୍ୱରେ AI ଉନ୍ନତିର ଦ୍ରୁତ ଗତିକୁ ନେଇ ଲୋକମାନେ ବିଭକ୍ତ; କେତେକ ଏହାକୁ ଧୀର କରିବାକୁ ଚାହୁଁଥିବା ବେଳେ, ଅନ୍ୟ ବିଶେଷଜ୍ଞମାନେ ଯୁକ୍ତି ବାଢ଼ନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?