ଲୁଟି ନେଇଥିଲେ ୨.୩୫ ଲକ୍ଷ ଟଙ୍କା: ବେଶି ସମୟ ରଖି ପାରିଲେନି ପାଖରେ

ବରଗଡ଼ ଅଫିସ୍‌,୧୧।୧: ବରଗଡ଼ ସହରର ଏକ ହୋଟେଲ ପରିସରରୁ ରବିବାର ୨.୩୫ ଲକ୍ଷ ଟଙ୍କା ଲୁଟ୍‌ ଘଟଣାର ପର୍ଦ୍ଦାଫାଶ ହୋଇଛି । ସ୍ଥାନୀୟ ଟାଉନ ଥାନା ପୋଲିସ ଲୁଟ୍‌ ଘଟଣାରେ ସମ୍ପୃକ୍ତ ୨ ଅଭିଯୁକ୍ତଙ୍କୁ ଗିରଫ କରିଛି । ସେମାନେ ହେଲେ ବରଗଡ଼ ପୌର ପରିଷଦ ଅଧୀନ ୱାର୍ଡ଼ ନଂ-୫ର ରାମ ଓରଫ ରାଘବ ନାଏକ ଏବଂ ହର୍ଲୁ ଗୁର୍ଲା। ପୋଲିିସ ତାଙ୍କ ପାଖରୁ ଲୁଟ୍‌ ହୋଇଥିବା ୨ଲକ୍ଷ ୩୫ହଜାର ଟଙ୍କା, ଗୋଟିଏ ବାଇକ୍‌(ନଂ-ଓଡ଼ି୧୫ଜେ୮୭୩୭), ୨ଟି ଛୁରୀ ଏବଂ ୪ଟି ମୋବାଇଲ ଫୋନ ଜବତ୍‌ କରିଛି। ଏ ନେଇ ଦଫା ୩୯୪ରେ ଏକ ମାମଲା(ନଂ.୧୬/୨୦୨୧) ରୁଜୁ ହୋଇଛି। ଗିରଫ ଅଭିଯୁକ୍ତମାନଙ୍କୁ ମଙ୍ଗଳବାର କୋର୍ଟ ଚାଲାଣ କରାଯିବ ବୋଲି ଟାଉନ ଥାନା ଆଇଆଇସି ସଦାନନ୍ଦ ପୂଜାହାରୀ ସୂଚନା ଦେଇଛନ୍ତି। ପ୍ରକାଶଥାଉକି, ରବିବାର ସହରର ଏକ ହୋଟେଲ ପରିସରରେ ଛତିଶଗଡ଼ ରାଜ୍ୟ ଭତାପଦର ଗ୍ରାମର ଆଲୋକ ଭଟ୍ଟରଙ୍କୁ ୨ ଜଣ ଯୁବକ ଆକ୍ରମଣ କରି ସେ ଧରିଥିବା ୨.୪୫ ଲକ୍ଷ ଟଙ୍କା ଲୁଟି ନେଇ ଥିଲେ। ଏନେଇ ସେ ଥାନାରେ ଏକ ଏତଲା ଦେଇଥିଲେ । ଏତଲା ପାଇବା ପରେ ପୋଲିସ ତନାଘନା ଚଲାଇଥିଲା। ଘଟଣାର ୨୪ ଘଣ୍ଟା ମଧ୍ୟରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିବା ସହିତ ଲୁଟ୍‌ ଟଙ୍କା ଜବତ କରିବାରେ ସକ୍ଷମ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀ ଡଙ୍ଗାବୁଡି ଘଟଣା: ମିଳିଲା ଆଉ ୩ଜଣଙ୍କ ମୃତଦେହ

ଝାରସୁଗୁଡା,୨୦।୪: ମହାନଦୀରେ ଡଙ୍ଗାବୁଡି ଘଟଣାରେ ଆଉ ୩ଜଣଙ୍କର ମୃତଦେହ ଉଦ୍ଧାର ହୋଇଛି। ହୀରାକୁଦ ଜଳଭଣ୍ଡାରର ଉପରମୁଣ୍ଡ ମହାନଦୀରେ ଗତକାଲି ଅର୍ଥାତ୍‌ ଶୁକ୍ରବାର ଏଭଳି ଅଭାବନୀୟ ଘଟଣା...

ମିଥ୍ୟା ବିଲ୍‌ କରି ଅନୁଦାନ ହଡ଼ପ

ଲୋଇସିଂହା,୨୦।୪(ସୁଶାନ୍ତ ବାରିକ)ବଲାଙ୍ଗୀର ଜିଲା ଲୋଇସିଂହା ରେଞ୍ଜ ସାଲେଭାଟ ସେକ୍ସନ ଅନ୍ତର୍ଗତ ବଙ୍ଗାବାହାଲରେ କାମ୍ପ ଯୋଜନାରେ ହୋଇଥିବା ବନୀକରଣରେ ଅନିୟମିତତା ହୋଇଛି। ଏହିଭଳି ଅଭିଯୋଗ କରିଥିଲା ଗ୍ରାମ୍ୟ...

ମହୁଲଫୁଲ ସଂଗ୍ରହକାରୀ ଶୋଷଣର ଶିକାର

ବରଗଡ଼,୨୦।୪(ପ୍ରେମାନନ୍ଦ ଖମାରୀ)ମହୁଲ ଫୁଲ ଏକ ଲଘୁ ବନଜାତ ଦ୍ରବ୍ୟ। ବରଗଡ଼ ଜିଲାର ଅଣଜଳସେଚିତ ପଦ୍ମପୁର ଉପଖଣ୍ଡ ସମେତ ବରଗଡ଼ ଉପଖଣ୍ଡର ଅମ୍ବାଭୋନା ଆଦି ଅଞ୍ଚଳର ଆଦିବାସୀ...

ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ବଘିଅପଡା,୨୦।୪ ( ଶ୍ରୀକାନ୍ତ ସାହୁ): ଶନିବାର ସକାଳ ୮ ଘଣ୍ଟା ସମୟରେ ବୌଦ୍ଧ ଥାନା ବଘିଆପଡ଼ା ଫାଣ୍ଡି ଅନ୍ତର୍ଗତ ଗୌଡଦଇ ନିକଟରେ ଏକଯୁବକଙ୍କ ରକ୍ତାକ୍ତ ମୃତଦେହ...

ରୂପାନ୍ତରଣ କାମ ସମସ୍ତଙ୍କ ଆଖି ସାମ୍ନାରେ: ପ୍ରଣବ

ସମ୍ବଲପୁର/ରେଙ୍ଗାଲି,୨୦ା୪(ବି.ଶଙ୍କର/ଦେବବ୍ରତ ପଣ୍ଡା)ସମ୍ବଲପୁର ମାଟି ମା’ ସମଲେଶ୍ୱରୀ, ବୀର ସୁରେନ୍ଦ୍ର ସାଏଙ୍କ ମାଟି ା ଏହି ମାଟି ମା’ର ସେବା କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୋତେ...

ଶିକ୍ଷାକୁ ନେଇ ଲେନିନ୍‌-ରବି ବାକ୍‌ଯୁଦ୍ଧ

ସମ୍ବଲପୁର,୨୦ା୪(ପ୍ରମୋଦ ବହିଦାର):ସମ୍ବଲପୁରରେ ଶିକ୍ଷାର ବିକାଶ ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଭାବେ ଧର୍ମେନ୍ଦ୍ର ପ୍ରଧାନଙ୍କ ଅବଦାନ ଶୂନ୍ୟ ବୋଲି ବିଜେଡି ମୁଖପାତ୍ର ଡ. ଲେନିନ୍‌ ମହାନ୍ତିଙ୍କ ଉକ୍ତିର...

୨ ରାଜ୍ୟରେ ଭୋଟ ଦେବେ ସୀମାନ୍ତବାସୀ

ନନ୍ଦପୁର,୨୦ା୪(ଶଙ୍କର ପୂଜାରୀ)ଆନ୍ଧ୍ର ଓ ଓଡ଼ିଶା ସରକାରଙ୍କ ପକ୍ଷରୁ ସୁବିଧା ପାଇଛୁ। ଆଧାର, ରାଶନ, କୁଲି ଓ ଭୋଟରକାର୍ଡ ପାଇଛୁ। ଉଭୟ ରାଜ୍ୟରୁ ଭତ୍ତା, ଚାଉଳ, କୁଲିକାମ,...

ମହିଳାଙ୍କ ହାତରେ ରାଜଧାନୀର ୧୧୩ ପାର୍କ

ଭୁବନେଶ୍ୱର,୨୦।୪ (ଅନୁରାଧା ମହାରଣା)ରାଜଧାନୀ ଭୁବନେଶ୍ୱରରେ ବନ ବିଭାଗ ଅଧୀନରେ ୭ରୁ ଅଧିକ ଉଦ୍ୟାନ ରହିଛି। ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ) ପାଖାପାଖି ୬୦ଟି ଛୋଟ ବଡ଼ ପାର୍କର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri