ବଡ଼ବିଲ ପୌର ବ୍ୟାଙ୍କ ଖାତାରୁ ୨.୪୫ କୋଟି ଟଙ୍କା ହଡ଼ପ ଘଟଣା: ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ଇଓଡବ୍ଲ୍ୟୁ

ବଡ଼ବିଲ, ୨୮।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡବିଲ ପୌରକାର୍ଯ୍ୟାଳୟର ବ୍ୟାଙ୍କ ଖାତାରୁ ୨.୪୫ କୋଟି ଟଙ୍କା ଗାଏବ ଘଟଣାରେ ଇଓଡବ୍ଲ୍ୟୁ (ଇକୋନୋମିକ ଅଫେନ୍ସ ୱିଙ୍ଗ) ରବିବାର ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି ବଡବିଲ ଜେଏମଏଫସି କୋର୍ଟରେ ହାଜର କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ ଛତିଶଗଡ ରାଜ୍ୟ ରାୟପୁର ଜିଲା ମୁଜଗାହାନ ଥାନା ଅନ୍ତର୍ଗତ ପ୍ରଗତି କଲେଜ ନିକଟ ଛତିଶଗଡ ହାଉସିଂ ବୋର୍ଡ କଲୋନିର ଏଲଆଇଜି-୧୬୯ରେ ସୈଦ ଶାହବାଜ ନାକ୍‌ଭି । ପରେ ତାଙ୍କୁ ବଡ଼ବିଲ୍‌ ସବ୍‌ଜେଲ୍‌କୁ ପଠାଇ ଦିଆଯାଇଛି।
ସୁଚନା ଅନୁଯାୟୀ, ବଡବିଲ ପୌରକାର୍ଯ୍ୟାଳୟର ବ୍ୟାଙ୍କ ଖାତାରୁ ୪ଟି ନକଲି ଚେକ୍‌ ବ୍ୟବହାର କରି ୨.୪୫ କୋଟି ଟଙ୍କା ହେବା ଘଟଣାର ତଦନ୍ତକୁ ଜୋରଦାର କରିଛି ଭୂବନେଶ୍ୱରସ୍ଥିତ ରାଜ୍ୟ ପୋଲିସ ବିଭାଗର ଇଓଡବ୍ଲ୍ୟୁ ପୋଲିସ। ଏହି କାରବାରରେ ସମ୍ପୃକ୍ତ ସୁଭାଷ ଘିସିଙ୍ଗ ଗିରି ନାମକ ଅଭିଯୁକ୍ତଙ୍କୁ ପଶ୍ଚିମବଙ୍ଗରୁ ଗିରଫ କରି ଶନିବାର ବଡ଼ବିଲ ଜେଏମଏଫସି କୋର୍ଟରେ ହାଜର କରାଇଥିଲାବେଳେ ରବିବାର ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ତେବେ ଏହି ଘଟଣାରେ ବ୍ୟାଙ୍କ କର୍ମଚାରୀ ଓ ପୌର କର୍ମଚାରୀଙ୍କ ସଂପୃକ୍ତି ନେଇ ଇଓଡବ୍ଲ୍ୟୁ ସନ୍ଦେହଘେରକୁ ନେଇ ତଦନ୍ତ ଜାରୀ ରଖିଛି। ତେବେ ପୌର ବ୍ୟାଙ୍କ ଆକାଉଣ୍ଟରୁ ୪ଟି ବିଭିନ୍ନ ଆକାଉଣ୍ଟକୁ ଯାଇଥିବା ମୋଟ ୨.୪୫ କୋଟି ଟଙ୍କାରୁ ପ୍ରାୟ ୧କୋଟି ୧୫ ଲକ୍ଷ ଟଙ୍କାକୁ ଫ୍ରିଜ୍‌ କରି ରଖାଯାଇଥିବା ସୂଚନା ମିଳିଛି। ହେଲେ ଏ ଯାଏଁ ପୌର ବ୍ୟାଙ୍କ ଆକାଉଣ୍ଟକୁ କୌଣସି ଟଙ୍କା ଫେରିପାରି ନ ଥିବା ବଡବିଲ ପୌର ନିର୍ବାହୀ ଅଧିକାରୀ ଅଭିଷେକ ପଣ୍ଡା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲ ଛାତରୁ ପାଣି ଗଳୁଛି, ରାସ୍ତା ନାହିଁ: ଖବରଦାତାଙ୍କୁ ବାହାରକରି ଗେଟ୍‌ରେ ତାଲା ପକାଇଦେଲେ ପ୍ରଧାନ ଶିକ୍ଷୟିତ୍ରୀ

ଆନନ୍ଦପୁର,୨୯ା୮(ସୁଶାନ୍ତ କୁମାର ସାହୁ):କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶାଳବଣି ପଞ୍ଚାୟତ ବାଲିପଶିସ୍ଥିତ ସରକାରୀ ପ୍ରାଥମିକ ବିଦ୍ୟାଳୟ ଦୟନୀୟ ଅବସ୍ଥାରେ ଚାଲିଛି। ପରିବେଶ ସଫା କରାଯାଉ ନ ଥିବା…

ଭାଜପା ମହିଳା ମୋର୍ଚ୍ଚାର ରକ୍ଷାବନ୍ଧନ

ହାଟଡିହୀ, ୨୮/୮ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ର ଅନ୍ତର୍ଗତ ହାଟଡିହୀ ଭାଜପା କାର୍ଯ୍ୟାଳୟ ପରିସରରେ ଭାଜପା ମହିଳା ମୋର୍ଚ୍ଚା ପକ୍ଷରୁ ରକ୍ଷାବନ୍ଧନ ଉତ୍ସବ…

ବ୍ଲକ୍ ପଞ୍ଚାୟତ ବିକାଶ ଯୋଜନା ବୈଠକରେ ତାତିଲେ ନିର୍ବାଚିତ ସଦସ୍ୟ: କାର୍ଯ୍ୟଶୈଳୀ ନେଇ ଅସନ୍ତୋଷ ବ୍ୟକ୍ତ କଲେ…

ପାଟଣା, ୨୮୮ (ବୀର କିଶୋର ଦାଶ) : କେନ୍ଦୁଝର ଜିଲା ପାଟଣା ବ୍ଲକ୍ ସଭାଗୃହରେ ଶୁକ୍ରବାର ବ୍ଲକ୍ ପଞ୍ଚାୟତ ବିକାଶ ଯୋଜନାର ଆର୍ଥିକ ବର୍ଷ ୨୦୨୬-୨୭ ପାଇଁ…

ଉଲିବୁର ସଂରକ୍ଷିତ ଜଙ୍ଗଲ ଜମିରେ ରାସ୍ତା ନିର୍ମାଣ ପ୍ରସଙ୍ଗ, ବେଆଇନ ଖନନର ଉଚ୍ଚସ୍ତରୀୟ ତଦନ୍ତ ପରେ ହେବ: ମନ୍ତ୍ରୀ

କେନ୍ଦୁଝର,୨୮ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବଡବିଲ ରେଞ୍ଜ ଅଧୀନ ନାଲଦା ସେକ୍ସନ କାରାଖେଣ୍ଡରା ବିଟ ଅନ୍ତର୍ଗତ ଉଲିବୁର ସଂରକ୍ଷିତ ଜଙ୍ଗଲରେ ଡାଇଭରର୍ସନ ନ କରି ଜଙ୍ଗଲ…

ପାର୍ଟିଶନ ପାଇଁ ନେଉଥିଲେ ଏତିକି ଟଙ୍କା ଲାଞ୍ଚ, ରେଭିନ୍ୟୁ ଆସିଷ୍ଟାଣ୍ଟଙ୍କୁ ଧରିଲା ଭିଜିଲାନ୍ସ

ପାଟଣା,୨୮ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲରେ କାର୍ଯ୍ୟରତ ରେଭିନ୍ୟୁ ଆସିଷ୍ଟାଣ୍ଟ ବିଏଚ୍‌ ଉମାଶଙ୍କର ମ୍ୟୁଟେଶନ ପାଇଁ ଜଣେ ଆବେଦନକାରୀଙ୍କଠାରୁ ୬ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ…

ରାତିର ସୁଯୋଗ ନେଇ ଘରେ ପଶି ମହିଳାଙ୍କୁ ଅସଦାଚରଣ, ଅଭିଯୁକ୍ତକୁ ଧରି ଜେଲ୍ ପଠାଇଲା ଆନନ୍ଦପୁର ପୋଲିସ!

ବଞ୍ଚୋ, ୨୭।୮ (ପ୍ରଦୋଷ ବିଶ୍ୱାଳ): ଘରେ ପଶି ଜଣେ ମହିଳାଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଆନନ୍ଦପୁର ପୋଲିସ ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

ପ୍ରେମ ନା ପ୍ରତାରଣା? ନାବାଳିକାଙ୍କ ସହ ବାରମ୍ବାର ଅନୈତିକ ସମ୍ପର୍କ ରଖି କଲେ ଗର୍ଭବତୀ, ଶେଷରେ କୋର୍ଟ ଚାଲାଣ!

ହାଟଡ଼ିହି/ଛେନାପଦୀ, ୨୭।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ଥାନା ଅଞ୍ଚଳରେ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ଗର୍ଭବତୀ କରିବା ଅଭିଯୋଗରେ ପୋଲିସ ଅଭିଯୁକ୍ତକୁ ଗିରଫ କରି…

ନିଟ୍‌ କୃତକାର୍ଯ୍ୟ ସୁଦାମଙ୍କୁ ସହାୟତା

ବଞ୍ଚୋ,୨୭ା୮(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଘଷିପୁରା ବ୍ଲକ୍‌ ଶାମୁକାନେଣ୍ଡି ପଞ୍ଚାୟତର ନିଟ୍‌ରେ କୃତକାର୍ଯ୍ୟ ହୋଇଥିବା ସୁଦାମ ହାଁସଦାଙ୍କୁ ଭାଜପା ନେତା ସହାୟତା କରିଛନ୍ତି। ସୁଦାମ ଶୁକ୍ରବାର ନାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri