ଘରୁ ମିଳିଲା ନଗଦ ୨ କୋଟି ଟଙ୍କା, ୨୦ ସୁନା ବିସ୍କୁଟ୍‌

ଭୁବନେଶ୍ୱର,୮।୪ (ବ୍ୟୁରୋ): ଗଞ୍ଜାମ ଜିଲା ଭଞ୍ଜନଗର କ୍ଷୁଦ୍ର ଜଳସେଚନ ବିଭାଗ ସହକାରୀ ଯନ୍ତ୍ରୀ କାର୍ତ୍ତିକେଶ୍ୱର ରାଉଳଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ପରେ ତାଙ୍କ ନିକଟରୁ ବିପୁଳ ଆୟ ବହିର୍ଭୂତ ସମ୍ପତ୍ତି ଠାବ ହେବାରେ ଲାଗିଛି। ଗୁରୁବାର ଭୁବନେଶ୍ୱର ଆଇଗିଣିଆଠାରେ ଥିବା ଟାଟା ଆରିଆନାସ୍ଥିତ ତାଙ୍କ ଘରୁ (ଫ୍ଲାଟ୍‌ ନଂ.୦୫୦୫) ନଗଦ ୨ କୋଟି ଟଙ୍କା, ୫୮୦ ଗ୍ରାମର ୨୦ଟି ସୁନା ବିସ୍କୁଟ୍‌, କଏନ, ଅଳଙ୍କାର ଓ ଅନ୍ୟାନ୍ୟ ସାମଗ୍ରୀ ଜବତ କରାଯାଇଛି। ତେବେ ଯାଞ୍ଚବେଳେ ଏତେ ପରିମାଣର ଟଙ୍କା ଓ ସୁନା ଦେଖି ଭିଜିଲାନ୍ସ ଅଧିକାରୀମାନେ ଚକିତ ହୋଇଯାଇଛନ୍ତି। ଏକକାଳୀନ ଗୋଟିଏ ସ୍ଥାନରୁ ଜବତ ଟଙ୍କା ମଧ୍ୟରେ ଏହା ସର୍ବାଧିକ ବୋଲି ଭିଜିଲାନ୍ସ କହିଛି। ଉକ୍ତ ଫ୍ଲାଟ୍‌ରେ କାର୍ତ୍ତିକଙ୍କ ଦ୍ୱିତୀୟ ସ୍ତ୍ରୀ କଳ୍ପନା ପ୍ରଧାନ ରହୁଥିବା ଭିଜିଲାନ୍ସ ଜାଣିବାକୁ ପାଇଛି। ତେବେ କାର୍ତ୍ତିକଙ୍କର ଦ୍ୱିତୀୟ ସ୍ତ୍ରୀ ରହିଥିବା ଜଣାପଡିବା ପରେ ଭିନ୍ନ ଚର୍ଚ୍ଚା ଆରମ୍ଭ ହୋଇଛି। ସୂଚନାଯୋଗ୍ୟ, କାର୍ତ୍ତିକ ଭଞ୍ଜନଗରରେ ଦୀର୍ଘବର୍ଷ ହେଲା କାର୍ଯ୍ୟରତ ଅଛନ୍ତି। ତାଙ୍କ ବିରୋଧରେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ ଆସିବା ପରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ ଆରମ୍ଭ ହୋଇଥିଲା। ବୁଧବାର ଗଞ୍ଜାମ ଜିଲା ଭଞ୍ଜନଗର ମାଇନର୍‌ ଇରିଗେଶନ କଲୋନୀସ୍ଥିତ ତାଙ୍କ ସରକାରୀ ବାସଭବନ, ଖଲ୍ଲିକୋଟ ଥାନା ଲଙ୍ଗଳେଶ୍ୱର ଗ୍ରାମରେ ଥିବା ପୈତୃକ ଘର, ଭଞ୍ଜନଗରସ୍ଥିତ କାର୍ଯ୍ୟାଳୟ, ଭୁବନେଶ୍ୱର ଖଣ୍ଡଗିରି ଥାନା ଡୁମୁଡୁମାସ୍ଥିତ କସ୍ମୋପୋଲିସ୍‌ ରେସିଡେନ୍‌ସିରେ ଥିବା ୨ ବିଏଚ୍‌କେ ଫ୍ଲାଟ୍‌, ତୁସ୍ତି ରେସିଡେନ୍‌ସିରେ ଥିବା ୩ ବିଏଚ୍‌କେ ଫ୍ଲାଟ୍‌ ଓ ଜାଗମରାସ୍ଥିତ ଦୁଇ ମହଲା ଘର ସମେତ ୬ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରାଯାଇଥିଲା। ତେବେ ଚଢ଼ାଉବେଳେ ଏସବୁ ସ୍ଥାନରୁ ନଗଦ ୨ ଲକ୍ଷ ୫୦ ହଜାର ୮୮୦ ଟଙ୍କା ମିଳିଥିଲା। ସେହିଭଳି ଖଲ୍ଲିକୋଟ ଲଙ୍ଗଳେଶ୍ୱରସ୍ଥିତ ପୈତୃକ ଘରର ମୂଲ୍ୟ ଆନୁମାନିକ ୨୮ ଲକ୍ଷ ଟଙ୍କାରେ ହିସାବ କରାଯାଇଥିବାବେଳେ ଭୁବନେଶ୍ୱର ଖଣ୍ଡଗିରି କସ୍ମୋପୋଲିସ୍‌ ରେସିଡେନ୍‌ସିର ୨ ବିଏଚ୍‌କେ ଫ୍ଲାଟ୍‌ର ମୂଲ୍ୟ ୩୩.୬୩ ଲକ୍ଷ, ତୁସ୍ତି ରେସିଡେନ୍‌ସିରେ ଥିବା ୩ ବିଏଚ୍‌କେ ଫ୍ଲାଟ୍‌କୁ ୪୦ ଲକ୍ଷ ଟଙ୍କା, ଜାଗମରାସ୍ଥିତ ଦୁଇ ମହଲା ଘରର ମୂଲ୍ୟ ୭୨ ଲକ୍ଷ ଟଙ୍କା ହେବ ବୋଲି ଭିଜିଲାନ୍ସ ଆକଳନ କରିଛି। ଏଥିସହ ଗଞ୍ଜାମରେ ୫ଟି ଓ ଭୁବନେଶ୍ୱରରେ ୨ଟି ପ୍ଲଟ୍‌ ଠାବ ହୋଇଛି। ଯାଞ୍ଚରୁ ୩୭.୨୩ ଲକ୍ଷ ଟଙ୍କାର ଫିକ୍ସ ଡିପୋଜିଟ୍‌, ବ୍ୟାଙ୍କ ଓ ଇନ୍‌ସ୍ୟୁରାନ୍ସ ଡିପୋଜିଟ୍‌, ଘରେ ଥିବା ୧୭.୯୫ ଲକ୍ଷ ଟଙ୍କାର ସାମଗ୍ରୀ, ଗୋଟିଏ ୧୪ ଲକ୍ଷ ଟଙ୍କାର ଚାରି ଚକିଆ ଯାନ, ୨ଟି ବାଇକ୍‌ ଓ ୫.୭୨ ଲକ୍ଷ ଟଙ୍କାର ସୁନା ଓ ରୁପା ଅଳଙ୍କାର ଆଦି ମିଳିଛି। ତେବେ ଯାଞ୍ଚ ଓ ହିସାବ ଜାରି ରହିଥିବାରୁ ଠାବ ହୋଇଥିବା ସମ୍ପତ୍ତିର ମୋଟ ମୂଲ୍ୟ ଓ ଆୟ ବହିର୍ଭୂତ ସମ୍ପତ୍ତି ପରିମାଣ ସମ୍ପର୍କରେ ଭିଜିଲାନ୍ସ ପକ୍ଷରୁ ସ୍ପଷ୍ଟ କରାଯାଇନାହିଁ। ଏହି ଚଢ଼ାଉରେ ୫ଜଣ ଡିଏସ୍‌ପି, ୧୧ ଇନ୍ସପେକ୍ଟର ଓ ଅନ୍ୟ କର୍ମଚାରୀ ସାମିଲ ଅଛନ୍ତି। ଚଢ଼ାଉ ଜାରି ରହିଥିବାରୁ ଆହୁରି ସମ୍ପତ୍ତି ଠାବ ହେବ ବୋଲି ଭିଜିଲାନ୍ସ ଆଶା ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା: ୨୫ ଦିନ ହେଲା ନାହିଁ ବିଜୁଳି, ଗରମରେ ସିଝୁଛନ୍ତି ଛାତ୍ରୀଛାତ୍ର

ବାଲିଗୁଡ଼ା,୮ା୧୦(ସଞ୍ଜୟ କୁମାର ପାଣିଗ୍ରାହୀ): ସରକାରୀ ବିଦ୍ୟାଳୟରେ ସ୍ମାର୍ଟ କ୍ଲାସ୍‌ରୁମ୍‌ ନିର୍ମାଣ କରି ଡିଜିଟାଲ ଶିକ୍ଷାକୁ ଗୁରୁତ୍ୱ ଦିଆଯାଉଛି। ହେଲେ ବିଦ୍ୟୁତ୍‌ ନ ଥିବାରୁ ସେହି ସ୍ମାର୍ଟ କ୍ଲାସ୍‌ରୁମ୍‌…

ପୁରୁଷୋତ୍ତମପୁରରେ ଶାନ୍ତିପୂର୍ଣ୍ଣ ବନ୍ଦ ପାଳନ, ଚର୍ଚ୍ଚାରେ କଂଗ୍ରେସର ଗୋଷ୍ଠୀକନ୍ଦଳ

ପୁରୁଷୋତ୍ତମପୁର,୮।୧୦(ସବିତା ମିଶ୍ର): ଓଡ଼ିଶା ବନ୍ଦର ପ୍ରଭାବ ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ଦେଖିବାକୁ ମିଳିଛି । କାଳୀମନ୍ଦିର ଛକରେ କଂଗ୍ରେସ ଓ ସିପିଆଇ କର୍ମୀମାନେ ପିକେଟିଂ କରି ଗାଡ଼ିମୋଟର…

୨.୫୦ ଲକ୍ଷ ଟପିବ ସୁନା? ବାବା ଭେଙ୍ଗାଙ୍କ ବଡ଼ ଭବିଷ୍ୟବାଣୀ, ଏକ୍ସପର୍ଟ କହିଲେ…

ନୂଆଦିଲ୍ଲୀ,୮।୧୦: ଏହି ବର୍ଷ ସୁନା ଓ ରୂପା ଦର ବେଶ ବୃଦ୍ଧି ପାଇଛି। ସୁନା କଥା କହିବାକୁ ଗଲେ, ଜାନୁଆରୀ ମାସରେ ଯେଉଁଠି ସୁନା ଦର ୧.୩୫…

ଟ୍ରେନ୍‌ ଟ୍ରାକ୍‌ରୁ ମିଳିଲା ଯୁବକଙ୍କ ମୃତଦେହ, ଦେଓଗାଁରେ ବାଇକ୍‌ ରଖି…

ବଲାଙ୍ଗୀର,୮ା୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅନ୍ତର୍ଗତ ରାଏପାଲି ଗ୍ରାମ ନିକଟ ଟ୍ରେନ୍‌ ଟ୍ରାକ୍‌ରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ଯୁବକ…

ପ୍ରଶାସନିକ ସ୍ତରରେ ଅଦଳବଦଳ; ବଦଳିଲେ ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ, ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭୁବନେଶ୍ୱର,୮।୧୦: ପ୍ରଶାସନିକ ସ୍ତରରେ ଅଦଳବଦଳ ହୋଇଛି । ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ ତ୍ରିଲୋଚନ ମହାନ୍ତିଙ୍କ ବଦଳି ହୋଇଛନ୍ତି । ଭୁବନେଶ୍ବର ସ୍ଥିତ ROTIର ଯୁଗ୍ମ ନିର୍ଦ୍ଦେଶକ ଭାବେ…

ଦିଗପହଣ୍ଡିରେ ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ସହ ଅନେକ ଦାବି ନେଇ ବନ୍ଦ ପାଳନ

ଦିଗପହଣ୍ଡି,୮ା୧୦(ଅଶେଷ ନାଥ ମିଶ୍ର): ରାଜ୍ୟ ପ୍ରଦେଶ କଂଗ୍ରେସ କମିଟି, ସିପିଆଇ,ସିପିଆଇ(ଏମ) ଏବଂ ଇଣ୍ଡି ମେଣ୍ଟର ଅନ୍ୟାନ୍ୟ ସମସ୍ତ ଦଳ ପକ୍ଷରୁ ଗୁରୁବାର ବନ୍ଦ ଡାକରା ଦିଆଯାଇଥିବା ଓଡ଼ିଶା…

ପଞ୍ଜାବ କିଙ୍ଗ୍ସକୁ ଲାଗିଲା ୪୪୦ ଭୋଲର୍ଟ ଝଟକା: ଟିମ୍‌ ଛାଡ଼ିଦେଲେ…

ନୂଆଦିଲ୍ଲୀ,୮।୧୧: ଆଇପିଏଲ୍‌ର ଆଗାମୀ ସିଜନ ପୂର୍ବରୁ ପଞ୍ଜାବ କିଙ୍ଗ୍ସକୁ ୪୪୦ ଭୋଲର୍ଟ ଝଟକା ଲାଗିଛି। ଦଳର କୋଚିଂ ଷ୍ଟାଫ୍‌ରୁ ଆଉ ଦୁଇଜଣ ସଦସ୍ୟ ବିଦାୟ ନେଇଛନ୍ତି। ରିପୋର୍ଟ…

”ବୋହୂ ପେନଶନରେ ଶାଶୂଙ୍କ ଅଧିକାର ନାହିଁ”: କୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୮।୧୦: ୮୩ ବର୍ଷୀୟା ଜଣେ ବୃଦ୍ଧା ମହିଳାଙ୍କୁ ନିଜ ସ୍ୱର୍ଗତ ପୁଅର ସ୍ତ୍ରୀ ଅର୍ଥାତ ନିଜ ବିଧବା ବୋହୂଠାରୁ ପେନସନର ଅଂଶ ମାଗିବା ମହଙ୍ଗା ପଡ଼ିଲା। ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?